ସେତୁ ସଂଯୋଗୀକରଣ ରାସ୍ତା ପାଇଁ ବାଟ ଫିଟିଲା

ଆଠମଲ୍ଲିକ, ୩୦।୬ଡି.ଏନ.ଏ.) ଆଠମଲ୍ଲିକ-ଧଳପୁର ମହାନଦୀ ସେତୁର ଆଠମଲ୍ଲିକ ପାର୍ଶ୍ୱ ସଂଯୋଗୀକରଣ ରାସ୍ତାରେ ଅଟକିଥିବା ବିବାଦୀୟ ୬୦ ମିଟର ରାସ୍ତା ନିର୍ମାଣ ପାଇଁ ସମାଧାନର ସୂତ୍ର ବାହାରିଛି। ଉପଖଣ୍ଡ ଆରକ୍ଷୀ ଅଧିକାରୀ ଚିନ୍ତାମଣି ପ୍ରଧାନଙ୍କ ନେତୃତ୍ୱରେ ତାଙ୍କ କାର୍ଯ୍ୟାଳୟରେ ଏ ନେଇ ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ଏହି ବୈଠକରେ ଆଠମଲ୍ଲିକ ଥାନା ଅଧିକାରୀ ନିରୋଦ କୁମାର ଦାସ, ମହାନଦୀ ସେତୁ ଠିକା ସଂସ୍ଥାର ଟେକ୍ନିକାଲ ଟିମ୍‌ ଲିଡର ସଞ୍ଜୟ କୁମାର ମହାପାତ୍ର, ବୌଦ୍ଧ ପୂର୍ତ୍ତ ବିଭାଗ ସୁପରିଣ୍ଟେଣ୍ଡେଣ୍ଟ ଇଞ୍ଜିନିୟର ପ୍ରଭାତ କୁମାର ଦାସ, ନିର୍ବାହୀ ଅଧିକାରୀ ନିରଞ୍ଜନ ଧଳ, ସାମାଜିକ କର୍ମୀ ବିନୟ କୁମାର ପଟ୍ଟନାୟକ, ଲିପ୍ତିଙ୍ଗା ଗ୍ରାମବାସିନ୍ଦା ବିଭୂତି ରଥ, ପ୍ରକାଶ ବିଶି, ମନୋଜ କର, ରଞ୍ଜିତ ସାହୁ, ସତ୍ୟବାନ ସାହୁ, ନିନଞ୍ଜନ ରଣା ବୈଠକରେ ଭାଗ ନେଇଥିଲେ। ଅଟକିଥିବା ୬୦ ମିଟର ରାସ୍ତା ନିର୍ମାଣ ସହ ଗୋଲେଇ ଛକ ନିର୍ମାଣ ନିମନ୍ତେ ସହମତି ପ୍ରକାଶ ପାଇଥିଲା ବୋଲି ଆଇଆଇସି ନିରୋଦ କୁମାର ଦାସ ସୂଚନା ଦେଇଛନ୍ତି। ସୂଚନାଯୋଗ୍ୟ, ସେତୁର ସଂଯୋଗୀକରଣ ରାସ୍ତାରେ ଗୋଲେଇ ଛକ ନିର୍ମାଣ ପାଇଁ ଅଞ୍ଚଳବାସୀ ଦାବି କରୁଥିବାବେଳେ ଏ ନେଇ କିଛି ସମସ୍ୟା ଥିବାରୁ ୬୦ ମିଟର ରାସ୍ତା ନିର୍ମାଣ ହୋଇପାରୁ ନ ଥିଲା। ଏ ନେଇ ଗତ ୧୮ ତାରିଖରେ ‘ଧରିତ୍ରୀ’ରେ ଖବର ପ୍ରକାଶ ପରେ ପ୍ରଶାସନ ବୈଠକ ଡାକି ଅଞ୍ଚଳବାସୀଙ୍କ ଦାବି ପୂରଣ କରିଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଶ୍ରୀରାମନବମୀ ରାଲିରେ ବିଧାୟକ ଗୁଳି ଫୁଟାଇବା ଘଟଣା: ଗିରଫ ଦାବି କଲା ବିଜେଡି

ବଲାଙ୍ଗୀର,୨୯ା୩(ବୀରେନ୍ଦ୍ର କୁମାର ଝାଙ୍କର/ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଟିଟିଲାଗଡ଼ ସହରରେ ଶୁକ୍ରବାର ଶ୍ରୀରାମ ନବମୀ ଉତ୍ସବ ଶୋଭାଯାତ୍ରାରେ ବିଧାୟକ ନବୀନ ଜୈନ ଗୁଳି ଫୁଟାଇବା ଘଟଣାକୁ…

ବର୍ଷଯାକ ଆଉ ରହିବନି ରିଚାର୍ଜ ଟେନଶନ! ଆସିଲା ସ୍ପେଶାଲ ପ୍ଲାନ, ସବୁ ଫ୍ରି…

ଆଜିର ଡିଜିଟାଲ୍ ଯୁଗରେ, ସ୍ମାର୍ଟଫୋନ୍ ଏକ ଆବଶ୍ୟକତା ପାଲଟିଛି, କିନ୍ତୁ ମାସିକ ରିଚାର୍ଜ ମଧ୍ୟ ଏକ ବଡ଼ ମୁଣ୍ଡବିନ୍ଧାର କାରଣ ସାଜିଛି। ଅଧିକାଂଶ ସ୍ମାର୍ଟଫୋନ୍ ବ୍ୟବହାରକାରୀ ୨୮ଦିନର…

ଏଣ୍ଟ୍ରାନ୍ସ ଦେବାକୁ ଯାଇଥିଲେ ଛାତ୍ରୀ, ବଜ୍ରପାତରେ ଗଲା ଜୀବନ, ସହାୟତା ଦାବି କରି…

ଦିଗପହଣ୍ଡି,୨୯ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଆଙ୍କୋରଡ଼ା ପଞ୍ଚାୟତ ଚାଞ୍ଚଡ଼ାପଲ୍ଲୀ ଗ୍ରାମର ମେଧାବୀ ଛାତ୍ରୀ ରେଶ୍ମା ଭୋଳ (୨୧) ଶୁକ୍ରବାର ଅପରାହ୍ନରେ ବ୍ରଜପାତରେ ମୃତ୍ୟୁବରଣ…

ମନ୍‌ କି ବାତ୍‌ରେ ସମ୍ବଲପୁରର ସୁଜାତା, ପ୍ରଶଂସା କରି ପ୍ରଧାନମନ୍ତ୍ରୀ କହିଲେ…

ସମ୍ବଲପୁର,୨୯ା୩(ପ୍ରମୋଦ ବହିଦାର): ସମ୍ବଲପୁ ର ଜିଲାର ଜଣେ ସାଧାରଣ ଗୃହିଣୀରୁ ସଫଳ ମାଛ ଚାଷୀ ସାଜିଥିବା ସୁଜାତା ଭୂୟାଁଙ୍କ ସଫଳତା ଆଜି ସାରା ଦେଶ ପାଇଁ ଏକ…

ଶିମିଳିପାଳରେ ଶିକାରୀଙ୍କୁ ଧରିଲା AI କ୍ୟାମେରା, ବନ୍ଧୁକ-ବିସ୍ଫୋରକ ଜବତ

ବାରିପଦା,୨୯ା୩(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶିମିଳିପାଳ ଅଭୟାରଣ୍ୟରେ ଖଞ୍ଜ ଯାଇଥିବା କୁତ୍ରିମ ବୁଦ୍ଧିମତା (AI) କ୍ୟାମେରାରେ କଏଦ ଫଟୋଚିତ୍ରକୁ ନେଇ ବନବିଭାଗ ଚଢ଼ାଉ କରି ଜଣେ…

ଏପ୍ରିଲରୁ ବଦଳିଯିବ ଡିଜିଟାଲ ପେମେଣ୍ଟ ନିୟମ, କଣ ସବୁ ବଦଳିବ ଜାଣନ୍ତୁ…

ନୂଆଦିଲ୍ଲୀ,୨୯।୩: ଆଉ ମାତ୍ର ୨ ଦିନ ପରେ ଆରମ୍ଭ ହେବାକୁ ଯାଉଛି ଏପ୍ରିଲ ମାସ। ଆସନ୍ତାମାସ ୧ ତାରିଖରୁ, ଡିଜିଟାଲ କାରବାରର ପଦ୍ଧତି ସମ୍ପୂର୍ଣ୍ଣ ପରିବର୍ତ୍ତନ ହେବ।…

ରାମନବମୀ ଶୋଭାଯାତ୍ରାବେଳେ ଫାଙ୍କା ଗୁଳିଚାଳନା କରି ଫସିଲେ ବିଧାୟକ, ଏବେ…

ବଲାଙ୍ଗୀର/ଟିଟିଲାଗଡ଼,୨୯ା୩ (ବୀରେନ୍ଦ୍ର କୁମାର ଝାଙ୍କର/ଶରତ ମିଶ୍ର): ବଲାଙ୍ଗୀର ଜିଲା ଟିଟିଲାଗଡ଼ ସହରରେ ଶୁକ୍ରବାର ଶ୍ରୀରାମ ନବମୀ ଉତ୍ସବ ଶୋଭାଯାତ୍ରାରେ ଫୁଟିଛି ଗୁଳି। ଆଉ ଏହି ଗୁଳି ଚଳାଇଛନ୍ତି…

ବିଧାୟିକାଙ୍କ ସ୍ବାମୀଙ୍କ ନାମରେ ସଙ୍ଗୀନ ଅଭିଯୋଗ: ତହସିଲଦାରଙ୍କୁ…

ନର୍ଲା,୨୯।୩(ସନ୍ତୋଷ ପାତ୍ର): କଳାହାଣ୍ଡି ଜିଲା ନର୍ଲା ବିଧାୟିକା ମନୋରମା ମହାନ୍ତିଙ୍କ ସ୍ବାମୀ ତଥା ନର୍ଲା ବ୍ଲକ ଅଧ୍ୟକ୍ଷ ଦୁର୍ଗା ପ୍ରସାଦ ମହାନ୍ତିଙ୍କ ନାମରେ ଆସିଛି ସଙ୍ଗୀନ ଅଭିଯୋଗ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri