ରାସ୍ତାଫାଟି ଆଁ, ଗ୍ରାମବାସୀ ଅସନ୍ତୁଷ୍ଟ

ସାଲେପୁର,୫।୫(ଡି.ଏନ୍‌.ଏ.): ପ୍ରଧାନମନ୍ତ୍ରୀ ଗ୍ରାମ ସଡ଼କ ଯୋଜନା-୨ରେ ମାଛୁଆତି-ପୁରୁଷୋତ୍ତମପୁର ନଈଗୁଆଁ ରାସ୍ତାର ବଲ୍ଲଭପୁର ରାଜସ୍ବ ଗ୍ରାମକୁ ସମ୍ପ୍ରସାରିତ ହୋଇଥିବା ରାସ୍ତା ଫାଟି ଆଁ କଲାଣି। ୧୧ମାସ ତଳେ ନିର୍ମାଣ ହୋଇଥିବା ଏହି ରାସ୍ତାରେ ନିମ୍ନମାନର କଞ୍ଚାମାଲ ବ୍ୟବହାର କରାଯାଇଥିବା ଅଭିଯୋଗ ହୋଇଛି। ଫଳରେ ଅନେକ ସ୍ଥାନରେ ଢଳେଇଗୁଡ଼ିକ ଫାଟିଯାଇଛି। ଏହାଦ୍ୱାରା ଅନେକ ସ୍ଥାନରେ ଗର୍ତ୍ତ ସୃଷ୍ଟି ହୋଇଛି। ସେହିପରି ରାସ୍ତାର ୩୦୦ମିଟରରୁ ଊର୍ଦ୍ଧ୍ୱ ପର୍ଯ୍ୟନ୍ତ ଏକ ରେଖା ଦୃଶ୍ୟମାନ ହେଉଛି। ବର୍ଷାଦିନେ ଏହି ରାସ୍ତା ଫାଟ ବଢ଼ିବାକୁ ଲାଗିବ ବୋଲି ଗ୍ରାମବାସୀଙ୍କ ପକ୍ଷରୁ ଆଶଙ୍କା ପ୍ରକାଶ ପାଇଛି। ଏ ସମ୍ପର୍କରେ ସାଲେପୁର ଗ୍ରାମ ଉନ୍ନୟନ ବିଭାଗର ଅତିରିକ୍ତ ନିର୍ବାହୀ ଯନ୍ତ୍ରୀଙ୍କୁ ନିକଟରେ ଗ୍ରାମବାସୀଙ୍କ ପକ୍ଷରୁ ଲିଖିତ ଅଭିଯୋଗ କରାଯାଇଛି। ଲୋକମାନଙ୍କ ସ୍ବାର୍ଥକୁ ଦୃଷ୍ଟିରେ ରଖି ବର୍ଷାଦିନ ପୂର୍ବରୁ ଏହାର ମରାମତି କାର୍ଯ୍ୟ ସଂପାଦନ କରିବାକୁ କଟକ ଜିଲା ବିଜେଡି ସାଧାରଣ ସମ୍ପାଦକ ତଥା ପୂର୍ବତନ ଜିଲାପରିଷଦ ସଭ୍ୟ ଚିରଞ୍ଜନ ମହାନ୍ତି ବିଭାଗୀୟ ଉଚ୍ଚ ପଦାଧିକାରୀଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି। ଏ ସମ୍ପର୍କରେ ଗ୍ରାମ ଉନ୍ନୟନ ସହକାରୀ ଯନ୍ତ୍ରୀ ସୁବାସ ରାଉତରାୟ କହିଛନ୍ତି, ଅଭିଯୋଗ ପାଇଛି। ଏହାର ତଦନ୍ତ କରି ତୁରନ୍ତ ପଦକ୍ଷେପ ନିଆଯିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri