ମରଣଯନ୍ତା ପାଲଟିଛି ରାସ୍ତା, ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି ଲୋକେ

ଗଞ୍ଜାମ,୧୧।୯ (ବିଦ୍ୟାଧର ସାହୁ ): ବାରଟି ୱାର୍ଡକୁ ନେଇ ଗଞ୍ଜାମ ଏନଏସି ଗଠିତ । ସହରକୁ ସଂଯୋଗ ବିଭିନ୍ନ ରାସ୍ତା ଏବେ ମରଣଯନ୍ତା ପାଲଟିଥିବା ଦେଖିବାକୁ ମିଳିଛି । ସାନ ବଜାର ରାଉଳ ସାହି, ଷ୍ଟେଟ ବ୍ୟାଙ୍କ ଗଳି, ଭାରତୀ ବିଦ୍ୟାପୀଠ ସମୁଖ ବ୍ରାହ୍ମଣ ଢମଣା ସାହି ଗଳି, ଦାସ ସାହି ଗଳି,ଯାତ୍ରୀ ବିଶ୍ରାମା ଗାର ଗଳି, ଓଡ଼ିଆ ଢମଣା ସାହି ଗଳି ରାସ୍ତା ତଥା ଜାତୀୟ ରାଜପଥ ସଂଯୋଗ ରାସ୍ତା ଏବଂ ତ୍ରିବେଣୀ ମଠ ଗଳି ଠାରୁ ପୁଇଁତୋଳା ଗ୍ରାମକୁ ସଂଯୋଗ ରାସ୍ତା ଅବସ୍ଥା ନ କହିବା ଭଲ। ଏଥିସହ ବିଭିନ୍ନ ସାହିର ରାସ୍ତା ଅବସ୍ଥା ଶୋଚନୀୟ ହୋଇ ପଡିଛି । ଘରକୁ ପାଇପ ଲାଇନ ନେବା ସମୟରେ ଲୋକେ ରୋଡ଼ କାଟି ପାଇପ ପକେଇ ଛାଡିଦେଇଥିବା ଯୋଗୁଁ ମୋଟର ସାଇକେଲ ଓ ସାଇକେଲରେ ଯାଉଥିବା ଲୋକେ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି । ଏଥିପ୍ରତି ପ୍ରଶାସନର ଦୃଷ୍ଟି ନପଡିବା ଦୁର୍ଭାଗ୍ୟର ବିଷୟ ବୋଲି ବୁଦ୍ଧିଜୀବୀ ମହାଲରେ ମତ ପ୍ରକାଶ ପାଇଛି। ବଜାର ମଝି ଭାରତୀ ବିଦ୍ୟାପୀଠ ସ୍କୁଲ ନିକଟରେ ଏବଂ ସାନବଜାର ଠାରେ ଥିବା ଶନିମନ୍ଦିର ନିକଟରେ ଓ ମଳୟ ବେହରାଙ୍କ ଗ୍ୟାରେଜ ସମ୍ମୁଖ ରାସ୍ତାରୁ ପିଚୁ ଉଠିଯାଇ ଛୋଟ ବଡ଼ ଗର୍ତ୍ତ ସୃଷ୍ଟି ହୋଇଛି । ସହରର ମୁଖ୍ୟ ରାସ୍ତା ହେତୁ ଦୈନଦିନ ଶହ ଶହ ଲୋକ ବିଭିନ୍ନ କାମରେ ବଜାରକୁ ଆସିଥାନ୍ତି । ଆଗକୁ ପାର୍ବଣ ଋତୁ। ବଜାର ସହ ବିଭିନ୍ନ ସାହି ଗୁଡିକରେ ଜନଗହଳି ର୍ପୂ୍‌ଣ୍ଣ ରହିବ ଏହି ଦୃଷ୍ଟି କୋଣରୁ ଯୁଦ୍ଧ କାଳୀନ ଭିତ୍ତିରେ ସାହି ରାସ୍ତା ମରାମତି କରାଯିବାକୁ ସ୍ଥାନୀୟ ଅଂଚଳବାସୀ ଦାବି କରିଛନ୍ତି। ଏ ସମ୍ପର୍କରେ ଏନଏସି ଇଓ ଅପର୍ଣ୍ଣା ଡାଙ୍ଗୁଆଙ୍କୁ ପଚାରିବାରେ ବିଭିନ୍ନ ସାହି ରାସ୍ତା ମରାମତି ଓ ନିର୍ମାଣ ପାଇଁ କାଉନସିଲ ବୈଠକରେ ରିଜୁଲେସନ ହୋଇଛି ଏବଂ କିଛି ରାସ୍ତା ନିର୍ମାଣ ପାଇଁ ଟେଣ୍ଡର କାର୍ଯ୍ୟ ମଧ୍ୟ ଆରମ୍ଭ ହୋଇଛି ଖୁବ୍‌ଶୀଘ୍ର ସମାଧାନ ହେବ ବୋଲି ସେ କହିଛନ୍ତି l


Enter your email to get our daily news in your inbox.

All Right Reserved By Dharitri.Com

ବିକ୍ରି ନ ହୋଇ ମଣ୍ଡିରେ ପଡ଼ିଛି ଧାନ, ଏପଟେ ବରଗଡ଼ରୁ ଆନ୍ଧ୍ରକୁ ହେଉଛି ଚାଲାଣ

ବରଗଡ଼,୧୩ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟାକୁ ମାସେ ବିତି ଯାଇଛି। ତେବେ ଜିଲାରେ ଏବେ ମଧ୍ୟ ଧାନ ଉଠାଣ ପ୍ରକ୍ରିୟା ଶୀଥିଳ ଗତିରେ…

ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷାଙ୍କ ବିୟୋଗ: ବାସଭବନରେ ପହଞ୍ଚି ପରିବାରବର୍ଗଙ୍କୁ ଭେଟିଲେ ମନ୍ତ୍ରୀ-ବିଧାୟକ

ଛତ୍ରପୁର,୧୩ା୬(ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନଙ୍କ ଗତ ବୁଧବାର ଅକାଳରେ ବିୟୋଗ ଘଟିଥିଲା। ଏ ନେଇ ଛତ୍ରପୁର ଓ ଆଖପାଖ ଅଞ୍ଚଳରେ ଶୋକ ଛାୟା…

ବିଲରୁ ଅଚିହ୍ନା ମହିଳାଙ୍କ ମୃତଦେହ ଜବତ

ହାଟଡିହୀ/ଆନନ୍ଦପୁର,୧୩ା୬(ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ତରତରା ଅଞ୍ଚଳରୁ ଜଣେ ପ୍ରାୟ ୪୫ ବର୍ଷ ବୟସ୍କା ମହିଳାଙ୍କ ମୃତଦେହ ଏକ ବିଲରୁ ଉଦ୍ଧାର…

କୋଟିଆ ନେରିଡିବାଲସାରେ ହାତୀ ଆତଙ୍କ, ଆନ୍ଧ୍ରରୁ ସିୟୁରା ଆଡ଼କୁ ଆସି…

ପଟାଙ୍ଗି,୧୩ା୬(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ କୋଟିଆ ପଞ୍ଚାୟତ ସୀମାନ୍ତ ଗ୍ରାମରେ ହାତୀ ଆତଙ୍କରେ ଲୋକେ ଭୟଭୀତ ହୋଇପଡ଼ିଛନ୍ତି। ସୂଚନା ଅନୁଯାୟୀ, ଉକ୍ତ…

ଓଲଟିଲା ଜିମ୍ପସନ୍‌ ବୋଝେଇ ହାଇଓ୍ବା, ବିଲ ଭିତରେ ପଡ଼ିଲା ସବୁତକ…

ପାଟଣା,୧୩ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ଢେଙ୍କିକୋଟ ପାଟଣା ୨୨୦ ନମ୍ବର ଜାତୀୟ ରାଜପଥ କୁଆପଶି ରାଇସିମିଲ୍‌ ପୋଖରୀ ନିକଟରେ ଶନିବାର ଏକ ଜିମ୍ପସନ ବୋଝେଇ ଓଡି ୨୧ଟି…

ପଡ଼ୋଶୀଙ୍କ ଆକ୍ରମଣରେ ଜଣେ ଗୁରୁତର, ଠେଙ୍ଗାମାଡ଼ରେ…

ଦିଗପହଣ୍ଡି,୧୩ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡି. ଆମ୍ବଠା ଗ୍ରାମର ଧ୍ରୁବ ରାଉତ ତାଙ୍କ ପଡ଼ୋଶୀ ଅର୍ଜୁନ ନାହାକଙ୍କୁ ଶନିବାର ସକାଳ ପ୍ରାୟ ସାଢ଼େ…

ନିର୍ମାଣାଧୀନ କାର୍ଯ୍ୟ ପରିଦର୍ଶନ କଲେ ମନ୍ତ୍ରୀ, ସମୀକ୍ଷା କରି କହିଲେ…

ଛତ୍ରପୁର,୧୩ା୬(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅନ୍ତର୍ଗତ ରଘୁନାଥପୁର ଛକଠାରେ ନିର୍ମାଣାଧୀନ ରିଙ୍ଗ୍‌ରୋଡ୍‌କୁ ଓଡ଼ିଶା ସରକାରଙ୍କ ଆଇନ, ପୂର୍ତ୍ତ ଓ ଅବକାରୀ ବିଭାଗର ମନ୍ତ୍ରୀ ପୃଥ୍ବୀରାଜ…

ବିବାହିତା ମହିଳାଙ୍କୁ ପ୍ରେମ କରିବା ପଡ଼ିଲା ମହଙ୍ଗା, ଯୁବକ ନେଲେ ଚରମ ନିଷ୍ପତ୍ତି…

ହାଟଡିହୀ/ଛେନାପଦୀ,୧୩ା୬(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ସୋସୋ ଥାନା ବଣିଆପଙ୍କ ଗ୍ରାମ ନିକଟରେ ଶନିବାର ଜଣେ ଯୁବକ ଜଣେ ବିବାହିତା ମହିଳାଙ୍କୁ ପ୍ରେମ କରି ଧୋକା ଖାଇବାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri