ସମ୍ଭାବ୍ୟ ବାତ୍ୟା ପାଇଁ ହଟିବ ରାସ୍ତାକଡରେ ଲାଗିଥିବା ହୋଡିଂ

ଜଗତ୍‌ସିଂହପୁର ଅଫିସ, ୨୩ା୫: ଜାତୀୟ ରାଜପଥ କଡ, ପାରାଦୀପ ଓ ଜଗତ୍‌ସିଂହପୁର ପୌରାଞ୍ଚଳରେ ଲାଗିଥିବା ହୋଡିଂଗୁଡିକୁ ମେ ୨୫ ତାରିଖ ସୁଦ୍ଧା କଢାଯିବ। ଏନେଇ ରବିବାର ବତ୍ୟା ମୁକାବିଲା ପାଇଁ ଅନୁଷ୍ଠିତ ଭର୍ଚୁଆଲ ସମୀକ୍ଷା ବୈଠକରେ ଜିଲାପାଳ ସଂଗ୍ରାମ କେଶରୀ ମହାପାତ୍ର କହିଛନ୍ତି।

ସମ୍ଭାବ୍ୟ ବାତ୍ୟାର ମୁକାବିଲା ନିମନ୍ତେ ଜିଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଶେଷ ହୋଇଛି। ସମସ୍ତ ମତ୍ସ୍ୟଜିବୀ ସମୁଦ୍ରରୁ ଫେରି ଆସିଛନ୍ତି। ୨୪ ତାରିଖରେ ଓଡ୍ରାଫ ଦଳଗୁଡିକ ପାରାଦୀପ, ଏରସମା, କୁଜଙ୍ଗ, ବାଲିକୁଦା ଓ ତିର୍ତ୍ତୋଲ ଅଞ୍ଚଳକୁ ସ୍ଥାନାନ୍ତରିତ ହେବେ । ୪୨ଟି ବହୁମୁଖୀ ଆଶ୍ରୟସ୍ଥଳୀ ଓ ୧୮୧ଟି ବିକଳ୍ପ ବାତ୍ୟା ଆଶ୍ରୟସ୍ଥଳୀ ଚିହ୍ନଟ କରାଯାଇଛି । ପ୍ରତ୍ୟେକ ଆଶ୍ରୟସ୍ଥଳୀରେ ୩ ଜଣ ଅଧିକାରୀ ନିୟୋଜିତ ହୋଇଛନ୍ତି । ସେମାନେ ସ୍ଥାନାନ୍ତରିତ ଲୋକଙ୍କ ଖାଇବା, ପିଇବା ଓ ସ୍ବାସ୍ଥ୍ୟ ଅବସ୍ଥା ବୁଝିବେ । ଜିଲାରେ ୨୬ଟି ପାୱାର ବୋଟ୍‌ ଓ ୨୦ଟି ଜେସିବି ପ୍ରସ୍ତୁତ ରଖାଯାଇଛି । ୬୦୦୦ ପଲିଥିନ୍‌ ସିଟ୍‌, ୫୧,୧୧୦ କ୍ବିଣ୍ଟାଲ ଚାଉଳ ଓ ୧୪,୦୦୦ ଲିଟରରୁ ଅଧିକ କିରୋସିନ ମହଜୁତ ରହିଛି । ପାରାଦୀପ କୋଭିଡ୍‌ ହସ୍ପିଟାଲ ଓ କୋଭିଡ୍‌ କେୟାର ସେଣ୍ଟର ପାଇଁ ୩୨୧ଟି ଅମ୍ଳଜାନ ସିଲିଣ୍ଡର, ୯୫ଟି କନ୍ସେଣ୍ଟ୍ରେଟର ମହଜୁତ ରଖାଯାଇଛି। ଆଶ୍ରୟସ୍ଥଳୀରେ ସ୍ଥାନାନ୍ତରିତ ଲୋକଙ୍କୁ ସଂଶୋଧିତ ଦର ଅନୁଯାୟୀ ବୟସ୍କଙ୍କୁ ୧୦୦ ଟଙ୍କା ଓ ଛୋଟ ପିଲାଙ୍କୁ ୬୦ ଟଙ୍କା ହିସାବରେ ଖାଦ୍ୟ ଯୋଗାଇ ଦିଆଯିବ। ଜିଲାରେ ବିଦ୍ୟୁତ ଖୁଣ୍ଟ ଓ କେବୁଲ ଯଥେଷ୍ଟ ପରିମାଣରେ ମହଜୁତ ଅଛି । ୫୬ଟି ମୋବାଇଲ ଭ୍ୟାନ୍‌, ୧୩୨ଟି ଓଭରହେଡ୍‌ ଟାଙ୍କି ଓ ହ୍ୟାଣ୍ଡ ପମ୍ପ ମାଧ୍ୟମରେ ପାନୀୟ ଜଳ ଯୋଗାଇ ଦିଆଯିବ। ଯେଉଁମାନଙ୍କ ଥଣ୍ଡା, କାଶ, ଛିଙ୍କ, ଜ୍ୱରର ଲକ୍ଷଣ ଦେଖାଯିବ ସେମାନଙ୍କର ଆଣ୍ଟିଜେନ୍‌ ଟେଷ୍ଟ କରାଯାଇ ସଂକ୍ରମିତଙ୍କୁ କ୍ଲଷ୍ଟର ଟିଏମ୍‌ସକୁ ସ୍ଥାନାନ୍ତରିତ କରାଯିବ । ତଳିଆ ଅଞ୍ଚଳରେ ବର୍ଷା ପାଣି ଜମିବାର ସମ୍ଭାବନା ଥିବାରୁ ଜଳସମ୍ପଦ ବିଭାଗ ପ୍ରସ୍ତୁତ ରହିଛି ବୋଲି ଜିଲାପାଳ କହିଛନ୍ତି। ବୈଠକରେ ଏସ୍‌ପି ପ୍ରକାଶ ଆର୍‌, ଅତିରିକ୍ତ ଜିଲାପାଳ ସଚିଦାନନ୍ଦ ସାହୁ, ଚିନ୍ମୟୀ ବିଶ୍ୱାଳ, କାହ୍ନୁଚରଣ ଧୀର, ଡିଆର୍‌ଡିଏ ପ୍ରକଳ୍ପ ନିର୍ଦ୍ଦେଶକ ସରୋଜକାନ୍ତ ମହାନ୍ତିଙ୍କ ସମେତ ବିଭିନ୍ନ ବ୍ଲକର ବିଡିଓ, ତହସିଲଦାର, ଜିଲା ଯୋଗାଣ ଅଧିକାରୀ, ମତ୍ସ୍ୟ, ପ୍ରାଣୀ ସମ୍ପଦ ଅଧିକାରୀ ପ୍ରମୁଖ ଅଂଶ ଗ୍ରହଣ କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଚା’ ପିଇ କଲେଜକୁ ଫେରୁଥିଲେ, ଧକ୍କା ଦେଲା ସ୍ପିଡ ବାଇକ୍‌; ଡାକ୍ତରୀ ଛାତ୍ରୀ ଗୁରୁତର

ବଲାଙ୍ଗୀର,୧୪।୨ -( ସୁନିଲ କୁମାର ମହାନ୍ତି) ବଲାଙ୍ଗୀର ସହର ଭିଆଇପି ରାସ୍ତା ତଥା ଭାଗିରଥି ଛକରୁ ସର୍କିଟ ହାଉସ୍ ରାସ୍ତାରେ ଜଣେ ସ୍ପିଡ ବାଇକ ଆରୋହୀଙ୍କ ଧକ୍କାରେ…

ପ୍ରେମ ବିବାହ କରିଥିବା ଯୁବକଙ୍କୁ ଅପହରଣ, ବାପାଙ୍କ ନାଁରେ ଥାନାରେ ଏତଲା ଦେଲେ ଝିଅ

ତୁମୁଡିବନ୍ଧ,୧୪ା୨(ଦୀପକ କୁମାର ପରାସେଠ)- ଭଲପାଇ ପ୍ରେମ ବିବାହ କରିଥିବା ଜଣେ ଯୁବକଙ୍କୁ ଅପହରଣ କରାଯାଇଛି। କନ୍ଧମାଳ ଜିଲାର ଏହି ଯୁବକ ପୁରୀ ଜିଲାର ଏକ ଗ୍ରାମରେ ଡାକ…

ଭୁଶୁଡ଼ିଲା ନିର୍ମାଣାଧୀନ ମେଟ୍ରୋ ସ୍ଲାବ୍‌: ଚାଲିଗଲା ଜଣଙ୍କ ଜୀବନ, ମୁଖ୍ୟମନ୍ତ୍ରୀଙ୍କ ତଦନ୍ତ ନିର୍ଦ୍ଦେଶ

ମୁମ୍ବାଇ,୧୪ା୨: ମୁମ୍ବାଇର ମୁଲୁନ୍ଦ ଅଞ୍ଚଳରେ ଏକ ଅଘଟଣ ଘଟିଛି। ଏକ ନିର୍ମାଣାଧୀନ ମେଟ୍ରୋ ରେଳ ପ୍ରକଳ୍ପର ଏକ ସ୍ଲାବ୍‌ ଶନିବାର ଭୁଶୁଡ଼ି ପଡ଼ିବାରୁ ଜଣଙ୍କର ମୃତ୍ୟୁ ଘଟିଛି।…

ଏପିଓଙ୍କୁ ତାଗିଦ କରିବାରୁ ବିଡିଓଙ୍କ ନାମରେ ଏତଲା, ତଦନ୍ତ ନିର୍ଦ୍ଦେଶ ଦେଲେ ଗଞ୍ଜାମ ଜିଲାପାଳ

ଦିଗପହଣ୍ଡି,୧୪।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କାର୍ଯ୍ୟାଳୟ ଅତିରିକ୍ତ କାର୍ଯ୍ୟକ୍ରମ ଅଧିକାରୀ (ଏପିଓ) ଅରୁଣ କୁମାର ସ୍ବାଇଁ ଦୀର୍ଘଦିନ ହେଲା କାର୍ଯ୍ୟରେ ଅବହେଳା କରିଆସୁଛନ୍ତି।ନିଶାସକ୍ତ…

ରାତି ପାହିଲେ ଜାଗର: ଶୃଙ୍ଖଳିତ ଦର୍ଶନକୁ ଗୁରୁତ୍ୱ

ଭୁବନେଶ୍ୱର,୧୪।୨: ରାତି ପାହିଲେ ଜାଗର। ଏନେଇ ଲିଙ୍ଗରାଜ ମନ୍ଦିର ଚଳଚଞ୍ଚଳ ହୋଇ ପଡିଥିବା ବେଳେ ଝଲସି ଉଠୁଛି ମନ୍ଦିର ପରିସର। ରାତି ୧୦ଟାରେ ଉଠିବ ମହାପ୍ରଭୁ ଲିଙ୍ଗରାଜଙ୍କ…

୩ ଦିନ ବ୍ୟବଧାନରେ ପୁଣି ବୁଲିଲା ଖଣ୍ଡା, ଫୁଟିଲା ଗୁଳି; ବୈଶିଙ୍ଗାରେ ବଢୁଛି ଅସମାଜିକ ବ୍ୟକ୍ତିଙ୍କ ଦୌରାତ୍ମ୍ୟ 

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲ୍ଲାର ବୈଶିଙ୍ଗା ଥାନା ଅଞ୍ଚଳ ଅଶାନ୍ତ ହୋଇଉଠିଛି। ଶୁକ୍ରବାର ୮  ଜଣ କୁଖ୍ୟାତ ଆନ୍ତଃରାଜ୍ୟ ଡ଼କାୟତଙ୍କୁ ବିଭିନ୍ନ ମାରଣାସ୍ତ୍ର ସହ ଧରି କୋର୍ଟ…

ଯେଉଁ ପିଚ୍‌ରେ ଜିମ୍ବାଓ୍ବେ ଅଷ୍ଟ୍ରେଲିଆକୁ ପରାସ୍ତ କରିଥିଲା, ସେହି ପିଚ୍‌ରେ ହେବ ଭାରତ-ପାକିସ୍ତାନ ମ୍ୟାଚ୍‌

କଲମ୍ବୋ,୧୪ା୨- ଭାରତ ଓ ପାକିସ୍ତାନ ମଧ୍ୟରେ ଖେଳାଯିବାକୁ ଥିବା ଟି୨୦ ବିଶ୍ୱକପ୍‌ ମ୍ୟାଚ୍‌ ଆର୍‌ ପ୍ରେମଦାସା ଷ୍ଟାଡିୟମରେ ଏକ ବ୍ୟବହୃତ ପିଚ୍‌ରେ ହେବ। ଏଣୁ ପିଚ୍‌ ଧିମା…

ନାଇକସାହିରେ ବ୍ୟାପୁଛି ଜଣ୍ଡିସ: ୯ ବର୍ଷୀୟ ଶିଶୁ ମୃତ,ଗ୍ରାମବାସୀଙ୍କ ମଧ୍ୟରେ ଆତଙ୍କ…

ବଞ୍ଚୋ, ୧୪ା୨(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ବଞ୍ଚୋ ପଞ୍ଚାୟତର ନାଇକସାହିରେ ଜଣ୍ଡିସ ରୋଗ ବ୍ୟାପିବାରୁ ଗ୍ରାମବାସୀଙ୍କ ମଧ୍ୟରେ ଆତଙ୍କ ଦେଖାଦେଇଛି। ଶୁକ୍ରବାର ୯ବର୍ଷୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri