ଘରେ ପଶି ଦୁର୍ବୃତ୍ତ ଲୁଟି ନେଲେ ସମସ୍ତ ସୁନା ଅଳଙ୍କାର ସହ ନଗଦ ଟଙ୍କା

ଗୋପାଳପୁର,୮ା୧୧(ନବୀନ ରାଜ ଆଚାରୀ): ଗଞ୍ଜାମ ଜିଲା ଅଧିନସ୍ଥ ସାନକୁସ୍ଥଳୀ ଗ୍ରାମରେ ଦୁର୍ବୃତ୍ତମାନେ କବାଟ ତାଡ଼ି ଘରେ ପଶି ଚୋରି କରିଥିବା ନେଇ ଗୋପାଳପୁର ଥାନାରେ ଅଭିଯୋଗ ହୋଇଛି। ଏ ନେଇ ପୋଲିସ ଏକ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି।

ସୂଚନାନୁସାରେ ଏହି ଥାନା ଅନ୍ତର୍ଗତ ସାନକୁସ୍ଥଳୀ ଗ୍ରାମର ସୁକାନ୍ତ କୁମାର ସାହୁଙ୍କ ପରିବାର ରହୁଥିଲେ। ସବୁଦିନ ଭଳି ତାଙ୍କ ପରିବାର ଖାଇ ସାରି ମଙ୍ଗଳବାର ରାତିରେ ଶୋଇପଡ଼ିଥିଲେ। ଏହାର ସୁଯୋଗ ନେଇ ବିଳମ୍ବିତ ରାତିରେ ଦୁର୍ବୃତ୍ତମାନେ ମୁଖ୍ୟ କବାଟ ତାଡ଼ି ଘରେ ପଶିଥିଲେ। ଆଲମିରା ଭାଙ୍ଗି ୬ଭରି ସୁନା ଅଳଙ୍କାର, ନଗଦ ୨୦ ହଜାର ଟଙ୍କା ଓ ମୂଲ୍ୟବାନ କାଗଜପତ୍ର ନେଇ ଚମ୍ପଟ ମାରିଥିଲେ। ସକାଳେ ସୁକାନ୍ତ ଉଠିଲା ବେଳେ ଚୋରି ହୋଇଥିବା ନେଇ ଜାଣିବାକୁ ପାଇଥିଲେ। ଖବର ପାଇ ଗୋପାଳପୁର ଥାନା ପୋଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଥିଲା। ଏ ନେଇ କେସ୍‌ ନଂ ୪୫୨/୨୩ରେ ଏକ ମାମଲା ରୁଜୁ ହୋଇଛି। ପୋଲିସ ମାମଲା ରୁଜୁ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱକପ୍‌ ନକ୍‌ଆଉଟ୍‌ରେ କାନାଡାର ପ୍ରଥମ ବିଜୟ

ଇଙ୍ଗଲେଉଡ,୨୯ା୬: ଷ୍ଟିଫେନ ୟୁଷ୍ଟାକିଓଙ୍କ ଗୋଲ ବଳରେ ଇଙ୍ଗଲେଉଡରେ ଖେଳାଯାଇଥିବା ରାଉଣ୍ଡ ଅଫ୍‌-୩୨ ମ୍ୟାଚ୍‌ରେ କାନାଡା ୧-୦ ଗୋଲରେ ଦକ୍ଷିଣ ଆଫ୍ରିକାକୁ ପରାସ୍ତ କରିଛି। ଫିଫା ବିଶ୍ୱକପ୍‌ ଇତିହାସରେ…

ପ୍ରେମ ବିବାହକୁ କେନ୍ଦ୍ର କରି ଆକ୍ରମଣ: ବନ୍ଧା ହେଲେ ୭ ଅଭିଯୁକ୍ତ

ଥୁଆମୂଳ ରାମପୁର,୨୯ା୬(ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ଥାନା ତାରାଗାଁଠାରେ ଏକ ଦଳିତ ପରିବାର ଉପରେ ହୋଇଥିବା ଆକ୍ରମଣ ଘଟଣାରେ ପୋଲିସ ସୋମବାର ୭ ଅଭିଯୁକ୍ତଙ୍କୁ ଗିରଫ କରି…

ବିଧାୟକ ସିଦ୍ଧାନ୍ତ ମହାପାତ୍ର ନେଲେ ବଡ଼ ନିଷ୍ପତ୍ତି: ଖେମୁଣ୍ଡି ଲୋକ ମହୋତ୍ସବ ପାଇଁ ପ୍ରସ୍ତୁତି ଜୋରଦାର

ଦିଗପହଣ୍ଡି, ୨୯।୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ରାଜସ୍ବ ବଙ୍ଗଳା ସମ୍ମିଳନୀ କକ୍ଷରେ ସୋମବାର ଖେମୁଣ୍ଡି ଲୋକ ମହୋତ୍ସବ ଆୟୋଜନ କରିବା ନିମନ୍ତେ ଏକ ପ୍ରସ୍ତୁତି…

ମା’ ମଝିଘରିଆଣୀ ମନ୍ଦିରରୁ ରେକର୍ଡ ଆୟ: ୧.୨୬ କୋଟିରୁ ଅଧିକ ଟଙ୍କା ସହ ୩୨ ଗ୍ରାମ୍‌ ମିଳିଲା ସୁନା

ରାୟଗଡ଼ା,୨୯।୬(କୈଳସ ଚନ୍ଦ୍ର ପୃଷ୍ଟି ): ରାୟଗଡ଼ା ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ମଝିଘରିଆଣୀଙ୍କ ମନ୍ଦିରର ୯ଟି ଦାନହୁଣ୍ଡି ସୋମବାର ସକାଳେ କଡ଼ା ସୁରକ୍ଷା ମଧ୍ୟରେ ଖୋଲାଯାଇଛି। ମାଜିଷ୍ଟ୍ରେଟ୍‌,…

ଆଫଗାନିସ୍ତାନ ସୀମାରେ ପାକ୍‌ର ବଡ଼ ସାମରିକ କାର୍ଯ୍ୟାନୁଷ୍ଠାନ

ଇସ୍‌ଲାମାବାଦ,୨୯ା୬: ଆଫଗାନିସ୍ତାନ ସୀମାରେ ପାକିସ୍ତାନୀ ସୁରକ୍ଷା ବଳର କାର୍ଯ୍ୟାନୁଷ୍ଠାନରେ ୨୯ଜଣ ଆତଙ୍କବାଦୀ ନିହତ ହୋଇଥିବା ଇସ୍‌ଲାମାବାଦ ସୋମବାର କହିଛି। ଏହି ସଦ୍ୟ ଉତ୍ତେଜନାକୁ ନେଇ ଉଭୟ କାବୁଲ…

ମିଳିନି ଧାନ ବିକ୍ରି ଟୋକନ: ଆତ୍ମାହୁତି ଧମକ ଦେଲେ ଚାଷୀ

ବରଗଡ,୨୯।୬(ପ୍ରେମାନନ୍ଦ ଖମାରୀ): ବରଗଡ ଜିଲାରେ ଧାନ ବିକ୍ରିରେ ଟୋକନ ସମସ୍ୟାକୁ ନେଇ ଦିନକୁ ଦିନ ସ୍ଥିତି ସଙ୍ଗିନ ହେବାରେ ଲାଗିଛି । ବରଗଡ ଜିଲା ବିଜେପୁର ବ୍ଲକ…

ସାଧାରଣ ଲେକଙ୍କୁ ବଡ଼ ଆଶ୍ୱସ୍ତି: ସରକାର କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୯।୬:ସରକାର ପେଟ୍ରୋଲ ଏବଂ ଡିଜେଲ ସମ୍ପର୍କରେ ଜନସାଧାରଣଙ୍କୁ ଗୁରୁତ୍ୱପୂର୍ଣ୍ଣ ଆଶ୍ୱସ୍ତି ପ୍ରଦାନ କରିଛନ୍ତି। କେନ୍ଦ୍ର ସରକାର ପେଟ୍ରୋଲ ଏବଂ ଡିଜେଲର ବିକ୍ରୟ ଏବଂ ବଣ୍ଟନ ଉପରେ ଅସ୍ଥାୟୀ…

ଉଦ୍ୟୋଗୀମାନଙ୍କୁ ମାଗଣାରେ ମିଳିବ ଋଣ-ସବସିଡ଼ି: ବିକଶିତ ଓଡ଼ିଶା ପାଇଁ ଏମଏସଏମଇ…

ଦିଗପହଣ୍ଡି,୨୯।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୁଞ୍ଜିକଂୟା ଛକ କବିସୂର୍ଯ୍ୟ ବଳଦେବ ରଥ କଲ୍ୟାଣ ମଣ୍ଡପ ରେ ବ୍ଲକ ପ୍ରଶାସନ ପକ୍ଷରୁ ସୋମବାର ବିକଶିତ ଓଡ଼ିଶା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri