ଜୟପୁର,୯ା୧୦: ରାଜସ୍ଥାନର ସିକରରେ ଥିବା ବ୍ୟାଙ୍କ ଲୁଟିବା ପାଇଁ ଜଣେ ଦୁର୍ବୃତ୍ତ ଆସିଥିବା ବେଳେ ପୋଲିସ ହାତରେ ଧରା ପଡ଼ିଛନ୍ତି। ଫଳରେ ଡକାୟତି ଉଦ୍ୟମ ପଣ୍ଡ ହୋଇଛି। ସିକର ଉଦ୍ୟୋଗ ନଗର ଥାନା ଅନ୍ତର୍ଗତ କାନାଡା ବ୍ୟାଙ୍କକୁ ଜଣେ ଅପରାଧୀ ଲୁଟିବା ପାଇଁ ଆସିଥିଲେ। ଶୁକ୍ରବାର ସକାଳେ ବ୍ୟାଙ୍କ ଖୋଲିବା ପରେ ଲୁଟେରା ଜଣଙ୍କ ହାତ ହତିଆର ଧରି ବ୍ୟାଙ୍କରେ ପଶି କର୍ମଚାରୀମାନଙ୍କୁ ଭୟଭୀତ କରାଇଥିଲେ। ଏଥିସହିତ ୧ କୋଟିରୁ ଅଧିକ ଟଙ୍କା ଏବଂ ୧୫ରୁ ୨୦ କିଲୋଗ୍ରାମ ସୁନା ଗହଣା ନେଇଯାଇଥିଲେ। ଯେତେବେଳେ ଏହି ଦୁର୍ବୃତ୍ତଜଣକ ବ୍ୟାଙ୍କରେ ଲୁଟିବା ପାଇଁ ପଶିଥିଲେ ଠିକ୍ ଏହାର ଗୋଟିଏ ମିନିଟ୍ ପୂର୍ବରୁ ବ୍ୟାଙ୍କ ମ୍ୟାନେଜର ତାଙ୍କ ଭିଣୋଇ ଡ. ମହେଶ ଶରଣଙ୍କ ସହ ଫୋନ୍ରେ କଥା ହେଉଥିଲେ। ଦୁର୍ବୃତ୍ତଜଣକ ବ୍ୟାଙ୍କରେ ପଶି ଲୁଟ୍ ଆରମ୍ଭ କରିବା ସମୟରେ ବ୍ୟାଙ୍କ ମ୍ୟାନେଜର ଫୋନ୍ କାଟି ନ ଥିଲେ। ଯାହାକି ତାଙ୍କର ଭିଣୋଇ ବ୍ୟାଙ୍କ ଭିତରେ ଯାହା ସବୁ ହେଉଛି ଶୁଣିପାରୁଥିଲେ। ସେ ସଙ୍ଗେ ସଙ୍ଗେ ପୋଲିସକୁ ଜଣାଇଥିଲେ। ପରେ ଏସ୍ଆଇ କଞ୍ଚନ, କନଷ୍ଟେବଳ ଦୁର୍ଗା ରାମ, ଦେବୀଲାଲ ଏବଂ ଡ୍ରାଇଭର ରାୟ ବାହାଦୂର ବ୍ୟାଙ୍କରେ ପହଞ୍ଚିଥିଲେ। ପୋଲିସକୁ ଦେଖି ଖାଲି ବନ୍ଧୁକ ଚାଳନା କରି ଖସି ପଳାଇଯିବାକୁ ଚେଷ୍ଟା କରୁଥିବା ଲୁଟେରା ଜଣକ ପୋଲିସ ହାତରେ ସହଜରେ ଧରା ପଡ଼ିଯାଇଥିଲେ।
କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍ର ପ୍ରଥମ ବିଜୟ
କୋଲକାତା,୨ା୪: ହେନରିଚ୍ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍(ଏସ୍ଆର୍ଏଚ୍) ୬୫ ରନରେ କୋଲକାତା ନାଇଟ୍ ରାଇଡର୍ସ (କେକେଆର)କୁ ପରାସ୍ତ…
ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?
ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…
ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ
ବୋକାଜାନ୍,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…
ପୂର୍ବ ଶତ୍ରୁତାରୁ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ, ଜାମିନ ନାମଞ୍ଜୁର ପରେ ଅଭିଯୁକ୍ତ…
ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ କରିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ଜଣେ ବ୍ୟକ୍ତିଙ୍କୁ ଗିରଫ…
ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’
ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…
ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ
ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…
ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…
ଭୁବନେଶ୍ୱର,୨।୪: ରାଜ୍ୟରେ ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…
ବିଚ୍ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର
ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…
Archives

