ଯୁବତୀଙ୍କୁ ଏକୁଟିଆ ପାଇ ବେକରୁ ଚେନ୍‌ ଛିଡ଼ାଇ ଚମ୍ପଟ ମାରିଲେ ଲୁଟେରା

ଧାମନଗର,୨୩ା୨(ଦେବେନ୍ଦ୍ର ଆନ୍ଦିଆ): ଭଦ୍ରକ ଜିଲା ଧାମନଗର ଥାନା ଅଞ୍ଚଳରେ ଏବେ ଲୁଟେରାଙ୍କ ପ୍ରାଦୁର୍ଭାବ ଦେଖାଦେଇଛି। ଶୁକ୍ରବାର ସକାଳୁ ଜଣେ ଲୁଟେରା ଧାମନଗର-ଜାହାଙ୍ଗୀର ରାସ୍ତାର ରାମେଶ୍ବରପୁର ଛକ ଗେଟ୍‌ ନିକଟରେ ଜଣେ ଯୁବତୀଙ୍କୁ ଏକୁଟିଆ ପାଇ ସୁନା ଚେନ୍‌ ବେକରୁ ଛିଡ଼ାଇ ଚମ୍ପଟ ମାରିଛନ୍ତି।

ସୂଚନାଯୋଗ୍ୟ, କଣ୍ଟଦା ଗ୍ରାମର ଶୁଭସ୍ମିତା (୨୦) ଶୁକ୍ରବାର ଭୋର୍‌ ସମୟରେ କୋଲକାତା ଯିବା ପାଇଁ ତାଙ୍କ ବାପା ସୁଧୀର ପତିଙ୍କୁ ଛାଡ଼ିବା ପାଇଁ ଏକ ସ୍କୁଟିରେ ଧାମନଗର ଛକ ଜାତୀୟ ରାଜପଥକୁ ଯାଇଥିଲେ। ସେଠାରେ ବାପାଙ୍କୁ ଛାଡ଼ି କଣ୍ଟଦାକୁ ଫେରୁଥିବା ସମୟରେ ରାମେଶ୍ବର ଛକ ରକ୍ଷାକାଳୀଙ୍କ ଗେଟ୍‌ ଠାରେ ଜଣେ ଲୁଟେରା ପଛରୁ ଫଲୋ କରି ଆସି ତାଙ୍କ ସ୍କୁଟିକୁ ସାଇଡ୍‌ ମାରିବାରୁ ଶୁଭସ୍ମିତା ତଳେ ପଡ଼ିଯାଇଥିଲେ। ଏହାର ସୁଯୋଗ ନେଇ ଲୁଟେରା ଜଣଙ୍କ ଶୁଭସ୍ମିତାଙ୍କ ବେକରୁ ଚେନ୍‌ ଛିଡ଼ାଇ ନେଇ ଦ୍ରୁତ ଗତିରେ ଫେରାର ହୋଇଯାଇଥିଲେ। ଏନେଇ ଶୁଭସ୍ମିତା ଧାମନଗର ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ପୋଲିସ ଘଟଣାର ତଦନ୍ତ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

ଦମ୍‌ଦାର ବିଜୟ: ୨-୧ରେ ସିରିଜ କବଜା କଲା ଟିମ୍‌ ଇଣ୍ଡିଆ

ବିଶାଖାପାଟଣା,୬।୧୨: ବିଶାଖାପାଟଣାରେ ଶନିବାର ଖେଳାଯାଇଥିବା ତୃତୀୟ ଦିନିକିଆ ମ୍ୟଚ୍‌ରେ ଯଶସ୍ବୀ ଜୟସ୍ବାଲଙ୍କ ଦମ୍‌ଦାର ଶତକ ସହ ଭାରତ ୯ ଉଇକେଟରେ ବିଜୟ ହାସଲ କରିଛି। ଏହା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri