ଖୁଡ଼ୀ-ଝିଆରୀଙ୍କ ପାଟିରେ ସେଲୋଟେପ୍‌ ଲଗାଇ ଲୁଟେରା ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନାଗହଣା

ଅନୁଗୋଳ,୧୨ା୨(ମାନସ ବିଶ୍ୱାଳ): ଅନୁଗୋଳ ଜିଲା ବଅଁରପାଳ ଥାନା ଗଡ଼ସନ୍ଧି ପଞ୍ଚାୟତର ଭାଗବତପୁର ଗ୍ରାମରେ ମଙ୍ଗଳବାର ରାତିରେ ଖୁଡୀ ଓ ଝିଆରୀଙ୍କ ପାଟିରେ ସେଲଟେପ୍‌ ଲଗାଇ ତଣ୍ଟିରେ ଛୁରି ଲଗାଇ ଟଙ୍କା, ସୁନା ଲୁଟ୍‌ କରୁଥିବାର ବଅଁରପାଳ ଥାନାରେ ଅଭିଯୋଗ ହୋଇଛି। ଲୁଟ୍‌ର ଶିକାର ହୋଇଛନ୍ତି ବିଜୟ ଭୂତିଆଙ୍କ ପରିବାର।

ସୂଚନା ମୁତାବକ ରାତି ୮ଟା ୩୦ରେ ଏହିପରି ଅଘଟଣା ଘଟିଛି। ଖୁଡ଼ୀ, ଝିଆରୀ, ଦୁଇ ଛୁଆଙ୍କୁ ନେଇ ଘରେ ଉପସ୍ଥିତ ଥିଲେ। ଘର ମଧ୍ୟକୁ ପ୍ରାୟ ୫ରୁ ଊର୍ଦ୍ଧ୍ୱ ଦୁର୍ବୃତ୍ତ ପ୍ରବେଶ କରି ଭିତର ପାଖରୁ କବାଟ ବନ୍ଦ କରି ଖୁଡ଼ୀଙ୍କୁ ମୁହଁରେ ସେଲୋଟେପ୍‌ ବାନ୍ଧି ହାତକୁ ପିଟିବା ସହ ଝିଆରୀଙ୍କ ବେକରେ ଛୁରି ଲଗାଇ ଛୁଆଙ୍କୁ ହତ୍ୟା ଧମକ ଦେବା ସହ ନଗଦ ୪ ଲକ୍ଷ ଟଙ୍କା ଓ ପ୍ରାୟ ୭ ଲକ୍ଷ ଟଙ୍କାର ସୁନା ଅଳଙ୍କାର ଲୁଟି ଫେରାର ହୋଇଯାଇଛନ୍ତି। ଲୁଟ୍‌ ସମ୍ବନ୍ଧରେ ଗ୍ରାମରେ ଜଣାଇବା ପରେ ଗ୍ରାମବାସୀ ଥାନାକୁ ଖବର ଦେଇଥିଲେ। ଘଟଣାସ୍ଥଳରେ ଆଡିଶନାଲ ଏସ୍‌ପି ଭର୍ଷିତା ଆଡେପୁ, ଏସ୍‌ଡିପିଓ ରମାକାନ୍ତ ମହାଳିକ, ଥାନା ଅଧିକାରୀ ଦୁଷ୍ମନ୍ତ କୁମାର ସିଂହ, ଏସ ଆଇ ଅମିତ୍‌ ମିଶ୍ର, ଏଏସ୍‌ଆଇ ଜେ କେ ସାଏ, ଏଏସ୍‌ ଆଇ ବିଜୟଲକ୍ଷ୍ମୀ ନାୟକ ପହଞ୍ଚି ଲୁଟ୍‌ ଘଟଣାର ତଦନ୍ତ ଆରମ୍ଭ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାରବାଟୀ ମ୍ୟାଚ୍‌ ପାଇଁ ଗଡ଼ିବ ସ୍ବତନ୍ତ୍ର ବସ୍‌, ଭଡ଼ା ରହିଛି…

କଟକ,୬ା୧୨: ଆସନ୍ତା ୯ ତାରିଖରେ ବାରବାଟୀରେ ହେବ ଦମ୍‌ଦାର ଲଢ଼େଇ। ଭାରତ ସହ ଦକ୍ଷିଣ ଆଫ୍ରିକା ମଇଦାନକୁ ଓହ୍ଲାଇବ। ତେବେ ଏହି ମ୍ୟାଚ୍‌ ଦେଖିବା ପାଇଁ...

କମାଲ ଦେଖାଇଲେ ଶିଶୁ ବୈଜ୍ଞାନିକ, ଜିଲାପାଳ କହିଲେ…

ବରଗଡ଼,୬ା୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ରାଣା ପ୍ରତାପ ସ୍କୁଲ ପଡ଼ିଆରେ ଶନିବାର ଜିଲାସ୍ତରୀୟ ବିଜ୍ଞାନ ମେଳା ଉଦ୍‌ଘାଟିତ ହୋଇଛି। ଜିଲା ଶିକ୍ଷା ଅଧିକାରୀ ଜ୍ୟୋତିକାନ୍ତ ସାହୁଙ୍କ ଅଧ୍ୟକ୍ଷତା...

ଫିଫା ବିଶ୍ୱକପ୍‌ ଲାଗି ଡ୍ର’ ଉଠାଣ: ଜାଣନ୍ତୁ କେଉଁ ଦଳ କେବେ କାହାକୁ ଭେଟିବ…

ଓ୍ବାଶିଂଟନ,୬ା୧୨: ଆସନ୍ତା ବର୍ଷ ଆମେରିକା, କାନାଡା ଓ ମେକ୍ସିକୋରେ ହେବାକୁ ଯାଉଥିବା ଫିଫା ବିଶ୍ୱକପ୍‌ ଲାଗି ଶନିବାର ଡ୍ର’ ଉଠାଣ ପ୍ରକ୍ରିୟା ଅନୁଷ୍ଠିତ ହୋଇଯାଇଛି। ଏଥିସହିତ...

ଲାଞ୍ଚ ନେବାବେଳେ ଏଡିଇଓଙ୍କୁ ରେଡ୍‌ ହ୍ୟାଣ୍ଡରେ ଧରିଲା ଭିଜିଲାନ୍ସ, ପାଖରୁ ମିଳିଲା…

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବଡ଼ସାହି ବ୍ଲକ୍‌ ଅଧୀନ ତାଳପଦା ପଞ୍ଚାୟତ ଆକାଉଣ୍ଟାଣ୍ଟ କମ୍‌ ଡାଟା ଏଣ୍ଟ୍ରି ଅପରେଟର(ଏଡିଇଓ) ଲାଞ୍ଚ ନେଇ ଭିଜିଲାନ୍ସ ହାତରେ...

ନାଡ଼ାପାଟାଙ୍ଗ, ମାଣିକୁଟିକୁ ନୂତନ ପଞ୍ଚାୟତ କରିବା ପାଇଁ ଦାବିପତ୍ର

ବାଲିଗୁଡ଼ା, ୬।୧୨(ସଞ୍ଜୟ ପାଣିଗ୍ରାହୀ): ବାଲିଗୁଡ଼ା ବ୍ଲକ୍‌ ଅନ୍ତର୍ଗତ ବାରଖମା ପଞ୍ଚାୟତର ନାଡ଼ାପାଟାଙ୍ଗ ଏବଂ ସିନ୍ଦ୍ରିଗାଁ ପଞ୍ଚାୟତର ମାଣିକୁଟିକୁ ନୂତନ ପଞ୍ଚାୟତ କରିବା ପାଇଁ ଉପଜିଲାପାଳଙ୍କ ଜରିଆରେ...

ବାରବାଟୀରେ ଖେଳିପାରନ୍ତି ଶୁବମନ ଗିଲ୍‌

ଭୁବନେଶ୍ୱର,୬ା୧୨(ଅନାଦି କର): ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ମ୍ୟାଚ୍‌କୁ ଆଉ...

ଗାଧୋଇବା ପାଇଁ ଯାଉଥିବା ବେଳେ ମରଣାନ୍ତକ ଆକ୍ରମ: ଏବେ ଆସିଲା ବଡ଼ ରାୟ

ଦିଗପହଣ୍ଡି,୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ଶନିବାର ଆଙ୍କୋରଡ଼ା ଗ୍ରାମର ଜେ.ଉଗ୍ରସେନଙ୍କୁ ଏକ ମରଣାନ୍ତକ ଆକ୍ରମଣ ଘଟଣାରେ ମୁଖ୍ୟ ଅଭିଯୁକ୍ତ ଦର୍ଶାଇ ଗିରଫ...

ଛାତ୍ରୀଛାତ୍ରଙ୍କ ସ୍ବାସ୍ଥ ପାଇଁ ତତ୍ପର:  ଚିକିତ୍ସା ପାଇଁ ଅନ୍ୟତ୍ର ଯିବାକୁ…

ଦାରିଙ୍ଗବାଡି,୬।୧୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଠାରେ ଥିବା ଓଡ଼ିଶା ଆଦର୍ଶ ବିଦ୍ୟାଳୟ ପରିସର ମଧ୍ୟରେ ଶନିବାର ଛାତ୍ରୀଛାତ୍ରଙ୍କ ଚକ୍ଷୁ ପରୀକ୍ଷା ଓ ପ୍ରାଥମିକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri