ବରଗଡ଼ ପୋଲିସକୁ ବଡ଼ ସଫଳତା: ଧରାପଡ଼ିଲେ ଲୁଟେରା ଗ୍ୟାଙ୍ଗ

ବରଗଡ଼ ଅଫିସ,୧୭ା୯: ବରଗଡ଼ ସହର ସମେତ ଜିଲାର ବିଭିନ୍ନ ସ୍ଥାନରେ ଗତ କିଛିଦିନ ହେଲା ଚୋରି, ଲୁଟ୍‌ କରି ଆତଙ୍କ ସୃଷ୍ଟି କରିଥିବା ଏକ ଗ୍ୟାଙ୍ଗକୁ ପୋଲିସ ଧରିବାରେ ସକ୍ଷମ ହୋଇଛି। ଗ୍ୟାଙ୍ଗର ୫ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି। ସେମାନେ ହେଲେ, ବରଗଡ଼ ଟାଉନ ଥାନା ଅନ୍ତର୍ଗତ ବରଗଡ଼ ଡ୍ୟାମ କଲୋନୀର ମଗଶିର ମହାନନ୍ଦ(୨୨), ରାଜା ହାତୀ ଓରଫ ଗୋଲୁ(୧୯), ପ୍ରଧାନପାଲିର କିଶୋର ମେହେର(୨୦), ରୋହିତ ମେହେର(୨୦) ଏବଂ ବିଜେ ବାଗ(୨୧) । ସେମାନଙ୍କଠାରୁ ୪ଟି ଚାରି ଚକିଆ ଗାଡ଼ି, ଗୋଟିଏ ସୁନା ଚେନ, ୧୮ଟି ମୋବାଇଲ, ୨ଟି ବାଇକ, ୨ଟି ଛୁରି, ନଗଦ ୪୮୦୦ ଟଙ୍କା ଆଦି ଜବତ ହୋଇଛି।
ଗୁରୁବାର ଜିଲା ପୋଲିସ ମୁଖ୍ୟାଳୟର ଅନୁଷ୍ଠିତ ଖବରଦାତା ସମ୍ମିଳନୀରେ ଏସପି ପଦ୍ମିନୀ ସାହୁ ଏହି ସୂଚନା ଦେବା ସହିତ ଅଭିଯୁକ୍ତମାନେ ସହର ଉପକଣ୍ଠରେ ଯାଇଥିବା ଫୋରଲେନ ଜାତୀୟ ରାଜପଥ ସମେତ ବିଭିନ୍ନ ସ୍ଥାନରେ ଲୁଟତରାଜ କରୁଥିଲେ ଏବଂ ସେମାନଙ୍କୁ ଧରିବା ପୋଲିସ ପାଇଁ ଏକ ଚ୍ୟାଲେଞ୍ଜ ହୋଇ ପଡ଼ିଥିଲା। ବରଗଡ଼ ଟାଉନ ଥାନା ପୋଲିସର ଏହା ଏକ ବଡ଼ ସଫଳତା ବୋଲି କହିଥିଲେ। ଖବରଦାତା ସମ୍ମିଳନୀରେ ଅନ୍ୟମାନଙ୍କ ମଧ୍ୟରେ ଟାଉନ ଥାନା ଆଇଆଇସି ସଦାନନ୍ଦ ପୂଜାହାରୀ, ସବ ଇନ୍ସପେକ୍ଟର ସୌମ୍ୟକାନ୍ତ ବଳିୟାର ସିଂ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପାଇପ୍‌ ଫାଟି ଭାସୁଛି ପାଣି, ହେଲେ ଲୋକଙ୍କ ନିକଟରେ ପହଞ୍ଚୁନି

କେନ୍ଦୁଝର,୧୫ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଯୋଡ଼ା ବ୍ଲକ ଅନ୍ତର୍ଗତ ବଳଦା ପଞ୍ଚାୟତର ଖଣି ଖାଦାନ ଦ୍ୱାରା ପ୍ରଭାବିତ ବି ପ୍ଲଟ ଗ୍ରାମରେ ଦୀର୍ଘ ଏକ ମାସ ହେବ ବସୁଧା…

ମହମ୍ମଦ ୟୁନୁସ ହେବେ କି ବାଂଲାଦେଶର ରାଷ୍ଟ୍ରପତି? ନୂତନ ଭୂମିକାକୁ ନେଇ ବଢ଼ିଲା ଚର୍ଚ୍ଚା

ଢାକା,୧୫।୨: ବାଂଲାଦେଶରେ ମଧ୍ୟବର୍ତ୍ତୀକାଳୀନ ସରକାରଙ୍କ କାର୍ଯ୍ୟକାଳ ଶେଷ ହେବାକୁ ଯାଉଥିବା ବେଳେ, ମୁଖ୍ୟ ପରାମର୍ଶଦାତା ମହମ୍ମଦ ୟୁନୁସଙ୍କୁ ନେଇ ଅନେକ କଳ୍ପନାଜଳ୍ପନା ପ୍ରକାଶ ପାଇଛି। ଫେବୃଆରୀ ୧୨ରେ…

ଜାଗରରେ ବଡ଼ ଅଘଟଣ: ମର୍ଣ୍ଣିଂଓ୍ୱାକ୍ ବେଳେ ଟଳିପଡ଼ିଲେ ଦଶମ ଶ୍ରେଣୀ ଛାତ୍ର

ଖଲ୍ଲିକୋଟ,୧୫।୨(ପ୍ରଶାନ୍ତ କୁମାର ମିଶ୍ର): ମର୍ଣ୍ଣିଂଓ୍ୱାକ୍ ବେଳେ ଟଳିପଡ଼ିଲେ ଦଶମ ଶ୍ରେଣୀ ଛାତ୍ର । ମୃତକ ହେଲେ ଖଲ୍ଲିକୋଟ ଶ୍ରୀଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷା କେନ୍ଦ୍ରର ଦଶମ ଶ୍ରେଣୀ ଛାତ୍ର…

ଶୀତଳ ଭଣ୍ଡାରରେ ଭୟାବହ ଅଗ୍ନିକାଣ୍ଡ: ୧୦ କୋଟିରୁ ଉର୍ଦ୍ଧ୍ବ ଟଙ୍କାର ସମ୍ପତ୍ତି ନଷ୍ଟ, ନିଆଁ ଲିଭାଉଛି ରୋବର୍ଟ

କୁଚିଣ୍ଡା,୧୫।୨(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା ବାମରା ନିକଟସ୍ଥ ନୁଁନୁନିଆମୁଣ୍ଡା ସ୍ଥିତ ଲାଠ ଶୀତଳ ଭଣ୍ଡାରରେ ରଵିବାର ସକାଳେ ସର୍ଟସର୍କିଟ ଯୋଗୁଁ ଅଗ୍ନିକାଣ୍ଡ ହୋଇଛି । ଏଥିରେ କୋଟି…

ମହାଶିବରାତ୍ରି: ଵାଲୀ ଲୋକନାଥ-ଝାଡ଼େଶ୍ୱର ଓ ବଟେଶ୍ୱର ଶୈବପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼

ଗଞ୍ଜାମ,୧୫ା୨(ବିଦ୍ୟାଧର ସାହୁ ): ସମଗ୍ର ରାଜ୍ୟରେ ମହା ଶିବରାତ୍ରି ଜାଗର ଯାତ୍ରା ପାଳିତ ହେଉଥିବା ବେଳେ ଗଞ୍ଜାମରେ ମଧ୍ୟ ଏହି ଜାଗର ଯାତ୍ରା ମହା ଆଡମ୍ବରରେ ପାଳିତ…

IND vs PAK ମ୍ୟାଚ୍ ସମୟରେ କିପରି ରହିବ ପାଗ? ଶ୍ରୀଲଙ୍କାରେ ବର୍ଷା…

କଲମ୍ୱୋ,୧୫ା୨:  ଭାରତ ବନାମ ପାକିସ୍ତାନ ମ୍ୟାଚ୍ ସମୟରେ ବର୍ଷାର ଆଶଙ୍କା ଅଧିକ ରହିଛି । ଏହି T୨୦ ବିଶ୍ୱକପ୍ ୨୦୨୬ ମୁକାବିଲା କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ସନ୍ଧ୍ୟା…

ଜୀବିତ ସାବିତ୍ରୀଙ୍କୁ ମୃତ ଦର୍ଶାଇଲା ପ୍ରଶାସନ, ଧରିତ୍ରୀରେ ଖବର ପ୍ରକାଶ ପରେ…

ଥୁଆମୂଳ ରାମପୁର,୧୫ା୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଓଡରୀ ପଞ୍ଚାୟତ ଦୋଳଗୁଡ଼ା ଗ୍ରାମର ଜଣେ ଅସହାୟା ମହିଳାଙ୍କୁ ନେଇ ପ୍ରଶାସନର ଚରମ ଅବହେଳା…

ଟି୨୦ ବିଶ୍ୱକପ୍‌ ମଝିରେ ଏହି ଦଳକୁ ଝଟ୍‌କା: ହଠାତ୍‌ ଘରକୁ ଫେରିଗଲେ…

ଚେନ୍ନାଇ,୧୫।୨: ଟି-୨୦ ବିଶ୍ୱକପ୍‌ରେ ନ୍ୟୁଜିଲ୍ୟାଣ୍ଡ ଦଳର ସବୁଠାରୁ ସଫଳ ବୋଲର ଲକି ଫର୍ଗୁସନ ଅଧାରୁ ଟୁର୍ନାମେଣ୍ଟ ଛାଡ଼ି ଘରକୁ ଫେରିଛନ୍ତି। ଫେବୃଆରୀ ୧୪ରେ ଦକ୍ଷିଣ ଆଫ୍ରିକା ବିପକ୍ଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri