ଟ୍ରାକ୍‌ରେ ଯାଉଥିଲା ରାଉରକେଲା-ଜଗଦଲପୁର ଏକ୍ସପ୍ରେସ୍‌, ଟନେଲ୍‌ରୁ ଖସିଲା ପଥର, ଆଉ ତା’ ପରେ…

କୋରାପୁଟ/ଲକ୍ଷ୍ମୀପୁର,୧୦ା୧୦(ଅମିତାଭ ବେହେରା/ଅନନ୍ତ ନାୟକ): ବୁଧବାର ବିଳମ୍ବିତ ରାତିରେ କୋରାପୁଟ-ରାୟଗଡ଼ା ରେଳପଥରେ ଟନେଲ ମଧ୍ୟରୁ ପଥର ଖସି ରେଳ ଧାରଣା ଉପରେ ପଡ଼ିଲା। ଛିଣ୍ଡିଗଲା ଓଭର ହେଡେ୍‌ଡ ଇକ୍ୟୁପ୍‌ମେଣ୍ଟ ତାର। ଦୀର୍ଘ ୪ଘଣ୍ଟାର କସରତ ପରେ କୋରାପୁଟ-ରାୟଗଡ଼ା ରେଳ ପଥରେ ରେଳ ଚଳାଚଳ ସ୍ବାଭାବିକ ହୋଇଥିଲା। କାକିରିଗୁମ୍ମା-ଲକ୍ଷ୍ମୀପୁର ରେଳ ଷ୍ଟେଶନ ମଧ୍ୟରେ ଥିବା ୩ ନଂ ଟନେଲରେ ୫୮ କିଲୋମିଟର ପଏଣ୍ଟରେ ହଠାତ ରେଳଧାରଣା ଉପରେ ପଥର ଖସିପଡ଼ିଥିଲା। ପଥର ପଡ଼ିବାରୁ ବିଦ୍ୟୁତ୍‌ ସରବରାହ ବିଚ୍ଛିନ୍ନ ହୋଇଯାଇଥିଲା। ଫଳରେ କୋରାପୁଟ ରାୟଗଡ଼ା ରେଳ ପଥରେ ସକାଳ ୮ଟା ପର୍ଯ୍ୟନ୍ତ ରେଳ ଚଳାଚଳ ଠପ୍‌ ହୋଇପଡ଼ିଥିଲା।

କୋରାପୁଟରୁ ବିଶେଷଜ୍ଞ ସହ ଉଦ୍ଧାରକାରୀ ଦଳ ଘଟଣାସ୍ଥଳରେ ପହଞ୍ଚି ରେଳପଥରୁ ପଥର ହଟାଇଥିଲେ। ଓଭର ହେଡେଡ୍‌ ଇକ୍ୟୁପମେଣ୍ଟ ମରାମତି କରି ବିଦ୍ୟୁତ ସରବରାହ ବ୍ୟବସ୍ଥାକୁ ସଜାଡ଼ବା ପରେ ରେଳ ଚଳାଚଳ ସ୍ବାଭାବିକ ହୋଇଥିଲା। କୋରାପୁଟ ଅଭିମୁଖେ ଯାଉଥିବା ରାଉରକେଲା ଟ୍ରେନ୍‌ ଲକ୍ଷ୍ମୀପୁରରେ ଅଟକି ରହିଥିଲା, ହୀରାଖଣ୍ଡ ଏକ୍ସପ୍ରେସ୍‌ ୨ଘଣ୍ଟା ବିଳମ୍ବରେ ଗନ୍ତବ୍ୟସ୍ଥଳ ଅଭିମୁଖେ ଚଳାଚଳ କରିଥିଲା। ରାଉରକେଲା ଇଣ୍ଟରସିଟି ଟ୍ରେନ୍‌ ଯିବା ବେଳେ ଟନେଲ ମଧ୍ୟରେ ଏହି ଘଟଣା ଘଟିଥିଲେ ବହୁ ଧନଜୀବନ କ୍ଷତି ହୋଇଥାନ୍ତା। ୫୮ କିମି ଦୂର କୋରାପୁଟରୁ ଉଦ୍ଧାରକାରୀ ଟିମ୍‌ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ସାରିବା ସହ ଓଏଚ୍‌ଇ ବିଦ୍ୟୁତ ବ୍ୟବସ୍ଥା ସଜାଡ଼ିଥିଲେ। ରେଳ ବିଭାଗର ତ୍ୱରିତ ପଦକ୍ଷେପ ଯୋଗୁ ରେଳ ଚଳାଚଳ ସ୍ବାଭାବିକ ହୋଇପାରିଲା। ହେଲେ ଟନେଲ ମଧ୍ୟରେ ପଥର କିଭଳି ଖସିଲା ତା’ର କାରଣ ଯାଞ୍ଚ କରୁଛି ରେଳ ବିଭାଗ ଟିମ୍‌।


Enter your email to get our daily news in your inbox.

All Right Reserved By Dharitri.Com

ତୃତୀୟ ଟି୨୦ ଜିତିଲା ଭାରତ, ୨-୧ରେ ସିରିଜ୍‌ ଆଗୁଆ

ଇନ୍ଦୋର,୧୧ା୧୦: ଅଭିଷେକ ଶର୍ମାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ପରେ ଅର୍ଶଦୀପ ସିଂଙ୍କ ଘାତକ ବୋଲିଂ ବଳରେ ଏଠାରେ ରବିବାର ଅନୁଷ୍ଠିତ ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ ୧୪ ରନରେ…

ଚାଲିଥିଲା ବଡ଼ଧରଣର ଜୁଆ ଆଡ୍ଡା: ମାଡ଼ି ବସିଲା ପୋଲିସ, ୭୦ ଅଟକ

ପାରଳାଖେମୁଣ୍ଡି,୧୧।୧୦(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ପାରଳାଖେମୁଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦେବୀତି ଗ୍ରାମରେ ଚାଲିଥିବା ଏକ ବଡ଼ଜୁଆ ଆଡ୍ଡା ଉପରେ ପୋଲିସ ଚଢ଼ାଉ କରି…

ବଡ଼ ଘୋଷଣା କଲେ ଟ୍ରମ୍ପ, ରୁଷିଆ-ୟୁକ୍ରେନ ମଧ୍ୟରେ ହେଲା….

ଓ୍ବାଶିଂଟନ,୧୧।୧୦: ରୁଷିଆ ଓ ୟୁକ୍ରେନ୍ ମଧ୍ୟରେ ଚାଲିଥିବା ଯୁଦ୍ଧକୁ ନେଇ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ରବିବାର ବଡ଼ ଘୋଷଣା କରିଛନ୍ତି । ଦୁଇ ଦେଶ ମଧ୍ୟରେ…

ଗଣ୍ଡ ସମାଜର ନୂଆଁଖାଇ ଭେଟ୍‌ଘାଟ୍‌, ଏକତା, ସଂଗଠନକୁ ସୁଦୃଢ଼ କରିବାକୁ ଆହ୍ବାନ

କୋକସରା,୧୧।୧୦ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ କୋକସରା ଧାନ ମଣ୍ଡି ପରିସରରେ କୋକସରା ବ୍ଲକ ଗଣ୍ଡ ସମାଜ ପକ୍ଷରୁ ନୂଆଁଖାଇ ଭେଟ୍‌ଘାଟ୍‌ କାର୍ଯ୍ୟକ୍ରମ…

ଜୁଆ ଆଡ୍ଡା ଉପରେ ପୋଲିସର ଚଢ଼ାଉ, ୮ ଗିରଫ

ଛତ୍ରପୁର,୧୧ା୧୦(ଦିଲ୍ଲୀପ ସାମଲ/ଦ୍ଵାରିକା ପଟ୍ଟନାୟକ ) : ପାର୍ବଣ ଋତୁକୁ ଦୃଷ୍ଟିରେ ରଖି ଗଞ୍ଜାମ ପୋଲିସ ପକ୍ଷରୁ ଜୁଆ ଆଡ୍ଡାରେ ଚଢାଉ ଜାରି ରହିଛି । ଶନିବାର ବିଳମ୍ବିତ…

ଅଭିଷେକଙ୍କ ବିସ୍ଫୋରକ ବ୍ୟାଟିଂ, ଓ୍ବେଷ୍ଟଇଣ୍ଡିଜ୍‌ ଆଗରେ ୨୨୪ ରନ୍‌ର ଟାର୍ଗେଟ ରଖିଲା ଭାରତ

ଇନ୍ଦୋର,୧୧ା୧୦: ହୋଲ୍କର ଷ୍ଟାଡିୟମରେ ରବିବାର ଅନୁଷ୍ଠିତ ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ-ଓ୍ବେଷ୍ଟଇଣ୍ଡିଜ୍‌ ପରସ୍ପରକୁ ଭେଟିଛନ୍ତି। ଆମନ୍ତ୍ରଣ ପାଇ ପ୍ରଥମେ ବ୍ୟାଟିଂ କରିଥିବା ଭାରତ ଅଭିଷେକ ଶର୍ମାଙ୍କ ବିସ୍ଫୋରକ…

‘କୃଷି, ଏକତା ଅଘରିଆଙ୍କ ଶକ୍ତି’

ବଲାଙ୍ଗୀର,୧୧।୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ୮୪ ଘର ଅଘରିଆ ସମାଜ ପକ୍ଷରୁ ରବିବାର ସ୍ଥାନୀୟ କୋଶଳ କଳା ମଣ୍ଡଳରେ ନୂଆଁଖାଇ ଭେଟ୍‌ଘାଟ୍‌ ଅନୁଷ୍ଠିତ ହୋଇଯାଇଛି। ଅଘରିଆ ସମାଜର…

CJP ବିକ୍ଷୋଭ ମଧ୍ୟରେ ବଡ଼ ଘୋଷଣା କଲେ ରାହୁଲ, କହିଲେ କାଲି ପୂରା ଭାରତ…

ନୂଆଦିଲ୍ଲୀ,୧୧।୧୦: ସୁପ୍ରିମକୋର୍ଟ ଯାଏ ମାର୍ଚ୍ଚ କରିବା ସହ ଭାରତର ପ୍ରଧାନ ବିଚାରପତି (CJI)ଙ୍କୁ ଦାବିପତ୍ର ପ୍ରଦାନ କରିବାକୁ ଘୋଷଣା କରିଛନ୍ତି କଂଗ୍ରେସ ଏମପି ରାହୁଲ ଗାନ୍ଧୀ। ସୋମବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?