ଗ୍ରାମାଞ୍ଚଳ ବିକାଶରେ ପଞ୍ଚାୟତର ଭୂମିକା ଗୁରୁତ୍ୱପୂର୍ଣ୍ଣ

ଭଞ୍ଜନଗର,୨୪ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଗୁରୁବାର ଜାତୀୟ ପଞ୍ଚାୟତିରାଜ ଦିବସ ପାଳିତ ହୋଇଯାଇଛି। ଏଥିରେ ବିଡିଓ ପୂର୍ଣ୍ଣଚନ୍ଦ୍ର ପାଢ଼ୀ ଅଧ୍ୟକ୍ଷତା କରି ଜାତୀୟ ପଞ୍ଚାୟତିରାଜ ଦିବସର ଉଦ୍ଦେଶ୍ୟ ଏବଂ ଲକ୍ଷ୍ୟ ସମ୍ପର୍କରେ କହିଥିଲେ। ବ୍ଲକ ଅଧ୍ୟକ୍ଷ ନାରୀସଭା ନାୟକ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଗ୍ରାମାଞ୍ଚଳର ବିକାଶ ପାଇଁ କେନ୍ଦ୍ର ଓ ରାଜ୍ୟ ସରକାର ପଞ୍ଚାୟତଗୁଡ଼ିକୁ ବିପୁଳ ଅନୁଦାନ ସିଧା ଦେଉଛନ୍ତି ବୋଲି କହିଥିଲେ। ଲୋକେ ତାହାର ସୁଫଳ କିଭଳି ଅଧିକରୁ ଅଧିକ ପାଇବେ ସେଥିପ୍ରତି ଦୃଷ୍ଟି ଦେବାକୁ ପଡ଼ିବ। ଗ୍ରାମାଞ୍ଚଳ ବିକାଶରେ ପଞ୍ଚାୟତର ଭୂମିକା ଗୁରୁତ୍ୱପୂର୍ଣ୍ଣ ବୋଲି ବ୍ଲକ ଅଧ୍ୟକ୍ଷ ନାୟକ କହିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଗଞ୍ଜାମ ଜିଲା ପରିଷଦ କନ୍ଧମାଳ ଏମ୍‌ପି ପ୍ରତିନିଧି ଶିବଶଙ୍କର ପ୍ରଧାନ, ସରପଞ୍ଚ ପ୍ରତିନିଧି ସୁବାସ ଚନ୍ଦ୍ର ବରାଡ, ଉପଖଣ୍ଡ ସୂଚନା ଓ ଲୋକସମ୍ପର୍କ ବିଭାଗ ଅଧିକାରୀ ଗୌରୀ ଶଙ୍କର ଶତପଥୀ ପ୍ରମୁଖ ଅତିଥି ଭାବେ ଯୋଗ ଦେଇଥିଲେ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭିଡିଓ କନ୍‌ଫରେନ୍ସିଂ ମାଧ୍ୟମରେ ପଞ୍ଚାୟତ ମନିଟରିଂ ସିଷ୍ଟମର ଶୁଭାରମ୍ଭ କରିଥିଲେ। ଶେଷରେ ବିଭିନ୍ନ ପଞ୍ଚାୟତ ଏବଂ କର୍ମଚାରୀକୁ ବ୍ଲକ୍‌ ଅଧ୍ୟକ୍ଷ ସମ୍ବର୍ଦ୍ଧିତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରକ୍‌ରେ ପିଟି ହୋଇ ଦୁଇ ବାଇକ୍‌ ଆରୋହୀ ଗୁରୁତର, ଜଣେ ବୁର୍ଲା ସ୍ଥାନାନ୍ତର

ବଲାଙ୍ଗୀର,୧୦।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ଭବାନୀପାଟଣା ୨୬ ନମ୍ବର ଜାତୀୟ ରାଜପଥର ମଠଖାଇ ମନ୍ଦିର ଓ ସିନଖମନ ରାସ୍ତା ମଝିରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ରାସ୍ତାରେ...

ଏସବୁ ରାଜ୍ୟରେ ବଢିବ SIR ସମୟସୀମା: ରିପୋର୍ଟ

ନୂଆଦିଲ୍ଲୀ,,୧୦।୧୨: ସ୍ୱତନ୍ତ୍ର ପରିଚୟପତ୍ର ସଂଶୋଧନ (SIR) ପାଇଁ ଉତ୍ତରପ୍ରଦେଶ, ପଶ୍ଚିମବଙ୍ଗ ସମେତ ଅନେକ ରାଜ୍ୟରେ ସମୟସୀମା ବଢ଼ାଇବାକୁ ନିର୍ବାଚନ କମିଶନ (EC) ଯୋଜନା କରୁଥିବା ଶୀର୍ଷ...

ପଲାଣଘାଟି ପଞ୍ଚାୟତକୁ ଜିଲାସ୍ତରୀୟ ପୁରସ୍କାର

ପାଟଣା,୧୦ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ପଲାଣଘାଟି ପଞ୍ଚାୟତକୁ ଜିଲା ଜଳ ଓ ପରିମଳ ମିଶନ ପକ୍ଷରୁ ବିଶ୍ୱ ଶୌଚାଳୟ ଦିବସରେ ଜିଲାସ୍ତରରେ...

ଚାଷୀଙ୍କ ସହ ଆଲୋଚନା କଲେ ବିଧାୟକ, ଅମଳ ଧାନକୁ ନେଇ…

ପାରଳାଖେମୁଣ୍ଡି,୧୦ା୧୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ବିଧାୟକ ଇଂ. ରୂପେଶ କୁମାର ପାଣିଗ୍ରାହୀ କାଶୀନଗର ବ୍ଲକ ଖାରଡ଼ା ଗ୍ରାମାଞ୍ଚଳ ଗସ୍ତ କରି ଚାଷୀଙ୍କ ସହ ବିଭିନ୍ନ...

ରାସ୍ତାରେ ଓଲଟି ପଡ଼ିଲା ଗ୍ୟାସ୍‌ ବୋଝେଇ ଟ୍ୟାଙ୍କର, ଦୁର୍ଘଟଣା ଏତେ ଭୟଙ୍କର ଯେ ଲୋକେ…

ଲାଞ୍ଜିଗଡ଼,୧୦ା୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଭବାନୀପାଟଣାରୁ ରାୟଗଡ଼ାକୁ ସଂଯୋଗ କରୁଥିବା ୬ ନମ୍ବର ରାଜ୍ୟ ରାଜପଥ ବଞ୍ଜାରି ଘାଟି ନିକଟରେ ବୁଧବାର ସନ୍ଧ୍ୟାରେ ଗୋଟିଏ...

ନବନିଯୁକ୍ତ ରାଇରଙ୍ଗପୁର ଭାଜପା ପ୍ରଭାରୀଙ୍କୁ ଛୁଟୁଛି ଶୁଭେଚ୍ଛାର ସୁଅ

ପାଟଣା,୧୦ା୧୨(ବୀରକିଶୋର ଦାଶ): ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ଏବଂ ରାଜ୍ୟ ସଂଗଠନ ମନ୍ତ୍ରୀ ମାନସ ମହାନ୍ତି କେନ୍ଦୁଝର ଜିଲା ଭାଜପା ପୂର୍ବତନ ସଭାପତି ଅଂଶୁମାନ...

ଜାପାନରରେ ପୁଣି ୬.୫ ତୀବ୍ରତାର ଭୂକମ୍ପ; ଦୁଇ ଦିନରେ ଦ୍ୱିତୀୟ ଶକ୍ତିଶାଳୀ ଝଟକା

ମୁମ୍ବାଇ,୧୦।୧୨: ଗତ ସୋମବାର ୭.୫ ତୀବ୍ରତାର ଶକ୍ତିଶାଳୀ ଭୂକମ୍ପ ଯୋଗୁଁ ସୁନାମୀ ଚେତାବନୀ ଜାରି ହେବାର ୪୮ ଘଣ୍ଟା ମଧ୍ୟରେ ବୁଧବାର ପୁଣିଥରେ ଜାପାନର ଉତ୍ତରାଞ୍ଚଳ...

ଦିଗପହଣ୍ଡିରେ ଏଡିଜେ କୋର୍ଟ ପ୍ରତିଷ୍ଠା ଦାବି

ଦିଗପହଣ୍ଡି,୧୦ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ଦିଗପହଣ୍ଡି ଠାରେ ଏଡିଜେ କୋର୍ଟ ସହ ଜିଲା ସବଡିଭିଜନ କାର୍ଯ୍ୟାଳୟ ପ୍ରତିଷ୍ଠା ନିମନ୍ତେ ସ୍ଥାନୀୟ ଖେମୁଣ୍ଡି ଓକିଲ ସଂଘ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri