ଗ୍ରାମାଞ୍ଚଳ ବିକାଶରେ ପଞ୍ଚାୟତର ଭୂମିକା ଗୁରୁତ୍ୱପୂର୍ଣ୍ଣ

ଭଞ୍ଜନଗର,୨୪ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଗୁରୁବାର ଜାତୀୟ ପଞ୍ଚାୟତିରାଜ ଦିବସ ପାଳିତ ହୋଇଯାଇଛି। ଏଥିରେ ବିଡିଓ ପୂର୍ଣ୍ଣଚନ୍ଦ୍ର ପାଢ଼ୀ ଅଧ୍ୟକ୍ଷତା କରି ଜାତୀୟ ପଞ୍ଚାୟତିରାଜ ଦିବସର ଉଦ୍ଦେଶ୍ୟ ଏବଂ ଲକ୍ଷ୍ୟ ସମ୍ପର୍କରେ କହିଥିଲେ। ବ୍ଲକ ଅଧ୍ୟକ୍ଷ ନାରୀସଭା ନାୟକ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଗ୍ରାମାଞ୍ଚଳର ବିକାଶ ପାଇଁ କେନ୍ଦ୍ର ଓ ରାଜ୍ୟ ସରକାର ପଞ୍ଚାୟତଗୁଡ଼ିକୁ ବିପୁଳ ଅନୁଦାନ ସିଧା ଦେଉଛନ୍ତି ବୋଲି କହିଥିଲେ। ଲୋକେ ତାହାର ସୁଫଳ କିଭଳି ଅଧିକରୁ ଅଧିକ ପାଇବେ ସେଥିପ୍ରତି ଦୃଷ୍ଟି ଦେବାକୁ ପଡ଼ିବ। ଗ୍ରାମାଞ୍ଚଳ ବିକାଶରେ ପଞ୍ଚାୟତର ଭୂମିକା ଗୁରୁତ୍ୱପୂର୍ଣ୍ଣ ବୋଲି ବ୍ଲକ ଅଧ୍ୟକ୍ଷ ନାୟକ କହିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଗଞ୍ଜାମ ଜିଲା ପରିଷଦ କନ୍ଧମାଳ ଏମ୍‌ପି ପ୍ରତିନିଧି ଶିବଶଙ୍କର ପ୍ରଧାନ, ସରପଞ୍ଚ ପ୍ରତିନିଧି ସୁବାସ ଚନ୍ଦ୍ର ବରାଡ, ଉପଖଣ୍ଡ ସୂଚନା ଓ ଲୋକସମ୍ପର୍କ ବିଭାଗ ଅଧିକାରୀ ଗୌରୀ ଶଙ୍କର ଶତପଥୀ ପ୍ରମୁଖ ଅତିଥି ଭାବେ ଯୋଗ ଦେଇଥିଲେ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭିଡିଓ କନ୍‌ଫରେନ୍ସିଂ ମାଧ୍ୟମରେ ପଞ୍ଚାୟତ ମନିଟରିଂ ସିଷ୍ଟମର ଶୁଭାରମ୍ଭ କରିଥିଲେ। ଶେଷରେ ବିଭିନ୍ନ ପଞ୍ଚାୟତ ଏବଂ କର୍ମଚାରୀକୁ ବ୍ଲକ୍‌ ଅଧ୍ୟକ୍ଷ ସମ୍ବର୍ଦ୍ଧିତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓକିଲ ସଙ୍ଘର ନିର୍ବାଚନ ସଭାପତି ଉମେଶ, ସମ୍ପାଦକ ରାମଚନ୍ଦ୍ର

ଦାରିଙ୍ଗବାଡ଼ି,୨୯।୩ (ଅରୁଣ ସାହୁ): ଦାରିଙ୍ଗବାଡ଼ି ଓକିଲ ସଙ୍ଘର ନିର୍ବାଚନ ଶନିବାର ବିଧିବଧ ଭାବେ ଅନୁଷ୍ଠିତ ହୋଇଛି। ଚଳିତ ଥର ନିର୍ବାଚନ ଫଳାଫଳ ଅତି ରୋମାଞ୍ଚକର ରହିଥିଲା। କେବଳ…

୧୦୦ ତମ ଭଞ୍ଜ ସଙ୍ଗୀତ ଆସର: ପ୍ରଚାର, ପ୍ରସାର ଲକ୍ଷ୍ୟ ନେଇ…

ଭଞ୍ଜନଗର, ୨୯।୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଆନନ୍ଦ ସଙ୍ଗୀତାୟନ ପକ୍ଷରୁ ଭଞ୍ଜ ସଙ୍ଗୀତର ପ୍ରଚାର ପ୍ରସାର ଲକ୍ଷ୍ୟ ନେଇ ଆଜକୁ କିଛି ବର୍ଷ ହେବ ମାସକୁ…

ହର୍ମୁଜକୁ ନେଇ ଇରାନ ସହ ପାକିସ୍ତାନ କଲା ବଡ଼ ଡିଲ୍‌, ତାଟକା ହେଲା ସାରା ବିଶ୍ୱ!

ଇସଲାମାବାଦ,୨୯।୩: ଆମେରିକା ଏବଂ ଇସ୍ରାଏଲ ବିରୋଧରେ ଇରାନର ସଂଘର୍ଷ ବନ୍ଦ କରିବା ପାଇଁ ଚାଲିଥିବା ପ୍ରୟାସ ମଧ୍ୟରେ, ପାକିସ୍ତାନ ଏକ ବଡ଼ କୂଟନୈତିକ ସଫଳତା ହାସଲ କରିଛି।…

କିଏ ଜାଣିଥିଲା ଆଜି ହେବ ଶେଷ ଫେରି: ବାଇକ୍‌ ଉପରେ ମାଡିଗଲା ବାଲି ବୋଝେଇ ହାଇୱା

ଧର୍ମଗଡ଼,୨୯।୩(ଘାସିରାମ ଜଗତ): କଳାହାଣ୍ଡି ଧର୍ମଗଡ-ବୋଡ଼େନ ରାସ୍ତା ବିଅରବାର ନିକଟରେ ରବିବାର ସକାଳୁ  ଦୁର୍ଘଟଣା ଘଟିଛି।  ବାଲି ବୋଝେଇ ହାଇୱା ଧକ୍କାରେ ଜଣେ ଫେରିବାଲାଙ୍କ ମୃତ୍ୟୁ ଘଟିଛି। ମୃତୁ…

ତାରିଣୀ ଛକ ମାର୍କେଟରେ ଅଗ୍ନିକାଣ୍ଡ: ଜଳିଗଲା ୭ଦୋକାନର ଲକ୍ଷାଧିକ…

ଧର୍ମଶାଳା/ବ୍ରହ୍ମବରଦା (ଶିବ ପ୍ରସାଦ ମହାନ୍ତି/ଯଯାତି କେଶରୀ ବେହେରା): ଯାଜପୁର ଜିଲା ବ୍ରହ୍ମବରଦା ଥାନା ତାରିଣୀ ଛକ ମାର୍କେଟରେ ବିଳମ୍ବିତ ରାତିରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ପାଖାପାଖି ୭…

ପେଟ୍ରୋଲ ରେଟ୍‌ ଆଗକୁ ବଢିବ କି? ମୋଦି କହିଦେଲେ ସତକଥା…

ନୂଆଦିଲ୍ଲୀ,୨୯।୩: ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଆରମ୍ଭ ହେବାର ଏକ ମାସ ବିତିଗଲାଣି। ଇସ୍ରାଏଲ ଏବଂ ଆମେରିକା ଇରାନ ଉପରେ ଆକ୍ରମଣ ଆରମ୍ଭ କଲେ। ପ୍ରତିଶୋଧ ସ୍ୱରୂପ, ଇରାନ ହର୍ମୁଜ…

ଶିକ୍ଷା ବୋଝ ନୁହେଁ, ଆବିଷ୍କାର ଭଳି ଅନୁଭବ ହେବା ଉଚିତ

ପ୍ର- ଶିକ୍ଷା ଶିଳ୍ପର ଜଣେ ପ୍ରମୁଖ ବ୍ୟକ୍ତିତ୍ୱ ଭାବେ ଦେଶରେ ଶିକ୍ଷା କ୍ଷେତ୍ର କେଉଁ ସବୁ ଚ୍ୟାଲେଞ୍ଜର ସମ୍ମୁଖୀନ ହେଉଛି ବୋଲି ଆପଣ ଭାବନ୍ତି? ଉ- ଛାତ୍ରୀଛାତ୍ର…

ପକ୍ଷପାତିତା ଭାର

ଏକ ପରିକଳ୍ପିତ ସ୍ଥିତିର ପରିଣାମ ସମ୍ପର୍କରେ ବିଚାର କରାଯାଉ। କଳ୍ପନା କରନ୍ତୁ ଯେ ଦୁଇଟି ବଡ଼ କ୍ଷେପଣାସ୍ତ୍ର ହ୍ୱାଇଟ୍‌ ହାଉସ ଉପରେ ମାଡ଼ କଲା। ପ୍ରଥମଟି ଏପରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri