Posted inଫୁରସତ

ଶାନ୍ତି ପ୍ରତିଷ୍ଠା କରିବାରେ ସାମାଜିକ ନ୍ୟାୟର ଭୂମିକା ଗୁରୁତ୍ୱପୂର୍ଣ୍ଣ

ପ୍ରତିବର୍ଷ ଫେବୃଆରୀ ୨୦ରେ ବିଶ୍ୱ ସାମାଜିକ ନ୍ୟାୟ ଦିବସ ପାଳନ କରାଯାଉଛି। ବିଶ୍ୱରୁ ଦାରିଦ୍ର୍ୟ, ଲିଙ୍ଗଗତ ଅସମାନତା, ବେକାରି,ମାନବାଧିକାର ତଥା ସାମାଜିକ ସୁରକ୍ଷା ସମ୍ପର୍କିତ ସମସ୍ୟା ଦୂର କରିବା ଏହି ଦିବସର ମୁଖ୍ୟ ଲକ୍ଷ୍ୟ। ମଣିଷ ମଣିଷ ଭିତରେ ଏପରି କି ଦେଶ ଦେଶ ମଧ୍ୟରେ ଶାନ୍ତି, ସହାବସ୍ଥାନ ପ୍ରତିଷ୍ଠା କରିବାରେ ସାମାଜିକ ନ୍ୟାୟର ଭୂମିକା ରହିଛି। ଲିଙ୍ଗଗତ, ବୟସ, ଜାତି, ଧର୍ମ, ସମ୍ପ୍ରଦାୟ ଓ ସଂସ୍କୃତି କ୍ଷେତ୍ରରେ ରହିଥିବା ସାମାଜିକ ବାଧାକୁ ହଟାଇ ଦେବା ଦ୍ୱାରା ଆମେ ସହଜରେ ସାମାଜିକ ନ୍ୟାୟ ପ୍ରତିଷ୍ଠା କରିପାରିବା। ଏଥିପାଇଁ ୨୬ ନଭେମ୍ବର,୨୦୦୭ରେ ଜାତିସଂଘ ସାଧାରଣ ପରିଷଦ ୨୦ ଫେବୃଆରୀକୁ ବିଶ୍ୱ ସାମାଜିକ ନ୍ୟାୟ ଦିବସ ଭାବେ ପାଳନ କରିବାକୁ ଘୋଷଣା କରିବାପରେ ୨୦୦୯ରେ ଏହି ଦିବସ ପ୍ରଥମେ ପାଳନ କରାଯାଇଥିଲା। ଏକ ନିଷ୍ପକ୍ଷ ଜଗତୀକରଣ ପାଇଁ ସାମାଜିକ ନ୍ୟାୟ ଉପରେ କରାଯାଇଥିବା ଘୋଷଣାନାମାକୁ ଆନ୍ତର୍ଜାତିକ ଶ୍ରମ ସଂଘ( ଆଇଏଲଓ) ଗ୍ରହଣ କରିବା ଦ୍ୱାରା ସାମାଜିକ ନ୍ୟାୟ ପ୍ରତି ଜାତିସଂଘର ପ୍ରତିବଦ୍ଧତା ପ୍ରତିପାଦିତ ହୋଇଛି। ଏହି ଘୋଷଣାନାମା ୧୦ ଜୁନ,୨୦୦୮ରେ କରାଯାଇଥିତ୍ଲା। ସମସ୍ତଙ୍କ ପାଇଁ ନିଯୁକ୍ତି, ସାମାଜିକ ସୁରକ୍ଷା, ସାମାଜିକ ବକ୍ତବ୍ୟ ଏବଂ ମୌଳିକ ନୀତି ଓ ଅଧିକାର ଉପରେ ଏହା ଗୁରୁତ୍ୱ ଦିଏ। ପୂର୍ବରୁ ଆଇଏଲଓ ଦ୍ୱାରା ୧୯୪୪ ଏବଂ ୧୯୯୮ରେ ଦୁଇଟି ଘୋଷଣା କରାଯାଇଥିଲେ ମଧ୍ୟ ୨୦୦୮ ଘୋଷଣାନାମା ଜଗତୀକରଣ ଯୁଗରେ ଏକ ନୂଆ ଦିଶା ଦେଖାଇଛି। ଏକ ଜଟିଳ ରାଜନୈତିକ ଅଭିଯାନ ଦ୍ୱାରା ଏହା ସମ୍ଭବ ହୋଇଥିଲା ଓ ଏଥିପାଇଁ ଏକ ବିସ୍ତୃତ ସହମତି ପ୍ରକାଶ ପାଇଥିଲା।
ବିଶ୍ୱରେ ୨୦୦୮ ପରେ ନିଯୁକ୍ତି ହାର ବାର୍ଷିକ ୦.୧ ପ୍ରତିଶତ ବୃଦ୍ଧି ପାଉଛି। ଏହା ୨୦୦୦ରୁ ୨୦୦୭ ମଧ୍ୟରେ ଥିଲା ୦.୯ ପ୍ରତିଶତ। ଏବେ ସୁଦ୍ଧା ୬୦ ପ୍ରତିଶତ ଶ୍ରମିକଙ୍କ ପାଖରେ କୌଣସି ପ୍ରକାର କାମ ଉପଲବ୍ଧ ହୋଇପାରିନି। ୪୫ ପ୍ରତିଶତରୁ ସାମାନ୍ୟ ଅଧିକ ଶ୍ରମିକ ସ୍ଥାୟୀ ଓ ପୂରା ଦରମା ପାଉଛନ୍ତି ଏବଂ ଏହା ମଧ୍ୟ ହ୍ରାସ ପାଇବାରେ ଲାଗିଛି। ନିଯୁକ୍ତି ପାଇବା ଯୋଗ୍ୟ ବୟସରେ ୨୦୧୮ରେ ୨୦୧ ମିଲିୟନ ଲୋକ କାମ ପାଇ ନ ଥିବାବେଳେ ୨୦୧୯ରେ ୨୧୨ ମିଲିୟନ ଲୋକ କାମ ନ ପାଇ ରହିଛନ୍ତି। ଏଣୁ ୨୦୩୦ ସୁଦ୍ଧା ୬୦୦ ମିଲିୟନ ନିଯୁକ୍ତି ସୃଷ୍ଟି କରିବାର ଆବଶ୍ୟକତା ରହିଛି। ସାମାଜିକ ନ୍ୟାୟ ଦ୍ୱାରା ହିଁ ଏହା ସମ୍ଭବ ହୋଇପାରିବ। ବିଶ୍ୱରେ ୫ ଜଣରେ ଜଣେ ଶ୍ରମିକ ଏବେ ଘୋର ଦାରିଦ୍ର୍ୟ ମଧ୍ୟରେ ବଞ୍ଚୁଛନ୍ତି।

ପ୍ରତିବର୍ଷ, ଜାତିସଂଘ ସାମାଜିକ ନ୍ୟାୟ ସହିତ ଜଡ଼ିତ ପ୍ରମୁଖ ପ୍ରସଙ୍ଗ ଏବଂ ପ୍ରାଥମିକତାକୁ ଆଲୋକପାତ କରିବା ପାଇଁ ଏକ ବିଷୟବସ୍ତୁ ଚୟନ କରିଥାଏ। ବିଶ୍ୱ ସାମାଜିକ ନ୍ୟାୟ ଦିବସ ୨୦୨୫ର ବିଷୟବସ୍ତୁ ହେଉଛି ‘ଏକ ସ୍ଥାୟୀ ଭବିଷ୍ୟତ ପାଇଁ ଏକ ନ୍ୟାୟପୂର୍ଣ୍ଣ ପରିବର୍ତ୍ତନକୁ ସୁଦୃଢ଼ କରିବା’।


Enter your email to get our daily news in your inbox.

All Right Reserved By Dharitri.Com

ଘରୁ ଲକ୍ଷାଧିକ ଟଙ୍କା ଚୋରି ଘଟଣା; ୯୨ ହଜାର ୫ ଶହ ଟଙ୍କା ଜବତ, ୩ ନାବାଳକ କରିଥିଲେ…

ଦିଗପହଣ୍ଡି/ଚିକିଟି,୨୨।୩(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟିପେଣ୍ଠ ଗ୍ରାମ ପଦ୍ମନଗର ୬ଷ୍ଠ ଲେନ ବାସିନ୍ଦା ମଙ୍ଗୁଳୁ ପ୍ରଧାନଙ୍କ ଘରୁ ଚୋରି ଘଟଣାରେ ପୋଲିସକୁ…

ମଧ୍ୟପ୍ରାଚ୍ୟ ଯୁଦ୍ଧ: ମୋଦିଙ୍କ ଅଧ୍ୟକ୍ଷତାରେ ୩ଘଣ୍ଟା ଧରି ବସିଲା ଉଚ୍ଚସ୍ତରୀୟ ବୈଠକ, ତେଲ-ଗ୍ୟାସ ନେଇ ଦେଲେ ବଡ଼ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ ରବିବାର ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ବସିଥିଲା । ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ଅନୁଷ୍ଠିତ ଏହି ଉଚ୍ଚସ୍ତରୀୟ…

ପଞ୍ଜାବ କିଙ୍ଗ୍ସକ ଦଳକୁ ନେଇ ବଡ଼ ମତ ରଖିଲେ ଇର୍ଫାନ ପଠାନ, ଜାଣନ୍ତୁ…

ନୂଆଦିଲ୍ଲୀ,୨୨ା୩: ଭାରତର ପୂର୍ୱତନ ଅଲରାଉଣ୍ଡର ଇର୍ଫାନ ପଠାନଙ୍କ ମତରେ ପଞ୍ଜାବ କିଙ୍ଗ୍ସ (ପିବିକେଏସ୍‌) ଏବେ ଉଚିତ ଦିଗରେ ଆଗଉଛି। ଦଳ ଅକ୍ସନରେ ଭଲ କରିବା ସହ ଚଳିତ…

ପାରିବାରିକ କଳହର କରୁଣ ପରିଣତି; ଆତ୍ମହତ୍ୟା କଲେ ନବବଧୂ, କାରଣ ଜାଣିଲେ…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଷ୍ଟେଟବ୍ୟାଙ୍କ ସମ୍ମୁଖ ରାମଚନ୍ଦ୍ର ନଗରରେ ରହୁଥିବା ଚନ୍ଦ୍ରମା ଗୌଡ଼ (୨୮)ନାମକ ଜଣେ ନବବଧୂ ଆତ୍ମହତ୍ୟା କରିଥିବା ଜଣାପଡିଛି ।…

ବସ୍‌ରେ ଚାଲାଣ ହେଉଥିଲା କଫସିରଫ: ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୨୨।୩(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ରାମପୁର ଥାନା ପୋଲିସ ରବିବାର ୟ୧୫ ସହ ବୋତଲ କଫସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି…

ବେପରୁଆ ଗାଡି ଚାଳନା, ଚକା ଫାଟି ଭାଙ୍ଗିଲା ଘର କାଚ

ଗଞ୍ଜାମ,୨୨।୩(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ସ୍ଥିତ ଗ୍ରାସୀମ କମ୍ପାନୀକୁ ବିଭିନ୍ନ କାମରେ ଦୈନଦିନ ଶହ ଶହ ଟ୍ରକ ଟ୍ରାକ୍ଟର ଦଶ ଚକିଆ ଭାରୀଯାନ ଯାତାୟତ କରୁଛି…

ଯୁଦ୍ଧ ଆରମ୍ଭ! ୪୮ ଘଣ୍ଟା ମଧ୍ୟରେ ୪ଟି ବଡ଼ ଆକ୍ରମଣ, ନେତାନ୍ୟାହୁ କହିଲେ ଇରାନ ବିରୋଧରେ ବିଶ୍ୱ…

ନୂଆଦିଲ୍ଲୀ,୨୨।୩: ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍ ନେତାନ୍ୟାହୁ ରବିବାର ଦିନ ଡିମୋନା ଏବଂ ଆରାଦ ସହରରେ ମିଶାଇଲ୍ ଆଟାକ୍ ହୋଇଥିବା ସ୍ଥାନ ପରିଦର୍ଶନ କରିଥିଲେ। ସେ କହିଥିଲେ ଯେ…

ଧରିତ୍ରୀ ପ୍ରଭାବ: ସଜଡା ହେଲା ବ୍ଲକ ଗେଟ୍‌, ମରାମତି ହେଲା ‘ମରଣଯନ୍ତା’

ଥୁଆମୂଳ ରାମପୁର,୨୨।୩(ଦୁର୍ଗା କୀର୍ତ୍ତି): ଜନସାଧାରଣଙ୍କ ସମସ୍ୟା ସମାଧାନର ପେଣ୍ଠସ୍ଥଳ କୁହାଯାଉଥିବା ଥୁଆମୂଳ ରାମପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟର ମୁଖ୍ୟ ପ୍ରବେଶ ପଥ ଏବେ ସମ୍ପୂର୍ଣ୍ଣ ସୁରକ୍ଷିତ ହୋଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri