Posted inଫୁରସତ

ଶାନ୍ତି ପ୍ରତିଷ୍ଠାରେ ସାମାଜିକ ନ୍ୟାୟର ଭୂମିକା ଗୁରୁତ୍ୱପୂର୍ଣ୍ଣ

ପ୍ରତିବର୍ଷ ଫେବୃଆରୀ ୨୦ରେ ବିଶ୍ୱ ସାମାଜିକ ନ୍ୟାୟ ଦିବସ ପାଳନ କରାଯାଉଛି। ବିଶ୍ୱରୁ ଦାରିଦ୍ର୍ୟ, ଲିଙ୍ଗଗତ ଅସମାନତା, ବେକାରି,ମାନବାଧିକାର ତଥା ସାମାଜିକ ସୁରକ୍ଷା ସମ୍ପର୍କିତ ସମସ୍ୟା ଦୂର କରିବା ଏହି ଦିବସର ମୁଖ୍ୟ ଲକ୍ଷ୍ୟ। ମଣିଷ ମଣିଷ ଭିତରେ ଏପରି କି ଦେଶ ଦେଶ ମଧ୍ୟରେ ଶାନ୍ତି, ସହାବସ୍ଥାନ ପ୍ରତିଷ୍ଠା କରିବାରେ ସାମାଜିକ ନ୍ୟାୟର ଭୂମିକା ରହିଛି। ଲିଙ୍ଗଗତ, ବୟସ, ଜାତି, ଧର୍ମ, ସମ୍ପ୍ରଦାୟ ଓ ସଂସ୍କୃତି କ୍ଷେତ୍ରରେ ରହିଥିବା ସାମାଜିକ ବାଧାକୁ ହଟାଇ ଦେବା ଦ୍ୱାରା ଆମେ ସହଜରେ ସାମାଜିକ ନ୍ୟାୟ ପ୍ରତିଷ୍ଠା କରିପାରିବା। ଏଥିପାଇଁ ୨୬ ନଭେମ୍ବର,୨୦୦୭ରେ ଜାତିସଂଘ ସାଧାରଣ ପରିଷଦ ୨୦ ଫେବୃଆରୀକୁ ବିଶ୍ୱ ସାମାଜିକ ନ୍ୟାୟ ଦିବସ ଭାବେ ପାଳନ କରିବାକୁ ଘୋଷଣା କରିବାପରେ ୨୦୦୯ରେ ଏହି ଦିବସ ପ୍ରଥମେ ପାଳନ କରାଯାଇଥିଲା। ଏକ ନିଷ୍ପକ୍ଷ ଜଗତୀକରଣ ପାଇଁ ସାମାଜିକ ନ୍ୟାୟ ଉପରେ କରାଯାଇଥିବା ଘୋଷଣାନାମାକୁ ଆନ୍ତର୍ଜାତିକ ଶ୍ରମ ସଂଘ( ଆଇଏଲଓ) ଗ୍ରହଣ କରିବା ଦ୍ୱାରା ସାମାଜିକ ନ୍ୟାୟ ପ୍ରତି ଜାତିସଂଘର ପ୍ରତିବଦ୍ଧତା ପ୍ରତିପାଦିତ ହୋଇଛି। ଏହି ଘୋଷଣାନାମା ୧୦ ଜୁନ,୨୦୦୮ରେ କରାଯାଇଥିତ୍ଲା। ସମସ୍ତଙ୍କ ପାଇଁ ନିଯୁକ୍ତି, ସାମାଜିକ ସୁରକ୍ଷା, ସାମାଜିକ ବକ୍ତବ୍ୟ ଏବଂ ମୌଳିକ ନୀତି ଓ ଅଧିକାର ଉପରେ ଏହା ଗୁରୁତ୍ୱ ଦିଏ। ପୂର୍ବରୁ ଆଇଏଲଓ ଦ୍ୱାରା ୧୯୪୪ ଏବଂ ୧୯୯୮ରେ ଦୁଇଟି ଘୋଷଣା କରାଯାଇଥିଲେ ମଧ୍ୟ ୨୦୦୮ ଘୋଷଣାନାମା ଜଗତୀକରଣ ଯୁଗରେ ଏକ ନୂଆ ଦିଶା ଦେଖାଇଛି। ଏକ ଜଟିଳ ରାଜନୈତିକ ଅଭିଯାନ ଦ୍ୱାରା ଏହା ସମ୍ଭବ ହୋଇଥିଲା ଓ ଏଥିପାଇଁ ଏକ ବିସ୍ତୃତ ସହମତି ପ୍ରକାଶ ପାଇଥିଲା।
୨୦୦୮ ପରେ ନିଯୁକ୍ତି ହାର ବାର୍ଷିକ ୦.୧ ପ୍ରତିଶତ ବୃଦ୍ଧି ପାଉଛି। ଏହା ୨୦୦୦ରୁ ୨୦୦୭ ମଧ୍ୟରେ ଥିଲା ୦.୯ ପ୍ରତିଶତ। ଏବେ ସୁଦ୍ଧା ୬୦ ପ୍ରତିଶତ ଶ୍ରମିକଙ୍କ ପାଖରେ କୌଣସି ପ୍ରକାର କାମ ଉପଲବ୍ଧ ହୋଇପାରିନି। ୪୫ ପ୍ରତିଶତରୁ ସାମାନ୍ୟ ଅଧିକ ଶ୍ରମିକ ସ୍ଥାୟୀ ଓ ପୂରା ଦରମା ପାଉଛନ୍ତି ଏବଂ ଏହା ମଧ୍ୟ ହ୍ରାସ ପାଇବାରେ ଲାଗିଛି। ନିଯୁକ୍ତି ପାଇବା ଯୋଗ୍ୟ ବୟସରେ ୨୦୧୮ରେ ୨୦୧ ମିଲିୟନ ଲୋକ କାମ ପାଇ ନ ଥିବାବେଳେ ୨୦୧୯ରେ ୨୧୨ ମିଲିୟନ ଲୋକ କାମ ନ ପାଇ ରହିଛନ୍ତି। ଏଣୁ ୨୦୩୦ ସୁଦ୍ଧା ୬୦୦ ମିଲିୟନ ନିଯୁକ୍ତି ସୃଷ୍ଟି କରିବାର ଆବଶ୍ୟକତା ରହିଛି। ସାମାଜିକ ନ୍ୟାୟ ଦ୍ୱାରା ହିଁ ଏହା ସମ୍ଭବ ହୋଇପାରିବ।


Enter your email to get our daily news in your inbox.

All Right Reserved By Dharitri.Com

IND vs WI: ତୃତୀୟ ଦିନିକିଆ ପୂର୍ବରୁ ବଡ଼ ଝଟ୍‌କା, ବାଦ୍ ପଡ଼ିଲେ ଷ୍ଟାର୍ ଅଲରାଉଣ୍ଡର, ମାରିଥିଲେ ଦମଦାର୍ ଶତକ!

ନୂଆଦିଲ୍ଲୀ,୨।୧୦: ଭାରତ ଏବଂ ୱେଷ୍ଟଇଣ୍ଡିଜ୍ ମଧ୍ୟରେ ଖେଳାଯାଉଥିବା ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ (ODI) ସିରିଜ୍‌ରେ ଭାରତୀୟ ଦଳ ୨-୦ ରେ ଅଗ୍ରଣୀ ସହ ସିରିଜ୍ କବ୍‌ଜା…

ତୁଳା ରାଶିରେ ଶୁକ୍ରଙ୍କ ଓଲଟା ଚାଲି: ଅକ୍ଟୋବର ୩ରୁ ଏହି ୫ଟି ରାଶିର ଲୋକଙ୍କୁ ରହିବାକୁ ପଡ଼ିବ ସାବଧାନ!

୨୦୨୬ ଅକ୍ଟୋବର ୩ ତାରିଖରୁ ଶୁକ୍ର ନିଜର ସ୍ୱରାଶି ତୁଳାରେ ବକ୍ରୀ ଅର୍ଥାତ୍ ଓଲଟା ଚାଲି ଚାଲିବାକୁ ଯାଉଛନ୍ତି। ଶୁକ୍ରଙ୍କର ଏହି ଚଳନ ହେତୁ ସମ୍ପର୍କ, ଭାଗୀଦାରୀ,…

SRHର ଅଧିନାୟକ ନିଷ୍ପତ୍ତିକୁ ନେଇ ଝଡ଼! କ୍ଷୁବ୍ଧ ଅଭିଷେକ ଶର୍ମା, ଛାଡ଼ିପାରନ୍ତି ଦଳ

ନୂଆଦିଲ୍ଲୀ,୨।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୭ ସଂସ୍କରଣ ପୂର୍ବରୁ ସନ୍‌ରାଇଜର୍ସ ହାଇଦ୍ରାବାଦ (SRH) ଶିବିରରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ,…

ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କ୍ଲଷ୍ଟର ସ୍ତରୀୟ ‘ସୁରଭି’ ମହୋତ୍ସବ ଅନୁଷ୍ଠିତ

କଲ୍ୟାଣସିଂହପୁର, ୨/୧୦ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’…

ଚୋରାରେ କଟାଯାଇଥିବା ୪ ଶାଳ ଗଛର ଗଣ୍ଡି ଜବତ

ପାଟଣା, ୨।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ପାଟଣା ସେକ୍ସନର ମଲ୍ଲିପୋଷି ବିଟ୍‌ ଅଧୀନ ନୂଆପଡ଼ା ଗ୍ରାମ ହୁଡ଼ିରୁ ଚୋରାରେ କଟାଯାଇ…

କଙ୍କାଳ ଜବତ, ନିଖୋଜ ମହିଳାଙ୍କ କଙ୍କାଳ ବୋଲି ଅନୁମାନ

ରିଆମାଳ,୨|୧୦(ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ଥାନା ଗୁଣ୍ଡିଆପାଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ସାନଡଙ୍ଗାଘାଟର ମୁଣ୍ଡା ସାହି ଗୋହିରା ନାଳ ପାଖରୁ ରିଆମାଳ ଥାନା ପୁଲିସ ଏକ…

ଅନ୍ତରବା ଛକରେ ଦୁର୍ଘଟଣା, ୩ ଗୁରୁତର, ୨ ଆହତ

ମୋହନା, ୨।୧୦ (ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତରବା ଛକରେ ଗୁରୁବାର ଏକ ସଡ଼କ ଦୁର୍ଘଟଣା ଘଟି ୩ ଜଣ ଗୁରୁତର ଓ ୨…

ଭାରତ-ପାକିସ୍ତାନ ମହାମୁକାବିଲା: ଓପନର ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ବଢ଼ିଲା ଚିନ୍ତା, ସାମ୍ନାକୁ ଆସିଲା…

ନୂଆଦିଲ୍ଲୀ,୨।୧୦: ଏସିଆନ୍ ଗେମ୍ସ କ୍ରିକେଟ୍ ପ୍ରତିଯୋଗିତାର ଫାଇନାଲ୍‌ରେ ଆସନ୍ତା ଅକ୍ଟୋବର ୩ ତାରିଖରେ ଭାରତ ଓ ପାକିସ୍ତାନ ମୁହାଁମୁହିଁ ହେବାକୁ ଯାଉଛନ୍ତି। ଏହି ହାଇ-ଭୋଲ୍ଟେଜ୍ ସ୍ୱର୍ଣ୍ଣ ପଦକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?