‘ଆତ୍ମନିର୍ଭର ଭାରତ ଗଠନରେ ଛାତ୍ରୀଛାତ୍ରଙ୍କ ଭୂମିକା’

ଦିଗପହଣ୍ଡି,୩୧ା୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଖେମୁଣ୍ଡି କଲେଜରେ ଶୁକ୍ରବାର ‘ନବସୃଜନ ଓ ନବଉଦ୍ୟମ ପ୍ରତିଯୋଗିତା ୨୦୨୬’ ସମ୍ପର୍କିତ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। କଲେଜ ଅଧ୍ୟକ୍ଷ ଡ. ଅସିତ କୁମାର ଷଡ଼ଙ୍ଗୀ ସଚେତନତା ସଭାରେ ଅଧ୍ୟକ୍ଷତା କରି ଛାତ୍ରୀଛାତ୍ରଙ୍କ ମଧ୍ୟରେ ନବସୃଜନ, ଉଦ୍ୟୋଗୀ ମନୋଭାବ, ଆତ୍ମନିର୍ଭରଶୀଳତା ଏବଂ ଉଦ୍ଭାବନୀ ଚିନ୍ତାଧାରାର ବିକାଶ ଘଟାଇବା ସହ ସେମାନଙ୍କୁ ନୂତନ ଚିନ୍ତାଧାରାକୁ ବ୍ୟବହାରିକ ରୂପ ଦେବା ଏହି କାର୍ଯ୍ୟକ୍ରମର ମୂଳ ଉଦ୍ଦେଶ୍ୟ ବୋଲି କହିଥିଲେ। କଲେଜରେ ଅଧ୍ୟୟନ କରୁଥିବା ଛାତ୍ରୀଛାତ୍ରଙ୍କୁ ନବସୃଜନମୂଳକ ଚିନ୍ତାଧାରାର ବିକାଶ, ଗବେଷଣା ପ୍ରତି ଆଗ୍ରହ ଏବଂ ନବଉଦ୍ୟମ ମାଧ୍ୟମରେ ଆତ୍ମନିର୍ଭର ଭାରତ ଗଠନରେ ଯୁବପିଢ଼ିଙ୍କ ଭୂମିକା ସମ୍ପର୍କରେ ସେ ଅବଗତ କରାଇଥିଲେ। ଉପସ୍ଥିତ ଛାତ୍ରୀଛାତ୍ରଙ୍କୁ ନିଜସ୍ବ ଅଭିନବ ଚିନ୍ତାଧାରାକୁ ସମାଜର ଉପକାରରେ ବିନିଯୋଗ କରିବା ପାଇଁ ସେ ଆହ୍ବାନ ଜଣାଇଥିଲେ। କଲେଜର ଆଭ୍ୟନ୍ତରୀଣ ଗୁଣବତ୍ତା ନିଶ୍ଚିତୀକରଣ କୋଷ (ଆଇକ୍ୟୁଏସି) ଏବଂ ନାକ୍‌ର ସଂଯୋଜିକା ତଥା ଅଧ୍ୟାପିକା ଡ. ଅନୀତା ପାଣି କାର୍ଯ୍ୟକ୍ରମର ଉଦ୍ଦେଶ୍ୟ ଓ ଗୁରୁତ୍ୱ ସମ୍ପର୍କରେ ଆଲୋକପାତ କରି ଉଚ୍ଚଶିକ୍ଷା କ୍ଷେତ୍ରରେ ନବସୃଜନ ଓ ଗବେଷଣାର ଆବଶ୍ୟକତା ସମ୍ପର୍କରେ ମତବ୍ୟକ୍ତ କରିଥିଲେ।

କାର୍ଯ୍ୟକ୍ରମର ସଂଯୋଜିକା ତଥା ଅଧ୍ୟାପିକା ଡ. ଶାଳିନୀ ସକ୍ସେନା ‘ନବସୃଜନ ଓ ନବଉଦ୍ୟମ ପ୍ରତିଯୋଗିତା୨୦୨୬’ର ଉଦ୍ଦେଶ୍ୟ, ନିୟମାବଳୀ, ଅଂଶଗ୍ରହଣ ପ୍ରକ୍ରିୟା ଏବଂ ଏହାର ସୁଯୋଗ ସମ୍ପର୍କରେ ବିସ୍ତୃତ ସୂଚନା ପ୍ରଦାନ କରିଥିଲେ। ରସାୟନ ବିଭାଗର ବିଭାଗୀୟ ମୁଖ୍ୟ ଅଧ୍ୟାପକ ଡ. ହିମାଂଶୁ ମିଶ୍ର ଛାତ୍ରୀଛାତ୍ରଙ୍କୁ ବିଜ୍ଞାନ, ନବସୃଜନ ଏବଂ ଉଦ୍ୟୋଗୀ ମନୋଭାବର ସମନ୍ବୟ ମାଧ୍ୟମରେ ସମାଜର ବିଭିନ୍ନ ସମସ୍ୟାର ଅଭିନବ ସମାଧାନ ବାହାର କରିବା ପାଇଁ ପ୍ରେରିତ କରିଥିଲେ।

ସଚେତନତା ସଭାରେ ସମସ୍ତ ଅଧ୍ୟାପିକା, ଅଧ୍ୟାପକ, କର୍ମଚାରୀ ବୃନ୍ଦ ଏବଂ ବହୁ ସଂଖ୍ୟକ ଛାତ୍ରୀଛାତ୍ର ଉପସ୍ଥିତ ରହି ବିଭିନ୍ନ ଆଲୋଚନାରେ ଅଂଶଗ୍ରହଣ କରିଥିଲେ। ଶେଷରେ ଅର୍ଥନୀତି ବିଭାଗର ଅଧ୍ୟାପକ କୈଳାସ ଦିଓ୍ବାନ ବେହେରା ଧନ୍ୟବାଦ ଅର୍ପଣ କରିଥିଲେ। ଅଧ୍ୟାପକ ଶୁଭାଶିଷ ପାଣିଗ୍ରାହୀ, ବାପୁଜୀ ଦାସ, ଦିଲ୍ଲୀପ କୁମାର ନାୟକ ଏବଂ ଧ୍ରୁବ କୁମାର ବିଶ୍ୱାସ ପ୍ରମୁଖ କାର୍ଯ୍ୟକ୍ରମ ପରିଚାଳନା୍‌ରେ ସହଯୋଗ କରିଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଦଶପଲ୍ଲାରେ ଚାଞ୍ଚଲ୍ୟ: ୩ ଦିନ ଧରି ନିଖୋଜ ବିରଞ୍ଚିଙ୍କ ମୃତଦେହ ମାଟି ତଳୁ ଉଦ୍ଧାର, ଘଟଣାସ୍ଥଳରେ…

ନୟାଗଡ଼,୧।୧୧(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଦଶପଲା ଥାନା ଟାକରା ପଞ୍ଚାୟତ ଅସନିବେରେଣା ଗ୍ରାମରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଗତ ୩ ଦିନ ଧରି ନିଖୋଜ…

ବନ୍ୟା କ୍ଷତ ଶୁଖିନି, ପୁଣି ବାତ୍ୟା ଆଶଙ୍କା, ଅଞ୍ଚଳବାସୀଙ୍କୁ ସତର୍କ କରି ପ୍ରଶାସନ…

ପୁରୁଷୋତ୍ତମପୁର,୧ା୧୧(ସବିତା ମିଶ୍ର): ବାତ୍ୟା ଅର୍ଣ୍ଣବ ପ୍ରଭାବରେ ପୁରୁଷୋତ୍ତମପୁର ଅଞ୍ଚଳରେ ଋଷିକୂଲ୍ୟା ନଦୀର ପ୍ରଳୟଙ୍କରୀ ବନ୍ୟା ପାଣି ଘରୁ ନ ଶୁଖୁଣୁ ପୁଣି ୨, ୩ ଓ ୪…

ଅନ୍ତର୍ଜାତୀୟ ଭାରୋତ୍ତୋଳନରେ ଗୁଣପୁର ପୁଅଙ୍କ କମାଲ, ଜିତିଲେ ୩ଟି ସ୍ୱର୍ଣ୍ଣ, ରାୟଗଡ଼ାରେ ହେବ…

ଗୁଣପୁର,୧।୧୧(ସୁଜାତା ପାଢ଼ୀ): ହରିୟାଣାର ଫରିଦାବାଦଠାରେ ରବିବାର ଆୟୋଜିତ ଅନ୍ତର୍ଜାତୀୟ ଭାରୋତ୍ତୋଳନ ପ୍ରତିଯୋଗିତାରେ ଗୁଣପୁର ‘ମହାବୀର ଏ-୧ ଜିମ୍’ର ପ୍ରତିଯୋଗୀମାନେ ଚମତ୍କାର ପ୍ରଦର୍ଶନ କରି ସ୍ୱର୍ଣ୍ଣ ପଦକ ହାସଲ…

ବନ୍ୟାଞ୍ଚଳ ପରିଦର୍ଶନ କରି ସ୍ଥିତି ଅନୁଧ୍ୟାନ କଲେ ଭାଜପା ରାଜ୍ୟ ସଭାପତି

ଛତ୍ରପୁର/ଗଞ୍ଜାମ,୧ା୧୧(ଦିଲ୍ଲୀପ ସାମଲ/ଅନାଥ ତରାଇ): ବାତ୍ୟା ‘ଅର୍ଣ୍ଣବ’ ପରବର୍ତ୍ତୀ ବନ୍ୟା ଓ ଜଳବନ୍ଦୀ ପରିସ୍ଥିତିରେ ଗଞ୍ଜାମ ଜିଲାର ବିଭିନ୍ନ ଅଞ୍ଚଳରେ ଜନଜୀବନ ପ୍ରଭାବିତ ହୋଇଥିବାବେଳେ ରବିବାର ଛତ୍ରପୁର ନିର୍ବାଚନମଣ୍ଡଳୀ…

ବିପର୍ଯ୍ୟୟ ମୁକାବିଲା ପାଇଁ ସ୍ଥାୟୀ ଯୋଜନା ପ୍ରସ୍ତୁତ କରିବାକୁ ସିପିଆଇର ଦାବି, ପ୍ରଭାବିତ ଅଞ୍ଚଳ ପରିଦର୍ଶନ ପରେ ଜିଲାପାଳ…

ଛତ୍ରପୁର,୧ା୧୧(ଦିଲ୍ଲୀପ ସାମଲ): ବାତ୍ୟା ‘ଅର୍ଣ୍ଣବ’ ପରବର୍ତ୍ତୀ ବନ୍ୟା ଯୋଗୁ ଗଞ୍ଜାମ ଜିଲାର ବିଭିନ୍ନ ଅଞ୍ଚଳରେ ସୃଷ୍ଟି ହୋଇଥିବା ଦୁର୍ଦ୍ଦଶା ଓ ବ୍ୟାପକ କ୍ଷୟକ୍ଷତିକୁ ଦୃଷ୍ଟିରେ ରଖି ବିପନ୍ନଙ୍କୁ…

ବୋଲେରୋରେ ପିଛା କରି ବାଇକ୍ ଅଟକାଇଲେ, ମାଡ଼ ମାରି ମଉସାଙ୍କ ମୁଣ୍ଡ ଫଟାଇଥିଲେ; ପୁତୁରା ଗିରଫ, ଜେଲ୍‌କୁ ଗଲେ…

ଦିଗପହଣ୍ଡି,୧।୧୧(ଅଶେଷ ନାଥ ମିଶ୍ର): ପାରିବାରିକ କଳହକୁ ନେଇ ମଉସାଙ୍କୁ ହତ୍ୟା ଉଦ୍ୟମ ଘଟଣାରେ ଅଭିଯୁକ୍ତ ପୁତୁରାଙ୍କୁ ପୋଲିସ ଗିରଫ କରି କୋର୍ଟଚାଲାଣ କରିଛି। ଗଞ୍ଜାମ ଜିଲା ସାନଖେମୁଣ୍ଡି…

‘ବଲାଙ୍ଗୀର ଦିନ୍’ ଉତ୍ସବର ଶୁଭାରମ୍ଭ: ନାଚ-ଗୀତରେ କମ୍ପିଲା ସହର, ରଙ୍ଗାରଙ୍ଗ ଶୋଭାଯାତ୍ରାରେ ଝୁମିଲେ ଲୋକେ

ବଲାଙ୍ଗୀର,୧।୧୧(ସୁନିଲ କୁମାର ମହାନ୍ତି): ଷଷ୍ଠ ‘ବଲାଙ୍ଗୀର ଦିନ୍’ ଉତ୍ସବ ପାଳନ ଆଜି ରବିବାର ଏକ ଭବ୍ୟ ସାଂସ୍କୃତିକ ଶୋଭାଯାତ୍ରା ସହ ଶୁଭାରମ୍ଭ ହୋଇଯାଇଛି। ବଲାଙ୍ଗୀର ଦିନ୍ ଆୟୋଜକ…

ବଢ଼ିଲା ହୀରାକୁଦ ଜଳଭଣ୍ଡାର ଜଳସ୍ତର, ପୁଣି ଖୋଲିଲା ୩ ଗେଟ୍‌

ସମ୍ବଲପୁର,୧ା୧୧(ପ୍ରମୋଦ ବହିଦାର): ବାତ୍ୟା ଅର୍ଣ୍ଣବ ପ୍ରଭାବରେ ହୀରାକୁଦ ଜଳଭଣ୍ଡାରର ଉପର ପ୍ରବଳ ବର୍ଷା ଯୋଗୁ ମହାନଦୀରେ ଜଳ ପ୍ରବାହ ବୃଦ୍ଧି ପାଇଛି। ସେହି ଅନୁପାତରେ ହୀରାକୁଦ ଜଳଭଣ୍ଡାରକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?