‘ରାଷ୍ଟ୍ର ନିର୍ମାଣରେ ଶିକ୍ଷାର୍ଥୀଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ’

ଦାରିଙ୍ଗବାଡ଼ି,୧୫ା୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଝିଞ୍ଜିରିଗୁଡ଼ା ପଞ୍ଚାୟତ ଉଲିପଦର ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ପରିସରରେ ଗୁରୁବାର ଚତୁର୍ଥତମ ବାର୍ଷିକ ଉତ୍ସବ ଓ ପୁରସ୍କାର ବିତରଣୀ କାର୍ଯ୍ୟକ୍ରମ ବିଦ୍ୟାଳୟର ପ୍ରଧାନଶିକ୍ଷକ ମଦନ ମୋହନ ବେହେରାଙ୍କ ଆବାହନ କ୍ରମେ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ କାର୍ଯ୍ୟକ୍ରମକୁ ବ୍ରାହ୍ମଣୀଗାଁ ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟର ପ୍ରଧାନଶିକ୍ଷକ କୃପାସିନ୍ଧୁ ସିଂ ଯୋଗ ଦେଇ ଶୁଭ ଉଦ୍‌ଘାଟନ କରିଥିଲେ। ପରେ ବିଦ୍ୟାଳୟର ପ୍ରଧାନଶିକ୍ଷକ ମଦନମୋହନ ବେହେରାଙ୍କ ଅଧ୍ୟକ୍ଷତାରେ ବିଦ୍ୟାଳୟର ବିଜ୍ଞାନ ଶିକ୍ଷକ ଅମିତ କୁମାର ଦୀପଙ୍କ ମଞ୍ଚ ପରିଚାଳନାରେ ମୁଖ୍ୟ ଅତିଥିଙ୍କ ସମେତ ମୁଖ୍ୟବକ୍ତା ଭାବେ ଶିକ୍ଷାବିତ ଅଜୟ କୁମାର ରଣସିଂ, ଅନ୍ୟତମ ସ୍ବତନ୍ତ୍ର ଅତିଥି ଭାବେ ଦାରିଙ୍ଗବାଡ଼ି ସବ୍‌ରେଜିଷ୍ଟ୍ରାର ଅଧିକାରୀ ନିହାର ରଞ୍ଜନ ସେଠ, ଦାରିଙ୍ଗବାଡ଼ିର ବରିଷ୍ଠ ଶିକ୍ଷକ ନରେନ୍ଦ୍ର ବେହେରା, ଦାରିଙ୍ଗବାଡ଼ି ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟର ପ୍ରଧାନଶିକ୍ଷକ ଅଜୟ କୁମାର ଜେନା, ଝିଞ୍ଜିରୀଗୁଡ଼ା ଉଚ୍ଚ ବିଦ୍ୟାଳୟର ପ୍ରଧାନଶିକ୍ଷକ ସୁବାସ ଚନ୍ଦ୍ର ବିଷୋୟୀ, ବିଦ୍ୟାଳୟର ପରିଚାଳନା କମିଟିର ସଭାପତି ଯକ୍ଷ ବଡ଼ମାଝି ପ୍ରମୁଖ ମଞ୍ଚାସୀନ ଥିଲେ।

ସମସ୍ତ ଅତିଥିଙ୍କୁ ବିଦ୍ୟାଳୟ ପକ୍ଷରୁ ଛାତ୍ରୀମାନେ ପୁଷ୍ପଗୁଛ ଦେଇ ସ୍ବାଗତ ସମ୍ବର୍ଦ୍ଧନା ଜଣାଇଥିଲେ। ପରେ ବିଦ୍ୟାଳୟର ପ୍ରଧାନଶିକ୍ଷକ ମଦନମୋହନ ବେହେରା ବାର୍ଷିକ ବିବରଣୀ ପଠନ କରିଥିଲେ। ଏହି ବିବରଣୀରେ ୨ ଛାତ୍ରୀ ରାଜ୍ୟସ୍ତରୀୟ ବିଜ୍ଞାନ ମେଳାରେ ଅଂଶ ଗ୍ରହଣ କରି ସଫଳ ପାଇଛନ୍ତି। ସେହିପରି ୮ ଜଣ କ୍ରୀଡ଼ାରେ ଜିଲାସ୍ତରରେ ପୁରସ୍କୃତ ହୋଇଥିବା କୁହାଯାଇଥିଲା। ଦଶମ ଶ୍ରେଣୀରେ ଛାତ୍ରୀମାନେ ଭଲ ପରୀକ୍ଷାଫଳ ରଖୁଥିବା ବେଳେ ଗତ ୨୦୧୨ରୁ ଏହି ବିଦ୍ୟାଳୟ ଘୋଷଣା କରାଯାଇଥିବା ବେଳେ ୨୦୧୭ରୁ ବିଦ୍ୟାଳୟ କାର୍ଯ୍ୟକ୍ଷମ ହୋଇଥିବା ପ୍ରଧାନଶିକ୍ଷକ କହିଥିଲେ। ବିଦ୍ୟାଳୟରେ ରହିଥିବା ସମସ୍ୟା ତଥା ସଭାଗୃହର ଜରୁରୀ ରହିଥିବା ବେଳେ କୂପ ଖୋଳାଯାଇଥିଲେ ମଧ୍ୟ ଜଳ ଯୋଗାଣ ବ୍ୟବସ୍ଥା ନ ଥିବାରୁ ଜଳ ସଙ୍କଟ ରହିଥିବା ସହ ୨ ଜଣ ଶିକ୍ଷୟିତ୍ରୀଙ୍କୁ ଏଠାରୁ ଡେପୁଟେଶନ କରାଯାଇଥିଲେ ସୁଦ୍ଧା ସେମାନଙ୍କୁ ଫେରେଇ ଅଣାଯାଉନାହିଁ କି ସେମାନଙ୍କ ବଦଳରେ ଏଠାରେ କାହାକୁ ନିଯୁକ୍ତି ଦିଆଯାଉନାହିଁ। ଫଳରେ ଛାତ୍ରୀଙ୍କୁ ଶିକ୍ଷାଦାନରେ ସମସ୍ୟା ଦେଖାଯାଇଛି ବୋଲି କହିଥିଲେ। ଏହି ଅବସରରେ ଛାତ୍ରୀମାନଙ୍କ ଗୁଣାତ୍ମକ ଶିକ୍ଷା ପାଇଁ ବିଭିନ୍ନ ପରାମର୍ଶ ଦିଆଯାଇଥିଲା। ଏଥିପାଇଁ ଶିକ୍ଷକମାନଙ୍କ ମଧ୍ୟ କଠିନ ପରିଶ୍ରମ ଓ ଏକାଗ୍ରତା ଜରୁରୀ ବୋଲି କୁହାଯିବା ସହ ରାଷ୍ଟ୍ର ନିର୍ମାଣରେ ଶିକ୍ଷାର୍ଥୀମାନଙ୍କ ଭୂମିକା ଓ ଅଭିଭାବକମାନଙ୍କ ଦାୟିତ୍ୱ ସମ୍ପର୍କରେ କୁହାଯାଇଥିଲା। ଘରେ ଛାତ୍ରୀମାନେ ରହିଥିବା ସମୟରେ ଅଭିଭାବକମାନଙ୍କ ସହ ରହୁଛନ୍ତି ସେମାନଙ୍କୁ ଅଭିଭାବକ ସଂସ୍କାର ଦେବା ଦରକାର ବିଦ୍ୟାଳୟକୁ ଆସିଲେ ଶିକ୍ଷୟିତ୍ରୀଶିକ୍ଷକଙ୍କ ଗୁରୁଦାୟିତ୍ୱ ବୋଲି ଅତିଥିମାନେ କହିଥିଲେ। ଏହି ଅବସରରେ ଉତ୍ସବକୁ ନେଇ ଛାତ୍ରୀମାନଙ୍କ ମଧ୍ୟରେ ଉତ୍ସାହ ଦେଖାଯାଇଥିଲା। ସେମାନଙ୍କୁ ନେଇ ବିଭିନ୍ନ କ୍ରୀଡ଼ା, ସଙ୍ଗୀତ, କୁଇଜ୍‌, ରଚନା, ଚିତ୍ରାଙ୍କନ ଆଦି ପ୍ରତିଯୋଗିତା କରାଯାଇଥିଲା। କୃତୀ ଛାତ୍ରୀଙ୍କୁ ପୁରସ୍କାର ଓ ମାନପତ୍ର ପ୍ରଦାନ କରାଯାଇଥିଲା।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସରକାରଙ୍କ ବଡ଼ ଘୋଷଣା: ତୃତୀୟ ସନ୍ତାନ ଜନ୍ମ ହେଲେ ମିଳିବ ୨୫,୦୦୦ ଟଙ୍କା

ହାଇଦ୍ରାବାଦ୍‌,୭।୩: ଆନ୍ଧ୍ର ପ୍ରଦେଶ ସରକାର ଏକ ନୂତନ ପଦକ୍ଷେପ ଘୋଷଣା କରିଛନ୍ତି। ରାଜ୍ୟ ମୁଖ୍ୟମନ୍ତ୍ରୀ ଏନ. ଚନ୍ଦ୍ରବାବୁ ନାଇଡୁ ବିଧାନସଭାରେ କହିଛନ୍ତି,ରାଜ୍ୟର ଜନ୍ମହାର ନିରନ୍ତର ହ୍ରାସ ପାଉଛି…

ସ୍ତ୍ରୀଙ୍କୁ ପିଟିପିଟି ମାରିଦେଲେ ସ୍ବାମୀ, ପୋଲିସ ପଚାରିବାରୁ କହିଲେ କାଲି ରାତିର ଘଟଣା…

ଦେବଗଡ଼,୭ା୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ବ୍ଲକ ବମ୍ପରଡ଼ା ଆଇଆରବି ବାଟାଲିୟନ ପଛପାଖରୁ ଜଣେ ମହିଳାଙ୍କ ମୃତଦେହ ଜବତ ହେଇଥିବା ଜଣାପଡ଼ିଛି। ତେବେ ଘରୋଇ କଳିରୁ…

୭ ବର୍ଷର ଶିଶୁକୁ ଅପହରଣ କରି ଗଳାକାଟି ହତ୍ୟା: ଟଙ୍କାମାଗିଲେ, ପରେ  ମୃତଦେହ ବସ୍ତାରେ ବାନ୍ଧି…

ବିଷମକଟକ,୭।୩(ପ୍ରସନ୍ନ କୁମାର ପଣ୍ଡା): ରାୟଗଡ଼ା ଜିଲା ବିଷମକଟକ ବ୍ଲକ ଅନ୍ତର୍ଗତ ଚାଟିକଣା ଅଞ୍ଚଳରେ ଜଣେ ୭ ବର୍ଷର ଶିଶୁକୁ ଅପହରଣ ପରେ ଗଳାକାଟି ହତ୍ୟା କରାଯିବା ଘଟଣା…

ସପ୍ତମ ଶ୍ରେଣୀ ଛାତ୍ରୀଙ୍କୁ ହିନ୍ଦୀ ଶିକ୍ଷକଙ୍କ ଅସଦାଚରଣ, ଗ୍ରାମବାସୀଙ୍କ ହୋ-ହଲ୍ଲା ପରେ…

ବାସୁଦେବପୁର,୭ା୩(ନାରାୟଣ ପ୍ରସାଦ ବାରିକ): ଭଦ୍ରକ ଜିଲାର ବାସୁଦେବପୁର ବ୍ଲକ ଅଧୀନ ସାନକୃଷ୍ଣପୁର ପଞ୍ଚାୟତର ଚାନ୍ଦିମାଳଠାରେ ଥିବା ଜବାହୀ ନବୋଦୟ ବିଦ୍ୟାଳୟରେ ପଢୁଥିବା ସପ୍ତମ ଶ୍ରେଣୀ ଛାତ୍ରୀଙ୍କୁ ହିନ୍ଦୀ…

ଯୁଦ୍ଧର ପ୍ରଭାବ! ଏହି ଦେଶରେ ଆକାଶଛୁଆଁ ହେଲାଣି ପେଟ୍ରୋଲ-ଡିଜେଲ ଦାମ୍‌

ଇସଲାମାବାଦ,୭।୩: ପାକିସ୍ତାନ ବର୍ତ୍ତମାନ ପେଟ୍ରୋଲ ଏବଂ ଡିଜେଲର ଘୋର ଅଭାବର ସମ୍ମୁଖୀନ ହେଉଛି। ବେଲୁଚିସ୍ତାନ, ଖାଇବର ପଖତୁନଖ୍ବା, ପଞ୍ଜାବ (ପାକିସ୍ତାନ) ଏବଂ ସିନ୍ଧ ସମେତ ଅନେକ ଅଞ୍ଚଳରେ…

ହାର୍ଦ୍ଦିକଙ୍କ ସହ ମାହିକାଙ୍କୁ ଦେଖି କେମିତି ରିଆକ୍ସନ ଦେଲେ ଗୌତମ ଗମ୍ଭୀର? ଦେଖନ୍ତୁ ଭିଡ଼ିଓ

ନୂଆଦିଲ୍ଲୀ,୭।୩: ଇଂଲଣ୍ଡ ବିପକ୍ଷ ସେମିଫାଇନାଲରେ ଟିମ ଇଣ୍ଡିଆର ବିଜୟରେ ହାର୍ଦ୍ଦିକ ପାଣ୍ଡ୍ୟା ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିଲେ। ସେ ପ୍ରଥମେ ବ୍ୟାଟ ସହିତ ଚମତ୍କାର ପ୍ରଦର୍ଶନ କରିଥିଲେ,…

ମଦ ବୋତଲରେ ମିଳିଲା ଏମିତି ଜିନିଷ ଗ୍ରାହକଙ୍କ ଉଡିଲା ହୋସ୍‌, ଦୋକାନି କହିଲେ ଆମ କାମ ବିକ୍ରି କରିବା ତିଆରି କରିବା ନୁହେଁ

ହାଇଦ୍ରାବାଦ,୭।୩: ହାଇଦ୍ରାବାଦର ନାଚାରାମ ଅଞ୍ଚଳରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ଘଟିଛି। ବିୟର ବୋତଲ ଖୋଲିବା ମାତ୍ରେ ଜଣେ ବ୍ୟକ୍ତି ଭିତରେ ଏକ ଛୋଟ ମାଛ ପହଁରୁଥିବାର ଦେଖିଲେ।…

ଫାଇନାଲ୍‌ରେ ସଞ୍ଜୁ ସାମସନ ମାତ୍ର ୨୬ ରନ୍‌ କଲେ ଟିମ୍‌ ଇଣ୍ଡିଆ ହୋଇଯିବ ଚାମ୍ପିୟନ: ଜାଣନ୍ତୁ କେମିତି

ଅହମ୍ମଦାବାଦ୍‌,୭।୩: ଟି୨୦ ବିଶ୍ୱକପର ଫାଇନାଲ ମ୍ୟାଚ ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ମାର୍ଚ୍ଚ ୮ରେ ଅନୁଷ୍ଠିତ ହେବାକୁଯାଉଛି। ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ହେବାକୁ ଥିବା ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri