ଶିକ୍ଷାଦାନରେ ଗୁରୁଙ୍କ ଭୂମିକା ମହତ୍ତ୍ୱପୂର୍ଣ୍ଣ, ଅବସରପ୍ରାପ୍ତ ଶିକ୍ଷକଙ୍କୁ ମିଳିଲା…

କର୍ଲାମୁଣ୍ଡା,୬ା୯(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦରସ୍ଥିତ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟଠାରେ ଗୁରୁଦିବସ ଅବସରରେ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମ ଓ ସମ୍ବର୍ଦ୍ଧନା ସଭା ଆୟୋଜିତ ହୋଇଥିଲା। ପ୍ରଧାନଶିକ୍ଷକ ମନୋଜ ମିଶ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭାରେ ମହାନ ଦାର୍ଶନିକ ତଥା ଭାରତର ପୂର୍ବତନ ରାଷ୍ଟ୍ରପତି ଡ. ସର୍ବପଲ୍ଲୀ ରାଧାକୃଷ୍ଣନଙ୍କ ଜୀବନୀ, ଆଦର୍ଶ ଓ ଶିକ୍ଷା କ୍ଷେତ୍ରରେ ତାଙ୍କ ଅବଦାନ ଉପରେ ଆଲୋଚନା ହୋଇଥିଲା।ଏହି ଅବସରରେ ଅବସରପ୍ରାପ୍ତ ଶିକ୍ଷକ ଅଶୋକ କୁମାର ତ୍ରିପାଠୀ, ରୋହିତ କୁମାର ରଣା ଓ ସୁଦର୍ଶନ ସାହୁଙ୍କୁ ବିଦ୍ୟାଳୟ ପକ୍ଷରୁ ସମ୍ବର୍ଦ୍ଧିତ କରାଯାଇଥିଲା। ଶିକ୍ଷକମାନଙ୍କ ଅବଦାନ ଓ ସମାଜ ଗଠନରେ ସେମାନଙ୍କ ଗୁରୁତ୍ୱପୂର୍ଣ୍ଣ ଭୂମିକା ସମ୍ପର୍କରେ ମଧ୍ୟ ଆଲୋଚନା ହୋଇଥିଲା। କାର୍ଯ୍ୟକ୍ରମରେ ନୋଡାଲ ସିଆରସିସି ପ୍ରସନ୍ନ କୁମାର ସାହୁ ଙ୍କ ସମେତ ବିଦ୍ୟାଳୟର ଶିକ୍ଷୟିତ୍ରୀ, ଶିକ୍ଷକ ଛାତ୍ରୀ, ଛାତ୍ର ଓ ଅନ୍ୟମାନେ ଉପସ୍ଥିତ ଥିଲେ। ସେହିପରି କର୍ଲାମୁଣ୍ଡା ସରସତୀ ଶିଶୁ ବିଦ୍ୟାମନ୍ଦିର ପକ୍ଷରୁ ଆୟୋଜିତ ଗୁରୁ ଦିବସ ଉତ୍ସବ ରେ ଅନୁଷ୍ଠାନ ର ସଭାପତି ମାର୍କଣ୍ଡ ପାଢ଼ୀ, ସମ୍ପାଦକ କୁଞ୍ଜ ସାହୁ, ପ୍ରଧାନଚାର୍ଯ୍ୟ କିଶୋର ଚନ୍ଦ୍ର ତ୍ରିପାଠୀ ଉପସ୍ଥିତ ରହି ବିଦ୍ୟାଳୟର ଗୁରୁଜୀ, ଗୁରୁମା’ ଓ ଛାତ୍ରଛାତ୍ରୀମାନଙ୍କୁ ସମ୍ମାନ ଜଣାଇବା ସହିତ କାର୍ଯ୍ୟକ୍ରମରେ ଗୁରୁଙ୍କ ମହତ୍ତ୍ୱ ଓ ଶିକ୍ଷାଦାନର ଭୂମିକା ଉପରେ ଆଲୋକପାତ କରିଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଭାଜପାରେ ଯୋଗଦେଲେ ଅନେକ କର୍ମୀ, ପ୍ରଧାନମନ୍ତ୍ରୀଙ୍କ ଶାସନରେ…

ରିଷିଡ଼ା,୬ା୯(ସୁଶାନ୍ତ ମଲ୍ଲିକ): କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ତେରେସିଂହାସ୍ଥିତ ସୁବିଧା କେନ୍ଦ୍ରଠାରେ ଭାଜପାର ମାସିକ ବୈଠକ ଓ ମିଶ୍ରଣ ପର୍ବ ଶନିବାର ଭାଜପାର କର୍ଲାମୁଣ୍ଡା ମଣ୍ଡଳ ସଭାପତି ଡୋଳାମଣି…

ପାଣି ଫ୍ୟାକ୍ଟେରୀରେ କରେଣ୍ଟ ଝଟକା, ଜୀବନ ସହ ଲଢ଼ୁଛନ୍ତି ଶ୍ରମିକ: ଗେଟ୍‌ରେ ଗଣଧାରଣା

କେସିଙ୍ଗା, ୬।୯ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଚାଞ୍ଚେର ପଞ୍ଚାୟତ ଅଧୀନ ଏନ୍‌ଏଚ୍‌-୨୬ ପାର୍ଶ୍ୱରେ ଅବସ୍ଥିତ ଏକ ପାଣି ପାଉଚ୍‌ ଫ୍ୟାକ୍ଟେରୀରେ ଅଭାବନୀୟ ଘଟଣା…

ନଳିନୀଙ୍କ ହାତରେ କେସିଙ୍ଗା ବିଜେଡିର ମଙ୍ଗ: ଗୁରୁଦାୟିତ୍ୱ ଦଲେ ନବୀନ

କେସିଙ୍ଗା, ୬।୯ (ତୁମେଶ୍ୱର ସାହୁ): ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜୁ ଜନତା ଦଳ (ବିଜେଡି)ର ସଭାପତି ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ବିଜେଡିର ବରିଷ୍ଠ ଉପସଭାପତି ଦେବୀ ପ୍ରସାଦ…

ଜିଲା ଯୁବ କଂଗ୍ରେସ ସଭାପତିରୁ ଓପିସିସି ସମ୍ପାଦକ: ମହମ୍ବଦ ସାହେବଙ୍କୁ ମିଳିଲା ଗୁରୁଦାୟିତ୍ୱ

ଭବାନୀପାଟଣା,୫।୯(ଉତ୍ତମ କୁମାର ଦାଶ): ନିଖିଳ ଭାରତ କଂଗ୍ରେସ କମିଟି (ଏଆଇସିସି) ସଭାପତିଙ୍କ ଅନୁମୋଦନ କ୍ରମେ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି (ଓପିସିସି) ପାଇଁ କାର୍ଯ୍ୟକାରୀ କମିଟି ଓ…

କଳାହାଣ୍ଡି ପୋଲିସର ବଡ଼ ଧରଣର ଚଢ଼ାଉ: ୨୦ କୁଇଣ୍ଟାଲ ଗଞ୍ଜେଇ ଜବତ,୪ ଗିରଫ

ଭବାନୀପାଟଣା,୫।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ୍. ରାମପୁର ଥାନା ମୋହନଗିରି ଫାଣ୍ଡି ଅନ୍ତର୍ଗତ ଜାମୁଲି ଗ୍ରାମ ନିକଟସ୍ଥ ଜଙ୍ଗଲରେ ବେଆଇନ ଗଞ୍ଜେଇ ରଖାଯାଇଥିବା ଖବର ପାଇ…

କେସିଙ୍ଗା ଅବକାରୀ ଥାନାରେ ନୂଆ ଓଆଇସିଙ୍କ ଯୋଗଦାନ

କେସିଙ୍ଗା,୫ା୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଅବକାରୀ ଥାନାରେ ନୂତନ ଭାବେ ମଳୟ ପ୍ରଧାନ ଓଆଇସି ଭାବେ ଯୋଗଦାନ କରିଛନ୍ତି। ସେ ଏହା ପୂର୍ବରୁ ବରଗଡ଼ରେ ଏଆଇସି…

ରିଷିଡ଼ାରେ ଧୂମ୍‌ଧାମ୍‌ରେ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ, ସମଗ୍ର ବିଦ୍ୟାଳୟରେ ଆଧ୍ୟାତ୍ମିକ ପରିବେଶ

ରିଷିଡ଼ା,୪ା୯(ସୁଶାନ୍ତ ମଲ୍ଲିକ): ସ୍ଥାନୀୟ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ମାତୃରାମ ସୋହନ ଲାଲ ବିହାର ରିଷିଡ଼ା ପରିସରରେ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ମହାସମାରୋହରେ ପାଳିତ ହୋଇଯାଇଛି। ଭଗବାନ ଶ୍ରୀକୃଷ୍ଣଙ୍କ ଜନ୍ମୋତ୍ସବକୁ…

ସିର୍ଜାପାଲିରେ ଜନ୍ମାଷ୍ଟମୀ ଉତ୍ସବ: କଂସ ଦରବାର ମୁଖ୍ୟ ଆକର୍ଷଣ

କର୍ଲାମୁଣ୍ଡା,୪।୯(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ପକ୍ଷରୁ କେସିଙ୍ଗା ବ୍ଲକ ସିର୍ଜାପାଲି ଗ୍ରାମରେ ଜନ୍ମାଷ୍ଟମୀ ଉତ୍ସବ ପାଳିତ ହୋଇଯାଇଛି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri