‘ସମାଜ ଗଠନରେ ନାରୀମାନଙ୍କ ଭୂମିକା ଅତୁଳନୀୟ’

ଥୁଆମୂଳ ରାମପୁର,୮ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଗୋପାଳପୁର ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ପରିସରରେ ରବିବାର ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ଏକ ବିଶେଷ ସଚେତନତା କାର୍ଯ୍ୟକ୍ରମ ଓ ବକ୍ତୃତା ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି। ଥୁଆମୂଳ ରାମପୁର ତାଲୁକ ଆଇନ ସେବା କମିଟି ଓ ଜେଏମ୍‌ଏଫ୍‌ସି (JMFC) ଅଦାଲତର ମିଳିତ ଆନୁକୂଲ୍ୟରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ନାରୀ ଅଧିକାର ଓ ସୁରକ୍ଷା ସମ୍ପର୍କରେ ଛାତ୍ରୀମାନଙ୍କୁ ଶିକ୍ଷା ଦିଆଯାଇଥିଲା। ସ୍ଥାନୀୟ ମାଜିଷ୍ଟ୍ରେଟ ଡ. ତାରିଣୀ ପ୍ରସାଦ ସାହୁଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ସଭାରେ ସମ୍ମାନିତ ଅତିଥି ଭାବେ ବିଦ୍ୟାଳୟର ପ୍ରଧାନଶିକ୍ଷୟିତ୍ରୀ ମିନାକ୍ଷୀ ସାମଲ, ଯୁବ ଆଇନଜୀବୀ ମନୋରଞ୍ଜନ ନାଏକ, ଏମ୍‌ଏମ୍‌ପି୍‌ଏସ୍‌ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଭାରପ୍ରାପ୍ତ ଅଧ୍ୟକ୍ଷ ସତ୍ୟ ନାରାୟଣ ମୁଣ୍ଡଛିନା, ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ସୁନାରାମ ସୋରେନ ଏବଂ ଭାରତୀୟ ଷ୍ଟେଟ ବ୍ୟାଙ୍କ (SBI) ଶାଖା ପରିଚାଳକ ଜୟ କୃଷ୍ଣ ମେହେର ପ୍ରମୁଖ ଯୋଗ ଦେଇଥିଲେ। ଅତିଥିମାନେ ନିଜ ଅଭିଭାଷଣରେ ଆଧୁନିକ ସମାଜ ଗଠନରେ ନାରୀଙ୍କ ଭୂମିକା ଅତୁଳନୀୟ ବୋଲି ମତବ୍ୟକ୍ତ କରିବା ସହ ସେମାନଙ୍କ ସାମାଜିକ ଓ ଆଇନଗତ ଅଧିକାର ବିଷୟରେ ଆଲୋକପାତ କରିଥିଲେ।

ଏହି ଅବସରରେ ବିଦ୍ୟାଳୟର ଛାତ୍ରୀମାନଙ୍କ ମଧ୍ୟରେ ଏକ ବକ୍ତୃତା ପ୍ରତିଯୋଗିତା ଆୟୋଜନ କରାଯାଇଥିଲା। ଏଥିରେ କୃତିତ୍ୱ ହାସଲ କରିଥିବା ଲକ୍ଷ୍ମୀ ମାଝୀ (ପ୍ରଥମ), ବିନୟା ନାଏକ (ଦ୍ୱିତୀୟ) ଏବଂ ସ୍ବାତୀ ନାଏକ (ତୃତୀୟ)ଙ୍କୁ ଅତିଥିମାନଙ୍କ ଦ୍ୱାରା ପୁରସ୍କୃତ କରାଯାଇଥିଲା। କାର୍ଯ୍ୟକ୍ରମକୁ ତାଲୁକ ଆଇନ ସେବା କମିଟି ଓ ଅଦାଲତର କର୍ମଚାରୀ ପ୍ରହଲ୍ଲାଦ ସୁନାନୀ, ଜିମି ବେହେରା ଓ ପାର୍ଥ ପାତ୍ର ପ୍ରମୁଖ ପରିଚାଳନା କରିଥିଲେ। ଏଥିରେ ବିଦ୍ୟାଳୟର ବହୁ ସଂଖ୍ୟକ ଛାତ୍ରୀ ଓ ଶିକ୍ଷକ ଶିକ୍ଷୟିତ୍ରୀ ଉପସ୍ଥିତ ରହି କାର୍ଯ୍ୟକ୍ରମକୁ ସଫଳ କରିଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ମାଇକେଲ କ୍ଲାର୍କଙ୍କ ବଡ଼ ଭବିଷ୍ୟବାଣୀ, ଟି-୨୦ ବିଶ୍ୱକପ୍ ଫାଇନାଲରେ ଏହି ଖେଳାଳି ହେବେ ପ୍ଲେୟର ଅଫ….

ନୂଆଦିଲ୍ଲୀ,୮।୩:  ପୂର୍ବତନ ଅଷ୍ଟ୍ରେଲିୟ ଅଧିନାୟକ ମାଇକେଲ କ୍ଲାର୍କ ୨୦୨୬ ଟି- ୨୦ ବିଶ୍ୱକପ୍ ପାଇଁ ଏକ ଭବିଷ୍ୟବାଣୀ କରିଛନ୍ତି । କ୍ଲାର୍କ ସେହି ଖେଳାଳିଙ୍କ ବିଷୟରେ କହିଥିଲେ ଯିଏ…

ଅନ୍ତର୍ଜାତୀୟ ମହିଳା ଦିବସରେ ଯାତାୟାତ ପାଇଁ ସଂଘର୍ଷ କରୁଛନ୍ତି ମହିଳା

ଦାରିଙ୍ଗବାଡ଼ି,୮ା୩(ଅରୁଣ ସାହୁ): ଆଜି ବିଶ୍ୱ ପାଳୁଛି ମହିଳା ଦିବସ। ଏହି କ୍ରମରେ ଦାରିଙ୍ଗବାଡ଼ିଠାରେ ଏହି ଦିନରେ ଏକାଧିକ ସ୍ଥାନରେ ଏହି ଦିବସ ବଡ଼ ଧୂମ୍‌ଧାମରେ ପାଳନ କରାଯାଉଛି।…

କଇଁଚିରେ ଶାଶୁଙ୍କ ନାକ କାଟି ଦେଲେ ଜ୍ବାଇଁ, କଟା ନାକ ଧରି ଫେରାର….

ଜୟପୁର,୮।୩: ରାଜସ୍ଥାନର ଜାଲୋର ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ପାରିବାରିକ ବିବାଦକୁ ନେଇ ଜଣେ ବ୍ୟକ୍ତି ତାଙ୍କ ଶାଶୁଙ୍କୁ ଆକ୍ରମଣ କରିଛନ୍ତି ।…

JDUରେ ସାମିଲ ହେଲେ ନିଶାନ୍ତ, କହିଲେ ମୋ ବାପାଙ୍କ ଉପରେ ମୁଁ ଗର୍ବ କରେ

ପାଟନା,୮।୩: ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କ ପୁଅ ନିଶାନ୍ତ କୁମାର ଜନତା ଦଳ ୟୁନାଇଟେଡ (ଜେଡିୟୁ)ରେ ଯୋଗ ଦେଇଛନ୍ତି। ବୈଠକ ସମୟରେ ସେ ଦଳୀୟ କର୍ମୀମାନଙ୍କୁ ସ୍ବାଗତ କରିଥିଲେ।…

ବଡ଼ ଘୋଷଣା କଲେ ମହମ୍ମଦ ମୋକିମ୍‌, ଏହି ଦିନ ଲଞ୍ଚ କରିବେ ନୂଆ ଦଳ

ଭୁବନେଶ୍ବର,୮ା୩: ଏପ୍ରିଲ୍‌ ୮ରେ ମହମ୍ମଦ ମୋକିମ୍‌ ନୂଆ ଦଳ ଲଞ୍ଚ୍‌ କରିବେ । ନୂଆ ଦଳର ନାଁ ‘ଓଡ଼ିଶା ଜନତା କଂଗ୍ରେସ’ ରହିବ ବୋଲି ଘୋଷଣା କରିଛନ୍ତି…

‘ନାରୀ ଶିକ୍ଷିତ ହେଲେ ଆର୍ଥିକ କ୍ଷେତ୍ରରେ ପ୍ରଗତି ହୋଇପାରିବ’

ଭଞ୍ଜନଗର,୮ା୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ଜାତୀୟ ସେବା ଯୋଜନା ଶାଖା ୧ ଏବଂ ଘୁମୁସର ଗବେଷଣା ପ୍ରତିଷ୍ଠାନ(ଜିଜିପି) ପକ୍ଷରୁ…

ଫାଇନାଲ ମ୍ୟାଚରେ ହେବ ବର୍ଷା! ଜାଣନ୍ତୁ କେମିତି ରହିଛି ପାଗ

ନୂଆଦିଲ୍ଲୀ,୮।୩: ସେମିଫାଇନାଲରେ ଇଂଲଣ୍ଡକୁ ୭ ରନରେ ପରାସ୍ତ କରି ଟିମ ଇଣ୍ଡିଆ ୨୦୨୬ ଟି୨୦ ବିଶ୍ୱକପ ଫାଇନାଲରେ ପହଞ୍ଚିଛି। ଭାରତ ରବିବାର, ୮ ମାର୍ଚ୍ଚରେ ଅହମଦାବାଦର ନରେନ୍ଦ୍ର…

ଫାଇନାଲ ମ୍ୟାଚ ପୂର୍ବରୁ ୨ ଦିନ ହେବ ଶୋଇ ପାରି ନାହାଁନ୍ତି ଏହି ଗାୟିକା, କାହିଁକି? କହିଲେ ଏହାର କାରଣ

ନୂଆଦିଲ୍ଲୀ,୮।୩: ରବିବାରି, ୮ ମାର୍ଚ୍ଚରେ, ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ T20 ବିଶ୍ୱକପ ଫାଇନାଲ ଅନୁଷ୍ଠିତ ହେବାର କାର୍ଯ୍ୟକ୍ରମ ରହିଛି। ଗାୟିକା ଫାଲଗୁନି ପାଠକ ସମାପନ ଉତ୍ସବରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri