କାଳବୈଶାଖୀରେ ଉଡ଼ିଗଲା ହଷ୍ଟେଲ ଛପର

ପାଟଣା/ଢେଙ୍କିକୋଟ, ୨୨।୪(ସ୍ବ.ପ୍ର./ଡି.ଏନ.ଏ.) କେନ୍ଦୁଝର ଜିଲା ପାଟଣା ଓ ଢେଙ୍କିକୋଟ ଅଞ୍ଚଳରେ ଗୁରୁବାର ଅପରାହ୍ନରେ କାଳବୈଶାଖୀ ପ୍ରଭାବ ଦେଖିବାକୁ ମିଳିଛି। ଝଡ଼ବର୍ଷା ସାଙ୍ଗକୁ ପବନରେ ପାଟଣା ବ୍ଲକରେ ବାଉଁଶୁଳି ନୋଡାଲ ଉଚ୍ଚ ବିଦ୍ୟାଳୟ ଛାତ୍ରାବାସର ଆଜବେଷ୍ଟସ ଛପର ଉଡ଼ିଯାଇଛି। ଛାତ୍ରାବାସରେ ଥିବା ୨୨ ଛାତ୍ର ଅଳ୍ପକେ ବର୍ତ୍ତିଯାଇଛନ୍ତି। ସେମାନଙ୍କୁ ଅନ୍ୟ ଏକ କକ୍ଷକୁ ସୁରକ୍ଷିତ ଭାବେ ସ୍ଥାନାନ୍ତର କରାଯାଇଛି।
ପ୍ରକାଶ ଯେ, ୪୦ ସଂଖ୍ୟକ ଛାତ୍ରଙ୍କୁ ନେଇ ଚାଲୁଥିବା ଉକ୍ତ ଛାତ୍ରାବାସର ଛପର ଦୁଇମାସ ତଳେ ବର୍ଷା ପବନରେ ଉଡ଼ିଯାଇଥିଲା। ଆଇଟିଡିଏ ପକ୍ଷରୁ ପୁନଃ ନିର୍ମାଣ କରାଯାଇଥିଲା। ନିମ୍ନମାନର ସରଞ୍ଜାମ ବ୍ୟବହୃତ ହେଉଥିବାରୁ ବାରମ୍ବାର ଛପର ଉଡ଼ିଯାଉଥିବା ସ୍ଥାନୀୟ ଲୋକେ ଅଭିଯୋଗ କରିଛନ୍ତି। ସେମାନେ ଏହାର ଉଚ୍ଚସ୍ତରୀୟ ତଦନ୍ତ ଦାବି କରିଛନ୍ତି। ସେହିପରି ପାଟଣା ବାଉଁଶୁଳି ରାସ୍ତାର ଶରଧାପୁର ନିକଟରେ ଏକ ପୁରୁଣା ଆମ୍ବଗଛ ପଡ଼ି ରାସ୍ତା ଅବରୋଧ ଯୋଗୁ ଯାନବାହନ ଚଳାଚଳ ବାଧାପ୍ରାପ୍ତ ହୋଇଛି। ଗ୍ରାମର ଯୁବକମାନେ ରାସ୍ତା ସଫା କାର୍ଯ୍ୟ ଜାରି ରଖିଛନ୍ତି। ବିଭିନ୍ନ ସ୍ଥାନରେ ଗଛ ଆଉ ବାଉଁଶ ପଡ଼ିଥିବାରୁ ପାଟଣା ଅଞ୍ଚଳରେ ବିଦ୍ୟୁତ୍‌ ସରବରାହ ବନ୍ଦ ରହିଥିଲା। ପରେ କେତେକ ସ୍ଥାନରେ ବିଦ୍ୟୁତ୍‌ ସେବା ସ୍ବାଭାବିକ ହୋଇଛି। ତେବେ କାଳବୈଶାଖୀ ପ୍ରଭାବରେ ହୋଇଥିବା ବୃଷ୍ଟିପାତ ଯୋଗୁ ଲୋକେ ଗୁଳୁଗୁଳିରୁ ଆଶ୍ୱସ୍ତି ପାଇଛନ୍ତି। ପବନ ସହ ସ୍ଥାନେ ସ୍ଥାନେ କୁଆପଥର ବର୍ଷା ହୋଇଛି।
ଢେଙ୍କିକୋଟ ଅଞ୍ଚଳରେ ଘୂର୍ଣ୍ଣିଝଡ଼ ତୋଫାନ ସାଙ୍ଗକୁ କୁଆପଥର ବର୍ଷା ହୋଇଛି। ଛତିଆ, ସାନ୍ତରାପୁର, ରାଇବଣ, ଢେଙ୍କିକୋଟ, ଖଣ୍ଟଘର ପ୍ରମୁଖ ଅଞ୍ଚଳରେ ପବନରେ ଘର ଛପର ଉଡ଼ିଯାଇଛି। ବଡ଼ ବଡ଼ ଗଛ ପଡ଼ି ତାର ଛିଣ୍ଡି ବିଦ୍ୟୁତ୍‌ ସଂଯୋଗ ବିଚ୍ଛିନ୍ନ ହୋଇଛି। ବର୍ଷା ମାଡ଼ରେ ଲୋକଙ୍କ ବାଡ଼ି ବଗିଚାରେ ଫସଲ ନଷ୍ଟ ହୋଇଯାଇଛି। ସରକାରୀ ସ୍ତରରେ ଏହାର ଉପଯୁକ୍ତ ତଦନ୍ତ କରି ସହାୟତା ପ୍ରଦାନ ପାଇଁ ଢେଙ୍କିକୋଟ ବିକାଶ ମଞ୍ଚ ପକ୍ଷରୁ ଦାବି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମଇଦାନକୁ ଓହ୍ଲାଇବେ ମୋକିମଙ୍କ ଝିଅ ସୋଫିଆ, ବିରୋଧୀ ଛାନିଆ

କଟକ,୨୬।୪: ବିଧାୟକ ମହମ୍ମଦ ମୋକିମଙ୍କ ଝିଅ ସୋଫିଆ ଫିରଦୋସ୍‌ ଏଥର ବାରବାଟୀ-କଟକ ଆସନରୁ ଲଢ଼ିବା ପ୍ରାୟତଃ ନିଶ୍ଚିତ । କେବଳ ଏଆଇସିସିର ଘୋଷଣାକୁ ବାକି ରହିଛି...

ଏଥର ଧାମନଗରରେ ବିଗ୍‌ ଫାଇଟ୍‌, ମୁହାଁମୁହିଁ ହେବେ ଡାକ୍ତର-ଇଞ୍ଜିନିୟର

ଭଦ୍ରକ,୨୬।୪: ଏଥର ଧାମନଗର ଦେଖିବ ବଡ଼ ଫାଇଟ୍‌। ମୁହାଁମୁହିଁ ହେବେ ଡାକ୍ତର-ଇଞ୍ଜିନିୟର। ଭଦ୍ରକ ଲୋକ ସଭାର ଧାମନଗର ବିଧାନସଭା ଆସନରେ ହେବ କାଣ୍ଟେ କା ଟକ୍କର।...

ଏଲପିଜି ସିଲିଣ୍ଡରରେ ଭୋଟର ସଚେତନତା ବାର୍ତ୍ତା

କଟକ,୨୬ା୪ (କାର୍ତ୍ତିକ ସାହୁ) ଆଗାମୀ ସାଧାରଣ ନିର୍ବାଚନରେ ଭୋଟଦାନକୁ ଶତ ପ୍ରତିଶତ କରାଇବାର ଲକ୍ଷ୍ୟ ରଖିଛି କଟକ ଜିଲା ପ୍ରଶାସନ। ଭୋଟରମାନଙ୍କୁ ଆକୃଷ୍ଟ କରିବା ପାଇଁ...

୨୮ରେ କମ୍ପିବ ଓଡିଶା, ଆସୁଛନ୍ତି ରାହୁଲ-ନଡ୍ଡା

ଭୁବନେଶ୍ୱର,୨୬।୪: ଦିନକ ପରେ ଓଡିଶା ଗସ୍ତରେ ଆସୁଛନ୍ତି ଭାଜପା ଓ କଂଗ୍ରେସର ଦୁଇ ଟାଣୁଆ ନେତା । ସେମାନେ ହେଲେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି...

ଭାଇବୋହୂ, ପୁତୁରାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କଲେ ଦେଢଶୁର

କୁଚିଣ୍ଡା,୨୬।୪(ବିରଞ୍ଚତ୍ ଦର୍କା): ସମ୍ବଲପୁର ଜିଲା ଗୋବିନ୍ଦପୁର ଥାନା କିନାବଗା ପଞ୍ଚାୟତ ଦଲକିବାହାଲ ଗ୍ରାମରେ ଗୁରୁବାର ରାତିରେ ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। ନିଜ ଭାଇବୋହୂ ଏବଂ...

ଫୁଟୁଛି ଓଡିଶା, ଅନୁଗୁଳ ସର୍ବୋଚ୍ଚ ଉତ୍ତପ୍ତ ସହର

ଭୁବନେଶ୍ୱର,୨୬।୪(ଅସମାପିକା ସାହୁ): ସାରା ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ । ପ୍ରବଳ ଗରମ ଓ ଗୁଳୁଗୁଳିରେ ସାରା ରାଜ୍ୟ ସନ୍ତୁଳି ହେଉଥିବା ବେଳେ...

ପୁଅକଥା ମନେ ପକାଇ ହସ୍ପିଟାଲରେ ମା’ଙ୍କ ଆତ୍ମହତ୍ୟା ଉଦ୍ୟମ

ବଲାଙ୍ଗୀର,୨୬।୪: ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ହସ୍ପିଟାଲରେ ଜଣେ ମହିଳା ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ମହିଳା ଜଣଙ୍କ ହେଉଛନ୍ତି ମୁରିବାହାଲ ଥାନା ସାନଝରବାହାଲି ଗାଁର ପଦ୍ମାବତୀ ସେଠ...

ଆହୁରି ଦୁଇ ସପ୍ତାହ ନିସ୍ତାର ନାହିଁ: ୨୮ ତାରିଖ ପାଇଁ ସତର୍କ କଲା ବିଭାଗ

ଭୁବନେଶ୍ୱର,୨୬।୪: ରାଜ୍ୟରେ ଜାରି ରହିଛି ତାତି। ଗରମ ସାଙ୍ଗକୁ ଗୁଳୁଗୁଳିରେ ସନ୍ତୁଳି ହେଉଛନ୍ତି ରାଜ୍ୟବାସୀ। ଏଭଳିସ୍ଥତିରେ ଆହୁରି ଦୁଇ ସପ୍ତାହ ତାତିରୁ ନିସ୍ତାର ମିଳିବ ନାହିଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri