ଭୁଶୁଡ଼ିଲା ବିଦ୍ୟାଳୟ ଛାତ

ଭୋଗରାଇ, ୨୨।୭(ଡି.ଏନ.ଏ.) ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ଅଧୀନ କୁମ୍ଭୀରଗଡ଼ି ପଞ୍ଚାୟତ ଅଡ଼ଙ୍ଗପନ୍ତେଇ ପ୍ରାଥମିକ ବିଦ୍ୟାଳୟ ଶ୍ରେଣୀଗୃହରେ ୧୨୫ଜଣ ଛାତ୍ରୀଛାତ୍ର ପଢୁଥିବା ବେଳେ ବାରଣ୍ଡାର ଛାତ ହଠାତ୍‌ ଭୁଶୁଡ଼ିବାରୁ ଆତଙ୍କର ବାତାବରଣ ଖେଳିଥିଲା। ପ୍ରଚଣ୍ଡ ଶବ୍ଦ ଶୁଣି ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ ଶ୍ରେଣୀଗୃହରୁ ତୁରନ୍ତ ବାହାରକୁ ଚାଲି ଆସିଥିଲେ। ଉକ୍ତ ବିଦ୍ୟାଳୟ ବହୁ ପୁରାତନ ଓ ବନ୍ୟା ପ୍ରପୀଡ଼ିତ ଅଞ୍ଚଳ ହୋଇଥିବାରୁ ଭଗ୍ନବସ୍ଥା ଓ ବିପଦସଙ୍କୁଳ ଅବସ୍ଥାରେ ରହିଛି। ନିକଟସ୍ଥ ବାଉଁଶଖଣା ପ୍ରାଥମିକ ବିଦ୍ୟାଳୟ ସରକାର ବନ୍ଦ କରିଦେଇଥିବା ବେଳେ ଏହି ସ୍କୁଲର ଛାତ୍ରୀଛାତ୍ର ଅଡ଼ଙ୍ଗ ପନ୍ତେଇ ପ୍ରାଥମିକ ବିଦ୍ୟାଳୟରେ ପଢୁଛନ୍ତି। ବିଦ୍ୟାଳୟ ବିପଦସଙ୍କୁଳ ଥିବାରୁ ବାରମ୍ବାର ସ୍କୁଲ ଶିକ୍ଷୟିତ୍ରୀ ଶିକ୍ଷକ, ପରିଚାଳନା କମିଟି ନୂତନ ଗୃହ ନିର୍ମାଣ କରାଯିବାକୁ ଦାବି କରିଥିଲେ ମଧ୍ୟ ଅଦ୍ୟାବଧି ତାହା କାର୍ଯ୍ୟକାରୀ କରାଯାଇ ନ ଥିବା ଅଭିଯୋଗ ହୋଇଛି। ଏହି ଘଟଣାରେ ଭୋଗରାଇ ଗୋଷ୍ଠୀ ଶିକ୍ଷା ଅଧିକାରୀ ମିହିର କୁମାର ପ୍ରଧାନ ବିଡିଓ ଏବଂ ଜିଲା ଶିକ୍ଷାଧିକାରୀଙ୍କୁ ଅବଗତ କରାଇଥିବା ସେ କହିଛନ୍ତି। ଯୁଦ୍ଧକାଳୀନ ଭିତ୍ତିରେ ନୂତନ ସ୍କୁଲ ଗୃହ ନିର୍ମାଣ କରାଯିବାକୁ ଗ୍ରାମବାସୀ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଜିଠୁ ପୁଣି କଡ଼ାକଡ଼ି PUCC ଯାଞ୍ଚ: ପ୍ରଦୂଷଣ ପ୍ରମାଣପତ୍ର ନଥିଲେ ୧୦ ହଜାର ଫାଇନ

ଭୁବନେଶ୍ୱର,୨।୪: ଆଜିଠୁ ପୁଣି କଡ଼ାକଡ଼ି ହେବ PUCC ଯାଞ୍ଚ। ପଲ୍ୟୁଶନ ସାର୍ଟିଫିକେଟ ନଥିଲେ ଫାଇନ ଦେବାକୁ ପଡ଼ିବ। PUCC ଯାଞ୍ଚ ପାଇଁ ଦିଆଯାଇଥିବା ଡେଡଲାଇନ ଶେଷ ହୋଇଛି।…

ଜିଲାର ସଂସ୍କୃତି ପରମ୍ପରା ପାଳନରେ ବିଭାଗର ଖାମଖିଆଲି ମନୋଭାବ: ଓଡ଼ିଶାର ବରପୁତ୍ରଙ୍କୁ ଅଣଦେଖା

ପାରଳାଖେମୁଣ୍ଡି,୨ା୪(ଗିରିଧାରୀ ପରିଚ୍ଛା): ଓଡ଼ିଶା ଦିବସରେ ଓଡ଼ିଶାର ନିର୍ମାତାଙ୍କ ମାଟିରେ ଅପମାନ ଓ ଅବହେଳା ପରିଲକ୍ଷିତ ହୋଇଛି। ଓଡ଼ିଶା ଦିବସ ପାଳନରେ ସ୍ଥାନୀୟ ବୁଦ୍ଧିଜୀବୀ ଓ ବରିଷ୍ଠ ବ୍ୟକ୍ତିମାନଙ୍କୁ…

୫ ଜିଲାକୁ ଝଡ଼ବର୍ଷା, ଆଜି ଏସବୁ ଅଞ୍ଚଳରେ ଘଡ଼ଘଡ଼ି ସହ…

ଭୁବନେଶ୍ୱର,୨ା୪: ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ଗରମ ଅନୁଭୂତ ହେଉଥିବାବେଳେ ଉପକୂଳରେ ଥଣ୍ଡା ଅନୁଭୂତ ହେଉଛି। ଗତ କିଛିଦିନ ଧରି ରାଜ୍ୟରେ ଏପରି ତାପମାତ୍ରା ଦେଖିବାକୁ ମିଳୁଛି। ଏନେଇ…

ଖଣି, ଶିଳ୍ପାଞ୍ଚଳର ଗ୍ରାମାଞ୍ଚଳ ପାଠାଗାର ଚିନ୍ତା

ଯାଜପୁର,୨ା୪(ହର୍ଷବର୍ଦ୍ଧନ ବେହେରା): ଯାଜପୁର ଜିଲାରେ କଲେଜ, ହାଇସ୍କୁଲ ଓ ସାଧାରଣ ପାଠାଗାର ପ୍ରାୟ ୪୦୦ ଭଳି ରହିଛି। କେତେକ ପାଠାଗାରରେ ୫୦ରୁ ୬୦ ବର୍ଷ ପୁରୁଣା ମୂଲ୍ୟବାନ…

ଚୋରାରେ ଚାଲିଛି ଗ୍ୟାସ୍‌ କାରବାର, ୯୦ ଘରୋଇ ସିଲିଣ୍ଡର ଜବତ

ମୋହନା,୨ା୪(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଅଞ୍ଚଳରୁ ଗୋଟିଏ ଗାଁରୁ ୯୦ଟି ଘରୋଇ ସିଲିଣ୍ଡର ଜବତ ହୋଇଛି। ଇରାନ ଓ ଆମେରିକା ଯୁଦ୍ଧ ଲାଗିବା ପରଠାରୁ…

ଓଡ଼ିଆକୁ ଜାଣ, ଓଡ଼ିଶାକୁ ଜାଣ: କାଶୀ ବିଶ୍ୱବିଦ୍ୟାଳୟରେ ଶୁଭିଲା ଓଡ଼ିଆଙ୍କ ସ୍ବର

ଭୁବନେଶ୍ୱର,୨।୪(ସୌମ୍ୟରଞ୍ଜନ ରାଉତ):ଓଡ଼ିଶା ଦିବସ ପାଳନ ଅବସରରେ ‘ଓଡ଼ିଆକୁ ଜାଣ, ଓଡ଼ିଶାକୁ ଜାଣ’ ଶୀର୍ଷକ ୨ଦିନିଆ ଜାତୀୟ ସମ୍ମିଳନୀର ୨ୟ ସଂସ୍କରଣ କାଶୀ ହିନ୍ଦୁ ବିଶ୍ବବିଦ୍ୟାଳୟ ବାରାଣସୀରେ ଉଦ୍‌ଘାଟିତ…

୩ ବର୍ଷ ପରେ ଖୋଲିଲା ପୋଲ, ସ୍ବାଭାବିକ ହେଲା ଗାଡ଼ି ଚଳାଚଳ

କୋରାପୁଟ,୨ା୪(ଅମିତାଭ ବେହେରା): ଦୀର୍ଘ ୩ ବର୍ଷ ୭ ମାସର ପ୍ରତୀକ୍ଷା ପରେ ବୁଧବାର ଏନ୍‌ଏଚ୍‌-୩୨୬ର ବଙ୍ଗଳାଗୁଡା ପୋଲରେ ଯାତାୟାତ ସୱାଭାବିକ ହୋଇଛି। କୋରାପୁଟ ଜିଲା ବଙ୍ଗଳାଗୁଡ଼ା ନିକଟରେ…

ଚାଲିଥିଲା ଗ୍ରାମସଭା: ଗୁପ୍ତାଙ୍ଗ ଦେଖାଇଲେ ଯୁବକ, ଆଉ ତା’ ପରେ ଘଟିଲା…

ନିରାକାରପୁର,୨ା୪(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ଜିଲା ନିରାକାରପୁର ଥାନା ଇଲାକାରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଗାଁର ସଭା ଚାଲିଥିବା ବେଳେ ଗ୍ରାମର ଜଣେ ଯୁବକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri