‘ଦି ରୋଶନ୍ସ’ ପୋଷ୍ଟର ଆଉଟ୍‌

ମୁମ୍ବାଇ: ଓଟିଟି ପ୍ଲାଟ୍‌ଫର୍ମ ନେଟ୍‌ଫ୍ଲିକ୍ସ ବୁଧବାର ଅଭିନେତା ହ୍ରିତିକ ରୋଶନଙ୍କ ପରିବାର ଉପରେ ଆଧାରିତ ଏକ ସ୍ବତନ୍ତ୍ର ଡକ୍ୟୁମେଣ୍ଟାରି ସିରିଜ୍‌ ‘ଦି ରୋଶନ୍ସ’ର ଘୋଷଣା କରିଛି। ଏହି କ୍ରମରେ ଦର୍ଶକମାନେ ରୋଶନ ପରିବାରର ପ୍ରସିଦ୍ଧ ସିନେମା ଯାତ୍ରା ବିଷୟରେ ଅତି ନିକଟରୁ ଜାଣିବାର ସୁଯୋଗ ପାଇବେ। ଏହି ସିରିଜ୍‌ରେ ରୋଶନ ପରିବାରର ୩ ପିଢ଼ିର ଅବଦାନ ଏବଂ ପରିବାର ସଦସ୍ୟଙ୍କ କାହାଣୀ ଅନ୍ତର୍ଭୁକ୍ତ ହେବ। ପକ୍ଷରୁ ବୁଧବାର ‘ଦି ରୋଶନ୍ସ’ର ପ୍ରଥମ ପୋଷ୍ଟରକୁ ଶେୟାର କରାଯାଇଛି। ଏହି ପୋଷ୍ଟରରେ ହ୍ରିତିକଙ୍କ ସହ ଜେଜେବାପା ତଥା ପ୍ରସିଦ୍ଧ ସଙ୍ଗୀତଜ୍ଞ ରୋଶନ ଲାଲ ନାଗ୍‌ରଥ, ବାପା ତଥା ନିର୍ଦ୍ଦେଶକ ରାକେଶ ରୋଶନ ଏବଂ ଦାଦା ତଥା ସଙ୍ଗୀତ ନିର୍ଦ୍ଦେଶକ ରାଜେଶ ରୋଶନଙ୍କୁ ଦେଖିବାକୁ ମିଳିଛି। ଉକ୍ତ ପୋଷ୍ଟ’ର କ୍ୟାପ୍‌ଶନ୍‌ରେ ଲେଖା ହୋଇଛି, ଖୁବ୍‌ଶୀଘ୍ର ନେଟ୍‌ଫ୍ଲିକ୍ସରେ ହିନ୍ଦୀ ସିନେମାରେ ସଙ୍ଗୀତ, ଅଭିନୟ ଆଦି ବିଭିନ୍ନ କ୍ଷେତ୍ରରେ ଅବିସ୍ମରଣୀୟ ଯୋଗଦାନ ରଖିଥିବା ରୋଶନ ପରିବାରର ଏକ ଲମ୍ବା ଯାତ୍ରାକୁ ଦେଖିବାକୁ ମିଳିବ।


Enter your email to get our daily news in your inbox.

All Right Reserved By Dharitri.Com

ଜୈନଧର୍ମରେ ମହିଳା

ଜୈନଧର୍ମରେ ୨୪ ସନ୍ନ୍ୟାସୀ (ତୀର୍ଥଙ୍କର)ଙ୍କ ପ୍ରଦର୍ଶିତ ପଥ ଜୈନଧର୍ମ ଅନୁସରଣ କରେ। ଜୈନଧର୍ମର ଶ୍ୱେତାମ୍ବର ବିଚାରରେ ପଶ୍ଚିମ ଭାରତରେ ପାର୍ଶ୍ୱନାଥ ଏବଂ ମହାବୀର ଯଥାକ୍ରମେ ୨୩ ଓ…

ଓଡ଼ିଆକୁ ଜାଣ, ଓଡ଼ିଶାକୁ ଜାଣ: କାଶୀ ବିଶ୍ୱବିଦ୍ୟାଳୟରେ ଶୁଭିଲା ଓଡ଼ିଆଙ୍କ ସ୍ବର

ଭୁବନେଶ୍ୱର,୨।୪(ସୌମ୍ୟରଞ୍ଜନ ରାଉତ):ଓଡ଼ିଶା ଦିବସ ପାଳନ ଅବସରରେ ‘ଓଡ଼ିଆକୁ ଜାଣ, ଓଡ଼ିଶାକୁ ଜାଣ’ ଶୀର୍ଷକ ୨ଦିନିଆ ଜାତୀୟ ସମ୍ମିଳନୀର ୨ୟ ସଂସ୍କରଣ କାଶୀ ହିନ୍ଦୁ ବିଶ୍ବବିଦ୍ୟାଳୟ ବାରାଣସୀରେ ଉଦ୍‌ଘାଟିତ…

ଓଜନ ହ୍ରାସ ଔଷଧ ବେଆଇନ ବିକ୍ରିକଲେ ଲାଇସେନ୍ସ ରଦ୍ଦ: କେନ୍ଦ୍ରର ଚେତାବନୀ

ନୂଆଦିଲ୍ଲୀ,୨ା୪:ଓଜନ ହ୍ରାସ ପାଇଁ ଉଦ୍ଦିଷ୍ଟ ଔଷଧଗୁଡ଼ିକ ଭାରତୀୟ ବଜାରରେ ସହଜରେ ଉପଲବ୍ଧ ହେଉଥିବାରୁ ଏହାର ଅପବ୍ୟବହାର ବଢ଼ିବାରେ ଲାଗିଛି। ଏଭଳି ଡ୍ରଗ୍ସ ବିକ୍ରେତାଙ୍କ ଲାଇସେନ୍ସ ରଦ୍ଦ କରାଯିବା…

୩ ବର୍ଷ ପରେ ଖୋଲିଲା ପୋଲ, ସ୍ବାଭାବିକ ହେଲା ଗାଡ଼ି ଚଳାଚଳ

କୋରାପୁଟ,୨ା୪(ଅମିତାଭ ବେହେରା): ଦୀର୍ଘ ୩ ବର୍ଷ ୭ ମାସର ପ୍ରତୀକ୍ଷା ପରେ ବୁଧବାର ଏନ୍‌ଏଚ୍‌-୩୨୬ର ବଙ୍ଗଳାଗୁଡା ପୋଲରେ ଯାତାୟାତ ସୱାଭାବିକ ହୋଇଛି। ବଙ୍ଗଳାଗୁଡ଼ା ନିକଟରେ ଚବେରୀ ନଦୀ…

ଚାଲିଥିଲା ଗ୍ରାମସଭା: ଗୁପ୍ତାଙ୍ଗ ଦେଖାଇଲେ ଯୁବକ, ଆଉ ତା’ ପରେ ଘଟିଲା…

ନିରାକାରପୁର,୨ା୪(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ଜିଲା ନିରାକାରପୁର ଥାନା ଇଲାକାରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଗାଁର ସଭା ଚାଲିଥିବା ବେଳେ ଗ୍ରାମର ଜଣେ ଯୁବକ…

ଆଜିଠୁ କଟିବ ଚାଲାଣ: ହୋଇଯାନ୍ତୁ ସାବଧାନ

କଟକ,୨।୪(କାର୍ତ୍ତିକ ସାହୁ):ମୋଟର ଯାନ ଆଇନ ଅନୁଯାୟୀ ଯାନର ପ୍ରଦୂଷଣ ନିୟନ୍ତ୍ରଣ ପ୍ରମାଣପତ୍ର (ପିୟୁସିସି) ନ ଥିଲେ ଏପ୍ରିଲ ୨ରୁ ଚାଲାଣ କଟିବ। ଏ ବାବଦରେ ମୋଟରଯାନ ବ୍ୟବହାରକାରୀମାନେ…

ଶେଷରେ ଏମିତି କହିଦେଲେ ନିଶିକାନ୍ତ ଦୁବେ: ଯଦି ବାଧିଥାଏ…

ଭୁବନେଶ୍ୱର, ୨।୪(ସୁନିତ୍‌ ମିଶ୍ର):ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ବାବଦରେ ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ଦେଇଥିବା ବିବାଦୀୟ ବୟାନକୁ ନେଇ ରାଜନୀତି ଥମିବାର ନାଁ ଧରୁନାହିଁ। ସବୁଆଡୁ…

ବିଜୁବାବୁଙ୍କ ପ୍ରତି ଅଶାଳୀନ ମନ୍ତବ୍ୟର ପ୍ରତିବାଦ, ଏମ୍‌ପି ନିଶିକାନ୍ତ ଦୁବେଙ୍କ କୁଶପୁତ୍ତଳିକା ଦାହ କରି…

ଦେବଗଡ଼,୨ା୪(ଶଶାଙ୍କ ଶେଖର ଝାଙ୍କର): ପ୍ରବାଦପୁରୁଷ ବିଜୁ ପଟ୍ଟନାୟକଙ୍କ ପ୍ରତି ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ଦେଇଥିବା ଅପମାନ ଜନକ ମନ୍ତବ୍ୟକୁ ଦେବଗଡ଼ ଜିଲା ବିଜେଡି ପକ୍ଷରୁ ଦୃଢ଼…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri