ବଦଳିଲା ଅନେକ ଟ୍ରେନ୍‌ର ଗତିପଥ

ଚୌଦ୍ୱାର,୩୦।୩: କଟକ ଜିଲା ମଙ୍ଗୁଳି ନିକଟ ନିର୍ଗୁଣ୍ଡିରେ ରବିବାର କାମାକ୍ଷା ଏକ୍ସପ୍ରେସ ଲାଇନଚ୍ୟୁତ ହୋଇଛି। ୧୧ ବଗି ଲାଇନଚ୍ୟୁତ ହୋଇଥିବା ବେଳେ ଏକାଧିକ ଯାତ୍ରୀ ଆହତ ହୋଇଛନ୍ତି। ପ୍ରବଳ ଖରା ହେଉଥିବାରୁ ଅନ୍ୟ ଯାତ୍ରୀମାନେ ହନ୍ତସନ୍ତ ହେଉଛନ୍ତି। ଅପରପକ୍ଷେ ଉଦ୍ଧାର କାର୍ଯ୍ୟ ଜାରି ରହିଥିବାରୁ ଅନେକ ଟ୍ରେନ୍‌ର ଗତିପଥରେ ପରିବର୍ତ୍ତନ କରାଯାଇଛି। ଧଉଳି, ନୀଳାଚଳ, ପୁରୁଲିଆ ସୁପରଫାଷ୍ଟ ଏକ୍ସପ୍ରେସର ଗତିପଥ ବଦଳାଯାଇଥିବା ସୂଚନା ମିଳିଛି।

ପ୍ରକାଶ ଯେ, କାମାକ୍ଷା ଏକ୍ସପ୍ରେସ (ନଂ ୧୨୫୫୧) ବେଙ୍ଗାଲୁରୁରୁ କାମାକ୍ଷା ଯାଉଥିଲା। ନିର୍ଗୁଣ୍ଡିଠାରେ ମଧ୍ୟାହ୍ନରେ ଏକ୍ସପ୍ରେସର ୧୧ଟି ବଗି ଲାଇନ୍‌ଚ୍ୟୁତ ହୋଇଛି। ଘଟଣାସ୍ଥଳରେ ରେଳବାହିନୀ ଟିମ୍‌ ପହଞ୍ଚିଥିବା ଜଣାପଡ଼ିଛି। ଆର୍‌ପିଏଫ୍‌ ଏବଂ ଜିଆର୍‌ପିଏଫ୍‌ ଏବଂ ସ୍ଥାନୀୟ ଲୋକେ ଉଦ୍ଧାର କାର୍ଯ୍ୟ କରୁଥିବା ଜଣାପଡ଼ିଛି। ହେଲେ ଟ୍ରେନ୍‌ କିପରି ଲାଇନଚ୍ୟୁତ ହେଲା ତାହାର କାରଣ ଏଯାଏ ସ୍ପଷ୍ଟ ହୋଇନାହିଁ।

ଅପରପକ୍ଷେ ହେଲ୍ପଲାଇନ୍‌ ନମ୍ବର ଜାରି କରିଛି ପୂର୍ବତଟ ରେଳପଥ। କଟକ ପାଇଁ ହେଲ୍ପ ଲାଇନ୍‌ ନମ୍ବର- ୮୯୯୧୧୨୪୨୩୮, କଟକ ପାଇଁ ମୋବାଇଲ ନଂ- ୭୨୦୫୧୪୯୫୯୧, ଭୁବନେଶ୍ବର ୧ନଂ ପ୍ଲାଟ୍‌ଫର୍ମରେ ହେଲ୍ପ ଡେସ୍କ ବ୍ୟବସ୍ଥା କରାଯାଇଛି। ହେଲ୍ପ ଡେସ୍କ ପାଇଁ ୮୧୧୪୩୮୨୩୭୧ ନଂ ଜାରି କରାଯାଇଛି। ସେହିପରି ଖୋର୍ଦ୍ଧା ରୋଡ୍‌ ପାଇଁ ହେଲ୍ପ ଡେସ୍କ- ୦୬୭୪୨୪୯୨୨୪୫, ଭଦ୍ରକ ପାଇଁ ହେଲ୍ପ ଲାଇନ ନଂ- ୯୪୩୭୪୪୩୪୬୯ ଜାରି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅସମାଜିକଙ୍କ ଆଡ୍ଡାସ୍ଥଳୀ ପାଲଟିଛି ଉଦ୍ୟାନ କୃଷି କୋଠା, ସବୁ ଜାଣି ପ୍ରଶାସନ ଚୁପ୍‌

ଥୁଆମୂଳ ରାମପୁର,୬ା୧୨(ଦୁର୍ଗା କୀର୍ତ୍ତି): କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ମିଳିତ ସହଯୋଗରେ ବିଭିନ୍ନ ଯୋଜନା ମଧ୍ୟରେ ଉଦ୍ୟାନ କୃଷି ଉପରେ ଅଧିକ ଗୁରୁତ୍ୱ ଦିଆଯାଉଛି। ଉଦ୍ୟାନ...

ବିଜେଡିକୁ ଶକ୍ତ ଝଟ୍‌କା: ଭାଜପାରେ ଯୋଗଦେଲେ ପ୍ରଫୁଲଙ୍କ ଦୁଇ ପୁଅ

ଭୁବନେଶ୍ୱର/ଭଦ୍ରକ,୬।୧୨(ସନାତନ ରାଉତ): ଭଦ୍ରକ ବିଜେଡି କନ୍ଦଳ ନେଇ ରାଜନୀତି ସରଗରମ ଥିବାବେଳେ ଶେଷରେ ବିଜେଡିକୁ ଶକ୍ତ ଝଟ୍‌କା । ଭାଜପାରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ୨...

ଚୁଲି ଜାଳି ନିଆଁ ପୁଇଁ ହେଉଥିଲେ ମହିଳା, ଶାଢ଼ିରେ ଲାଗିଗଲା ନିଆଁ, ଆଉ ତା’ ପରେ…

ଆନନ୍ଦପୁର,୬ା୧୨(ସୁଶାନ୍ତ କୁମାର ସାହୁ): ଚୁଲିନିଆଁରେ ପୋଡ଼ି ହୋଇ ଜଣେ ମହିଳା ଗୁରୁତର ହୋଇଛନ୍ତି। ଆନନ୍ଦପୁର ଉପଖଣ୍ଡ ନନ୍ଦିପଦା ଥାନା କରଗୋଳା ଗାଁରେ ଘଟିଛି ଏଭଳି ଏକ...

ଜିରୋ ବାଲାନ୍ସ ଆକାଉଣ୍ଟଧାରୀଙ୍କ ପାଇଁ ଖୁସି ଖବର, ଏବେ ସେମାନେ ପାଇବେ…

ନୂଆଦିଲ୍ଲୀ,୬।୧୨: ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) ସାଧାରଣ ଗ୍ରାହକଙ୍କୁ ଆଶ୍ୱସ୍ତି ପ୍ରଦାନ କରି ମୌଳିକ ସଞ୍ଚୟ ବ୍ୟାଙ୍କ ଜମା (BSBD) ଆକାଉଣ୍ଟରେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ କରିଛି।...

ଘରଦ୍ୱାର ଭାଙ୍ଗିଲେ ହାତୀପଲ, ବାଡ଼ିରେ ପଶି ଖାଇଗଲେ…

ଗଜପତି,୬ା୧୨(ଗିରିଧାରୀ ପରିଛା): ଗଜପତି ଜିଲା ଗୁମ୍ମାବ୍ଲକରେ ହାତୀଙ୍କ ଉପଦ୍ରବ ଲାଗି ରହିଛି। ଗତ ୪ ଦିନ ହେଲା ୪ ଟିକିଆ ହାତୀପଲ ଗୁମ୍ମା ବ୍ଲକର ଗାଁକୁ...

ଯନ୍ତ୍ରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଗ୍ରାମବାସୀଙ୍କ ସହ ଧାରଣାରେ ବସିଲେ ପୂର୍ବତନ ଏମ୍‌ପି, କହିଲେ ବିନା ପିସିରେ..

ବଲାଙ୍ଗୀର,୬ା୧୨(ସୁନିଲ କୁମାର ମହାନ୍ତି): ଲୋଇସିଂହା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ପିପିଲି – ଜାମୁଟିଆ ରାସ୍ତାକାମ ନିମ୍ନମାନର ତିଆରି ହେଉଥିବା ଅଭିଯୋଗ ନେଇ ପିପିଲି ଗ୍ରାମବାସୀଙ୍କ ସହ...

୪୪% ବଢିବ ଦରମା! ସରକାରଙ୍କ ହାତରୁ ଯିବ ଏତେ କୋଟି ଟଙ୍କା

ନୂଆଦିଲ୍ଲୀ,୬।୧୨: ଅଷ୍ଟମ ବେତନ କମିଶନକୁ ନେଇ ବଡ଼ ଅପଡେଟ୍‌ ଆସିଛି । କେନ୍ଦ୍ର ସରକାର ଦେଶର ଲକ୍ଷ ଲକ୍ଷ ସରକାରୀ କର୍ମଚାରୀ ଏବଂ ପେନସନ୍‌ଭୋଗୀଙ୍କୁ ବଡ଼...

ପାର୍‌ ହେଉହେଉ ଭାଙ୍ଗିପଡ଼ିଲା ପୋଲ

ଆନନ୍ଦପୁର,୬ା୧୨(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ ତରତରା କଣ୍ଟିପାଳ ମୁଖ୍ୟ ରାସ୍ତାର କୁକୁରିଆନାଳ ହୋଇଥିବା ପୋଲଟି ଭାଙ୍ଗିଯାଇଛି। ସୂଚନାରୁ ଜଣାପଡ଼ିଛି, ଏହି ପୋଲ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri