ଯୁକ୍ତ ୨ ପରୀକ୍ଷା ଲାଗି ନିୟମ କଡ଼ାକଡ଼ି: ପ୍ରଶ୍ନପତ୍ରରେ ଚିହ୍ନ ମାରିଲେ ହେବେ ଏମ୍‌ପି

ଭୁବନେଶ୍ୱର, ୨୪।୨(ବ୍ୟୁରୋ)- ସିଚ୍‌ଏସ୍‌ଇ ଦ୍ୱାରା ପରିଚାଳିତ ଯୁକ୍ତ୨ ପରୀକ୍ଷା ମାର୍ଚ୍ଚ ୧ରୁ ଆରମ୍ଭ ହୋଇ ଏପ୍ରିଲ ୫ ପର୍ଯ୍ୟନ୍ତ ଚାଲିବ। ଚଳିତବର୍ଷ ପରୀକ୍ଷାକୁ କଡ଼ାକଡ଼ି କରିବା ପାଇଁ ପରିଷଦ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି। ଏଥର ପ୍ରଶ୍ନପତ୍ରରେ କୌଣସି ପରୀକ୍ଷାର୍ଥୀ ଚିହ୍ନ ମାରିପାରିବେ ନାହିଁ। କେବଳ ପ୍ରଶ୍ନ ପଢ଼ିବେ ଏବଂ ଉତ୍ତରଖାତାରେ ଯାହା ଉତ୍ତର ଲେଖିବେ। ଯଦି ଛାତ୍ରୀଛାତ୍ର ପ୍ରଶ୍ନପତ୍ରରେ କିଛି ଲେଖିଲେ ବା ଚିହ୍ନ ମାରିଲେ, ସମ୍ପୃକ୍ତ ପରୀକ୍ଷାର୍ଥୀଙ୍କୁ ଏମ୍‌ପି କରାଯିବ। ଏଥିସହିତ ପରୀକ୍ଷା ଶେଷ ହେବା ପୂର୍ବରୁ ପରୀକ୍ଷା କେନ୍ଦ୍ର ଛାଡ଼ିଲେ ପରୀକ୍ଷାର୍ଥୀମାନେ ପ୍ରଶ୍ନପତ୍ର ସାଙ୍ଗରେ ନେଇପାରିବେ ନାହିଁ ବୋଲି ନିୟମ କରାଯାଇଛି। ସକାଳ ୯ଟା ୩୦ସୁଦ୍ଧା ପ୍ରଶ୍ନପତ୍ର ପରୀକ୍ଷା କେନ୍ଦ୍ରରେ ପହଞ୍ଚତ୍ବ। ୧୦ଟାରେ ପରୀକ୍ଷା ଆରମ୍ଭ ହେବ। ୩୦ମିନିଟ ପୂର୍ବରୁ ଛାତ୍ରୀଛାତ୍ର ହଲ୍‌ରେ ବସିବେ। ୧୦ଟାରେ ପ୍ରଶ୍ନପତ୍ର ବଣ୍ଟାଯିବ। ୧୫ ମିନଟ୍‌ ମଧ୍ୟରେ ବଳକା ପ୍ରଶ୍ନପତ୍ର ସିଲ୍‌ କରାଯିବ। ୧୦ଟା ୩୦ ପରେ କୌଣସି ପରୀକ୍ଷାର୍ଥୀଙ୍କୁ ପରୀକ୍ଷା କେନ୍ଦ୍ରକୁ ଯିବା ପାଇଁ ଅନୁମତି ମିଳିବ ନାହିଁ। ଉତ୍ତରଖାତାର ବଳକା ଫର୍ଦ୍ଦରେ କ୍ରସ୍‌ ମାର୍କ କରିବାକୁ ନିର୍ଦ୍ଦେଶ ରହିଛି।

ଚଳିତବର୍ଷ ପରୀକ୍ଷା କେନ୍ଦ୍ରଗୁଡ଼ିକରେ ସିସି କ୍ୟାମେରା ବାଧ୍ୟତାମୂଳକ କରାଯାଇଛି। ପରୀକ୍ଷା କେନ୍ଦ୍ର ଭିତରକୁ ମୋବାଇଲ ଓ ଅନ୍ୟାନ୍ୟ ବୈଦ୍ୟୁତିକ ଉପକରଣକୁ ସମ୍ପୂର୍ଣ୍ଣ ନିଷେଧ କରାଯାଇଛି। ପରୀକ୍ଷା ଦାୟିତ୍ୱରେ ଥିବା ଅଧ୍ୟାପକମାନେ ମଧ୍ୟ ମୋବାଇଲ ବ୍ୟବହାର କରିପାରିବେ ନାହିଁ। ପରୀକ୍ଷା କେନ୍ଦ୍ରକୁ ପ୍ରବେଶ ପୂର୍ବରୁ ସମସ୍ତ ଅଧିକାରୀ, ଅବଜର୍ଭର, ସ୍କ୍ବାଡ୍‌ ମେମ୍ବର, ଜିଲା ପ୍ରଶାସନିକ ଅଧିକାରୀ ଏବଂ ଅନ୍ୟ କର୍ମଚାରୀମାନେ ସେଣ୍ଟର ସୁପରିଣ୍ଟେଣ୍ଡେଣ୍ଟଙ୍କ ନିକଟରେ ମୋବାଇଲ ଫୋନ ଦାଖଲ କରିବେ। ପ୍ରଶ୍ନପତ୍ର ଓ ଉତ୍ତରଖାତା ଲାଗି ୨୦୨ଟି ହବ୍‌ କେନ୍ଦ୍ର ବ୍ୟବସ୍ଥା ହୋଇଛି। ପରୀକ୍ଷା ଶେଷ ହେବା ପରେ ସେହିଦିନ ସନ୍ଧ୍ୟା ସୁଦ୍ଧା ପରୀକ୍ଷା କେନ୍ଦ୍ରରୁ ଉତ୍ତରଖାତା ସୁରକ୍ଷିତ ଭାବେ ନିଆଯାଇ ହବ୍‌ କେନ୍ଦ୍ରରେ ରଖାଯିବ। ତେବେ ଯେଉଁ ପରୀକ୍ଷାକେନ୍ଦ୍ରଗୁଡ଼ିକ ହବ୍‌ ସେଣ୍ଟରଠାରୁ ୧୦୦କିମିରୁ ଦୂରରେ ରହିଥିବ କିମ୍ବା ସେପରି କିଛି ପରିସ୍ଥିତି ସୃଷ୍ଟି ହେଲା, ତାହା ହେଲେ ସମ୍ପୃକ୍ତ ପରୀକ୍ଷା କେନ୍ଦ୍ରରେ ସୁରକ୍ଷା ବଳୟରେ ସମସ୍ତ ଉତ୍ତର ଖାତା ରଖାଯିବ। ୨୪ଘଣ୍ଟା ମଧ୍ୟରେ ହବ୍‌ରେ ଦାଖଲ କରିବାକୁ ନିର୍ଦ୍ଦେଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?