Posted inଜାତୀୟ

ସିଡିଏସ୍‌ ନିଯୁକ୍ତି ଲାଗି ବଦଳିଲା ନିୟମ

ନୂଆଦିଲ୍ଲୀ,୮।୬: ଦେଶର ପରବର୍ତ୍ତୀ ଚିଫ୍‌ ଅଫ୍‌ ଡିଫେନ୍ସ ଷ୍ଟାଫ୍‌ (ସିଡିଏସ୍‌) ନିଯୁକ୍ତି ଲାଗି କେନ୍ଦ୍ର ସରକାର ପ୍ରତିରକ୍ଷା ନିୟମାବଳୀରେ ସଂଶୋଧନ କରିଛନ୍ତି। ସରକାରଙ୍କ ପକ୍ଷରୁ ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ ୬୨ ବର୍ଷରୁ କମ୍‌ କାର୍ଯ୍ୟରତ କିମ୍ବା ଅବସରପ୍ରାପ୍ତ ଲ୍ୟୁଟ୍‌ନାଣ୍ଟ ଜେନେରାଲ, ଏୟାର ମାର୍ଶାଲ ଏବଂ ଭାଇସ ଆଡମିରାଲ ଏହି ପଦବୀ ଲାଗି ଯୋଗ୍ୟ ବିବେଚିତ ହୋଇପାରିବେ। ସଂଶୋଧିତ ନିୟମ ଅନୁଯାୟୀ ସ୍ଥଳସେନା, ବାୟୁସେନା ଓ ନୌସେନାର କାର୍ଯ୍ୟରତ ମୁଖ୍ୟମାନଙ୍କ ସମେତ ଉପରୋକ୍ତ ଅଧିକାରୀମାନଙ୍କୁ ସୈନ୍ୟବାହିନୀର ସର୍ବୋଚ୍ଚ ପଦବୀରେ ନିଯୁକ୍ତି ପାଇଁ ବିଚାରକୁ ନିଆଯାଇପାରିବ।
ସୂଚନାଯୋଗ୍ୟ, ଗତବର୍ଷ ଡିସେମ୍ବର ୮ରେ ଦେଶର ପ୍ରଥମ ସିଡିଏସ୍‌ ଜେନେରାଲ ବିପିନ ରାଓ୍ବତଙ୍କର ହେଲିକପ୍ଟର ଦୁର୍ଘଟଣାରେ ମୃତ୍ୟୁ ଘଟିବା ପରେ ଏହି ପଦବୀ ଖାଲି ପଡ଼ିଛି। ଉକ୍ତ ପଦବୀ ପୂରଣ ଲାଗି ସରକାର ସୋମବାର ବାୟୁସେନା, ସ୍ଥଳସେନା ଓ ନୌସେନା ପାଇଁ ଅଲଗା ବିଜ୍ଞପ୍ତି ଜାରି କରିଛନ୍ତି। ସାର୍ବଜନିକ ସ୍ବାର୍ଥ ଦୃଷ୍ଟିରୁ ଜରୁରୀ ଅନୁଭବ କଲେ, କେନ୍ଦ୍ର ସରକାର ୬୨ ବର୍ଷ ହୋଇ ନ ଥିବା ଉପରୋକ୍ତ ଯେକୌଣସି ଅଧିକାରୀଙ୍କୁ ସିଡିଏସ୍‌ ନିଯୁକ୍ତ କରିପାରିବେ ବୋଲି ବିଜ୍ଞପ୍ତିରେ କୁହାଯାଇଛି। ସେହିପରି ସରକାର ଆବଶ୍ୟକ ମନେକଲେ ସିଡିଏସ୍‌ଙ୍କ ସର୍ବାଧିକ ବୟସ ୬୫ ବର୍ଷ ପରେ ମଧ୍ୟ ବଢ଼ାଇପାରିବେ। ସେନାର ୩ ବାହିନୀର କାର୍ଯ୍ୟ ମଧ୍ୟରେ ସମନ୍ବୟ ରକ୍ଷା କରିବା ଓ ଦେଶର ସାମରିକ ଶକ୍ତି ବୃଦ୍ଧି କରିବା ପାଇଁ ଜେନେରାଲ ରାଓ୍ବତ ୨୦୨୦ ଜାନୁୟାରୀ ୧ରେ ପ୍ରଥମ ସିଡିଏସ୍‌ ଭାବେ କାର୍ଯ୍ୟଭାର ଗ୍ରହଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସମବାୟ ସମିତିରୁ ରାତିରେ ସାର ଚାଲାଣ ଅଭିଯୋଗ, ବଢ଼ିଲା ଚାଷୀ ଅସନ୍ତୋଷ

ହାଟଡିହୀ/ଛେନାପଦୀ,୨୩।୮(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ସମଣା ସେବା ସମବାୟ ସମିତିରେ ଚାଷୀଙ୍କ ପାଇଁ ମହଜୁଦ ଥିବା ସାରକୁ ବିକ୍ରି ଉଦ୍ଦେଶ୍ୟରେ ରାତିରେ ଅନ୍ୟତ୍ର…

କୋକସରାରେ ବର୍ଷା ବିତ୍ପାତ, ଘରେ ପଶିଲା ପାଣି

କୋକସରା,୨୩।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଶନିବାରଠାରୁ ଲାଗି ରହିଥିବା ଲଗାଣ ବର୍ଷା ଯୋଗୁ କଳାହାଣ୍ଡି ଜିଲା କୋକସରା ଅଞ୍ଚଳରେ ବେହାଳ ପରିସ୍ଥିତି ସୃଷ୍ଟି ହୋଇଛି। ପ୍ରାୟ ୩୦ ଘଣ୍ଟାରୁ…

ଲୋକଙ୍କୁ ବିକୁଥିଲେ ନକଲି ବ୍ରାଣ୍ଡ୍‌ ଘଣ୍ଟା, ୪ଜଣଙ୍କୁ ବାନ୍ଧିଲା ପୋଲିସ

ରାଉରକେଲା,୨୩।୮(ସଙ୍ଗୀତା ଜେନା): ନକଲି ବ୍ରାଣ୍ଡ୍‌ ଘଣ୍ଟା ବିକ୍ରି ଅଭିଯୋଗରେ ପ୍ଲାଣ୍ଟସାଇଟ୍‌ ଥାନା ପୋଲିସ ୪ ଜଣଙ୍କୁ ରବିବାର ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ବିଶ୍ରା ଜିନତ…

ବସ୍‌ଷ୍ଟାଣ୍ଡରେ ବିକୁଥିଲେ କଫ୍‌ସିରପ୍‌, ମାଡ଼ି ବସିଲା ପୋଲିସ

ବରଗଡ଼,୨୩।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ପୋଲିସ ଶନିବାର ରାତିରେ ବେଆଇନ ଭାବେ ଚାଲିଥିବା କଫସିରପ୍‌ କାରବାରକୁ ଠାବ କରିଛି। ପୋଲିସ ଏହି କାରବାରରେ ୨ଜଣ…

ଅନଲାଇନ ପେମେଣ୍ଟ କଲେ ଦିଗପହଣ୍ଡି ଚାଷୀଙ୍କୁ ମିଳୁଛି ସାର, ହନ୍ତସନ୍ତ ହେଉଛନ୍ତି….

ଦିଗପହଣ୍ଡି,୨୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିରେ ଚଳିତବର୍ଷ ଅନଲାଇନ୍ ଜରିଆରେ ଚାଷୀଙ୍କୁ ସାର ବିକ୍ରୀ ବ୍ୟବସ୍ଥାକୁ ନେଇ…

ଅବ୍ୟବସ୍ଥାରେ ବଡ଼ଛତ୍ରଙ୍ଗ ହାଇସ୍କୁଲ, ଛାତରୁ ଝରୁଛି ପାଣି, ନାହାନ୍ତି ଶିକ୍ଷକ

ଥୁଆମୂଳ ରାମପୁର,୨୩।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଐତିହାସିକ ସରକାରୀ ଉଚ୍ଚ ବିଦ୍ୟାଳୟ ବଡ଼ଛତ୍ରଙ୍ଗରେ ଶିକ୍ଷାବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। ୧୯୬୬ରୁ ସ୍ଥାପିତ ଏହି…

କଲମ୍ବୋ ଟେଷ୍ଟରେ ଗିଲଙ୍କ ରେକର୍ଡ: ଭାଙ୍ଗିଲେ କୋହଲି-ଧୋନିଙ୍କ ରେକର୍ଡ

ନୂଆଦିଲ୍ଲୀ,୨୩।୮: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଚାଲିଥିବା ଟେଷ୍ଟ ସିରିଜର ଦ୍ୱିତୀୟ ମୁକାବିଲା କଲମ୍ବୋର SSC ଗ୍ରାଉଣ୍ଡରେ ଖେଳାଯାଉଛି । ଟସ୍ ଜିତି ଭାରତୀୟ ଅଧିନାୟକ ଶୁଭମନ…

ଲଗାଣ ବର୍ଷାରେ ପାପଡ଼ାହାଣ୍ଡିରେ ବନ୍ୟା, ଭାଙ୍ଗିଲା ୩୮ ଘର, ୧୦୦ଜଣଙ୍କୁ ସ୍ଥାନାନ୍ତର

ପାପଡ଼ାହାଣ୍ଡି, ୨୩।୮(ସ୍ବପ୍ନଜିତ ପଟ୍ଟନାୟକ): ଗତ ୨ ଦିନ ଧରି ଲାଗି ରହିଥିବା ଲଗାଣ ବର୍ଷାରେ ରବିବାର ପାପଡ଼ାହାଣ୍ଡି ବ୍ଲକରେ ବନ୍ୟା ପରିସ୍ଥିତି ଉପୁଜିଛି। ପାପଡ଼ାହାଣ୍ଡି ସଦର ସମେତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri