ସୁନା ଋଣ ପ୍ରଦାନରେ ନିୟମ କଡ଼ାକଡ଼ି

ଭୁବନେଶ୍ୱର,୧୬।୫ (ଅନୁରାଧା ମହାରଣା): ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍‌ବିଆଇ) ପକ୍ଷରୁ ଅଣ ବ୍ୟାଙ୍କିଙ୍ଗ୍‌ ଆର୍ଥିକ କମ୍ପାନୀଗୁଡ଼ିକୁ ସୁନା ଋଣ ପରିମାଣ, ନିଲାମ ପ୍ରକ୍ରିୟା ଏବଂ ନଗଦ ବିତରଣ ସମ୍ପର୍କିତ ନିୟମ ଅନୁପାଳନ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଆର୍‌ବିଆଇ ତଥ୍ୟ ଅନୁଯାୟୀ, କୋଭିଡ୍‌ -୧୯ ମହାମାରୀ ପରଠାରୁ ସୁନା ଫାଇନାନ୍ସ କମ୍ପାନୀଗୁଡ଼ିକର ବ୍ୟବସାୟ ଅଭିବୃଦ୍ଧି ରେକର୍ଡ କରିଛି। ୨୦୨୦ ମାର୍ଚ୍ଚରେ ୩୪,୬୭୮ କୋଟିରୁ ୨୦୨୩ ମାର୍ଚ୍ଚରେ ୧.୩୧ ଟ୍ରିଲିୟନ ଟଙ୍କାକୁ ଋଣ ପରିମାଣ ବୃଦ୍ଧି ପାଇଛି। ଗତ ସପ୍ତାହରେ, ନିୟାମକ ଅଣ ବ୍ୟାଙ୍କିଙ୍ଗ୍‌ ଆର୍ଥିକ କମ୍ପାନୀଗୁଡ଼ିକ ସୁନା ଋଣ ପ୍ରଦାନ କରୁଥିବା ସୂଚନା ପ୍ରଯୁକ୍ତିବିଦ୍ୟା ଆଇନର ଧାରାକୁ ଦର୍ଶାଇ ୨୦ ହଜାରରୁ ଅଧିକ ନଗଦ ରାଶି ନ ଦେବାକୁ କହିଥିଲେ।

ସୂତ୍ରରୁ ପ୍ରକାଶ ଯେ ଅନେକ ସୁନା ଫାଇନାନ୍ସ କମ୍ପାନୀ ନଗଦ ଅର୍ଥର ୪୦-୫୦% ଦେଉଥିବାରୁ ନଗଦ ବିତରଣ ନିୟମକୁ ଉଲ୍ଲଂଘନ କରୁଛନ୍ତି। ଅଧିକାଂଶ କମ୍ପାନୀ ପାଇଁ ସୁନା ଋଣର ହାରାହାରି ପରିମାଣ ୫୦,୦୦୦ ଟଙ୍କା ରହିଛି। ସେହିଭଳି ଅଣ ବ୍ୟାଙ୍କିଙ୍ଗ୍‌ ଆର୍ଥିକ କମ୍ପାନୀଗୁଡିକ ପାଇଁ ଋଣ ପ୍ରଦାନ ସୀମା ୭୫%ରେ ସ୍ଥିର କରାଯାଇଛି। ପ୍ରାରମ୍ଭିକ ଭାବେ ଆମେରିକୀୟ ଡଲାର ତୁଳନାରେ ରୁପା ୪ ପଇସା ୮୩.୪୭ କୁ ବୃଦ୍ଧି ପାଇଛି। ସରକାରୀ କ୍ଷେତ୍ର ବ୍ୟାଙ୍କଗୁଡିକର ମୋଟ ଲାଭ ୩୫% ବୃଦ୍ଧି ହୋଇ ୨୦୨୪ ଆର୍ଥିକ ବର୍ଷରେ ୧.୪ ଟ୍ରିଲିୟନ ଟଙ୍କା ଅତିକ୍ରମ କରିଛି।

ଆର୍‌ବିଆଇ ଗଭର୍ନର ଶକ୍ତିକାନ୍ତ ଦାସ କହିଛନ୍ତି, ଯେତେବେଳେ ଉଲ୍ଲଂଘନ ହୁଏ, ନିୟାମକ ସଂସ୍ଥାଗୁଡ଼ିକୁ ସଂଶୋଧନ ପଦକ୍ଷେପ ନେବାକୁ କୁହନ୍ତି। ଏଭଳି ସ୍ଥିତିରେ ବ୍ୟାଙ୍କ ହେଉ କିମ୍ବା ଅଣ ବ୍ୟାଙ୍କିଙ୍ଗ୍‌ ଫାଇନାନ୍ସ କମ୍ପାନୀ କିମ୍ବା ଅନ୍ୟ ଋଣଦାତାଙ୍କ ପାଇଁ ଉଦ୍ଦିଷ୍ଟ ନିୟମ ଓ ଏହାର ଅନୁପାଳନର ନିୟମିତ ତଦାରଖ କରିଥାଉ। ଏଥିରେ ବ୍ୟତିକ୍ରମ ପରିଲକ୍ଷିତ ହେଲେ ସର୍ବପ୍ରଥମେ ଦ୍ୱିପାକ୍ଷିକ ଆଲୋଚନା ସହ ସମସ୍ୟାର ସମାଧାନ ତଥା ନିୟମର ଅନୁପାଳନ ପାଇଁ ପ୍ରବର୍ତ୍ତାଇଥାଉ।


Enter your email to get our daily news in your inbox.

All Right Reserved By Dharitri.Com

ନେପାଳ ବନ୍ୟା ବିଭୀଷିକା: ବରଗଡ଼ର ମା’-ଝିଅ ନିଖୋଜ, ସ୍ବାମୀ ସୁରକ୍ଷିତ

ବରଗଡ଼,୨୮।୮(ପ୍ରେମାନନ୍ଦ ଖମାରୀ): ନେପାଳର ପ୍ରଳୟଙ୍କାରୀ ବନ୍ୟାରେ ବରଗଡ଼ ଜିଲାର ମା’ ଓ ଝିଅ ନିଖୋଜ ହୋଇ ଯାଇଥିବା ସୂଚନ ମିଳିଛି। ସେମାନେ ହେଲେ, ବରଗଡ଼ ବ୍ଲକ ଜାମପାଲି…

ରାକ୍ଷୀ ମଉକାରେ ଚଉକା: ସ୍ତ୍ରୀଙ୍କୁ ବାପଘରେ ଛାଡ଼ିବାକୁ ଯାଉଥିଲେ ସ୍ବାମୀ, ବାଟରେ ମିଠା କିଣିବାକୁ ପଠାଇ ପ୍ରେମିକ ସହ…

ପାଟନା,୨୮।୮: ବିହାରର ମଧେପୁରା ଜିଲାରୁ ରକ୍ଷାବନ୍ଧନ ଦିନ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ପତ୍ନୀଙ୍କୁ ତାଙ୍କ ବାପଘରେ ଛାଡ଼ିବା ପାଇଁ ବାଇକରେ ନେଇ ଯାଉଥିବା ଜଣେ…

ଭୋଟର ତାଲିକାରୁ ଶତାଧିକ ଯୋଗ୍ୟ ନାଗରିକଙ୍କ ନାଁ କାଟିବାକୁ ଷଡ଼ଯନ୍ତ୍ର, ଅଭିଯୋଗ ଆଣି ବିଜେଡି କହିଲା…

ଧାମନଗର,୨୮ା୮(ସନ୍ତୋଷ କୁମାର ମହାପାତ୍ର): ଭଦ୍ରକ ଜିଲା ଧାମନଗର ଏନଏସି ଅଞ୍ଚଳରେ ଶତାଧିକ ଯୋଗ୍ୟ ଭୋଟରଙ୍କ ନାମ ଭୋଟର ତାଲିକାରୁ ବାଦ୍‌ ଦେବା ପାଇଁ ଜାଲିଆତି ଓ ଷଡ଼ଯନ୍ତ୍ର…

ମରିଗଲା ମାନବିକତା! ନେପାଳ ବନ୍ୟାରେ ଭାସିଆସିଥିବା ମୃତଦେହରୁ ଅଳଙ୍କାର ଲୁଟିଲେ ଯୁବକ, ଭିଡିଓ ଭାଇରାଲ ପରେ…

କାଠମାଣ୍ଡୁ,୨୮।୮: ନେପାଳରେ ବିନାଶକାରୀ ବନ୍ୟା ଯୋଗୁ ହଜାର ହଜାର ପରିବାର ପ୍ରଭାବିତ ହୋଇଛନ୍ତି। ଲୋକେ ନିଜ ଜୀବନ ବଞ୍ଚାଇବା ସହ ପରସ୍ପରକୁ ସାହାଯ୍ୟ କରୁଥିବା ବେଳେ ଏହାରି…

୯୦୦ ମନ୍ଦିରର ରହସ୍ୟମୟ ପର୍ବତ! ସୂର୍ଯ୍ୟାସ୍ତ ହେଉ ହେଉ ଦେଖାଯା’ନ୍ତି…

ଭାରତରେ ଅନେକ ସୁନ୍ଦର ପାର୍ୱତ୍ୟ ସ୍ଥଳ ରହିଛି, କିନ୍ତୁ ଗୁଜରାଟର ଶତ୍ରୁଞ୍ଜୟ ପର୍ୱତ ନିଜର ଆଧ୍ୟାତ୍ମିକ ଓ ଧାର୍ମିକ ବିଶେଷତା ପାଇଁ ଏକ ସ୍ୱତନ୍ତ୍ର ପରିଚୟ ବହନ…

ରେଭେନ୍ସା ବିଶ୍ବବିଦ୍ୟାଳୟ ବିବାଦ; ସମୂହ ଛୁଟିରେ ଗଲେ ଅଧ୍ୟାପକ

କଟକ,୨୮।୮(ପ୍ରଭୁକଲ୍ୟାଣ ପାଲ): ସମୁହ ଛୁଟିରେ ଗଲେ ରେଭେନ୍ସା ଅଧ୍ୟାପିକା ଓ ଅଧ୍ୟାପକ । ଏହାସହ କୁଳପତିଙ୍କ କାର୍ଯ୍ୟାଳୟ ସାମ୍ନାରେ ଧାରଣାରେ ବସିଛନ୍ତି । ରେଭେନ୍ସା ୟୁନିଭରସିଟି ଟିଚର୍ସ…

କ’ଣ ରାକ୍ଷୀରେ ଭାଇଙ୍କ ଠାରୁ ମିଳୁଥିବା ଟଙ୍କାରୁ ସରକାର ନିଅନ୍ତି ଟ୍ୟାକ୍ସ? ଜାଣନ୍ତୁ କେତେ ଟଙ୍କା ନେଲେ…

ନୂଆଦିଲ୍ଲୀ,୨୮।୮: ରକ୍ଷାବନ୍ଧନ ପର୍ୱ ଭାଇ-ଭଉଣୀଙ୍କ ପବିତ୍ର ସ୍ନେହ ଓ ପ୍ରେମର ପ୍ରତୀକ। ଏହି ଦିନ ଭଉଣୀମାନେ ଭାଇଙ୍କ ହାତରେ ରାଖି ବାନ୍ଧିଥାନ୍ତି ଏବଂ ବଦଳରେ ଭାଇ ସେମାନଙ୍କୁ…

ଥରିଲା ଚାଇନା: ଭୟରେ ଲୋକେ ଦୌଡ଼ିଲେ

ବେଜିଂ,୨୮।୭: ଦକ୍ଷିଣ-ପଶ୍ଚିମ ଚାଇନାର ସିଚୁଆନ ପ୍ରଦେଶରେ ପ୍ରବଳ ଭୂକମ୍ପ ଅନୁଭୂତ ହୋଇଛି। ଚାଇନା ଭୂକମ୍ପ ନେଟୱାର୍କସ ସେଣ୍ଟର (CENC) ଅନୁଯାୟୀ, ଲଙ୍ଗଚାଙ୍ଗ ସହରରେ ୫.୧ ତୀବ୍ରତାର ଭୂକମ୍ପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri