କ୍ଷମତାର ଅପବ୍ୟବହାର କରୁଛି ଶାସକ ଦଳ: ଭାଜପା

ଭୁବନେଶ୍ୱର,୨୨।୧(ବ୍ୟୁରୋ): ଶାସନ କଳ ଓ କ୍ଷମତାର ଅପବ୍ୟବହାର କରି ବିଜେଡି ଭୋଟ ହାତେଇବାର ସମସ୍ତ ପ୍ରକାର ଅପପ୍ରୟାସ ଜାରି ରଖିଥିବା ଭାଜପା ଅଭିଯୋଗ କରିଛି। ଶାସକ ଦଳ ପଞ୍ଚାୟତ ନିର୍ବାଚନ ପରିପ୍ରେକ୍ଷୀରେ ଲାଗୁ କରାଯାଇଥିବା ଆଦର୍ଶ ନିର୍ବାଚନ ଆଚରଣ ବିଧି ଏବଂ କୋଭିଡ୍‌ ଗାଇଡ୍‌ଲାଇନକୁ ଖୋଲାଖୋଲି ଉଲ୍ଲଂଘନ କରି ଚାଲେଞ୍ଜ ଦେଉଥିବା ବେଳେ ପ୍ରଶାସନ ଓ ରାଜ୍ୟ ନିର୍ବାଚନ କମିଶନ ନୀରବଦ୍ରଷ୍ଟା ସାଜିଛନ୍ତି। ଏହା ଅତ୍ୟନ୍ତ ଦୁର୍ଭାଗ୍ୟଜନକ ଏବଂ ଆଗାମୀ ପଞ୍ଚାୟତ ନିର୍ବାଚନ ଅବାଧ, ମୁକ୍ତ ଓ ନିରପେକ୍ଷ ହେବା ନେଇ ପ୍ରଶ୍ନ ସୃଷ୍ଟି ହୋଇଥିବା ଭାଜପା ପ୍ରତିନିଧି ଦଳ ନିର୍ବାଚନ କମିଶନଙ୍କ ନିକଟରେ ଶୁକ୍ରବାର ଅଭିଯୋଗ କରିଛନ୍ତି। ଭାଜପା ଅଭିଯୋଗ କରିଛି, ଆରମ୍ଭରୁ ହିଂସାପରାୟଣ ହୋଇ ଶାସକ ବିଜେଡି ବିରୋଧୀଙ୍କୁ ମରଣାନ୍ତକ ଆକ୍ରମଣ କରୁଛି। ଏ ସମସ୍ତ ଘଟଣା ପୋଲିସ ଓ ପ୍ରଶାସନର ଉପସ୍ଥିତିରେ ଘଟୁଛି। ‘ଜାଗା ମିଶନ’ କାର୍ଯ୍ୟକ୍ରମକୁ ବିଜେଡି ଦଳୀୟ କାର୍ଯ୍ୟକ୍ରମରେ ରୂପାନ୍ତରିତ କରି ଭୋଟରମାନଙ୍କୁ ପ୍ରଭାବିତ କରୁଛି। ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ଆଚରଣ ବିଧି ଏବଂ କୋଭିଡ୍‌ କଟକଣା ଜାରି ରହିଥିବାବେଳେ ଶାସକ ବିଜେଡି ନେତା ଓ କର୍ମୀମାନେ ପୋଲିସ ଏବଂ ପ୍ରଶାସନ ସହାୟତାରେ ସମସ୍ତ କଟକଣାକୁ ଉଲ୍ଲଂଘନ କରିବା ବିଡ଼ମ୍ବନାର ବିଷୟ। ଏହି ପ୍ରସଙ୍ଗରେ ପ୍ରତିନିଧି ଦଳ ରାଜ୍ୟ ନିର୍ବାଚନ କମିଶନଙ୍କୁ ସମସ୍ତ ତଥ୍ୟ ଓ ପ୍ରମାଣ ପ୍ରଦାନ କରିବା ସହ ଆଇନ ଅନୁଯାୟୀ ଦୋଷୀମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ ଦାବି କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ସକାଳୁ ସକାଳୁ ଏନକାଉଣ୍ଟର: କୁଖ୍ୟାତ ଅପରାଧୀଙ୍କ ଗୋଡ଼ରେ ବାଜିଲା ଗୁଳି…

ସମ୍ବଲପୁର, ୧୭।୫ (ପ୍ରମୋଦ ବହିଦାର): ସମ୍ବଲପୁର ଜିଲା  ବୁର୍ଲା ଥାନା ଅଞ୍ଚଳରେ ରବିବାର ଭୋର ସମୟରେ ଏନକାଉଣ୍ଟର ହୋଇଛି। ଜଣେ କୁଖ୍ୟାତ ଅପରାଧୀଙ୍କୁ ଏହି ଏନକାଉଣ୍ଟର ହୋଇଥିବାବେଳେ…

ଏନ୍‌ଇଇଟି ପ୍ରଶ୍ନପତ୍ର ଲିକ୍‌: ପୁଣେରୁ ବାୟୋଲୋଜି ଅଧ୍ୟାପିକା ଗିରଫ

ନୂଆଦିଲ୍ଲୀ,୧୭ା୫(ପି.ଟି.):ଏନ୍‌ଇଇଟି-ୟୁଜି ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ମାମଲାର ତଦନ୍ତ କରୁଥିବା କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ(ସିବିଆଇ) ଶନିବାର ପୁଣେରୁ ଜଣେ ଜୀବବିଜ୍ଞାନ ଅଧ୍ୟାପିକାଙ୍କୁ ଗିରଫ କରିଛି। ଉକ୍ତ ଅଧ୍ୟାପିକା ମେ’…

ତାମିଲନାଡୁର ରାଜତାରକା

ଭାରତସାରା ଚର୍ଚ୍ଚା ହେଉଛି ଯେ ଦୁଇବର୍ଷ ତଳେ ରାଜନୈତିକ ଦଳ ତାମିଲାଗା ଭେଟ୍ରି କାଜାଗମ୍‌ (ଟିଭିକେ) ଗଢ଼ି ଅଭିନେତାରୁ ରାଜନେତା ପାଲଟିଥିବା ଚନ୍ଦ୍ରଶେଖରନ୍‌ ଯୋଶେଫ୍‌ ବିଜୟ ଗ୍ରୀନ୍‌…

ନିର୍ବାଚନ ପ୍ରକ୍ରିୟାରେ ଭୋଟର

”ଆଜିକାଲି ଜଣେ ଗୃହହୀନ ବ୍ୟକ୍ତିଙ୍କ ବାସସ୍ଥାନର ଆବଶ୍ୟକତା ପୂରଣ କରିବାକୁ ହେଲେ ବିଏଲ୍‌ଓ (ବୁଥ ସ୍ତରୀୟ ଅଧିକାରୀ) ରାତିରେ ଯାଇ ସେହି ବ୍ୟକ୍ତି ପ୍ରକୃତରେ ତାଙ୍କ ପ୍ରଦତ୍ତ…

ଘରଭଡ଼ା ଦେଇ ନ ପାରି ସ୍ତ୍ରୀ, ଝିଅକୁ ବଳାତ୍କାର ପାଇଁ ଦେଲେ ଅନୁମତି

ମୋରବି (ଗୁଜରାଟ),୧୭ା୫: ଘରଭଡ଼ା ଶୁଝି ନ ପାରିବାରୁ ଜଣେ ଶ୍ରମିକ ତାଙ୍କ ସ୍ତ୍ରୀ ଓ ନାବାଳିକା ଝିଅକୁ ଯୌନ ଶୋଷଣ ପାଇଁ ଘରମାଲିକ(୫୫)ଙ୍କୁ ଅନୁମତି ଦେବା ଭଳି…

ସିବିଏସ୍‌ଇ: ନବମ ଶ୍ରେଣୀରେ ୩ ଭାଷା ବାଧ୍ୟତାମୂଳକ

ନୂଆଦିଲ୍ଲୀ,୧୭ା୫(ପି.ଟି.): ଜାତୀୟ ଶିକ୍ଷା ନୀତି (ଏନ୍‌ଇପି) ୨୦୨୦କୁ ନେଇ ଦୀର୍ଘଦିନରୁ ଚାଲିଥିବା ବିବାଦ ମଧ୍ୟରେ କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍‌ଇ) ଏକ ବଡ଼ ପଦକ୍ଷେପ ନେଇଛି।…

ଆଜି ଓଡ଼ିଶା ଗସ୍ତରେ ନୀତିନ୍‌ ନବୀନ

ଭୁବନେଶ୍ୱର, ୧୭।୫(ସୁନିତ୍‌ ମିଶ୍ର): ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କରିବା ପରେ ନୀତିନ୍‌ ନବୀନ ପ୍ରଥମ ଥର ଲାଗି ୨ ଦିନିଆ ଓଡ଼ିଶା ଗସ୍ତରେ…

ସର୍ବ ଭାରତୀୟ ସ୍ତର କେମିଷ୍ଟ ଆଣ୍ଡ ଡ୍ରଗିଷ୍ଟ ସଙ୍ଘର ବନ୍ଦ ଡାକରା : ୨୦ରେ ବନ୍ଦ ରହିବ ସମସ୍ତ ଔଷଧ ଦୋକାନ

ଦେବଗଡ଼,୧୭।୫ (ଶଶାଙ୍କ ଶେଖର ଝାଙ୍କର): ସର୍ବ ଭାରତୀୟ କେମିଷ୍ଟ ଆଣ୍ଡ ଡ୍ରଗିଷ୍ଟ ସଙ୍ଘର ଆହ୍ୱାନ କ୍ରମେ ଉତ୍କଳ କେମିଷ୍ଟ ଆଣ୍ଡ ଡ୍ରଗିଷ୍ଟ ସଙ୍ଘର ଡାକରେ ଦେବଗଡ଼ ଜିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri