ଚାଉଳକୁ ନେଇ ବିଧାନସଭାରେ ଶାସକ ଦଳର ହଙ୍ଗାମା

ଭୁବନେଶ୍ୱର,୨୨।୩(ବ୍ୟୁରୋ): କେନ୍ଦ୍ର ସରକାର ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଯୋଜନାରେ ମୁଣ୍ଡ ପିଛା ୫ କେଜି ଚାଉଳ ବନ୍ଦ କରିବା ପ୍ରସଙ୍ଗକୁ ନେଇ ଶାସକ ଦଳ ବିରୋଧୀ ଭାଜପାକୁ ଜୋରଦାର ଆକ୍ରମଣ କରିଛି। ବ୍ୟାନର ଧରି ବିଜେଡି ସଦସ୍ୟମାନେ ବିଧାନସଭାରେ ପ୍ରତିବାଦ କରିବା ଯୋଗୁ ଶୂନ୍ୟକାଳ ବରବାଦ ହୋଇଯାଇଥିଲା। ବାଚସ୍ପତି ବିକ୍ରମ କେଶରୀ ଆରୁଖ ଗୃହକୁ ପ୍ରାୟ ଅଧଘଣ୍ଟା ମୁଲତବୀ ଘୋଷଣା କରିଥିଲେ।
ମଙ୍ଗଳବାର ପ୍ରଶ୍ନକାଳ ଆରମ୍ଭ ହେବା ମାତ୍ରେ ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ର କିଛି କହିବାକୁ ଆରମ୍ଭ କରିବା ମାତ୍ରେ ଶାସକ ଦଳର ସଦସ୍ୟମାନେ ଚାଉଳ କାଟିବା ପ୍ରସଙ୍ଗକୁ ନେଇ ହାତରେ ବ୍ୟାନର ଧରି ଜୋରଦାର ପ୍ରତିବାଦ କରିଥିଲେ। ଲୋକଙ୍କ ବିଭିନ୍ନ ସମସ୍ୟାକୁ ବିଧାନସଭାରେ କହିବା ପାଇଁ ବିରୋଧୀ ସୁଯୋଗ ଦେଉନାହାନ୍ତି। କେନ୍ଦ୍ର ସରକାର ଜଣ ପିଛା ୫ କେଜି ଚାଉଳ କାଟିଦେଲେ। ୭୧ ହଜାର କୋଟି ବଜେଟରୁ କଟିଲା। ଏବେ ପୁଣି କେନ୍ଦ୍ର ସରକାର ୧୭ ଲକ୍ଷ ମେଟ୍ରିକ ଟନ୍‌ ଚାଉଳ ଉଠାଇବା ପାଇଁ ପ୍ରସ୍ତୁତ ନାହାନ୍ତି। ପୂର୍ବରୁ ୧୩ ଲକ୍ଷ ମେଟ୍ରିକ ଟନ୍‌ ବଳକା ରହୁଥିଲା। ଉଷୁନା ଚାଉଳ ନେଉନାହାନ୍ତି। ଚାଷୀ ଅସୁବିଧାରେ ପଡ଼ିବେ। ବିଧାନସଭାରେ ବିରୋଧୀମାନେ ଅପ୍ରସଙ୍ଗକୁ ପ୍ରସଙ୍ଗ କରୁଛନ୍ତି। କେନ୍ଦ୍ର ସରକାର ବଳକା ଚାଉଳ ଉଠାଇବା ସହ କାଟିଥିବା ୫ କେଜି ଚାଉଳ ଦିଅନ୍ତୁ ବୋଲି ବିଜେଡି ଦାବି କରିଛି। ଉଭୟ ବିଜେଡି ଓ ଭାଜପା ସଭ୍ୟମାନେ ପରସ୍ପର ବିରୋଧରେ ବିଷୋଦ୍‌ଗାର କରିଥିଲେ। ବାଚସ୍ପତି ବାଧ୍ୟ ହୋଇ ଗୃହକୁ ପୂର୍ବାହ୍ନ ୧୧ଟା ୩୧ ମିନିଟ୍‌ରୁ ୧୨ଟା ୫ ମିନିଟ୍‌ ପର୍ଯ୍ୟନ୍ତ ମୁଲତବୀ ଘୋଷଣା କରିଥିଲେ। ଗୃହ କାର୍ଯ୍ୟ ଆରମ୍ଭ ହେବା ମାତ୍ରେ ବିରୋଧୀ ଦଳ ସଦସ୍ୟଙ୍କୁ କାହିଁକି କହିବାକୁ ସୁଯୋଗ ଦିଆଗଲାନି ବୋଲି ଅଭିଯୋଗ କରି ଭାଜପା ସଦସ୍ୟମାନେ ଗୃହର ମଧ୍ୟଭାଗକୁ ଆସି ପାଟିତୁଣ୍ଡ କରିଥିଲେ। ବାଚସ୍ପତି କହିଲେ, ବିରୋଧୀ ଦଳ ନେତାଙ୍କ ପ୍ରତି ମୋର ଯଥେଷ୍ଟ ସମ୍ମାନ ରହିଛି। ଗୃହରେ ସ୍ବାଭାବିକ ସ୍ଥିତି ନ ଥିବାରୁ କହିବାକୁ ସୁଯୋଗ ଦିଆଯାଇ ପାରି ନ ଥିଲା। ଗୃହ ଓ ସାଧାରଣ ପ୍ରଶାସନ ବିଭାଗର ଖର୍ଚ୍ଚଦାବି ଆଲୋଚନା ଅଛି। ସେ ସମୟରେ କହିବାକୁ ସୁଯୋଗ ମିଳିବ। ଆଲୋଚନାରେ ସହଯୋଗ କରନ୍ତୁ ବୋଲି କହିବା ପରେ ଭାଜପା ସଦସ୍ୟମାନେ ନିଜ ସିଟ୍‌କୁ ଯାଇଥିଲେ ଓ ଗୃହ ସ୍ବାଭାବିକ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ଆରମ୍ଭ, ଶେଷ ତାରିଖ…

ଭୁବନେଶ୍ୱର,୨୪ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ସମସ୍ତ ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକର ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ ତଥା ଶିକ୍ଷା ବ୍ୟବସ୍ଥା ସହିତ ଜଡ଼ିତ ସମସ୍ତ...

ଗୁରୁବାରଠୁ ବଢ଼ିବ ଶୀତ, ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୪ା୧୨(ବନ୍ଦନା ସେଠୀ) – ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି...

ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନାକୁ କ୍ୟାବିନେଟ୍ ମୋହର

ଭୁବନେଶ୍ୱର,୨୪।୧୨: ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ ବାଜିଲା କ୍ୟାବିନେଟ୍ ମୋହର । ରାଜ୍ୟ କ୍ୟାବିନେଟ୍ ବୈଠକ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା...

ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…

ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...

ଆରମ୍ଭ ହେଲା ବରଗଡ଼ ‘ଧନୁଯାତ୍ରା’: ଚାଲିଲା କଂସ ରାଜୁତି

ମଥୁରାନଗରୀ,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାର ଉଦଘାଟିତ ହୋଇଯାଇଛି। ସଂଧ୍ୟା ପ୍ରାୟ ୭ଟା ୩୦ମିନିଟ୍‌ରେ ସ୍ଥାନୀୟ ଏମ୍‌ପି ପ୍ରଦୀପ କୁମାର...

ଦିଗପହଣ୍ଡିରେ ବିଭିନ୍ନ ଉନ୍ନୟନ ପ୍ରକଳ୍ପ ନିମନ୍ତେ ଶିଳାନ୍ୟାସ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର

ଦିଗପହଣ୍ଡି,୨୪|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ବିଭିନ୍ନ ଉନ୍ନୟନ ପ୍ରକଳ୍ପ ନିମନ୍ତେ ବୁଧବାର ବିଧାୟକ ଡ଼.ସିଦ୍ଧାନ୍ତ ମହାପାତ୍ର ଶିଳାନ୍ୟାସ କରିଛନ୍ତି । ରାଜ୍ୟ...

ଶୀତ ମହୋତ୍ସବକୁ ଆସିବା ପାଇଁ ନିମନ୍ତ୍ରଣ ଗ୍ରହଣ କଲେ ପ୍ରଭାତୀ

ଦାରିଙ୍ଗବାଡି, ୨୪/୧୨ (ଅରୁଣ ସାହୁ):  ଦାରିଙ୍ଗବାଡିରେ ଆସନ୍ତା ୮ ଠାରୁ ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ହେବାକୁ ଯାଉଛି । ଏହି ମହୋତ୍ସବରେ ରାଜ୍ୟର ବିଭିନ୍ନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri