ଗ୍ରାମ୍ୟ ଉନ୍ନୟନ ବିଭାଗ ରାସ୍ତା ଶୋଚନୀୟ

ବାଲିଗୁଡା,୨୭ା୩(ଡି.ଏନ.ଏ.):ବାଲିଗୁଡ଼ା ଣ୍ଡବସ୍‌ଷ୍ଟାଣ୍ଡ ନିକଟ ନୂଆସାହି ଓ ବୁଡ଼ାଗୁଡାକୁ ଯିବା ରାସ୍ତା ଅବସ୍ଥା ଅତ୍ୟନ୍ତ ଶୋଚନୀୟ ହୋଇପଡ଼ିଛି। ଏହି ରାସ୍ତାଟି ଗ୍ରାମ୍ୟ ଉନ୍ନୟନ ବିଭାଗ ଅଧୀନରେ ଥିବା ବେଳେ ଗତ ବର୍ଷା ଋତୁରେ ପ୍ରବଳ ବନ୍ୟା ପାଣି ଆସି ରାସ୍ତାର ପିଚୁ ଉଠିଯିବା ସହ ଖାଲଖମା ହୋଇ ପାଣି ଜମି ରହିଥିଲେ ମଧ୍ୟ ବିଭାଗୀୟ ଉଚ୍ଚ କର୍ତ୍ତୃପକ୍ଷ ଏଥିପ୍ରତି ଦୃଷ୍ଟି ଦେଉ ନ ଥିବାରୁ ଅସନ୍ତୋଷ ଦେଖାଯାଇଛି। ଗତ ଦଶହରା ଯାତ୍ରା ସମୟରେ ସେହି ରାସ୍ତାରେ ଥିବା ଖାଲରେ ମାଟି ପକାଇ ଦେଇ ନିଜ କାର୍ଯ୍ୟ ଶେଷ କରି ଦେଇଥିବାରୁ ବର୍ତ୍ତମାନ ସାମାନ୍ୟ ବର୍ଷାରେ ପୁଣି ଖାଲ ହୋଇ ପାଣି ଜମି ରହୁଛି। ଯାହାକି ଯାନବାହନ ଯାତାୟାତ ସମୟରେ ପାଣି ଛିଟିକି ଜନସାଧାରଣଙ୍କ ଉପରେ ପଡୁଛି। ଏ ନେଇ ମଧ୍ୟ ଯାନବାହନ ଚାଳକ ଓ ଜନସାଧାରଣଙ୍କ ମଧ୍ୟରେ ପାଟିତୁଣ୍ଡ ହେଉଛି। ଏହି ରାସ୍ତାକଡ଼କୁ ଲାଗି ଦୁଇଟି ପୋଖରୀ ରହିଥିବା ବେଳେ ବର୍ଷା ସମୟରେ ସେହି ପୋଖରୀ ର ଉଦ୍‌ବୃତ୍ତ ପାଣି ନିଷ୍କାସିତ ହୋଇ ନ ପାରି ରାସ୍ତା ଉପର ଦେଇ ପ୍ରବାହିତ ହୋଇଥିବାରୁ ରାସ୍ତାର ଏଭଳି ଅବସ୍ଥା ହେଉଛି। ବାଲିଗୁଡା ଟାଉନ୍‌ର ଏପରି ଅନେକ ରାସ୍ତା ଖାଲ ଢିପ ହୋଇ ସାମାନ୍ୟ ବର୍ଷାରେ ପାଣି ଜମି ରହୁଛି। ଏ ସମ୍ପର୍କରେ ବିଭାଗୀୟ ଅଧିକାରୀ ଧବଳେଶ୍ୱର ପାତ୍ରଙ୍କୁ ପଚାରିବାରୁ ସେ କହିଲେ, ତାହା ଆମ ନଜରକୁ ଆସିଛି, ଉକ୍ତ ରାସ୍ତା ଶୀଘ୍ର ମରାମତି କରାଯିବ। ଆଗକୁ ଶ୍ରୀରାମ ନବମୀ ଓ ତେର ଶମ୍ଭୁ ମିଳନ ରହିଥିବାରୁ ସେହି ରାସ୍ତା ନିର୍ମାଣ ଲାଗି ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବିନା କାଗଜପତ୍ରରେ ଖୁଲମଖୁଲା ଚାଲାଣ ହେଉଥିଲା ବାଲି-ପଥର, ୧୧ ହାଇୱା ଜବତ ପରେ…

ମହାକାଳପଡ଼ା,୩ା୪ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳର ସାମୁଦ୍ରିକ ଝଡ଼, ସୁନାମି, ଭୂକମ୍ପ ପ୍ରବଣରୁ ସୁରକ୍ଷା ପାଇଁ ଜନବସତି ପାର୍ଶ୍ୱରେ ସୁଉଚ୍ଚ…

‘ତ୍ରିଲୋଚନଙ୍କ ବଳିଦାନକୁ ଓଡ଼ିଶା ପୋଲିସ ଭୁଲିବ ନାହିଁ’

ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଏପ୍ରିଲ ପହିଲାରେ ଓଡିଶା ପୋଲିସ ପ୍ରତିଷ୍ଠା ଦିବସ ପାଳନ ହେଉଛି। ଏହି ଅବସରରେ ଶହିଦ୍ ଯବାନମାନଙ୍କୁ ପୋଲିସ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଦିଆଯାଉଛି । ଏହିଭଳି ଗଞ୍ଜାମ…

ବରଗଡ଼ରେ ଧରପଗଡ଼, ଅତର୍କିତ ଚଢ଼ାଉ କରି ୧୮ ସାର ବ୍ରିକ୍ରେତାଙ୍କ ଲାଇସେନ୍ସ ରବ୍ଦ

ବରଗଡ଼,୪।୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ସାରବିକ୍ରିରେ କଳାବଜାର ତଥା ଅନ୍ୟ ଅନିୟମିତତା ନେଇ କୃଷି ବିଭାଗ ପକ୍ଷରୁ ଧରପଗଡ଼ ଆରମ୍ଭ ହୋଇଛି। ଏହି କ୍ରମରେ ବୁଧବାର ଓ…

ପୂର୍ବ ଶତ୍ରୁତାରୁ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ, ଜାମିନ ନାମଞ୍ଜୁର ପରେ ଅଭିଯୁକ୍ତ…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ କରିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ଜଣେ ବ୍ୟକ୍ତିଙ୍କୁ ଗିରଫ…

ଧରିତ୍ରୀ’ ପ୍ରଭାବ: ପଲିଥିନ୍ ତଳେ ଛଟପଟ ହାନ୍ଦୁଙ୍କୁ ମିଳିବ ସ୍ୱପ୍ନର ପକ୍କା ଘର, ଖବର ପ୍ରକାଶ ପରେ…

ଥୁଆମୂଳ ରାମପୁର, ୨। ୪(ଦୁର୍ଗା କୀର୍ତ୍ତି): ଅସହାୟଙ୍କ ସ୍ୱର ସାଜିଛି ‘ଧରିତ୍ରୀ’। ଖବର ପ୍ରସାରଣର ମାତ୍ର କିଛି ଦିନ ମଧ୍ୟରେ ପ୍ରଶାସନିକ ସ୍ତରରେ ଦେଖାଦେଇଥିବା ତ୍ୱରିତ ପଦକ୍ଷେପ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ରନ୍ଧନ ଗ୍ୟାସ ସିଲିଣ୍ଡର ପିଛା ନେଉଥିଲେ ୩୦୦୦ ଟଙ୍କା, ଯୋଗାଣ ବିଭାଗର ଚଢ଼ାଉ, ଜବତ ହେଲା ୪୧…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର):  ଗଞ୍ଜାମ ଜିଲାରେ ରନ୍ଧନ ଗ୍ୟାସର କୃତ୍ରିମ ଅଭାବ ସୃଷ୍ଟି କରି ଚଢ଼ା ଦରରେ ବିକ୍ରି କରୁଥିବା ଅଭିଯୋଗରେ ଯୋଗାଣ ବିଭାଗ…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri