ଭାଙ୍ଗିଲା ଋଷିକୂଲ୍ୟା ନଦୀବନ୍ଧ, ବରଙ୍ଗବଡ଼ମାଧପୁର ମୁଖ୍ୟ ରାସ୍ତାରେ ସୁଅ ଛୁଟିଛି ପାଣି

ଛତ୍ରପୁର,୨୯ା୧୦(ଦିଲ୍ଲୀପ ସାମଲ): ଲଗାଣ ବର୍ଷା ସାଙ୍ଗକୁ ଋଷିକୂଲ୍ୟା ନଦୀରେ ଜଳସ୍ତର ବୃଦ୍ଧି ଯୋଗୁ ଗୋବା ନିକଟରେ ନଦୀବନ୍ଧ ଭାଙ୍ଗିଯାଇଛି। ଫଳରେ ନଦୀଜଳ ଆଖପାଖ ଅଞ୍ଚଳକୁ ପ୍ରବେଶ କରିବା ସହ ବରଙ୍ଗବଡ଼ମାଧପୁର ମୁଖ୍ୟ ରାସ୍ତା ଉପରେ ପାଣି ପ୍ରବାହିତ ହେଉଛି। ଏହା ଫଳରେ ଉକ୍ତ ରାସ୍ତାରେ ଯାତାୟାତ ପ୍ରଭାବିତ ହେବାର ଆଶଙ୍କା ଦେଖାଦେଇଛି।

ବାତ୍ୟା ‘ଅର୍ଣ୍ଣବ’ ପରେ ଗଞ୍ଜାମ ଜିଲାରେ ଲଗାଣ ବର୍ଷା ଜାରି ରହିଥିବାରୁ ଋଷିକୂଲ୍ୟା ସମେତ ବିଭିନ୍ନ ନଦୀର ଜଳସ୍ତର ବୃଦ୍ଧି ପାଇଛି। ଅଧିକ ଜଳ ପ୍ରବାହ ଯୋଗୁ ଗୋବା ନିକଟରେ ନଦୀବନ୍ଧ ଦୁର୍ବଳ ହୋଇ ଭାଙ୍ଗିଯାଇଥିବା ଜଣାପଡ଼ିଛି।

ଘଟଣା ପରେ ପ୍ରଶାସନ ଓ ସମ୍ପୃକ୍ତ ବିଭାଗ ପକ୍ଷରୁ ସ୍ଥିତି ଉପରେ ନଜର ରଖାଯାଇଛି। ବନ୍ଧ ମରାମତି ପାଇଁ ଘଟଣାସ୍ଥଳରେ ମୋରମ ପକାଇବା ସହ ଆବଶ୍ୟକ ପଦକ୍ଷେପ ନିଆଯାଉଛି। ନଦୀର ଜଳସ୍ତର ଓ ପାଣି ପ୍ରବାହକୁ ଦୃଷ୍ଟିରେ ରଖି ସ୍ଥାନୀୟ ଲୋକଙ୍କୁ ସତର୍କ ରହିବା ସହ ନଦୀ ନିକଟକୁ ନଯିବାକୁ ପରାମର୍ଶ ଦିଆଯାଇଛି।

ବନ୍ଧ ଭାଙ୍ଗିବା ଯୋଗୁ ଆଖପାଖ ଅଞ୍ଚଳରେ ବନ୍ୟା ଆଶଙ୍କା ବଢ଼ିଥିବାରୁ ସ୍ଥାନୀୟ ଲୋକଙ୍କ ମଧ୍ୟରେ ଭୟ ଓ ଆଶଙ୍କା ପ୍ରକାଶ ପାଇଛି। ପ୍ରଶାସନ ପକ୍ଷରୁ ସ୍ଥିତିର ନିରନ୍ତର ଅନୁଧ୍ୟାନ କରାଯାଉଛି।

ଏହି ଘଟଣା ସମ୍ପର୍କରେ ଖବର ପାଇ ଛତ୍ରପୁର ବିଧାୟକ କୃଷ୍ଣଚନ୍ଦ୍ର ନାୟକ ମଧ୍ୟ ଘଟଣାସ୍ଥଳରେ ପହଞ୍ଚି ସ୍ଥିତି ଅନୁଧ୍ୟାନ କରିଥିଲେ। ତୁରନ୍ତ ଆବଶ୍ୟକ ପଦକ୍ଷେପ ନେବା ସହ ବନ୍ଧ ମରାମତି ଓ ଜଳ ନିଷ୍କାସନ ବ୍ୟବସ୍ଥାକୁ ତ୍ୱରାନ୍ବିତ କରିବା ପାଇଁ ସେ ସମ୍ପୃକ୍ତ ଅଧିକାରୀମାନଙ୍କୁ ପରାମର୍ଶ ଦେଇଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଡିସେମ୍ବର ୧ରୁ ବଦଳିବ SBI କ୍ରେଡିଟ କାର୍ଡ ନିୟମ, ଏହି ସବୁ ପେମେଣ୍ଟରେ ଲାଗିବ ଅତିରିକ୍ତ ଶୁଳ୍କ

ନୂଆଦିଲ୍ଲୀ, ୨୯।୧୦: ଯଦି ଆପଣ ଭାରତୀୟ ଷ୍ଟେଟ ବ୍ୟାଙ୍କ (SBI)ର କ୍ରେଡିଟ କାର୍ଡ ବ୍ୟବହାର କରୁଛନ୍ତି, ତେବେ ଏହି ଖବର ଆପଣଙ୍କ ପାଇଁ ଜରୁରୀ। ୧ ଡିସେମ୍ବର…

Video: ଆରସିବି (RCB) ତାଙ୍କୁ କିଣିବା ମାତ୍ରେ ହୋଟେଲ ରୁମାର ଏମିତି ନାଚିଲେ ଶ୍ରେୟଙ୍କା ପାଟିଲ , ଏବେ ଭିଡିଓ ହେଉଛି ଭାଇରାଲ

ନୂଆଦିଲ୍ଲୀ,୨୯।୧୦: ବୁଧବାର କୋଚିରେ ‘ୱିମେନ୍ସ ପ୍ରିମିୟର ଲିଗ’ (WPL) ର ପଞ୍ଚମ ସଂସ୍କରଣ ପାଇଁ ନିଲାମ ପ୍ରକ୍ରିୟା ଶେଷ ହୋଇଛି। ଏଥିରେ ପାଞ୍ଚଟି ଦଳ ମୋଟ ୨୭…

ଡିଡ୍ରବାଡ଼ିରେ ଭୂସ୍ଖଳନ: ବାଡ଼ାବାଙ୍ଗା-ଡିଡ୍ରବାଡ଼ି ଯୋଗାଯୋଗ ବିଚ୍ଛିନ୍ନ

ଦାରିଙ୍ଗବାଡ଼ି,୨୯ା୧୦(ଅରୁଣ ସାହୁ): ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଦାରିଙ୍ଗବାଡ଼ି ଅଞ୍ଚଳର ବହୁ ଗ୍ରାମ ପ୍ରଭାବିତ ହୋଇଛି। ଉକ୍ତ ବ୍ଲକର ବାଡ଼ାବାଙ୍ଗା ପଞ୍ଚାୟତର ୧୫ ନଂ ଓ୍ବାର୍ଡ ଡିଡ୍ରବାଡ଼ି ଗାଁ…

ନ୍ୟୁଜିଲାଣ୍ଡରେ ପହଞ୍ଚୁ ପହଞ୍ଚୁ ଏମିତି କାମ କଲେ ଶୁଭମନ ଗିଲ, ଚାରିଆଡେ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ, ୨୯।୧୦: ନ୍ୟୁଜିଲାଣ୍ଡ ବିପକ୍ଷ ଦିନିକିଆ (ODI) ସିରିଜ ଆରମ୍ଭ ହେବାକୁ ଆଉ କିଛି ଦିନ ବାକି ଥିବାବେଳେ ଏବେଠାରୁ ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି ଭାରତୀୟ ଅଧିନାୟକ…

ଆଜି ରାତିରେ ଘଟିବ ବିରଳ ସଂଯୋଗ: ବୃଷ-ମିଥୁନ ସମେତ ୪ ରାଶିଙ୍କର ଆରମ୍ଭ ହେବ ଗୋଲଡେନ୍‌ ଟାଇମ୍‌, ଘରକୁ ଆସିବ ଖୁସିଖବର!

ଅକ୍ଟୋବର ୨୯ ତାରିଖ ରାତିରେ ଚନ୍ଦ୍ରମା ବୃଷ ରାଶିରୁ ବାହାରି ତୁଳା ରାଶିକୁ ଗୋଚର କରିବେ। ରାତି ୧୦ଟା ୭ ମିନିଟରେ ଚନ୍ଦ୍ରଙ୍କ ଏହି ରାଶି ପରିବର୍ତ୍ତନ…

ମଧ୍ୟବିତ୍ତଙ୍କୁ ବଡ଼ ଝଟ୍‌କା: ୧ ନଭେମ୍ୱରରୁ ବଦଳିଯିବ ଗାଡ଼ି, ବ୍ୟାଙ୍କିଂ ଓ ଗ୍ୟାସ ସିଲିଣ୍ଡର ଦର

ନୂଆଦିଲ୍ଲୀ,୨୯।୧୦: ଆସନ୍ତା ୧ ନଭେମ୍ୱର ୨୦୨୬ରୁ ଦେଶରେ ସାଧାରଣ ଲୋକଙ୍କ ପକେଟ, ବ୍ୟାଙ୍କିଙ୍ଗ ବ୍ୟବସ୍ଥା ଏବଂ ଦୈନନ୍ଦିନ ଜୀବନ ସହ ଜଡ଼ିତ ଅନେକ ଗୁରୁତ୍ୱପୂର୍ଣ୍ଣ ନିୟମରେ ବଡ଼…

ବିଶ୍ୱର ଶ୍ରେଷ୍ଠ ଓପନର କିଏ? ଦିନେଶ କାର୍ତ୍ତିକ ଦେଲେ ବଡ଼ ବୟାନ

ନୂଆଦିଲ୍ଲୀ,୨୯ା୧୦: ବର୍ତ୍ତମାନ ବିଶ୍ୱର ଶ୍ରେଷ୍ଠ ଓପନର କିଏ? ଏହି ପ୍ରଶ୍ନର ଉତ୍ତରରେ ଅନେକ କ୍ରିକେଟରଙ୍କ ନାଁ ସାମ୍ନାକୁ ଆସିପାରେ। କିନ୍ତୁ ଭାରତୀୟ ଦଳର ପୂର୍ବତନ କ୍ରିକେଟର ଦିନେଶ…

ବାଘୁଆ ଜଳଭଣ୍ଡାର ଜଳସ୍ତର ବୃଦ୍ଧି: ୨ ଗେଟ୍‌ ଦେଇ ବନ୍ୟାଜଳ ନିଷ୍କାସନ

ବୁଗୁଡ଼ା,୨୯ା୧୦(କାଳୀଚରଣ ଦାଶ): ଗଞ୍ଜାମ ଜିଲା ବୁଗୁଡ଼ା ବ୍ଲକ ଅନ୍ତର୍ଗତ ମତାଝରିସ୍ଥିତ ବାଘୂଆ ଜଳଭଣ୍ଡାରର ସୁରକ୍ଷିତ ଓ ଜଳସ୍ତରର ବିପଦକୁ ଦୃଷ୍ଟିରେ ରଖି ଜଳସେଚନ ବିଭାଗ ଜଳଭଣ୍ଡାରର ୨ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?