‘ସ୍ବାଧୀନତା ସଂଗ୍ରାମୀଙ୍କ ବଳିଦାନ, ସଂଘର୍ଷ ଭୁଲି ହେବ ନାହିଁ’

ବଲାଙ୍ଗୀର,୧୫ା୮(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ମନୋହରପୁର ରିଜର୍ଭ ପୋଲିସ ପଡ଼ିଆରେ ଜିଲାସ୍ତରୀୟ ୭୮ତମ ସ୍ବାଧୀନତା ଦିବସ ପାଳିତ ହୋଇଛି। ମୁଖ୍ୟଅତିଥି ଭାବେ ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ, ଶ୍ରମ ଓ ରାଜ୍ୟ କର୍ମଚାରୀ ବୀମା ବିଭାଗ ମନ୍ତ୍ରୀ ଗଣେଶ ରାମ ସିଂ ଖୁଣ୍ଟିଆ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିବା ସହ ମିଳିତ ପରେଡରେ ଅଭିବାଦନ ଗ୍ରହଣ କରିଛନ୍ତି। ତାଙ୍କ ଅଭିଭାଷଣରେ ଦେଶର ସ୍ବାଧୀନତା ସଂଗ୍ରାମରେ ଜିଲାର ସ୍ବାଧୀନତା ସଂଗ୍ରାମୀଙ୍କ ଉଲ୍ଲେଖନୀୟ ଭୂମିକା ସମ୍ପର୍କରେ ଆଲୋକପାତ କରି ସ୍ମୃତିଚାରଣ କରିଥିଲେ। ସ୍ବାଧୀନତା ସଂଗ୍ରାମୀଙ୍କ ବଳିଦାନ ଓ ସଂଘର୍ଷ ଭୁଲିବାର ନୁହେଁ ବୋଲି କହିଥିଲେ। ବଲାଙ୍ଗୀର ଜିଲାର ବିକାଶ ନିମନ୍ତେ ରାଜ୍ୟ ସରକାରଙ୍କ ଯେଉଁ ବିକାଶମୂଳକ ଯୋଜନା କାର୍ଯ୍ୟକାରୀ କରୁଛନ୍ତି ତା’ର ସୂଚନା ଦେଇଥିଲେ। ଏହାପରେ ବିଭିନ୍ନ ପ୍ରତିଯୋଗିତାରେ କୃତୀ ଛାତ୍ରୀଛାତ୍ର ପ୍ରତିଯୋଗୀମାନଙ୍କୁ ପୁରସ୍କାର ପ୍ରଦାନ କରିଥଲେ l ସେଠାରୁ ମନ୍ତ୍ରୀ ଖୁଣ୍ଟିଆ ଭୀମଭୋଇ ମେଡିକାଲ କଲେଜ ଏବଂ ହସ୍ପିଟାଲର ବିଭିନ୍ନ ଓ୍ବାର୍ଡ ବୁଲି ରୋଗୀ ଓ ଜେଲ ଅନ୍ତେବାସୀଙ୍କୁ ଫଳ ଓ ମିଷ୍ଟାନ ବଣ୍ଟନ କରିଥିଲେ। ପୁଇନ୍ତଳା ବ୍ଲକ ପରିସରରେ କୁଷ୍ଠ କଲୋନୀ ଅନ୍ତେବାସୀମାନଙ୍କୁ ବସ୍ତ୍ର ପ୍ରଦାନ କରିଥଲେ।


Enter your email to get our daily news in your inbox.

All Right Reserved By Dharitri.Com

ତିନି ଦୁର୍ବୁତ୍ତ ବାଇକରେ ଆସି ଯୁବକଙ୍କ ଠାରୁ ଛଡ଼ାଇ ନେଲେ ମୋବାଇଲ

ବାଲିଗୁଡ଼ା:୧୧।୯: (ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ସହର ସମେତ ଥାନା ଅଞ୍ଚଳରେ ଦିନକୁ ଦିନ ଲୁଟ, ଡକାୟତି, ଚୋରି ବଢ଼ିବାରେ ଲାଗିଛି ।...

ସହକାରୀ ଯନ୍ତ୍ରୀଙ୍କ ଅମାପ ସମ୍ପତ୍ତି, ମାଳ ମାଳ କୋଠା ଦେଖି ତାଜୁବ ହୋଇଗଲା ଭିଜିଲାନ୍ସ

ଭୁବନେଶ୍ୱର,୧୧।୯: ଭଞ୍ଜନଗର ଜଳସେଚନ ବିଭାଗ ସହକାରୀ ଯନ୍ତ୍ରୀ ପ୍ରସନ୍ନ ସ୍ବାଇଁଙ୍କ ଘରେ ବୁଧବାର ଭିଜିଲାନ୍ସ ଚଢାଉ କରିଛି। ଚଢାଉ ବେଳେ ଯନ୍ତ୍ରୀଙ୍କ ୬ଟି ବହୁତଳ କୋଠା...

ପ୍ରେମିକଙ୍କ ସହ ଫେରାର ଥିଲେ ଝିଅ, ବାହାକରିବାକୁ ଡାକି ଟାଙ୍ଗିଆରେ ହାଣିଦେଲେ ବାପା , ପରେ….

ରାୟଗଡ଼ା,୧୧।୯(ଆଶିଷ ରଞ୍ଜନ ପଣ୍ଡା): ପ୍ରେମିକଙ୍କୁ ଟାଙ୍ଗିଆରେ ହାଣି ମାରିଲେ ପ୍ରେମିକାଙ୍କ ବାପା। ଏଭଳି ଅଭାବନୀୟ ଘଟଣା ଘଟିଛି ରାୟଗଡ଼ା ଜିଲା କାଶୀପୁର ଥାନା ଅଞ୍ଚଳରେ। ମୃତ...

ସଙ୍ଗୀତର ତାଳେତାଳେ ନାଚିଲେ କୁନି ପ୍ରତିାଯୋଗୀ

ଗଞ୍ଜାମ,୧୧।୯: (ବିଦ୍ୟାଧର ସାହୁ ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ବାଲୀସାହି ଗଣେଶ ପୂଜା କମିଟି ପକ୍ଷରୁ କୁନିକୁନି ପିଲାମାନଙ୍କୁ ନେଇ ନୃତ୍ୟ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି...

ଧରା ପଡିଯିବା ଭୟରେ ଦମ୍ପତିଙ୍କୁ ହାଣିଲେ

ବ୍ରହ୍ମପୁର,୧୧।୯(ସୁବାସ ଚନ୍ଦ୍ର ପାଢ଼ୀ): ଗଞ୍ଜାମ ଜିଲା ବଡ଼ବଜାର ଥାନା ଅନ୍ତର୍ଗତ ଗୌଡ଼ ସାହିରେ ଜଣେ ଦୁର୍ବୃତ୍ତ ବ୍ୟବସାୟୀଙ୍କ ଘରେ ପଶି ମରଣାନ୍ତକ ଆକ୍ରମଣ କରିଛନ୍ତି। ଏଥିରେ...

ଗଞ୍ଜାମବାସୀଙ୍କ ମଙ୍ଗଳକାମନା କଲେ ଜିଲାପାଳ: ମା’ ତାରାତାରିଣୀଙ୍କୁ ଚଢ଼ାଇଲେ ଲକ୍ଷେ ୮ ବେଲପତ୍ର

ପୁରୁଷୋତ୍ତମପୁର,୧୧।୯ (ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲାର ପ୍ରଶିଦ୍ଧ ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ପୀଠରେ ବିଶ୍ୱର କଲ୍ୟାଣ ଲାଗି ବିଶ୍ବଶାନ୍ତି ମହାଯଜ୍ଞ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି...

ଇସ୍ତଫା ଦେଲେ ଜିଲା ଯୁବ ବିଜେଡି ସମ୍ପାଦକ

କର୍ଲାମୁଣ୍ଡା,୧୧।୯(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା ବିଜେଡି ଶିବିରରେ ଦେଖା ଦେଇଛି ଇସ୍ତଫାର ସୁଅ । ରାଜ୍ୟ ସଭା ଏମ୍‌ପି ସୁଜିତ କୁମାର ଦଳ ଓ...

 କାହିଁକି ଛତ୍ରପୁର ଉପକାରାଗାରରେ କାଚରେ ବେକ କାଟିଲେ ବିଚରାଧୀନ କଏଦୀ, କ’ଣ ରହିଛି  ବଡ଼ କାରଣ 

ଛତ୍ରପୁର,୧୧।୯(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ଉପକାରାଗାରରେ ବିଚରାଧୀନ କଏଦୀ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି।  କଏଦି ଜଣକ ରମ୍ଭା ଅଞ୍ଚଳର ଆଶୁତୋଷ ନାହାକ। ତିନିମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri