Posted inଭଦ୍ରକ

‘ସଂଗ୍ରାମୀଙ୍କ ତ୍ୟାଗ ଅତୁଳନୀୟ’

ଭଦ୍ରକ ଅଫିସ/ବାସୁଦେବପୁର, ୧୫।୮ (ଡି.ଏନ.ଏ.)-ଭଦ୍ରକ କଲେଜ ପଡ଼ିଆରେ ରବିବାର କରୋନା କଟକଣା ମଧ୍ୟରେ ଜ଼ିଲାସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ଜିଲାପାଳ ତ୍ରିଲୋଚନ ମାଝି ମୁଖ୍ୟଅତିଥି ଭାବେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିଥିଲେ। ଏହାପରେ ଜିଲାପାଳ ଅଭିଭାଷଣ ଦେଇ କହିଥିଲେ, ଭଦ୍ରକ ତ୍ୟାଗ ଓ ସଂଗ୍ରାମୀ ମାଟି। ସ୍ବାଧୀନତା ସଂଗ୍ରାମୀମାନଙ୍କ ତ୍ୟାଗ ଅତୁଳନୀୟ। ଏହି ଅବସରରେ କୋଭିଡ୍‌ ଯୋଦ୍ଧାମାନଙ୍କୁ ସମ୍ବର୍ଦ୍ଧନା ଦିଆଯାଇଥିଲା। ଏସ୍‌ପି ଚରଣ ସିଂ ମିନା, ଅତିରିକ୍ତ ଜିଲାପାଳ ମଧୁସୂଦନ ମିଶ୍ର, ଉପଜିଲାପାଳ ପୀତାମ୍ବର ସାମଲ ପ୍ରମୁଖ ଯୋଗ ଦେଇଥିଲେ।

ସେହିପରି ବାସୁଦେବପୁର ବ୍ଲକର ବିଭିନ୍ନ ସ୍ଥାନରେ ସରକାରୀ ଓ ବେସରକାରୀ ସ୍ତରରେ ସ୍ବାଧୀନତା ଦିବସ ପାଳନ କରାଯାଇଥିଲା। ବିଧାୟକ ବିଷ୍ଣୁବ୍ରତ ରାଉତରାୟ ସକାଳେ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ମୁଖ୍ୟଅତିଥି ଭାବେ ଯୋଗଦେଇ ପତାକା ଉତ୍ତୋଳନ କରିଥିଲେ। ଦେଶର ସ୍ବାଧୀନତା ଓ ଅଖଣ୍ଡତା ରକ୍ଷା ଦିଗରେ ପ୍ରତ୍ୟେକ ନାଗରିକ କାର୍ଯ୍ୟ କରିବାକୁ ବିଧାୟକ ଆହ୍ବାନ ଦେଇଥିଲେ। ସେହିପରି ବ୍ଲକ ଓ ପୌରପାଳିକା କାର୍ଯ୍ୟାଳୟରେ ବିଡିଓ ପ୍ରଣବ କୁମାର ବେହେରା, ଥାନାରେ ଆଇଆଇସି ଗୌରାଙ୍ଗ ସାହୁ, କଂଗ୍ରେସ କାର୍ଯ୍ୟାଳୟରେ ଦଳୀୟ ନେତା ଅଶୋକ ଦାସ, ବିଜେଡି କାର୍ଯ୍ୟାଳୟରେ ବିଧାୟକ ରାଉତରାୟ ଏବଂ ଭାଜପା କାର୍ଯ୍ୟାଳୟରେ ମାଧବାନନ୍ଦ ମଲିକ ପତାକା ଉତ୍ତୋଳନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ଆଉ ଏକ ଲଘୁଚାପ: ବୁଧବାରଠାରୁ ସୋମବାର ଯାଏ ରାଜ୍ୟରେ ପ୍ରବଳ ବର୍ଷା, ଏସବୁ ଜିଲାକୁ ଓ୍ବାର୍ନିଂ

ଭୁବନେଶ୍ୱର,୧୧ା୮(ବନ୍ଦନା ସେଠୀ) – ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ଏହାର ଆଖପାଖ ଅଞ୍ଚଳରେ ଥିବା ଉପର ବାୟୁମଣ୍ଡଳୀୟ ଘୂର୍ଣ୍ଣିବଳୟ ସମୁଦ୍ର ପତ୍ତନଠାରୁ ପ୍ରାୟ ୭.୬ କି.ମି. ଉଚ୍ଚତା ପର୍ଯ୍ୟନ୍ତ…

ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ କୀଟନାଶକ ପିଇ ବ୍ୟକ୍ତିଙ୍କ ଆତ୍ମହତ୍ୟା ଉଦ୍ୟମ: ଅବସ୍ଥା ଗୁରୁତର

ଛତ୍ରପୁର, ୧୧।୮ (ଦିଲ୍ଲୀପ ସାମଲ / ଦ୍ଵାରିକା ପଟ୍ଟନାୟକ): ଛତ୍ରପୁରସ୍ଥିତ ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ମଙ୍ଗଳବାର ସନ୍ଧ୍ୟାରେ ଏକ ଅଭାବନୀୟ ଘଟଣା ଘଟିଛି। ଜମିଜମା ଓ…

କୁକୁର ଦାଉରୁ ରକ୍ଷା ପାଇଁ ସିଧାସଳଖ ଜିଲାପାଳଙ୍କୁ ମେସେଜ୍: ନାକେଦମ ହେଲା ପ୍ରଶାସନ, ଶେଷରେ…

ହାଟଡିହୀ,୧୧।୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ପଢ଼ିଆରିପଲ୍ଲୀ ଗ୍ରାମରେ ଜଣେ ମହିଳାଙ୍କ ଘର ଆଗରେ ଏକ କୁକୁର ଶୋଇ ରହିବା ଏବଂ ତାହାକୁ ନେଇ ସୃଷ୍ଟି…

ଇନ୍ଦ୍ରାବତୀ ଜଳଭଣ୍ଡାରବାସୀଙ୍କ ସ୍ୱପ୍ନ ହେବ ସାକାର: ୧୨୫ କୋଟି ଟଙ୍କା ବ୍ୟୟରେ ନିର୍ମାଣ ହେବ ସେତୁ, ଡିଜିପିଏସ ସର୍ଭେ ଶେଷ

ଥୁଆମୂଳ ରାମପୁର,୧୧।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ ଅନ୍ତର୍ଗତ ଇନ୍ଦ୍ରାବତୀ ଜଳଭଣ୍ଡାର ଅଞ୍ଚଳବାସୀଙ୍କ ଦୀର୍ଘ ଦିନର ପ୍ରତୀକ୍ଷା ଓ ଦାବି ଅନ୍ତ ହେବାକୁ ଯାଉଛି।…

ଭାରତରେ ଏହିଦିନ ଲଞ୍ଚ୍‌ କରିବ ୧୦ ଆଉ ୨୦ଟଙ୍କିଆ ପ୍ଲାଷ୍ଟିକ୍‌ ନୋଟ୍‌! ମୋଦି ସରକାର ଦେଲେ ମଞ୍ଜୁରୀ…

ନୂଆଦିଲ୍ଲୀ, ୧୧।୮: କାଗଜର ଚିରା-ଫଟା, ପୁରୁଣା ଏବଂ ଓଦା ହୋଇଯାଇଥିବା ନୋଟ୍‌କୁ ନେଇ ଅସୁବିଧାରେ ପଡ଼ୁଥିବା ଲୋକଙ୍କ ପାଇଁ ଏକ ବଡ଼ ଏବଂ ଖୁସି ଖବର ସାମ୍ନାକୁ…

ପରିବାର ଲୋକଙ୍କ ନାଁରେ ଲକ୍ଷ ଲକ୍ଷ ଟଙ୍କା ଋଣ ନେଇଗଲେ ସମ୍ପାଦକ: ଚାଷୀଙ୍କ ଆନ୍ଦୋଳନ ଚେତାବନୀ

ପୁରୁଷୋତ୍ତମପୁର,୧୧।୮(ସବିତା ମିଶ୍ର):ସରକାର କୃଷକଙ୍କୁ ସଶକ୍ତିକରଣ କରି କୃଷି ଓ କୃଷକଙ୍କ ବିକାଶ ଲାଗି ଯୋଜନା ପରେ ଯୋଜନା କରିବା ସହ ବିଭିନ୍ନ ଫସଲ ଚାଷ କରି ଲାଭବାନ…

ପୂର୍ବତନ ରାଷ୍ଟ୍ରପତିଙ୍କୁ ମୃତ୍ୟୁ ଦଣ୍ଡାଦେଶ ଶୁଣାଇଲେ କୋର୍ଟ: ଆସିଥିଲା ସାଂଘାତିକ ଅଭିଯୋଗ

ଡାମସକସ୍‌,୧୧।୮: ସିରିଆର ଏକ କୋର୍ଟ ମଙ୍ଗଳବାର ଦେଶର ପୂର୍ବତନ ରାଷ୍ଟ୍ରପତି ବଶର ଅଲ-ଆସାଦ ଏବଂ ତାଙ୍କ ସାନ ଭାଇ ମାହେର ଅଲ-ଆସାଦଙ୍କୁ ଫାଶୀ ଦଣ୍ଡରେ ଦଣ୍ଡିତ କରିଛନ୍ତି।…

ବିବାହ ପ୍ରତିଶ୍ରୁତି ଦେଇ ରଖୁଥିଲେ ଶାରୀରିକ ସମ୍ପର୍କ: ଏହି କ୍ରିକେଟର୍‌ଙ୍କୁ ବାନ୍ଧିଲା ପୋଲିସ

ନୂଆଦିଲ୍ଲୀ,୧୧।୮: ଇଣ୍ଡିଆନ ପ୍ରିମିୟର ଲିଗ (IPL)ରେ ଦିଲ୍ଲୀ କ୍ୟାପିଟାଲ୍ସ ପାଇଁ ଖେଳୁଥିବା ବଙ୍ଗଳା କ୍ରିକେଟର ଅଭିଷେକ ପୋରେଲଙ୍କୁ ଜଣେ ଡାକ୍ତରୀ ଛାତ୍ରୀଙ୍କ ଦ୍ୱାରା ଦାୟର କରାଯାଇଥିବା ଆପରାଧିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri