Posted inଭଦ୍ରକ

‘ସଂଗ୍ରାମୀଙ୍କ ତ୍ୟାଗ ଅତୁଳନୀୟ’

ଭଦ୍ରକ ଅଫିସ/ବାସୁଦେବପୁର, ୧୫।୮ (ଡି.ଏନ.ଏ.)-ଭଦ୍ରକ କଲେଜ ପଡ଼ିଆରେ ରବିବାର କରୋନା କଟକଣା ମଧ୍ୟରେ ଜ଼ିଲାସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ଜିଲାପାଳ ତ୍ରିଲୋଚନ ମାଝି ମୁଖ୍ୟଅତିଥି ଭାବେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିଥିଲେ। ଏହାପରେ ଜିଲାପାଳ ଅଭିଭାଷଣ ଦେଇ କହିଥିଲେ, ଭଦ୍ରକ ତ୍ୟାଗ ଓ ସଂଗ୍ରାମୀ ମାଟି। ସ୍ବାଧୀନତା ସଂଗ୍ରାମୀମାନଙ୍କ ତ୍ୟାଗ ଅତୁଳନୀୟ। ଏହି ଅବସରରେ କୋଭିଡ୍‌ ଯୋଦ୍ଧାମାନଙ୍କୁ ସମ୍ବର୍ଦ୍ଧନା ଦିଆଯାଇଥିଲା। ଏସ୍‌ପି ଚରଣ ସିଂ ମିନା, ଅତିରିକ୍ତ ଜିଲାପାଳ ମଧୁସୂଦନ ମିଶ୍ର, ଉପଜିଲାପାଳ ପୀତାମ୍ବର ସାମଲ ପ୍ରମୁଖ ଯୋଗ ଦେଇଥିଲେ।

ସେହିପରି ବାସୁଦେବପୁର ବ୍ଲକର ବିଭିନ୍ନ ସ୍ଥାନରେ ସରକାରୀ ଓ ବେସରକାରୀ ସ୍ତରରେ ସ୍ବାଧୀନତା ଦିବସ ପାଳନ କରାଯାଇଥିଲା। ବିଧାୟକ ବିଷ୍ଣୁବ୍ରତ ରାଉତରାୟ ସକାଳେ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ମୁଖ୍ୟଅତିଥି ଭାବେ ଯୋଗଦେଇ ପତାକା ଉତ୍ତୋଳନ କରିଥିଲେ। ଦେଶର ସ୍ବାଧୀନତା ଓ ଅଖଣ୍ଡତା ରକ୍ଷା ଦିଗରେ ପ୍ରତ୍ୟେକ ନାଗରିକ କାର୍ଯ୍ୟ କରିବାକୁ ବିଧାୟକ ଆହ୍ବାନ ଦେଇଥିଲେ। ସେହିପରି ବ୍ଲକ ଓ ପୌରପାଳିକା କାର୍ଯ୍ୟାଳୟରେ ବିଡିଓ ପ୍ରଣବ କୁମାର ବେହେରା, ଥାନାରେ ଆଇଆଇସି ଗୌରାଙ୍ଗ ସାହୁ, କଂଗ୍ରେସ କାର୍ଯ୍ୟାଳୟରେ ଦଳୀୟ ନେତା ଅଶୋକ ଦାସ, ବିଜେଡି କାର୍ଯ୍ୟାଳୟରେ ବିଧାୟକ ରାଉତରାୟ ଏବଂ ଭାଜପା କାର୍ଯ୍ୟାଳୟରେ ମାଧବାନନ୍ଦ ମଲିକ ପତାକା ଉତ୍ତୋଳନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆଗାମୀ ନିର୍ବାଚନରେ ଡବଲ ଇଞ୍ଜିନ ସରକାର ହେବ ଗଠନ:ସୀତାଂଶୁ

ଭଦ୍ରକ,୨୩।୪(ସନାତନ ରାଉତ)- ସାଧାରଣ ନିର୍ବାଚନ ପାଖେଇ ଆସୁଥିବା ବେଳେ ଭଦ୍ରକ ନିର୍ବାଚନ ମଣ୍ଡଳୀରେ ଭାଜପା ତାର ସ୍ଥିତି ମଜଭୁତ କରୁଛି। ଯୁବ ଚେହରା ସୀତାଂଶୁ ଭାଜପା...

ହାଇୱାକୁ ଧକ୍କା ଦେଲା ବାଇକ୍‌: ଚାଲିଗଲା ଫାର୍ମାସିଷ୍ଟଙ୍କ ଜୀବନ

ତିହିଡି,୨୩।୪(ସଞ୍ଜିତ ବଳ): ଭଦ୍ରକ-ଚାନ୍ଦବାଲି ରାଜ୍ୟ ରାଜପଥର ଫତେପୁର ଛକ ନିକଟରେ ଏକ ହାଇୱାକୁ ବାଇକ ଧକ୍କା ଦେଇଛଇ। ଏଥିରେ ଜଣେ ଫାର୍ମାସିଷ୍ଟଙ୍କର ମୃତ୍ୟୁ ଘଟିଥିବା ବେଳେ...

ପୁନରୁଦ୍ଧାର ଅପେକ୍ଷାରେ କୁଣ୍ଡିନଈ

ତିହିଡ଼ି,୨୧।୪(ସଞ୍ଜିତ ବଳ)ଦିନ ଥିଲା କୁଣ୍ଡିନଈ ପାଇଁ ୯ ପଞ୍ଚାୟତ ଶସ୍ୟଶ୍ୟାମଳା ହେଉଥିଲା। ପାର୍ଶ୍ୱବର୍ତ୍ତୀ ଗଁାର ଲୋକଙ୍କ ଜୀବନ ଜୀବିକା ସହ ଯୋଡ଼ି ହୋଇଥିଲା ଏହି ନଦୀ।...

ଭଣ୍ଡାରିପୋଖରୀରେ ନୂଆ-ପୁରୁଣା

ବନ୍ତ,୧୭।୪ (ହରିନାରାୟଣ ମହାନ୍ତି):ସାଧାରଣ ନିର୍ବାଚନରେ ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବିଧାନସଭା କ୍ଷେତ୍ରରେ ଏଥର ହେବ ନୂଆ-ପୁରୁଣା ଲଢ଼େଇ। ବିଜେଡି ପକ୍ଷରୁ ଭଦ୍ରକ ବିଧାୟକ ସଞ୍ଜୀବ କୁମାର...

ଭଦ୍ରକ ଲୋକ ସଭା କ୍ଷେତ୍ର: ରଣାଙ୍ଗନରେ ଅନନ୍ତ, ଅଭିମନ୍ୟୁ, ମଞ୍ଜୁଲତା

ଭଦ୍ରକ,୧୫ା୪(ସନାତନ ରାଉତ): ଭଦ୍ରକ ଲୋକ ସଭା ଆସନରେ ଭାଜପା ଓ ବିଜେଡି ପୁରୁଣା ପ୍ରାର୍ଥୀଙ୍କୁ ଦୋହରାଇଥିବା ବେଳେ କଂଗ୍ରେସ ଶନିବାର ପୂର୍ବତନ ଏମ୍‌ପି ଅନନ୍ତ ପ୍ରସାଦ...

ଡିଭାଇଡର୍‌ ଉପରେ ଚଢ଼ିଗଲା କାର୍‌, ଚାଲିଗଲା ବାପ-ଝିଅଙ୍କ ଜୀବନ, ୩ ଗୁରୁତର

ଭଦ୍ରକ,୧୪ା୪(ସନାତନ ରାଉତ): ପୁରୀରୁ ଖଡ଼ଗପୁର ଆସୁଥିବା ଏକ କାର୍‌ ରବିବାର ଭାରସାମ୍ୟ ହରାଇ ଡିଭାଇଡର ଉପରେ ଚଢ଼ି ଯିବାରୁ ୨ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ...

ବ୍ରିଜ୍‌ରୁ ଖସିଲା କଦଳୀ ବୋଝେଇ ଟ୍ରକ୍‌

ଭଦ୍ରକ,୧୨ା୪(ସନାତନ ରାଉତ): ୧୬ ନଂ ଜାତୀୟ ରାଜପଥର ଭଦ୍ରକ ଗେଲପୁର ଓଭର ବ୍ରିଜରୁ ତଳକୁ ଶୁକ୍ରବାର ଖସି ପଡ଼ିଛି କଦଳୀ ବୋଝେଇ ଟ୍ରକ୍‌। ଟ୍ରକର ଆଗ...

ସମୂହ ନମାଜ ପାଠ କଲେ ୭ ହଜାରରୁ ଊର୍ଦ୍ଧ୍ୱ ମୁସଲମାନ ଧର୍ମାବଲମ୍ବୀ

ଭଦ୍ରକ,୧୧ା୪(ସନାତନ ରାଉତ): ଶାନ୍ତି, ମୈତ୍ରୀ, ତ୍ୟାଗ ଓ ସମର୍ପଣର ପର୍ବ ଇଦ୍‌ ଅବସରରେ ଗୁରୁବାର ଭଦ୍ରକ ଇଦ୍‌ଗାହାଠାରେ ୭ ହଜାରରୁ ଊର୍ଦ୍ଧ୍ୱ ମୁସଲମାନ ଧର୍ମାବଲମ୍ବୀ ସମୂହ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri