ଆଶ୍ରମରେ ସନ୍ଥଙ୍କୁ ଗଳାକାଟି ହତ୍ୟା

ଅତାବିରା,୨୨।୨: ବରଗଡ଼ ଜିଲା ଅତାବିରା ଥାନା ଅଧୀନ ରେଙ୍ଗାଲି କ୍ୟାମ୍ପଠାରୁ ପ୍ରାୟ ୫୦୦ ମିଟର ଦୂରରେ ଥିବା ମାତାଡ଼େରା ଶିବବାଳା ଯୋଗେଶ୍ୱରୀ ଦେବୀ ଆଶ୍ରମରେ ଜଣେ ସନ୍ଥଙ୍କୁ ଗଳାକାଟି ହତ୍ୟା କରାଯାଇଛି। ମୃତକ ହେଲେ ସ୍ବାମୀ ଦାମୋଦର ସଦା ବାବା(୭୫)। ସେ ସୋନପୁର ଜିଲାର ମୂଳ ବାସିନ୍ଦା । ସୋମବାର ଅତାବିରା ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ବରଗଡ଼ ଡାକ୍ତରଖାନା ପଠାଯାଇଛି। ଏ ନେଇ ଅତାବିରା ଥାନାରେ ଏକ ହତ୍ୟା ମାମଲା(ନଂ.୫୦/୨୧) ରୁଜୁ ହୋଇଛି । ତେବେ ତାଙ୍କୁ କିଏ କେଉଁ କାରଣରୁ ହତ୍ୟା କରିଛନ୍ତି, ତାହା ସ୍ପଷ୍ଟ ହୋଇପାରି ନାହିଁ। ପ୍ରକାଶ ଯେ, ୧୯୭୫ରୁ ଉକ୍ତ ଆଶ୍ରମ ସ୍ଥାପିତ ହୋଇଛି । ଆଶ୍ରମରେ ସ୍ବାମୀ ଦାମୋଦର ରହି ଆସୁଥିଲେ । ତେବେ ଗତ ବୁଧବାର ଦିନଠାରୁ ତାଙ୍କୁ ଆଖପାଖ ଲୋକେ ଦେଖିବାକୁ ପାଇ ନ ଥିଲେ । ଅନ୍ୟପକ୍ଷେ ଆଶ୍ରମର ବାହାର ପଟୁ ତାଲା ପଡ଼ିଥିବା ବେଳେ ଭିତରୁ ଦୁର୍ଗନ୍ଧ ବାହାରୁଥିବା ସ୍ଥାନୀୟ ଲୋକେ ପୋଲିସକୁ ସୂଚନା ଦେଇଥିଲେ । ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଥିଲା। ଅତିରିକ୍ତ ତହସିଲଦାର ସୌର୍ଯ୍ୟରଞ୍ଜନ ମିଶ୍ରଙ୍କ ଉପସ୍ଥିତିରେ ପୋଲିସ ତାଲା ଖୋଲି ମୃତଦେହ ଜବତ କରିଥିଲା। ବରଗଡ଼ ଏସ୍‌ପି ପଦ୍ମିନୀ ସାହୁ, ଏସ୍‌ଡିପିଓ ଦୀପକ କୁମାର ଗୋଚ୍ଛାୟତ, ଅତାବିରା ଥାନା ଆଇଆଇସି ପୁରୁଷୋତ୍ତମ ଭୋଇ ପ୍ରମୁଖ ସାଇଣ୍ଟିଫିକ୍‌ ଟିମ୍‌ ସହିତ ଘଟଣାସ୍ଥଳରେ ଉପସ୍ଥିତ ରହି ତଦନ୍ତ ଆରମ୍ଭ କରିଛନ୍ତି। ମୃତକଙ୍କ ଗଳା କଟାଯିବା ସହିତ ଶରୀରର ବିଭିନ୍ନ ସ୍ଥାନରେ କ୍ଷତ ଚିହ୍ନ ରହିଥିବା ଦେଖିବାକୁ ମିଳିଛି। ଦୁର୍ବୃତ୍ତମାନେ ତାଙ୍କୁ ହତ୍ୟା କରି ଆଶ୍ରମର ବାହାର ପଟୁ ତାଲା ମାରି ଖସି ଯାଇଥିବା ପୋଲିସ ଅନୁମାନ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଜୟ ସହ ଅଭିଯାନ ଶେଷ କଲା ଆଫଗାନିସ୍ତାନ

ଚେନ୍ନାଇ,୧୯ା୨- ଇବ୍ରାହିମ ଜଦ୍ରାନଙ୍କ ଅପରାଜିତ ୯୫ ରନ୍‌ ଏବଂ ମହମ୍ମଦ ନବିଙ୍କ ଯାଦୁଗରୀ ବୋଲିଂ ବଳରେ ଗୁରୁବାର ସନ୍ଧ୍ୟାରେ ଖେଳାଯାଇଥିବା ଟି୨୦ ବିଶ୍ୱକପ୍‌ର ଏକ ଲିଗ୍‌ ମ୍ୟାଚ୍‌ରେ…

ବିଷାକ୍ତ ଗ୍ୟାସ୍‌ ଲିକ୍‌: ଚାଲିଗଲା ୩୭ ଜୀବନ

ଆବୁଜା,୧୯ା୨: ନାଇଜେରିଆର ଉତ୍ତର କେନ୍ଦ୍ରୀୟ ଅଞ୍ଚଳସ୍ଥିତ ଏକ ଖଣିରୁ ବିଷାକ୍ତ ଗ୍ୟାସ୍‌ ଲିକ୍‌ ହେବା ଯୋଗୁ ସେଠାରେ କାର୍ଯ୍ୟ କରୁଥିବା ଲୋକଙ୍କ ମଧ୍ୟରୁ ୩୭ଜଣଙ୍କ ମୃତ୍ୟୁ ହୋଇଛି।…

ପଦ୍ମ ଧରିଲେ ଲାଞ୍ଜିଗଡ଼ ବ୍ଲକ ଅଧ୍ୟକ୍ଷା ଓ ୬ ସମିତି ସଭ୍ୟ; ରାଜ୍ୟ ଭାଜପା କାର୍ଯ୍ୟାଳୟରେ…

ଲାଞ୍ଜିଗଡ଼,୧୯। ୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା  ଲାଞ୍ଜିଗଡ ବ୍ଲକ ଅଧ୍ୟକ୍ଷା କମଳା ପାତ୍ର ସହିତ ୬ ଜଣ ସମିତି ସଭ୍ୟ ଗୁରୁବାର ରାଜ୍ୟ ଭାଜପା କାର୍ଯ୍ୟାଳୟରେ…

ବରଗଡ଼ ସହରରେ ଚାଲିଲା ପେଟ୍ରୋଲିଂ, ସୁରକ୍ଷା ବ୍ୟବସ୍ଥା କଡାକଡି କଲା ପୋଲିସ୍

ବରଗଡ଼,୧୯।୨(ପ୍ରେମାନନ୍ଦ ଖମାରୀ) – ବରଗଡ଼ରେ ଆଇନ ଶୃଙ୍ଖଳା ବ୍ୟବସ୍ଥାକୁ ନେଇ ଜିଲା ପୋଲିସକୁ ସମାଲୋଚନାର ସମ୍ମୁଖୀନ ହେବାକୁ ପଡୁଛି। ତେବେ ଗୁରୁବାର ସନ୍ଧ୍ୟାରୁ ବରଗଡ଼ ପୋଲିସ ସହରରେ…

ସାନଖେମୁଣ୍ଡି ବ୍ଲକ ବିବାଦୀୟ ଏପିଓଙ୍କୁ ବଦଳି, ତୁରନ୍ତ ରିଲିଭ୍ କରାଯିବାକୁ…        

ଦିଗପହଣ୍ଡି,୧୯|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କାର୍ଯ୍ୟାଳୟ ଅତିରିକ୍ତ କାର୍ଯ୍ୟକ୍ରମ ଅଧିକାରୀ (ଏପିଓ) ଅରୁଣ କୁମାର ସ୍ବାଇଁଙ୍କୁ ଗଞ୍ଜାମ ଜିଲାପାଳ ଭି.କୀର୍ତ୍ତି ଭାସନ୍ ଛତ୍ରପୁର…

ଇଟାଲିକୁ ପରାସ୍ତ କରି ସୁପର-୮ରେ ପହଞ୍ଚିଲା ଓ୍ବେଷ୍ଟଇଣ୍ଡିଜ

କୋଲକାତା,୧୯ା୨: ଅଧିନାୟକ ଶାଇ ହୋପ୍‌ଙ୍କ ଅପରାଜିତ ଅର୍ଦ୍ଧଶତକ ଏବଂ ବୋଲରଙ୍କ ଶୃଙ୍ଖଳିତ ବୋଲିଂ ସହାୟତାରେ ଓ୍ବେଷ୍ଟଇଣ୍ଡିଜ ଚଳିତ ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ଇଟାଲିକୁ ୪୨ ରନରେ ପରାସ୍ତ…

ଧରିତ୍ରୀ ପ୍ରଭାବ: କେସିଙ୍ଗା ବ୍ଲକର ୮୦୧୯ ଚାଷୀଙ୍କଠାରୁ ଉଠିଲା ୩ ଲକ୍ଷ କୁଇଣ୍ଟାଲ ଧାନ

କେସିଙ୍ଗା, ୧୯ା୨ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ବିଭିନ୍ନ ମଣ୍ଡିରୁ ଧାନ ଉଠୁ ନ ଥିବା ନେଇ ଗତ ୮ତାରିଖରେ  ଧରିତ୍ରୀରେ ଖବର ପ୍ରକାଶ…

ସଙ୍ଗୀତର ଫଟୋ ଶେୟାର କଲେ ଶିଖର ଧାଓ୍ବନ, ଗୋଲଡେନ ଲେହେଙ୍ଗାରେ ମନ ମୋହିଲେ ସୋଫି

ନୂଆଦିଲ୍ଲୀ,୧୯।୨: ପୂର୍ବତନ ଭାରତୀୟ କ୍ରିକେଟର ଶିଖର ଧାୱନ ଏବଂ ସୋଫି ସାଇନଙ୍କ ବିବାହର ଗୁଜବ ବହୁତ ଦିନ ଧରି ଘୁରି ବୁଲୁଛି। ଯଦିଓ ଉଭୟ ଏହି ଖବରକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri