ସାକ୍ଷୀଗୋପାଳ ମନ୍ଦିର-ବକୁଳବନର ହେବ ଉନ୍ନୟନ କାର୍ଯ୍ୟ: ପ୍ରଥମ ପର୍ଯ୍ୟାୟରେ ୭ କୋଟି ଟଙ୍କାର ଅନୁଦାନ ମଞ୍ଜୁର

ସାକ୍ଷୀଗୋପାଳ,୨୯ା୭(ଡି.ଏନ୍‌.ଏ.): ଐତିହ୍ୟ ପୀଠ ବିକାଶ ଯୋଜନାରେ ପୁରାଣ ପ୍ରସିଦ୍ଧ ସାକ୍ଷୀଗୋପାଳ ମନ୍ଦିର ଓ ଐତିହାସିକ ବକୁଳବନର ଉନ୍ନୟନ କାର୍ଯ୍ୟ ହେବ। ଏନେଇ ସତ୍ୟବାଦୀ ବିଧାୟକ ଉମାକାନ୍ତ ସାମନ୍ତରାୟ ଓ ପୁରୀ ଜିଲାପାଳ ସମର୍ଥ ବର୍ମା ବୁଧବାର ମନ୍ଦିର ଓ ବକୁଳବନ ପରିଦର୍ଶନ କରି ଏହା କହିଛନ୍ତି । ପର୍ଯ୍ୟଟକମାନଙ୍କୁ ଆକର୍ଷିତ କରିବା ସହ ସେମାନଙ୍କୁ ଅତ୍ୟାବଶ୍ୟକ ସୁବିଧା ଯୋଗାଇଦେବା ଲକ୍ଷ୍ୟରେ ସାକ୍ଷୀଗୋପାଳ ମନ୍ଦିର ସଂଲଗ୍ନ ଅଞ୍ଚଳ ରାଧାକୁଣ୍ଡ, ଶ୍ୟାମକୁଣ୍ଡ ଓ ଚନ୍ଦନ ପୋଖରୀର ଉନ୍ନୟନ କାମ କରାଯିବ। ସେହିପରି ପୂର୍ବରୁ ଗ୍ରାମୀଣ ପର୍ଯ୍ୟଟନରେ ସାମିଲ ହୋଇ ଅତ୍ୟନ୍ତ ଦୟନୀୟ ଅବସ୍ଥାରେ ରହିଥିବା ଗୁପ୍ତ ବୃନ୍ଦାବନ ତଥା ବକୁଳବନ ମଧ୍ୟରେ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ, ପଣ୍ଡିତ ନୀଳକଣ୍ଠ, ପଣ୍ଡିତ ଗୋଦାବରୀଶ, ଐତିହାସିକ କୃପାସିନ୍ଧୁ ଓ ଆଚାର୍ଯ୍ୟ ହରିହରଙ୍କ ହାତଗଢ଼ା ମଣିଷ ତିଆରି କାରଖାନା ବନବିଦ୍ୟାଳୟର ବିଲୁପ୍ତ ସ୍ମୃତିକୁ ଉଜ୍ଜୀବିତ କରାଯିବ। ୧୯ ଏକର ବିଶିଷ୍ଟ ସଂଗଠିତ ଜଙ୍ଗଲ ମଧ୍ୟରେ ରହିଥିବା ପାଦଚଲା ରାସ୍ତା, ବିଶ୍ରାମ ପିଣ୍ଡି, ମୁକ୍ତ ପ୍ରେକ୍ଷାଳୟ, ଗ୍ୟାଲେରୀ, ଦୋକାନ ଗୃହର ମରାମତି କରିବା ସହ ଗାଲୁଆ ଜମିରେ ପୋଖରୀ ଖନନ, ପ୍ରାକୃତିକ ନାଳର ଉନ୍ନୟନ କରାଯାଇ ସେଠାରେ ନୌକାବିହାର, ଆଲୋକ କରଣ, ଚିଲଡ୍ରେନ୍ସ ପାର୍କ, ବଣଭୋଜି ସୁବିଧା, ଓପନଜିମ୍‌, କିମ୍ବଦନ୍ତୀକୁ ନେଇ ଅଡିଓ ଭିଜୁଆଲ ଇଣ୍ଟରପ୍ରିଟେସନ ସେଣ୍ଟର ସୁବିଧା କରାଯିବ। ବକୁଳବନ ସାକ୍ଷୀଗୋପାଳ ମନ୍ଦିର ମାଲିକାନାରେ ରହିଥିବାରୁ ବିକଶିତ ପରେ ଏହାର ସୁରକ୍ଷା ଓ ସୁପରିଚାଳନା ନିମନ୍ତେ ଏକ କମିଟି ସ୍ଥାନୀୟ ଅଧିକାରୀ ଓ ଲୋକ ପ୍ରତିନିଧିମାନଙ୍କୁ ନେଇ ଗଠନ କରାଯିବ। ପିପି ମୋଡରେ ରକ୍ଷଣାବେକ୍ଷଣ ନିମନ୍ତେ ସ୍ବତନ୍ତ୍ର ବିଧି ବ୍ୟବସ୍ଥା ଜରିଆରେ ସୁନିଶ୍ଚିତ ସୁରକ୍ଷା ଦିଗରେ ପ୍ରାଥମିକତା ରହିବ ବୋଲି ଜିଲାପାଳ କହିଥିଲେ। ଏହି ଐତିହ୍ୟ ବିକାଶ ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ୭କୋଟି ଟଙ୍କା ଅନୁଦାନ ପ୍ରଥମ ପର୍ଯ୍ୟାୟରେ ମଞ୍ଜୁର କରାଯାଇଛି ବୋଲି ଜିଲାପାଳ ସୂଚନା ଦେଇଥିଲେ। ଏହି ଗସ୍ତରେ ସତ୍ୟବାଦୀ ତହସିଲଦାର ମନୋଜ କୁମାର ନାୟକ, ବ୍ଲକ ଚେୟାରମ୍ୟାନ ସସ୍ମିତା ପ୍ରଧାନ, ଉପାଧ୍ୟକ୍ଷ ବିକ୍ରମ ଜେନା, ରାଜ୍ୟ ପର୍ଯ୍ୟଟନ ବିଭାଗ ଅଧିକାରୀ ଲକ୍ଷ୍ମୀ ନାରାୟଣ ସିଂହ, ସ୍ଥପତି ସ୍ବାଗତ ଜେନା ଓ ପୁରୀ ପର୍ଯ୍ୟଟନ ଅଧିକାରୀ ସରୋଜ ପ୍ରଧାନ ପ୍ରମୁଖ ସାମିଲ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା ଗୋଟିଏ ରାତିରେ ଇରାନ୍‌କୁ କରିଦେବ ଧ୍ୱଂସ: ଚେତାବନୀ ଦେଲେ ଟ୍ରମ୍ପ, ଖୁବଶୀଘ୍ର…

ୱାଶିଂଟନ,୬/୪:ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ୍ ଯୁଦ୍ଧକୁ ନେଇ ସୋମବାର ପୁଣି କଡ଼ା ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି,ଆମେରିକା ମାତ୍ର ଗୋଟିଏ ରାତିରେ ସମ୍ପୂର୍ଣ୍ଣ ଇରାନ୍‌କୁ ଧ୍ୱଂସ…

ବିରୋଧୀଙ୍କୁ ଝଟ୍‌କା: CEC ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଅଭିଯୋଗ ପ୍ରସ୍ତାବ ଖାରଜ

ନୂଆଦିଲ୍ଲୀ,୬।୪: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବକୁ ଖାରଜ କରାଯାଇଛି। ରାଜ୍ୟ ସଭା ଅଧ୍ୟକ୍ଷ ଏହି ପ୍ରସ୍ତାବକୁ ଖାରଜ କରିଛନ୍ତି। ବିରୋଧୀ ଦଳ…

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri