Posted inରାଜ୍ୟ

ବଢ଼ିଲା ପଞ୍ଚାୟତ ସମିତି ସଭ୍ୟ ଓ ଉପାଧ୍ୟକ୍ଷଙ୍କ ଦରମା

ନୂଆଦିଲ୍ଲୀ,୧୬।୩: ସରପଞ୍ଚଙ୍କ ପରେ ପଞ୍ଚାୟତ ସମିତି ସଭ୍ୟ ଓ ଉପାଧ୍ୟକ୍ଷଙ୍କ ଦରମା ବଢ଼ାଇଛନ୍ତି ଓଡିଶା ସରକାର। ଆସନ୍ତା ଏପ୍ରିଲ ୧ ତାରିଖରୁ ଲାଗୁ ହେବ ଏହି ବର୍ଦ୍ଧିତ ଦରମା ଲାଗୁ ହେବ। ପୂର୍ବରୁ ୭୫୦୦ ଟଙ୍କା ପାଉଥିଲା ବେଳେ ଏଣିକି ୯୫୦୦ ଟଙ୍କା ପାଇବେ ସମିତି ସଭ୍ୟ । କେବଳ ସରପଞ୍ଚଙ୍କ ଦରମା ବଢିବା ପରେ ଶୁକ୍ରବାର ଭୁବନେଶ୍ୱରରେ ବିଶାଳ ରାଲି କରିଥିଲେ ସମିତି ସଭ୍ୟ।

ଏହା ପୂର୍ବରୁ ମଙ୍ଗଳବାର ପଞ୍ଚାୟତିରାଜ ବ୍ୟବସ୍ଥାରେ କାର୍ଯ୍ୟରତ ପ୍ରତିନିଧିମାନଙ୍କ ପାରିତୋଷିକ, ଭତ୍ତା ରାଜ୍ୟ ସରକାର ବୃଦ୍ଧି କରିଥିଲେ। ମୁଖ୍ୟମନ୍ତ୍ରୀଙ୍କ ଘୋଷଣାନୁଯାୟୀ ସରପଞ୍ଚ ମାନଙ୍କୁ ପୂର୍ବରୁ ମାସିକ ୨୩୫୦ ଟଙ୍କା ମିଳୁଥିଲା ବେଳେ ଏବେ ସେମାନେ ୧୦ ହଜାର ଟଙ୍କା ପାଇବେ। ନାଏବ ସରପଞ୍ଚମାନେ ୯୪୦ ଟଙ୍କା ବଦଳରେ ୪ ହଜାର ଟଙ୍କା ପାଇବେ। ସରପଞ୍ଚ, ସମିତି ସଭ୍ୟ, ୱାର୍ଡ ମେମ୍ବରଙ୍କ ଦୈନିକ ଭତ୍ତା ୪୮୦ ଟଙ୍କାକୁ ବୃଦ୍ଧି ହୋଇଛି।

ସେହିପରି ରାଜ୍ୟ ସରକାର ଜିଲାପରିଷଦ ସଦସ୍ୟ, ପଞ୍ଚାୟତ ସମିତି ସଭ୍ୟ, ସରପଞ୍ଚଙ୍କ ଭତ୍ତା ବୃଦ୍ଧି କରିଛନ୍ତି। ଜିଲାପରିଷଦ ସଭାପତିଙ୍କୁ ଏଣିକି ମାସିକ ୩୦ ହଜାର ଟଙ୍କା ମିଳିବ। ଜିଲାପରିଷଦ ଉପସଭାପତି ମାସିକ ୨୦ ହଜାର ଟଙ୍କା ପାଇବେ। ପଞ୍ଚାୟତ ସମିତି ଅଧ୍ୟକ୍ଷମାନେ ମାସକୁ ୧୫ ହଜାର ଟଙ୍କା ପାଇବେ। ପଞ୍ଚାୟତ ସମିତି ଉପାଧ୍ୟକ୍ଷ ଓ ସମିତି ସଭ୍ୟମାନଙ୍କୁ ୭୫୦୦ ଟଙ୍କା ମିଳିବ।


Enter your email to get our daily news in your inbox.

All Right Reserved By Dharitri.Com

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

ଉତ୍ତମ ପ୍ରଦର୍ଶନ ପାଇଁ ସମ୍ବର୍ଦ୍ଧିତ ହେଲେ ୨ ହୋମ୍‌ଗାର୍ଡ

ଭଞ୍ଜନଗର,୬ା୧୨(ବାବୁଲା ପ୍ରଧାନ): କର୍ମକ୍ଷେତ୍ରରେ ଉତ୍ତମ ପ୍ରଦର୍ଶନ ପାଇଁ ଭଞ୍ଜନଗର ଥାନାର ଦୁଇ ହୋମଗାର୍ଡ ସମ୍ବର୍ଦ୍ଧିତ ହୋଇଛନ୍ତି। ସେମାନେ ହେଲେ ଗୃହରକ୍ଷୀ ପ୍ଲାଟୁନ କମାଣ୍ଡର ପି.ହେମନ୍ତ ରାଓ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri