Posted inରାଜ୍ୟ

ବଢ଼ିଲା ପଞ୍ଚାୟତ ସମିତି ସଭ୍ୟ ଓ ଉପାଧ୍ୟକ୍ଷଙ୍କ ଦରମା

ନୂଆଦିଲ୍ଲୀ,୧୬।୩: ସରପଞ୍ଚଙ୍କ ପରେ ପଞ୍ଚାୟତ ସମିତି ସଭ୍ୟ ଓ ଉପାଧ୍ୟକ୍ଷଙ୍କ ଦରମା ବଢ଼ାଇଛନ୍ତି ଓଡିଶା ସରକାର। ଆସନ୍ତା ଏପ୍ରିଲ ୧ ତାରିଖରୁ ଲାଗୁ ହେବ ଏହି ବର୍ଦ୍ଧିତ ଦରମା ଲାଗୁ ହେବ। ପୂର୍ବରୁ ୭୫୦୦ ଟଙ୍କା ପାଉଥିଲା ବେଳେ ଏଣିକି ୯୫୦୦ ଟଙ୍କା ପାଇବେ ସମିତି ସଭ୍ୟ । କେବଳ ସରପଞ୍ଚଙ୍କ ଦରମା ବଢିବା ପରେ ଶୁକ୍ରବାର ଭୁବନେଶ୍ୱରରେ ବିଶାଳ ରାଲି କରିଥିଲେ ସମିତି ସଭ୍ୟ।

ଏହା ପୂର୍ବରୁ ମଙ୍ଗଳବାର ପଞ୍ଚାୟତିରାଜ ବ୍ୟବସ୍ଥାରେ କାର୍ଯ୍ୟରତ ପ୍ରତିନିଧିମାନଙ୍କ ପାରିତୋଷିକ, ଭତ୍ତା ରାଜ୍ୟ ସରକାର ବୃଦ୍ଧି କରିଥିଲେ। ମୁଖ୍ୟମନ୍ତ୍ରୀଙ୍କ ଘୋଷଣାନୁଯାୟୀ ସରପଞ୍ଚ ମାନଙ୍କୁ ପୂର୍ବରୁ ମାସିକ ୨୩୫୦ ଟଙ୍କା ମିଳୁଥିଲା ବେଳେ ଏବେ ସେମାନେ ୧୦ ହଜାର ଟଙ୍କା ପାଇବେ। ନାଏବ ସରପଞ୍ଚମାନେ ୯୪୦ ଟଙ୍କା ବଦଳରେ ୪ ହଜାର ଟଙ୍କା ପାଇବେ। ସରପଞ୍ଚ, ସମିତି ସଭ୍ୟ, ୱାର୍ଡ ମେମ୍ବରଙ୍କ ଦୈନିକ ଭତ୍ତା ୪୮୦ ଟଙ୍କାକୁ ବୃଦ୍ଧି ହୋଇଛି।

ସେହିପରି ରାଜ୍ୟ ସରକାର ଜିଲାପରିଷଦ ସଦସ୍ୟ, ପଞ୍ଚାୟତ ସମିତି ସଭ୍ୟ, ସରପଞ୍ଚଙ୍କ ଭତ୍ତା ବୃଦ୍ଧି କରିଛନ୍ତି। ଜିଲାପରିଷଦ ସଭାପତିଙ୍କୁ ଏଣିକି ମାସିକ ୩୦ ହଜାର ଟଙ୍କା ମିଳିବ। ଜିଲାପରିଷଦ ଉପସଭାପତି ମାସିକ ୨୦ ହଜାର ଟଙ୍କା ପାଇବେ। ପଞ୍ଚାୟତ ସମିତି ଅଧ୍ୟକ୍ଷମାନେ ମାସକୁ ୧୫ ହଜାର ଟଙ୍କା ପାଇବେ। ପଞ୍ଚାୟତ ସମିତି ଉପାଧ୍ୟକ୍ଷ ଓ ସମିତି ସଭ୍ୟମାନଙ୍କୁ ୭୫୦୦ ଟଙ୍କା ମିଳିବ।


Enter your email to get our daily news in your inbox.

All Right Reserved By Dharitri.Com

ପାଡୁଆ ପୋଲିସକୁ ଚ୍ୟାଲେଞ୍ଜ, ବୋଲେରୋ-ବାଇକ ପରେ ଏବେ ସ୍କୁଟି ଚୋରି

ନନ୍ଦପୁର/ପାଡୁଆ,୨୪।୩(ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର ପୋଲିସ ଉପଖଣ୍ଡ ଅଧିନ ପାଡୁଆ ଥାନା ପୋଲିସକୁ ଗାଡ଼ି ଚୋର ଖୋଲା ଚ୍ୟାଲେଞ୍ଜ ଦେଇଛନ୍ତି । ରବିବାର…

IPL 2026: କୋଲକାତାର କ୍ୟାପ୍ଟେନ ହେବେକି ରିଙ୍କୁ ସିଂ? KKRକୁ ପରାମର୍ଶ ଦେଲେ….

ନୂଆଦିଲ୍ଲୀ,୨୪।୩: ତିନିଥର ଚାମ୍ପିଅନ୍ କୋଲକାତା ନାଇଟ୍ ରାଇଡର୍ସ ପୁଣି ଥରେ ଅଜିଙ୍କ୍ୟ ରାହାଣେଙ୍କ ଅଧିନାୟକତ୍ୱରେ ମଇଦାନକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଉଛି । ଗତ ସିଜନରେ କେକେଆରର ଅଧିନାୟକ…

କାତ୍ୟାୟନୀ ବେଶରେ ଦର୍ଶନ ଦେଉଛନ୍ତି ମା’ ସମଲେଶ୍ବରୀ, ଦର୍ଶନ ପାଇଁ ସକାଳୁ ସକାଳୁ ଭକ୍ତଙ୍କ ଭିଡ଼

ବରଗଡ଼,୨୪।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା’ ସମଲେଇଙ୍କ ବାସନ୍ତୀକ ନବରାତ୍ର ପୂଜା ଜାରି ରହିଛି। ଷଷ୍ଠ ଦିବସ ମଙ୍ଗଳବାରରେ ଦେବୀ କାତ୍ୟାୟନୀ ବେଶରେ ଦର୍ଶନ ଦେଇଛନ୍ତି…

ଦିଗପହଣ୍ଡିରେ ଜନଗଣନାର ପ୍ରଥମ ପର୍ଯ୍ୟାୟ ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ: ଏହି ତାରିଖ ଯାଏ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି ଏନଏସି ପ୍ରଶାସନ ପକ୍ଷରୁ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଜାତୀୟ ଜନଗଣନା ୨୦୨୭ର ପ୍ରଥମ ପର୍ଯ୍ୟାୟ…

ଗଞ୍ଜାମରେ ଜୋରଦାର ଧରପକଡ: ୩ ଦିନରେ ଗାଡି ଚାଳକଙ୍କଠୁ ଆଦାୟ ହେଲାଣି ୩୯ ଲକ୍ଷରୁ ଅଧିକ ଜରିମାନା

ଛତ୍ରପୁର,୨୩।୩ (ଦିଲ୍ଲୀପ ସାମଲ): ଏଣିକି ବେପରୁଆଓ ନିୟମ ଉଲ୍ଲଙ୍ଘନ କରୁଥିବା ଗାଡି ଚାଳକଙ୍କୁ ସାବାଡ କରାଯିବ । ସଡ଼କ ଦୁର୍ଘଟଣା ଓ ମୃତ୍ୟୁସଂଖ୍ୟା ହ୍ରାସ ଲକ୍ଷ୍ୟରେ ସ୍ବତନ୍ତ୍ର…

ଇସ୍ତଫା ଦେଲେ ପ୍ରଦେଶ କଂଗ୍ରେସ କମିଟି ସଦସ୍ୟ, କଲେ ବଡ଼ ଖୁଲାସା, ଏହି କାରଣରୁ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକର ପୂର୍ବତନ ଜିଲା ପରିଷଦ ସଦସ୍ୟ ତଥା ପ୍ରଦେଶ କଂଗ୍ରେସ କମିିଟି ସଦସ୍ୟ ଅରବିନ୍ଦ ନାହାକ ସୋମବାର ସନ୍ଧ୍ୟାରେ…

ଜମି ଅଧିଗ୍ରହଣକୁ ନେଇ ଗ୍ରାମବାସୀ-ପ୍ରଶାସନ ମୁହାଁମୁହିଁ, ଅନୁମତି ଅପେକ୍ଷାରେ…

ଥୁଆମୂଳ ରାମପୁର,୨୩ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ତହସିଲ ଅନ୍ତର୍ଗତ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣ ଓ ଜମି ଅଧିଗ୍ରହଣକୁ ନେଇ ପ୍ରଶାସନ…

‘ସରୁନି ଗପ କି ସରୁନି ପାପ ‘ନାଟକ ମଞ୍ଚସ୍ଥ… 

ଦିଗପହଣ୍ଡି,୨୩|୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ପଡିଆ ପୁରୁଷୋତ୍ତମପୁର ଗ୍ରାମ ପ୍ରକଳ୍ପ ଉଚ୍ଚ  ପ୍ରଥମିକ ବିଦ୍ୟାଳୟର ବାର୍ଷିକୋତ୍ସବ ସୋମବାର ଅନୁଷ୍ଠିତ ହୋଇଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri