ପଞ୍ଚାୟତରେ ନିୟୋଜିତ ପିଏଚ୍‌ଆଇଇଭିଙ୍କ ଦରମା ବଢ଼ିଲା, ଏବେ ପାଇବେ ୧୦ ହଜାର ଟଙ୍କା

ଭୁବନେଶ୍ୱର,୨।୩(ସୁନିତ୍‌ ମିଶ୍ର): ରାଜ୍ୟର ବିଭିନ୍ନ ବିଦ୍ୟାଳୟର ଅଧ୍ୟୟନରତ ଭିନ୍ନକ୍ଷମ ଛାତ୍ରୀଛାତ୍ରମାନଙ୍କୁ ଶିକ୍ଷା ତଥା ସ୍ବତନ୍ତ୍ର ସେବା ଯୋଗାଇବା ନିମନ୍ତେ ୨୦୧୪ରୁ ବିଭିନ୍ନ ଗ୍ରାମପଞ୍ଚାୟତରେ ଭିନ୍ନକ୍ଷମ ଶିକ୍ଷା ସ୍ବେଚ୍ଛାସେବୀ (ପିଏଚ୍‌ଆଇଇଭି)ମାନଙ୍କୁ ନିୟୋଜିତ କରାଯାଇଥିଲା। ବର୍ତ୍ତମାନ ଏହି ଶିକ୍ଷା ସ୍ବେଚ୍ଛାସେବୀମାନଙ୍କୁ ମାସିକ ୫୩୭୯ ଟଙ୍କା ପାରିତୋଷିକ ଦିଆଯାଉଥିଲା। ଏବେ ସେମାନଙ୍କ ଦରମା ୧୦ ହଜାର ଟଙ୍କାକୁ ରାଜ୍ୟ ସରକାର ବୃଦ୍ଧି କରିଛନ୍ତି।

ସୂଚନାଯୋଗ୍ୟ, ୫-ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ଜିଲା ଗସ୍ତ ଅବସରରେ ସେମାନେ ସେମାନଙ୍କ ଅସୁବିଧା ସମ୍ପର୍କରେ ଦୃଷ୍ଟି ଆକର୍ଷଣ କରିଥିଲେ। ଉକ୍ତ ଭିନ୍ନକ୍ଷମ ଶିକ୍ଷା ସ୍ବେଚ୍ଛାସେବୀମାନଙ୍କ ବିଭିନ୍ନ ଦାବିକୁ ବିଚାରକରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସେମାନଙ୍କ ପାରିତୋଷିକ ୧୦,୦୦୦ ଟଙ୍କାକୁ ବୃଦ୍ଧି କରିବା ପାଇଁ ନିଷ୍ପତ୍ତି କରିଛନ୍ତି। ଏହାଦ୍ବାରା ରାଜ୍ୟରେ ବର୍ତ୍ତମାନ ନିୟୋଜିତ ୧୧୧୭ ଜଣ ଭିନ୍ନକ୍ଷମ ଶିକ୍ଷା ସ୍ବେଚ୍ଛାସେବୀ ଉପକୃତ ହେବେ।


Enter your email to get our daily news in your inbox.

All Right Reserved By Dharitri.Com

ଆଜିଠୁ ୪ ଦିନ ଝଡ଼ବର୍ଷା

ଭୁବନେଶ୍ୱର, ୧୫ା୩(ବନ୍ଦନା ସେଠୀ): ରାଜ୍ୟରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହେଉଥିବାବେଳେ ଶନିବାର ୩ଟି ସହରର ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଥିଲା। ଝାରସୁଗୁଡାରେ ସର୍ୱାଧିକ ତାପମାତ୍ରା…

ଆମେରିକା ଉପରେ ଭୟଙ୍କର ଆକ୍ରମଣ କଲା ଇରାନ, ସବୁ ଛାରଖାର…

ତେହରାନ୍‌/ଓ୍ୱାଶିଂଟନ୍‌,୧୫ା୩:(ଏ.ପି./ରଏଟର୍ସ) ମଧ୍ୟପ୍ରାଚ୍ୟ ଯୁଦ୍ଧ ଶନିବାର ତୃତୀୟ ସପ୍ତାହରେ ପ୍ରବେଶ କରିଥିବାବେଳେ ଇରାନ୍‌ର ମୁଖ୍ୟ ତୈଳ ରପ୍ତାନି କେନ୍ଦ୍ର ଖାର୍ଗ ଦ୍ୱୀପରେ ଆମେରିକା ଆକ୍ରମଣ କରିଛି। ‘କ୍ରାଉନ୍‌ ଜୁଏଲ୍‌’…

କୁଲଦୀପଙ୍କ ଦ୍ୱିତୀୟ ଇନିଂସ: ପିଲାଦିନର ବନ୍ଧୁ ବଂଶିକାଙ୍କ ସହ ବିବାହ ସମ୍ପନ୍ନ, ଧୁମ୍‌ ନାଚିଲେ…

ମସୁରୀ, ୧୪।୩: ଟିମ୍‌ ଇଣ୍ଡିଆର ଷ୍ଟାର୍‌ ସ୍ପିନର୍‌ କୁଲଦୀପ ଯାଦବଙ୍କ ପାଇଁ ମାର୍ଚ୍ଚ ୨୦୨୬ ସାରା ଜୀବନ ପାଇଁ ସ୍ମରଣୀୟ ହୋଇ ରହିବ। ଗତ ରବିବାର (୯…

୧୬ରେ କଂଗ୍ରେସର ସଂସଦ ଘେରାଉ ଆନ୍ଦୋଳନ

ନୂଆଦିଲ୍ଲୀ,୧୪ା୩: କେନ୍ଦ୍ର ସରକାର ନିକଟରେ କରିଥିବା ଆମେରିକା ସହ ବାଣିଜ୍ୟ ଚୁକ୍ତିନାମା ଦେଶ ପାଇଁ କ୍ଷତିକାରକ ହେବ ବୋଲି କଂଗ୍ରେସ ଅଭିଯୋଗ କରିଛି। ଏହାର ପ୍ରତିବାଦ ସ୍ବରୁପ…

ଦିଲ୍ଲୀ କ୍ୟାପିଟାଲ୍ସକୁ ବଡ଼ ଝଟ୍‌କା! ଲିଗ୍‌ ଆରମ୍ଭର ୧୪ ଦିନ ପୂର୍ବରୁ ଦଳ ଛାଡ଼ିଲେ…

ନୂଆଦିଲ୍ଲୀ, ୧୪।୩: ଆଇପିଏଲ ୨୦୨୬ ପାଇଁ ସମସ୍ତ ଦଳ ନିଜର ପ୍ରସ୍ତୁତି ଜୋରଦାର କରିଛନ୍ତି। କେଉଁଠି ନୂଆ ଜର୍ସି ଲଞ୍ଚ ହେଉଛି ତ କେଉଁଠି ଖେଳାଳିମାନେ ଅଭ୍ୟାସ…

ଛାତ୍ରୀଙ୍କ ଅସଦାଚରଣ ଭିଡିଓ ଭାଇରାଲ ମାମଲା: ନିଲମ୍ବିତ ହେଲେ ପ୍ରଧାନଶିକ୍ଷକ

କାକଟପୁର/ଅସ୍ତରଙ୍ଗ,୧୪ା୩(ଶୁଭଦର୍ଶନ ମିଶ୍ର/ପ୍ରଦୀପ୍ତ କୁମାର ଦୀକ୍ଷିତ/ମମତା ଜେନା): ପୁରୀ ଜିଲା କାକଟପୁର ଥାନା ଅଞ୍ଚଳର ଏକ ବିଦ୍ୟାଳୟରେ ଜଣେ ଛାତ୍ରୀଙ୍କୁ ସ୍କୁଲର ଅବସରପ୍ରାପ୍ତ କର୍ମଚାରୀ ଅସଦାଚରଣ କରିଥିବା ଭିଡିଓ…

କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା: ଏବେ ଏମାନଙ୍କୁ ମିଳିବ ନାହିଁ LPG ସିଲିଣ୍ଡର, ବଢ଼ିଲା ଚିନ୍ତା

ନୂଆଦିଲ୍ଲୀ, ୧୪।୩: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଯୁଦ୍ଧ ପରିସ୍ଥିତିକୁ ଦୃଷ୍ଟିରେ ରଖି ଦେଶରେ ଗ୍ୟାସ ଯୋଗାଣକୁ ନେଇ ସାଧାରଣ ଜନତାଙ୍କ ମଧ୍ୟରେ ଚିନ୍ତା ବଢ଼ିବାରେ…

ଗ୍ୟାସ, ପେଟ୍ରୋଲ କଳାବଜାର କରୁଥିଲେ ସାବଧାନ: ନିୟମିତ ଯାଞ୍ଚ କରିବ କମିଟି

ନନ୍ଦପୁର,୧୪ା୩(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲାପାଳଙ୍କ କାର୍ଯ୍ୟାଳୟ ପକ୍ଷରୁ ବ୍ଲକ ଅଞ୍ଚଳର ପେଟ୍ରୋଲ ଟାଙ୍କି, ଗ୍ୟାସ ବିତରଣ କେନ୍ଦ୍ରଗୁଡ଼ିକ ନିୟମିତ ଯାଞ୍ଚ କରିବାକୁ କମିଟି ଗଠନ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri