ଜନ ଔଷଧୀ ନାମରେ ନକଲି ଔଷଧ ବିକ୍ରି ନିଷେଧ

ଭୁବନେଶ୍ୱର,୧୭ା୧୦ (ଅନୁରାଧା ମହାରଣା): ମଧ୍ୟପ୍ରଦେଶର ଭୋପାଳରେ ଜନ ଔଷଧୀ ସଂଘ ନାମରେ କାର୍ଯ୍ୟ କରୁଥିବା ଏକ ସଂସ୍ଥା କେନ୍ଦ୍ର ଫାର୍ମାସ୍ୟୁଟିକାଲ୍ସ ବିଭାଗ ଅଧୀନ ଫାର୍ମାସ୍ୟୁଟିକାଲ୍ସ ଆଣ୍ଡ ମେଡିକାଲ ଡିଭାଇସେସ୍‌ ବ୍ୟୁରୋ ଅଫ୍‌ ଇଣ୍ଡିଆ(ପିଏମ୍‌ବିଆଇ) ଟ୍ରେଡ୍‌ ମାର୍କ ବ୍ୟବହାରକରି ନକଲି ଔଷଧ ବିକ୍ରି କରୁଥିଲା। ନିୟମ ଉଲ୍ଲଂଘନକାରୀ ଏବଂ ଏହାର ମାଲିକ ଏବଂ ସହଭାଗୀ ଏହି ଟ୍ରେଡ୍‌ ମାର୍କ ବ୍ୟବହାର ବନ୍ଦ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ଦିଲ୍ଲୀ କୋର୍ଟ। ଜନ ଔଷଧୀ କେନ୍ଦ୍ର ମାଧ୍ୟମରେ ଗ୍ରାହକମାନେ ସୁଲଭ ମୂଲ୍ୟରେ ଗୁଣବତ୍ତାପୂର୍ଣ୍ଣ ଉତ୍ପାଦ ପାଇପାଇପାରୁଥିବା ବେଳେ କୋର୍ଟଙ୍କ ନିଷ୍ପତ୍ତି ଏହି ବ୍ରାଣ୍ଡ୍‌କୁ ସୁରକ୍ଷା ପ୍ରଦାନ କରିବାରେ ସହାୟକ ହେବ ବୋଲି ଆଶା କରାଯାଉଛି। ପିଏମ୍‌ବିଆଇ ଟ୍ରେଡ୍‌ ମାର୍କ ନାମରେ ବିକ୍ରି କରାଯାଉଥିବା ସମସ୍ତ ସାମଗ୍ରୀକୁ ନଷ୍ଟ କରିବା ପାଇଁ ଉକ୍ତ ସଂସ୍ଥାକୁ ନିର୍ଦ୍ଦେଶ ଦେଇଥିବାବେଳେ ପିଏମ୍‌ବିଆଇ ସପକ୍ଷରେ ୧୦ ଲକ୍ଷ ଟଙ୍କା କ୍ଷତିପୂରଣ ଦେବାକୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି।
ସବୁ ବର୍ଗର ଲୋକଙ୍କୁ ସୁଲଭ ମୂଲ୍ୟରେ ଗୁଣାତ୍ମକ ଜେନେରିକ୍‌ ମେଡିସିନ୍‌ ଯୋଗାଇଦେବା ଲକ୍ଷ୍ୟରେ ପ୍ରଧାନମନ୍ତ୍ରୀ ଭାରତୀୟ ଜନ ଔଷଧୀ ପରିଯୋଜନାର ଶୁଭାରମ୍ଭ କରାଯାଇଥିଲା। ଏହାର ନେଟ୍‌ୱର୍କ ଜରିଆରେ ୧୩,୮୦୦ ଜନ ଔଷଧୀ କେନ୍ଦ୍ର ମାଧ୍ୟମରେ ସୁଲଭ ଏବଂ ଗୁଣାତ୍ମକ ଔଷଧ ଯୋଗାଣ କରାଯାଉଛି। ଏହି ରିଟେଲ ଦୋକାନରୁ ଔଷଧ କିଣିବା ସମୟରେ ଲୋକମାନେ ଔଷଧ ମୂଲ୍ୟରେ ୫୦% ରୁ ୯୦% ସଞ୍ଚୟ କରନ୍ତି। ଗତ କିଛି ବର୍ଷ ମଧ୍ୟରେ ଜନ ଔଷଧୀ ଦେଶର ସବୁଠାରୁ ବଡ଼ ରିଟେଲ ଫାର୍ମାସି ଚେନ୍‌ ପାଲଟିଛି। ମାତ୍ର ଏହାର ନାମରେ କେତେକ ସ୍ଥାନରେ ନକଲି ଔଷଧ ପ୍ରସ୍ତୁତ କରାଯାଉଥିବା ଅଭିଯୋଗ ଆସୁଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଟ୍ରେନ୍‌ ଟିକେଟ ବୁକିଂ ନିୟମ ବଦଳାଇଲା IRCTC, ଯାତ୍ରା କରିବାକୁ ଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ରେଳବାଇ ଆଧାର-ଯାଞ୍ଚ ହୋଇଥିବା IRCTC ଆକାଉଣ୍ଟ୍ ଧାରୀମାନଙ୍କ ପାଇଁ ବଡ଼ ରାହତ ଘୋଷଣା କରିଛି। ଆଡ଼ଭାନ୍ସ ରିଜର୍ଭେସନ୍ ପିରିଅଡ୍ (ARP)ର ପ୍ରଥମ ଦିନରେ...

ମହିଳାକୁ ହତ୍ୟା ଅଭିଯୋଗ, ପୋଲିସର ତନାଘନା

ଗୋପାଳପୁର,୩୦ା୧୨(ନବୀନ ରାଜ ଆଚାରୀ): ଗୋଳନ୍ଥରା ଥାନା ଅଞ୍ଚଳରେ ସୋମବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଫାସୀନୂଆପଡା ଗ୍ରାମରେ...

ସୁରୁଖୁରୁରେ ଧାନକିଣାକୁ ଗୁରୁତ୍ୱ ଚାଷୀ, ସମବାୟ ଓ ଯୋଗାଣ ବିଭାଗ ଅଧିକାରୀଙ୍କୁ ନେଇ ବୈଠକ

ଛତ୍ରପୁର,୩୦ା୧୨(ଦିଲୀପ ସାମଲ): ଚଳିତ ବର୍ଷ ଜିଲାରେ ଧାନକିଣା ସୁରୁଖୁରୁରେ କରିବା ପାଇଁ ମଙ୍ଗଳବାର ଚାଷୀ, ସମବାୟ ଓ ଯୋଗାଣ ବିଭାଗର ଅଧିକାରୀମାନଙ୍କୁ ନେଇ ତ୍ରିପାକ୍ଷିକ ବୈଠକ...

ଆର୍‌ସିବିକୁ ବଡ଼ ଝଟ୍‌କା, ଏହି କାରଣରୁ ଖେଳିବେ ନାହିଁ…

ନୂଆଦିଲ୍ଲୀ, ୩୦।୧୨: ମହିଳା ପ୍ରିମିଅର୍ ଲିଗ୍ (WPL) ୨୦୨୬ ଆରମ୍ଭ ହେବାକୁ ମାତ୍ର କିଛି ଦିନ ବାକି ଥିବାବେଳେ ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗଲୁରୁ (RCB) ଟିମ୍‌କୁ...

ରାଜ୍ୟସ୍ତରୀୟ ଟାଏକୋଣ୍ଡୋରେ ସଫଳତା: ଛୁଟୁଛି ଶୁଭେଚ୍ଛାର ସୁଅ

ରାଇକିଆ,୩୦ା୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ସେଣ୍ଟ କ୍ୟାଥରିନ ବିଦ୍ୟାଳୟରଛାତ୍ରୀଛାତ୍ରମାନେ ରାଜ୍ୟସ୍ତରୀୟ ଟାଏକୋଣ୍ଡୋ କ୍ରୀଡ଼ାରେ ସଫଳତା ଅର୍ଜନ କରିଛନ୍ତି। ଭଦ୍ରକ ଠାରେ ଅନୁଷ୍ଠିତ ୩ଦିନିଆ...

ଟିମ୍‌ ଇଣ୍ଡିଆକୁ ଫେରିପାରନ୍ତି ମହମ୍ମଦ ସାମି: ବିଶ୍ୱକପ୍ ପୂର୍ବରୁ ବଦଳିପାରେ ଚୟନକର୍ତ୍ତାଙ୍କ ନିଷ୍ପତି

ମୁମ୍ବାଇ,୩୦।୧୨: ଅଭିଜ୍ଞ ଦ୍ରୁତ ବୋଲର ମହମ୍ମଦ ସାମିଙ୍କୁ ନେଇ ବିସିସିଆଇ ଚୟନକର୍ତ୍ତା ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛନ୍ତି। ଫିଟ୍‌ନେସ୍‌ ଏବଂ ବୟସକୁ ନେଇ ଚାଲିଥିବା...

ବର୍ଷର ଶେଷ ଦିନ ସଂହ ରାଶି ସହ ୫ରାଶିର ଫିଟିଯିବ ଭାଗ୍ୟ! ବାଜିବ ଲଟେରୀ

ଆସନ୍ତାକାଲି ହେଉଛି ୨୦୨୫ ବର୍ଷର ଶେଷ ୩୧ତମ ଦିନ ଏବଂ ବୁଧବାର। ବୁଧବାର ଦିନ ପ୍ରତିବନ୍ଧକ ଦୂରକାରୀ ଭଗବାନ ଗଣେଶ ଏବଂ ଜ୍ଞାନ ଏବଂ ବିବେକର...

ଭଲିବଲ ଟୁର୍ନାମେଣ୍ଟ: ସେମିଫାଇନାଲରେ ଦାରିଙ୍ଗିବାଡ଼ି

ଦିଗପହଣ୍ଡି,୩୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ତୃତୀୟ ଦିବସ ମଙ୍ଗଳବାର କ୍ୱାର୍ଟର ଫାଇନାଲ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri