ପୋତି ହୋଇଗଲାଣି ବାଲିବନ୍ଧ ପ୍ରକଳ୍ପ

ଛେଣ୍ଡିପଦା,୯ା୮(ସ୍ବ.ପ୍ର.):ଲକ୍ଷ୍ୟ ଥିଲା ୭୦୦ ହେକ୍ଟର ଜମି ଜଳସେଚିତ ହେବ। ସେଥିପାଇଁ ୫୦ ବର୍ଷ ତଳେ ନିର୍ମାଣ କରାଯାଇଥିଲା ବାଲିବନ୍ଧ କ୍ଷୁଦ୍ର ଜଳସେଚନ ପ୍ରକଳ୍ପ। ଉପକୃତ ହେଉଥିଲେ ପାଖାପାଖି ଏକ ହଜାର ଚାଷୀ। ହେଲେ ଦୀର୍ଘବର୍ଷ ହେଲା ଉପଯୁକ୍ତ ରକ୍ଷଣାବେକ୍ଷଣ ଅଭାବରୁ ଏହି ପ୍ରକଳ୍ପ ପୋତି ହୋଇଚାଲିଛି। ଫଳରେ ଜଳଧାରଣ କ୍ଷମତା ହ୍ରାସ ପାଉଥିବାରୁ କେନାଲରେ ଅଧିକ ପାଣି ଚାଷ ଜମିକୁ ଯାଇପାରୁ ନାହିଁ। ସଫେଇ ଅଭାବରୁ କେନାଲ ଅବସ୍ଥା ମଧ୍ୟ ଶୋଚନୀୟ। ବାରମ୍ବାର ଅଭିଯୋଗ ସତ୍ତ୍ୱେ ବିଭାଗ ପକ୍ଷରୁ ପଦକ୍ଷେପ ନିଆଯାଉ ନ ଥିବାରୁ ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକ ବାଗଡିଆ ଓ ଟାଙ୍ଗିରି ପଞ୍ଚାୟତର ବହୁ ହେକ୍ଟର ଜମି ପଡ଼ିଆ ପଡ଼ୁଛି।
ଛେଣ୍ଡିପଦା ବ୍ଲକ ବାଗଡିଆ ପଞ୍ଚାୟତର ବାଲିବନ୍ଧଠାରେ ୧୯୭୦ ମସିହାରେ ନିର୍ମାଣ କରାଯାଇଥିବା ଏହି କ୍ଷୁଦ୍ର ଜଳସେଚନ ପ୍ରକଳ୍ପ ଉପରେ ବାଗଡିଆ ଓ ଟାଙ୍ଗିରି ପଞ୍ଚାୟତର ବାଗଡିଆ, ବଣିଆନଟି ଏବଂ ପୁରୁଣାଗଡ ଆଦି ଗ୍ରାମର ଏକ ହଜାର ଚାଷୀ ନିର୍ଭର କରନ୍ତି। ଏହି ଦୁଇ ପଞ୍ଚାୟତର ଚାଷ ଜମିକୁ ପାଣି ଯିବା ପାଇଁ ପ୍ରକଳ୍ପରୁ ୫ କିଲୋମିଟର କେନାଲ ବ୍ୟବସ୍ଥା ରହିଛି। କିନ୍ତୁ ପ୍ରକଳ୍ପ ଓ କେନାଲର ରକ୍ଷଣାବେକ୍ଷଣ ଦିଗରେ ଆବଶ୍ୟକ ଦୃଷ୍ଟି ଦିଆଯାଉ ନାହିଁ। ସଫେଇ ଓ ମରାମତି ଅଭାବରୁ ପ୍ରକଳ୍ପ ସହ କେନାଲ ପୋତି ହେଉଛି। ପ୍ରକଳ୍ପ ଭିତରକୁ ମାଟି ଧସି ଗଦା ହୋଇଥିବା ବେଳେ କୋନଲ ଲଟା ବୁଦାରେ ପରିପୂର୍ଣ୍ଣ ହୋଇଯାଇଛି। ଏହି କାରଣରୁ କେନାଲରେ ଅଧିକ ପାଣି ଚାଷ ଜମି ନିକଟକୁ ଯାଇପାରୁ ନାହିଁ। ଫଳରେ ତଳମୁଣ୍ଡରେ ଥିବା ଚାଷ ଜମି ଜଳସେଚିତ ହୋଇପାରୁ ନାହିଁ। ଖରିଫ ଚାଷ ପାଇଁ ଆବଶ୍ୟକ ବର୍ଷା ହେଉ ନ ଥିବାରୁ ଏହି କେନାଲ ପାଣିକୁ ଚାଷୀମାନେ ଭରସା କରିଥିବା ବେଳେ କ୍ଷୁଦ୍ର ଜଳସେଚନ ବିଭାଗ ପଦକ୍ଷେପ ନ ନେବା ଚାଷୀମାନଙ୍କ ମଧ୍ୟରେ ଅସନ୍ତୋଷ ସୃଷ୍ଟି କରିଛି। ତୁରନ୍ତ କେନାଲର ମରାମତି କାର୍ଯ୍ୟ କରିବା ପାଇଁ ଚାଷୀମାନେ ଦାବି କରିଛନ୍ତି। ଏ ସମ୍ପର୍କରେ ବିଭାଗୀୟ ଯନ୍ତ୍ରୀ ସନ୍ତୋଷ ବିଶ୍ବାଳ କହିଛନ୍ତି, ଉକ୍ତ ପ୍ରକଳ୍ପ କାମ ଏକ ଠିକା ସଂସ୍ଥାକୁ ଦିଆଯାଇଥିଲା। କିନ୍ତୁ ଠିକା ସଂସ୍ଥା କାମ ନ କରିବାରୁ ତାହା ପଡିରହିଛି। ଖୁବ୍‌ଶୀଘ୍ର ପ୍ରକଳ୍ପର କେନାଲ ସଫେଇ କରାଯାଇ ଚାଷ ଜମି ନିକଟରେ କିପରି ପାଣି ପହଞ୍ଚାଯିବ ସେ ନେଇ ପଦକ୍ଷେପ ନିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଲୋକ ସଭା ସାଂସଦଙ୍କ ମହାନତା: ନିଜ ଦରମାରୁ ଜଳଖିଆ ଅନୁଷ୍ଠାନକୁ ଦାନକଲେ ଏକ ଲକ୍ଷ ଟଙ୍କା

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନା ନିକରେ ରହିଥିବା ମା ଏକଟଙ୍କିଆ ଜଳଖିଆ ଅନୁଷ୍ଠାନର ବାର୍ଷିକୋତ୍ସବରେ ସୋମବାର ଅନୁଷ୍ଠିତ ହୋଇଛି। ଅନୁଷ୍ଠାନର ମୁଖ୍ୟ ଉମେଶ ପ୍ରଧାନଙ୍କ...

ମଥୁରା ପରିଭ୍ରମଣରେ ବାହାରି ପୂର୍ତ୍ତ ବିଭାଗରେ ପହଞ୍ଚିଲେ କଂସ ମହାରାଜ, କହିଲେ ପି.ସି ଖାଉଛ, ରାସ୍ତାରେ ଚାଲିପାରୁନି…

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସୋମବାର ଥିଲା ଷଷ୍ଠ ଦିବସ। ଅନ୍ୟଦିନ ଭଳି ରାଜ ମହଲରୁ ମଥୁରା ପରିଭ୍ରମଣରେ ବାହାରିଥିଲେ...

ଦିଲ୍ଲୀ ସାଧାରଣତନ୍ତ୍ର ପରେଡ୍‌ରେ ଯୋଗଦେବେ ପିପୁଲ୍ସ କଲେଜର ୨ ଛାତ୍ରୀ, ପ୍ରଥମଥର ପାଇଁ ହେଲେ ମନୋନୀତ

ବୁଗୁଡା, ୨୯।୧୨(କାଳିଚରଣଦାଶ): ବୁଗୁଡ଼ା ପିପୁଲ୍ସ କଲେଜର ଅଧ୍ୟାପକ ତଥା ଲେଫ୍ଟନାଣ୍ଟ ଅଜୟ କୁମାର ସାହୁଙ୍କ ନିଷ୍ଠାପର ଉଦ୍ୟମ ଯୋଗୁ ବୁଗୁଡା ପିପୁଲ୍ସ କଲେଜର ଦୁଇଜଣ ଏନସିସି...

ଫୁଲ ତୋଳିବାକୁ ଯାଇଥିବାବେଳେ ଘରେ ପଶିଗଲା ଚୋର, ଧରାପଡିବା ପରେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଇପାସ ରୋଡ ଗିରିଧାରୀ ସ୍ବାଇଁଙ୍କ ଘରୁ ସୋମବାର ପ୍ରତ୍ୟୁଷରେ ଜଣେ ଦୁର୍ବୃତ୍ତ ପଶି ସୁନା ଅଳଙ୍କାର ଓ ନଗଦ...

ନୂଆବର୍ଷରେ ତିନି ଘଣ୍ଟା ଶୋଇବେ ମହାପ୍ରଭୁ, ଏତିକି ବେଳେ ଫିଟିବ ଦ୍ୱାର

ପୁରୀ,୨୯।୧୨: ଇଂରାଜୀ ନବବର୍ଷ-୨୦୨୬ରେ ଲକ୍ଷାଧିକ ଭକ୍ତଙ୍କ ଆଗମନକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ପ୍ରଶାସନ ବଡ ନିଷ୍ପତି ନେଇଛି। ଶ୍ରଦ୍ଧାଳୁମାନେ ଯେପରି ଶୃଙ୍ଖଳିତ ଭାବେ ଦର୍ଶନ କରିପାରିବେ,...

ଘରକୁ ଫେରୁଥିବାବେଳେ ଭାରସାମ୍ୟ ହରାଇ ଗଛରେ ପିଟିହେଲା ବାଇକ, ତା’ପରେ…

ଲାଞ୍ଜିଗଡ଼,୨୯।୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଅନ୍ତର୍ଗତ ଲାଞ୍ଜିଗଡ ଆଶ୍ରମପଡା ନିକଟରେ ଏକ ବାଇକ ଗଛରେ ପିଟିହୋଇ ଦୁର୍ଘଟଣା ଘଟିଥିବାବେଳେ ଏଥିରେ ଜଣେ...

ନିର୍ଯାତିତ ମହିଳା ନୂତନ ଜୀବନର ଆଶା ପାଇବେ: ଭଞ୍ଜନଗର ମେଡ଼ିକାଲରେ ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟରେ ସୋମବାର ଅତିରିକ୍ତ ୱାନ ଷ୍ଟପ ସେଣ୍ଟର ବା ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ ହୋଇଯାଇଛି। ଏହାକୁ...

ଜିଲାପାଳ, ଏସପିଙ୍କ ମିଳିତ ଅଭିଯୋଗ ଶୁଣାଣି: ସମସ୍ୟା ସମାଧାନ କଲେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପ ଜିଲପାଳଙ୍କ ସମ୍ମିଳନୀ କକ୍ଷରେ ସୋମବାର ଗଞ୍ଜାମ ଜିଲାପାଳ ଭି. କିର୍ତ୍ତି ଭାସନ ଓ ଗଞ୍ଜାମ ଏସ୍‌ପି ଶୁଭେନ୍ଦୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri