ସୁଧୁରୁନି ପରିମଳ ବ୍ୟବସ୍ଥା

କଟକ ଅଫିସ,୧୪ା୧୦:କଟକ ସହରର ୫୯ନଂ. ଓ୍ବାର୍ଡରେ ପରିମଳ ବ୍ୟବସ୍ଥା ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ ହୋଇପଡ଼ିଛି। ଅଳିଆ ଆବର୍ଜନା ପଡ଼ି ରହୁଥିଲେ ମଧ୍ୟ କେହି ଉଠାଇବାକୁ ଆସୁନାହାନ୍ତି। ଆଲୋକୀକରଣ କରାଯାଇଥିଲେ ବି ଅନେକ ଲାଇଟ୍‌ ଜଳୁ ନ ଥିବା ଦେଖିବାକୁ ମିଳିଛି। ଡ୍ରେନ ସଫା ନ ହେବାରୁ ବର୍ଷାଜଳ ନିଷ୍କାସନ ହୋଇପାରୁନାହିଁ। କଟକ ମହାନଗର ନିଗମ(ସିଏମସି) ପକ୍ଷରୁ ନିଷ୍କାସନ ପାଇଁ କୌଣସି ପଦକ୍ଷେପ ନିଆଯାଉ ନ ଥିବାରୁ ବର୍ଷାରେ ନର୍ଦ୍ଦମା ପାଣି ଘରେ ପଶିବା ସହ ରାସ୍ତାରେ ଜମା ହୋଇ ରହୁଛି। ସାନିଟାରୀ ଇନସ୍ପେକ୍ଟରମାନେ ମଧ୍ୟ ସେମାନଙ୍କ ଦାୟିତ୍ୱ ଠିକ୍‌ ଭାବେ କରୁନାହାନ୍ତି। ନୂଆ କାଚରାମାଳ ମୁଖ୍ୟରାସ୍ତା ଢଳେଇ ଉପରେ ନାଳନର୍ଦ୍ଦମା ପଙ୍କ ବସି ରହିଛି। ଫଳରେ ସର୍ବସାଧାରଣ ଯିବା ଆସିବାରେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏହି ରାସ୍ତାର ମୁଖ୍ୟ ନାଳ ଦୀର୍ଘଦିନ ହେବ ସଫା ହୋଇ ନ ଥିବାରୁ ଦୁର୍ଗନ୍ଧ ହେଉଛି। ଏନେଇ ଓ୍ବାର୍ଡବାସିନ୍ଦା ଓ୍ବାର୍ଡ ଅଫିସର ଓ ସିଏମ୍‌ସି ଅଧିକାରୀଙ୍କୁ ଜଣାଥଲେ ମଧ୍ୟ କୌଣସି ପଦକ୍ଷେପ ନିଆଯାଉନାହିଁ। ମଙ୍ଗଳବାର କେତେଜଣ ଓ୍ବାର୍ଡବାସିନ୍ଦା ସିଏମ୍‌ସି କମିଶନର ଅନନ୍ୟା ଦାସଙ୍କୁ ଭେଟିବା ସହ ଏକ ଅଭିଯୋଗପତ୍ର ପ୍ରଦାନ କରିଛନ୍ତି। ୭ଦିନ ମଧ୍ୟରେ ପଦକ୍ଷେପ ନିଆ ନ ଗଲେ ସିଏମ୍‌ସି କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଦିଆଯିବ ବୋଲି ଓ୍ବାର୍ଡବାସୀ ଚେତାବନୀ ଦେଇଛନ୍ତି। ଅନ୍ୟପଟେ ସ୍ଥିତି ଅନୁଧ୍ୟାନ କରି ପଦକ୍ଷେପ ନିଆଯିବ ବୋଲି ସିଏମ୍‌ସି କମିଶନର ଦାସ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆନ୍ଦୋଳନକାରୀ ଛାତ୍ରୀଙ୍କୁ ଚାପୁଡ଼ା ମାରିଥିବା ପୋଲିସ ଅଫିସରଙ୍କ ବଦଳି

ନୂଆଦିଲ୍ଲୀ,୨୭ା୭:ଗତ ୨୦ ତାରିଖରେ ସିଜେପିର ‘ଚଲୋ ସଂସଦ’ ଅଭିଯାନ ବେଳେ ଆନ୍ଦୋଳନରତ ଜଣେ ଛାତ୍ରୀଙ୍କୁ ଚାପୁଡ଼ା ମାରିଥିବା ଦିଲ୍ଲୀର ଜଣେ ବରିଷ୍ଠ ପୋଲିସ ଅଫିସରଙ୍କୁ ଯନ୍ତରମନ୍ତର ବିକ୍ଷୋଭ…

ପ୍ରହ୍ଲାଦ ନାଟକ ନୃତ୍ୟଗୁରୁ ପଦ୍ମଶ୍ରୀ ସୀମାଞ୍ଚଳଙ୍କୁ ଭେଟିଲେ ବିଧାୟକ: ସ୍ବାସ୍ଥ୍ୟାବସ୍ଥା ପଚାରିବୁଝିବା ସହ..

ଦିଗପହଣ୍ଡି,୨୭।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ଗ୍ରାମ ବଡ଼ସାହିର ପୌରାଣିକ ପ୍ରହ୍ଲାଦ ନାଟକର ହିରଣ୍ୟକଶ୍ୟପ ରଜା ଭୂମିକାରେ ଅଭିନୟ କରୁଥିବା ନିର୍ଦ୍ଦେଶକ ତଥା…

କାଗଜ ପତ୍ର ନ ଥାଇ ଚାଲୁଥିଲା ବସ୍‌: ଧରିଲା ପରିବହନ ବିଭାଗ, ଏତିକି ଟଙ୍କା ଜୋରିମନା

ଛତ୍ରପୁର,୨୭।୭(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): କୌଣସି ସଠିକ କାଗଜ ପତ୍ର ନଥାଇ ଗାଡି ଚଳାଇବା ଏକ ବସକୁ ପଡିଛି ମହଙ୍ଗା। ଗଞ୍ଜାମ ଜିଲା ପରିବହନ ବିଭାଗ ପକ୍ଷରୁ ଯାଞ୍ଚ…

ନଇଁଲେ ସମ୍ରାଟ ସରକାର: ଛାତ୍ରଙ୍କ ବିରୋଧରେ ହୋଇଥିବା ମାମଲା ପ୍ରତ୍ୟାହାର

ପାଟନା,୨୭।୭: NEET ପେପର୍‌ ଲିକ ନେଇ ହୋଇଥିବା ପ୍ରତିବାଦ ପରେ ବିହାର ସରକାର ସମସ୍ତ ସମ୍ପର୍କିତ ମାମଲା ପ୍ରତ୍ୟାହାର କରିବାକୁ ଏକ ନିର୍ଦ୍ଦେଶ ଜାରି କରିଛନ୍ତି। ସୋମବାର…

ବଲାଙ୍ଗୀରରେ ଗୋ ସମ୍ମାନ ଆହ୍ୱାନ ଅଭିଯାନ, ୫ ଲକ୍ଷ ୨ ହଜାର ସ୍ୱାକ୍ଷର ସମ୍ବଳିତ ପ୍ରାର୍ଥନାପତ୍ର…

ବଲାଙ୍ଗୀର,୨୭।୭(ସୁନିଲ କୁମାର ମହାନ୍ତି): ଗୋମାତାଙ୍କ ସେବା, ସୁରକ୍ଷା ଓ ସମ୍ମାନ ସୁନିଶ୍ଚିତ କରିବା ଉଦ୍ଦେଶ୍ୟରେ ସାରା ଦେଶରେ ଚାଲିଥିବା ଗୋ ସମ୍ମାନ ଆହ୍ୱାନ ଅଭିଯାନର ପ୍ରଭାବ ବଲାଙ୍ଗୀରରେ…

CJP ଅଲ୍ଟିମେଟମ୍‌ରେ ସରକାର ଛାନିଆ: ନେଲେ ବଡ଼ ଆକ୍ସନ

ନୂଆଦିଲ୍ଲୀ,୨୭।୭: ନିଟ୍‌ ପ୍ରତିବାଦକାରୀଙ୍କ ବିରୋଧରେ ପୋଲିସ କାର୍ଯ୍ୟାନୁଷ୍ଠାନ ସମ୍ପର୍କରେ କକ୍ରୋଚ ଜନତା ପାର୍ଟି (CJP) ଦ୍ୱାରା ଦାଖଲ କରାଯାଇଥିବା ଅଭିଯୋଗର ସରକାର ବିଚାର କରିଛନ୍ତି। ସରକାର ସେହି…

ସରକାରୀ ଛୁଟି ନଥାଇ ସ୍କୁଲରେ ତାଲା, ଘରକୁ ଫେରିଆସିଲେ ପିଲା

ଲାଞ୍ଜିଗଡ଼,୨୭।୭(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଆଦିବାସୀ ଅଧ୍ୟୁଷିତ ଦୁର୍ଗମ ଲାଖବାହାଲି ପଞ୍ଚାୟତ ଅନ୍ତର୍ଗତ କମଲେଇ ଗାଁରେ ଅଜବ ଘଟଣା ଦେଖିବାକୁ ମିଳିଛି ।…

ଏସିଏଫ ସୋମ୍ୟରଞ୍ଜନ ମୃତ୍ୟୁ ମାମଲା; ଜାମିନ ଆବେଦନ ଖାରଜ ପରେ ଜେଲ୍ ଗଲେ ପୂର୍ବତନ DFO

ପାରଳାଖେମୁଣ୍ଡି,୨୭।୭(ଗିରିଧାରୀ ପରିଛା) : ବହୁଚର୍ଚ୍ଚିତ ଏସିଏଫ୍ ସୋମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ଆଇନର ଫାଶରେ ଛନ୍ଦି ହୋଇଛନ୍ତି ତତ୍କାଳୀନ ଗଜପତି ଡିଏଫ୍ଓ ସଂଗ୍ରାମ କେଶରୀ ବେହେରା। ସୋମବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri