ସୁଧୁରୁନି ପରିମଳ ବ୍ୟବସ୍ଥା

କଟକ ଅଫିସ,୧୪ା୧୦:କଟକ ସହରର ୫୯ନଂ. ଓ୍ବାର୍ଡରେ ପରିମଳ ବ୍ୟବସ୍ଥା ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ ହୋଇପଡ଼ିଛି। ଅଳିଆ ଆବର୍ଜନା ପଡ଼ି ରହୁଥିଲେ ମଧ୍ୟ କେହି ଉଠାଇବାକୁ ଆସୁନାହାନ୍ତି। ଆଲୋକୀକରଣ କରାଯାଇଥିଲେ ବି ଅନେକ ଲାଇଟ୍‌ ଜଳୁ ନ ଥିବା ଦେଖିବାକୁ ମିଳିଛି। ଡ୍ରେନ ସଫା ନ ହେବାରୁ ବର୍ଷାଜଳ ନିଷ୍କାସନ ହୋଇପାରୁନାହିଁ। କଟକ ମହାନଗର ନିଗମ(ସିଏମସି) ପକ୍ଷରୁ ନିଷ୍କାସନ ପାଇଁ କୌଣସି ପଦକ୍ଷେପ ନିଆଯାଉ ନ ଥିବାରୁ ବର୍ଷାରେ ନର୍ଦ୍ଦମା ପାଣି ଘରେ ପଶିବା ସହ ରାସ୍ତାରେ ଜମା ହୋଇ ରହୁଛି। ସାନିଟାରୀ ଇନସ୍ପେକ୍ଟରମାନେ ମଧ୍ୟ ସେମାନଙ୍କ ଦାୟିତ୍ୱ ଠିକ୍‌ ଭାବେ କରୁନାହାନ୍ତି। ନୂଆ କାଚରାମାଳ ମୁଖ୍ୟରାସ୍ତା ଢଳେଇ ଉପରେ ନାଳନର୍ଦ୍ଦମା ପଙ୍କ ବସି ରହିଛି। ଫଳରେ ସର୍ବସାଧାରଣ ଯିବା ଆସିବାରେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏହି ରାସ୍ତାର ମୁଖ୍ୟ ନାଳ ଦୀର୍ଘଦିନ ହେବ ସଫା ହୋଇ ନ ଥିବାରୁ ଦୁର୍ଗନ୍ଧ ହେଉଛି। ଏନେଇ ଓ୍ବାର୍ଡବାସିନ୍ଦା ଓ୍ବାର୍ଡ ଅଫିସର ଓ ସିଏମ୍‌ସି ଅଧିକାରୀଙ୍କୁ ଜଣାଥଲେ ମଧ୍ୟ କୌଣସି ପଦକ୍ଷେପ ନିଆଯାଉନାହିଁ। ମଙ୍ଗଳବାର କେତେଜଣ ଓ୍ବାର୍ଡବାସିନ୍ଦା ସିଏମ୍‌ସି କମିଶନର ଅନନ୍ୟା ଦାସଙ୍କୁ ଭେଟିବା ସହ ଏକ ଅଭିଯୋଗପତ୍ର ପ୍ରଦାନ କରିଛନ୍ତି। ୭ଦିନ ମଧ୍ୟରେ ପଦକ୍ଷେପ ନିଆ ନ ଗଲେ ସିଏମ୍‌ସି କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଦିଆଯିବ ବୋଲି ଓ୍ବାର୍ଡବାସୀ ଚେତାବନୀ ଦେଇଛନ୍ତି। ଅନ୍ୟପଟେ ସ୍ଥିତି ଅନୁଧ୍ୟାନ କରି ପଦକ୍ଷେପ ନିଆଯିବ ବୋଲି ସିଏମ୍‌ସି କମିଶନର ଦାସ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲର୍‌ଙ୍କ ଘର ବାହାରେ ବ୍ଲାଙ୍କ ଫାୟାରିଂ ଅଭିଯୋଗ

ଖଲ୍ଲିକୋଟ,୨୬।୪(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲରଙ୍କ ଘରେ ପଶି ମାର୍‌ପିଟ ସହ ବ୍ଲାଙ୍କ ଫାୟାରିଂ କରାଯାଇଥିବା ଅଭିଯୋଗ ହୋଇଛି। ଖବର ପାଇ...

ଓଏଚ୍‌ଆର୍‌ସିରେ କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣ ମାମଲା: ଏନ୍‌ଏଚ୍‌ଏଆଇକୁ ରିପୋର୍ଟ ତଲବ

କଟକ,୨୬ା୪ (କାର୍ତ୍ତିକ ସାହୁ)- କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣରେ ଅହେତୁକ ବିଳମ୍ବ ହେତୁ ଦୁର୍ଘଟଣା ବଢ଼ିଚାଲିଛି। ଏହି ରାଜପଥର ନିର୍ମାଣ କାର୍ଯ୍ୟ ଦୀର୍ଘ ୧୨ ବର୍ଷ...

କଂଗ୍ରେସରେ ମିଶିଲେ ବିଜେଡିର ପୁରୁଖା ନେତ୍ରୀ

ଭୁବନେଶ୍ୱର,୨୬।୪: ବିଜେଡିର ପୁରୁଖା ନେତ୍ରୀ ବୈଜୟନ୍ତୀମାଳା ମହାନ୍ତି ଆଜି ହାତ ଧରିଛନ୍ତି। ସେ ଶୁକ୍ରବାର ବିଧିବଦ୍ଧ ଭାବେ କଂଗ୍ରେସରେ ସାମିଲ ହୋଇଛନ୍ତି । ନୟାଗଡ ଜିଲା...

ଭଦ୍ରକ-ଯାଜପୁର ଜେଲ୍‌ରେ କ୍ଷମତାଠାରୁ ଅଧିକ କଏଦୀ: ଭିଡ ହଟାଇବାକୁ ପଦକ୍ଷେପ ନେଇ ଜଣାଇବାକୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

କଟକ,୨୬ା୪ (କାର୍ତ୍ତିକ ସାହୁ)- ଭଦ୍ରକ ଓ ଯାଜପୁର ଜିଲା ଜେଲରୁ ଭିଡ଼ ହଟାଇବାକୁ କି ପଦକ୍ଷେପ ନେଇଛ ଜଣାଅ ବୋଲି ରାଜ୍ୟ ସରକାରଙ୍କୁ ହାଇକୋର୍ଟ ଶୁକ୍ରବାର...

ଗୋଟିଏ ଜୁଇରେ ଜଳିଲା ଦୁଇ ଭଉଣୀଙ୍କ ମୃତଦେହ

ଗୋପ,୨୬ା୪(ଭାରତୀ ଭୂଷଣ ଉପାଧ୍ୟାୟ): ଗାଁ ଶଶ୍ନାନର ଗୋଟିଏ ଜୁଇରେ ଦୁଇ ଭଉଣୀଙ୍କ ମୃତଦେହ ଦାହ କରାଯାଇଛି। ଗୁରୁବାର ବିଳମ୍ବିତ ରାତିରେ ଏହି ଦାହ ସମୟରେ ଡଭାର...

ପୁଣି ପ୍ରାର୍ଥୀ ବଦଳାଇବ ଭାଜପା, ପର୍ଶୁରାମ ଧଡାଙ୍କ ଘର ବାହୁଡା ପରେ ଜୋର ଧରିଲା ଚର୍ଚ୍ଚା

ଭୁବନେଶ୍ୱର,୨୬।୪: ପୁଣିଥରେ ପ୍ରାର୍ଥୀ ବଦଳାଇପାରେ ଭାରତୀୟ ଜନତା ପାର୍ଟି । ସୋର ବିଧାୟକ ପର୍ଶୁରାମ ଧଡା ଭାଜପାରେ ସାମିଲ ହେବା ପରେ ପ୍ରାର୍ଥୀ ପରିବର୍ତନ ନେଇ...

ଜାତୀୟ ରାଜପଥ କଡ଼ରେ କୁଆଁ କୁଆଁ ଶବ୍ଦ: ନବଜାତ ଶିଶୁପୁତ୍ରକୁ ଛାଡ଼ି ମା’ ଫେରାର

ଛତ୍ରପୁର,୨୬।୪(ଦିଲ୍ଲୀପ ସାମଲ): ରାସ୍ତାକଡ଼ରେ ନବଜାତକକୁ ଛାଡ଼ି ମା’ ଫେରାର। ଛତ୍ରପୁରରୁ ଏଭଳି ଏକ ଖବର ସାମ୍ନାକୁ ଆସିଛି। ଶୁକ୍ରବାର ରାତିରେ ଜାତୀୟ ରାଜପଥ କଡ଼ରେ ଶିଶୁପୁତ୍ରଟିଏ...

ମଇଦାନକୁ ଓହ୍ଲାଇବେ ମୋକିମଙ୍କ ଝିଅ ସୋଫିଆ, ବିରୋଧୀ ଛାନିଆ

କଟକ,୨୬।୪: ବିଧାୟକ ମହମ୍ମଦ ମୋକିମଙ୍କ ଝିଅ ସୋଫିଆ ଫିରଦୋସ୍‌ ଏଥର ବାରବାଟୀ-କଟକ ଆସନରୁ ଲଢ଼ିବା ପ୍ରାୟତଃ ନିଶ୍ଚିତ । କେବଳ ଏଆଇସିସିର ଘୋଷଣାକୁ ବାକି ରହିଛି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri