ଜିଲାପାଳ କ୍ଷମତା ପ୍ରୟୋଗ କଲେ ସରପଞ୍ଚ

ଗଞ୍ଜାମ,୨୬ା୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ କରୋନା ମହାମାରୀ ଦିନକୁ ଦିନ ଉଗ୍ରରୂପ ଧାରଣ କରୁଛି। ଦୈନଦିନ ଶହ ଶହ ସଂଖ୍ୟାରେ କରୋନା ଆକ୍ରାନ୍ତ ଚି଼ହ୍ନଟ ହେଉଥିବା ବେଳେ ମୃତକଙ୍କ ସଂଖ୍ୟା ମଧ୍ୟ ବଢ଼ିଚାଲିଛି। ଗଞ୍ଜାମ ବ୍ଲକ ପୋଇରାଶି ପଞ୍ଚାୟତରେ ଗତ ୨୪ରୁ ଆଜି ପର୍ଯ୍ୟନ୍ତ ୯ କରୋନା ଆକ୍ରାନ୍ତ ଚି଼ହ୍ନଟ ହେବା ସ୍ଥାନୀୟ ପ୍ରଶାସନର ଚିନ୍ତା ବଢ଼ିଯାଇଛି। ଏହାର ମୁକାବିଲା ନିମନ୍ତେ ସ୍ଥାନୀୟ ସରପଞ୍ଚ ଏ.ସୁନିତା ପ୍ରଧାନ ଜିଲାପାଳ କ୍ଷମତା ବ୍ୟବହାର କରି ଉକ୍ତ ପଞ୍ଚାୟତ ବିଭିନ୍ନ ଗ୍ରାମ ରାସ୍ତା ସିଲ୍‌ କରିବା ସହ ୭ ଦିନ ସମ୍ପୂର୍ଣ୍ଣ ଶଟ୍‌ଡାଉନ୍‌ ଘୋଷଣା କରିଛନ୍ତି। ଏହି ସମୟରେ ଦୋକାନ ବଜାର ବନ୍ଦ ରହିବା ସହ ମାଙ୍ଗଳିକ କାର୍ଯ୍ୟ ଓ ସଭା ସମିତି ବନ୍ଦ କରିବl ପାଇଁ ସରପଞ୍ଚଙ୍କ ଚିଠିରେ ଉଲ୍ଲେଖ ରହିଛି। ଶଟ୍‌ଡାଉନ ଘୋଷଣା ପତ୍ର ଜିଲାପାଳ, ଉପଜିଲାପାଳ, ରମ୍ଭା ଓ ଗଞ୍ଜାମ ଥାନାକୁ ଅବଗତି ନିମନ୍ତେ ଜଣାଇ ଦିଆଯାଇଥିବା ସରପଞ୍ଚ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଫର୍ମଫିଲପରେ ତ୍ରୁଟି : ଓଡ଼ିଆ ବଦଳରେ ହିନ୍ଦୀ ଥିବାରୁ ଯୁକ୍ତ ୨ ପରୀକ୍ଷାରୁ ବଞ୍ଚିତ…

ନନ୍ଦପୁର,୨୦ା୨(ତୁଷାର କାନ୍ତ ମହାନ୍ତି): ଯୁକ୍ତଦୁଇ ପରୀକ୍ଷା ପାଇଁ ଫର୍ମଫିଲପ ବେଳେ ବିଦ୍ୟାଳୟ କର୍ତ୍ତୃପକ୍ଷଙ୍କ ତ୍ରୁଟି ଯୋଗୁ କୋରାପୁଟ ଜିଲା ନନ୍ଦପୁର ବ୍ଲକ୍‌ ଅଧୀନ ପାଡୁଆ ରାଧାକୃଷ୍ଣ ଉଚ୍ଚ…

ରାଜ୍ୟରେ ଛେଚିବ ପ୍ରବଳ ବର୍ଷା! ଲଘୁଚାପକୁ ନେଇ ଆସିଲା ବଡ଼ ଖବର…

ଭୁବନେଶ୍ୱର,୨୦।୨: ଆସନ୍ତା ୪୮ ଘଣ୍ଟାରେ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା। ବିଷୁବୀୟ ଭାରତ ମହାସାଗର ଓ ସଲଂଗ୍ନ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଆସନ୍ତା…

ସ୍ବାସ୍ଥ୍ୟ ପାଇଁ ୨୩ ହଜାର କୋଟି

ଭୁବନେଶ୍ୱର,୨୦।୨: ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ବିଧାନସଭାରେ ବଜେଟ ଉପସ୍ଥାପନ କରିଛନ୍ତି। ମୁଖ୍ୟମନ୍ତ୍ରୀ ୩ଲକ୍ଷ ୧୦ହଜାର କୋଟି…

ଧରିତ୍ରୀ ପ୍ରଭାବ: ଖବର ପ୍ରକାଶିତ ପରେ ଗଛରୁ କଣ୍ଟା କାଢୁଛି ବନ ବିଭାଗ

ଦାରିଙ୍ଗବାଡି, ୨୦।୨(ଅରୁଣ ସାହୁ)-କନ୍ଧମାଳ ଜିଲା ଦାରିଙ୍ଗବାଡି ବନାଞ୍ଚଳ ଦେଇ ଯାଇଥିବା ଗୋପାଳପୁର-ରାଇପୁର ୫୯ ନଂ ଜାତୀୟ ରାଜପଥ କଡ଼ ସମେତ ବିଭିନ୍ନ ଗାଁ ଛକ ଓ ରାସ୍ତାକଡ଼ରେ…

ଛତ୍ରପୁର ପୌରପାଲିକାରେ ମିଶ୍ରଣକୁ ବିରୋଧ: ସମାଧାନ ନ ହେଲେ ଆନ୍ଦୋଳନ ଚେତାବନୀ

ଛତ୍ରପୁର,୨୦।୨(ଦିଲ୍ଲୀପ ସାମଲ): ଛତ୍ରପୁର ପୌରପାଳିକା ଗଠନକୁ ନେଇ ଅସନ୍ତୋଷ ଲାଗିରହିଛି। ଗୋଟିଏ ପଟେ ଛତ୍ରପୁର ପୌରପାଳିକାରେ ଆର୍ଯ୍ୟପଲ୍ଲୀ, କଣମଣା, ପୋ ଅଗସ୍ତିନୂଆଗାଁ ଓ ଚିକଲଖଣ୍ଡି ଆଦି ୫ଟି…

ବଜେଟରେ ଉପକୂଳବାସୀଙ୍କୁ ବଡ଼ ଉପହାର ଦେଲେ ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ,୨୦।୨: ଏଥର ବଜେଟରେ ଉଚ୍ଚଶିକ୍ଷା ଭିତ୍ତିଭୁମିକୁ ସଜାଡିବାକୁ ବଡ଼ ନିଷ୍ପତ୍ତି ନିଆଯାଇଛି। ଅନୁସୂଚିତ ଜାତି ଓ ଜନଜାତି ପିଲାଙ୍କ ପାଇଁ ବଡ଼ ଘୋଷଣା କରାଯାଇଥିବା ବେଳେ ଏଥିରେ…

‘ଟପଲେସ୍‌, ବ୍ରେନଲେସ ଆଣ୍ଡ ସେମଲେସ୍‌’, ଏଆଇ ସମ୍ମିଳନୀରେ କଂଗ୍ରେସର ସାର୍ଟଲେସ ପ୍ରଦର୍ଶନ ଉପରେ ଭାଜପାର ଭର୍ତ୍ସନା

ନୂଆଦିଲ୍ଲୀ,୨୦।୨: ସମ୍ବିତ ପାତ୍ର ଫେବୃଆରୀ ୨୦, ୨୦୨୬ ରେ ଏକ ସାମ୍ବାଦିକ ସମ୍ମିଳନୀରେ ଯୁବ କଂଗ୍ରେସର ସଦସ୍ୟମାନଙ୍କ ବିରୁଦ୍ଧରେ ଗମ୍ଭୀର ଅଭିଯୋଗ ଆଣିଥିଲେ। ସେ କହିଥିଲେ ଯେ…

ବଜେଟରେ ବନ୍ୟା ପରିଚାଳନାକୁ ଗୁରୁତ୍ୱ

ଭୁବନେଶ୍ୱର,୨୦।୨: ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବିଧାନସଭାରେ ବଜେଟ ଉପସ୍ଥାପନ କରିଛନ୍ତି। ମୁଖ୍ୟମନ୍ତ୍ରୀ ୩ଲକ୍ଷ ୧୦ହଜାର କୋଟି ଟଙ୍କାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri