ବ୍ୟାଙ୍କ କଲୋନୀକୁ ଶଟ୍‌ଡାଉନ୍‌ କଲେ ସରପଞ୍ଚ

ଛତ୍ରପୁର,୧ା୭(ଡି.ଏନ୍‌.ଏ.)-ଛତ୍ରପୁର ଏନ୍‌ଏସିରେ ୬ ଦିନିଆ ଶଟ୍‌ଡାଉନ୍‌ ବଳବତ୍ତର ରହିଛି ା ବୁଧବାର ଶଟ୍‌ଡାଉନ୍‌ର ଦ୍ୱିତୀୟ ଦିବସରେ ମଧ୍ୟ ହାତଗଣତି ଔଷଧ ଦୋକାନ ଖୋଲାରହିଥିବା ବେଳେ ଅନ୍ୟ ସମସ୍ତ ଦୋକାନ ବଜାର ବନ୍ଦ ରହିଥିଲା ା ଲୋକେ ଘରୁ ବାହାରି ନ ଥିବା ଦେଖାଯାଇଥିଲା। ସେପଟେ କଣ୍ଟେନମେଣ୍ଟ ଜୋନ୍‌ ବାରାକ ସାହି ଓ କଳ୍ପବାସୀ ନଗର ସମେତ ବଫର ଜୋନ୍‌ ଘୋଷିତ ସାହିଗୁଡିକରେ ଘରକୁ ଘର ଯାଇ ସ୍ବାସ୍ଥ୍ୟ ସ୍କ୍ରିନିଂ ଓ କଣ୍ଟାକ୍ଟ ଟ୍ରେସିଂ ଚାଲିଛି ା ଅନ୍ୟପକ୍ଷରେ ଏନ୍‌ଏସି ସଂଲଗ୍ନ ବ୍ୟାଙ୍କ କଲୋନୀରେ ବୁଧବାର ଜଣେ ପୋଲିସ କନେଷ୍ଟବଳ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ତାଙ୍କୁ କୋଭିଡ୍‌ ହସ୍ପିଟାଲକୁ ପଠାଯାଇଛି ା ତେଣୁ ଉକ୍ତ ଅଞ୍ଚଳର ତଥା ଅଗସ୍ତିନୂଆଗାଁ ସରପଞ୍ଚ ପି. ସିମାଦ୍ରୀ ବ୍ୟାଙ୍କ କଲୋନୀକୁ ୭ ଦିନ ପାଇଁ ଶଟ୍‌ଡାଉନ୍‌ ଘୋଷଣା କରିଛନ୍ତି। ୭ ଦିନ ପର୍ଯ୍ୟନ୍ତ ବାହାର ଲୋକେ କେହି ଉକ୍ତ ଅଞ୍ଚଳକୁ ଏବଂ ସେଠାରୁ କେହି ବାହାରକୁ ଆସିବେନି ବୋଲି ସରପଞ୍ଚ ନିର୍ଦ୍ଦେଶନାମା ଜାରି କରିଛନ୍ତି। ବ୍ୟାଙ୍କ କଲୋନୀକୁ ସିଲ କରାଯାଇଛି ା


Enter your email to get our daily news in your inbox.

All Right Reserved By Dharitri.Com

ଆଜି ଆଉ ଏକ ଲଘୁଚାପ: ବୁଧବାରଠାରୁ ସୋମବାର ଯାଏ ରାଜ୍ୟରେ ପ୍ରବଳ ବର୍ଷା, ଏସବୁ ଜିଲାକୁ ଓ୍ବାର୍ନିଂ

ଭୁବନେଶ୍ୱର,୧୧ା୮(ବନ୍ଦନା ସେଠୀ) – ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ଏହାର ଆଖପାଖ ଅଞ୍ଚଳରେ ଥିବା ଉପର ବାୟୁମଣ୍ଡଳୀୟ ଘୂର୍ଣ୍ଣିବଳୟ ସମୁଦ୍ର ପତ୍ତନଠାରୁ ପ୍ରାୟ ୭.୬ କି.ମି. ଉଚ୍ଚତା ପର୍ଯ୍ୟନ୍ତ…

ଭିଜିଲାନ୍ସ ଜାଲରେ ଆନନ୍ଦପୁର ସମବାୟ ସମିତିର ନିଲମ୍ବିତ ସମ୍ପାଦକ: ୨୧ ଲକ୍ଷରୁ ଅଧିକ ଟଙ୍କା ଆତ୍ମସାତ୍

ବାଙ୍କୀ, ୧୧।୮(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ କେନ୍ଦ୍ର ସମବାୟ ବ୍ୟାଙ୍କ ଅନ୍ତର୍ଗତ ଓସ୍ତିଆ ପଞ୍ଚାୟତର ଆନନ୍ଦପୁର ସେବା ସମବାୟ ସମିତିରେ ହୋଇଥିବା ବ୍ୟାପକ ଦୁର୍ନୀତି ଏବଂ ଅର୍ଥ ହେରଫେର…

ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ କୀଟନାଶକ ପିଇ ବ୍ୟକ୍ତିଙ୍କ ଆତ୍ମହତ୍ୟା ଉଦ୍ୟମ: ଅବସ୍ଥା ଗୁରୁତର

ଛତ୍ରପୁର, ୧୧।୮ (ଦିଲ୍ଲୀପ ସାମଲ / ଦ୍ଵାରିକା ପଟ୍ଟନାୟକ): ଛତ୍ରପୁରସ୍ଥିତ ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ମଙ୍ଗଳବାର ସନ୍ଧ୍ୟାରେ ଏକ ଅଭାବନୀୟ ଘଟଣା ଘଟିଛି। ଜମିଜମା ଓ…

ତିନିଦିନିଆ ଲକ୍ଷପତି ଦିଦି କର୍ମଶାଳା-ପାରମ୍ପରିକ ଖାଦ୍ୟ ପ୍ରତିଯୋଗିତା ଶୁଭାରମ୍ଭ, ବିଧାୟକ ଯୋଗଦେଇ…

ଗଞ୍ଜାମ, ୧୧।୮(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ପରିସରରେ ସମନ୍ୱିତ ଶିଶୁ ପ୍ରକଳ୍ପ କାର୍ଯ୍ୟାଳୟ ପକ୍ଷରୁ ତିନିଦିନିଆ ଲକ୍ଷପତି ଦିଦି କର୍ମଶାଳା ଏବଂ ପାରମ୍ପରିକ ଖାଦ୍ୟ ପ୍ରତିଯୋଗିତା ମଙ୍ଗଳବାର…

ବିଜୟଲକ୍ଷ୍ମୀନାରାୟଣପୁର ଗ୍ରାମରେ ଘଟିଥିଲା ସବର୍ଣ୍ଣ-ଅସବର୍ଣ୍ଣ ସଂଘର୍ଷ: ବର୍ଷେ ପରେ ୩ ଅଭିଯୁକ୍ତ ଗଲେ ଜେଲ 

ଦିଗପହଣ୍ଡି, ୧୧।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବିଜୟଲକ୍ଷ୍ମୀନାରାୟଣପୁର ଗ୍ରାମରେ ଗତ ବର୍ଷ ଘଟିଥିବା ସବର୍ଣ୍ଣ-ଅସବର୍ଣ୍ଣ ଗୋଷ୍ଠୀ ସଂଘର୍ଷ ଏବଂ ହତ୍ୟା ଉଦ୍ୟମ ମାମଲାରେ…

ଭିଟାମାଟିରେ ପହଞ୍ଚିଲା ଦାଦନ ଶ୍ରମିକଙ୍କ ମୃତଦେହ: ରେଡକ୍ରସରୁ ସହାୟତା, ଗୃହହୀନ ପରିବାରକୁ ଥଇଥାନ ଦାବି

ଦିଗପହଣ୍ଡି,୧୧।୮(ଅଶେଷ ନାଥ ମିଶ୍ର): ତାମିଲନାଡ଼ୁରେ ଟ୍ରେନରୁ ଖସି ମୃତ୍ୟୁବରଣ କରିଥିବା ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମର ଦାଦନ ଶ୍ରମିକ ଟୁନା ବେହେରାଙ୍କ ମୃତଦେହ ମଙ୍ଗଳବାର…

ପ୍ରଶାସନିକ ଅବହେଳାର ପ୍ରତିବାଦ: ବର୍ଷାଜଳ ନିଷ୍କାସନ ନ ହେବାରୁ ଅନେକ ଗ୍ରାମର ଚାଷ ଜମି ଜଳମଗ୍ନ, ଆନ୍ଦୋଳନ ଚେତାବନୀ

ହାଟଡିହୀ/ଛେନାପଦୀ,୧୧।୮ (ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ବଡରମ୍ପାସ କେନାଲରେ ଅବ୍ୟବସ୍ଥା ଯୋଗୁ ବର୍ଷାଜଳ ନିଷ୍କାସନ ହୋଇପାରୁ ନାହିଁ, ଯାହାଫଳରେ ଚାଷ କାର୍ଯ୍ୟରେ ଗୁରୁତର…

କୁକୁର ଦାଉରୁ ରକ୍ଷା ପାଇଁ ସିଧାସଳଖ ଜିଲାପାଳଙ୍କୁ ମେସେଜ୍: ନାକେଦମ ହେଲା ପ୍ରଶାସନ, ଶେଷରେ…

ହାଟଡିହୀ,୧୧।୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ପଢ଼ିଆରିପଲ୍ଲୀ ଗ୍ରାମରେ ଜଣେ ମହିଳାଙ୍କ ଘର ଆଗରେ ଏକ କୁକୁର ଶୋଇ ରହିବା ଏବଂ ତାହାକୁ ନେଇ ସୃଷ୍ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri