ମଲ୍‌ ଖୋଲିବାକୁ ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କଲା ଏସ୍‌ସିଏଆଇ

ଭୁବନେଶ୍ୱର: କରୋନା ମହାମାରୀରେ ନିୟନ୍ତ୍ରଣ ଓ ସୁରକ୍ଷିତ ଭାବେ ମଲ୍‌ଗୁଡ଼ିକୁ ଖୋଲିବା ଲାଗି ରାଜ୍ୟ ସରକାରଙ୍କ ଅନୁମତି ପ୍ରଦାନ ପାଇଁ ଶପିଂ ସେଣ୍ଟର ଆସୋସିଏଶନ ଅଫ୍‌ ଇଣ୍ଡିଆ (ଏସ୍‌ସିଏଆଇ) ପକ୍ଷରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ହସ୍ତକ୍ଷେପ ଲୋଡ଼ାଯାଇଛି। ଏଭଳି ଏକ ଗୁରୁତ୍ୱର ବିଷୟକୁ ସଂଘ ମୁଖ୍ୟମନ୍ତ୍ରୀଙ୍କ ଦୃଷ୍ଟିଗୋଚର ସହ ଏ ସମ୍ପର୍କିତ ସମସ୍ତ ସୂଚନା ତାଙ୍କୁ ଅବଗତ କରାଯାଇଛି। ମଲ୍‌ଗୁଡ଼ିକ ପକ୍ଷରୁ ଆବଶ୍ୟକ ପଦକ୍ଷେପ ସହ ଶ୍ରମଶକ୍ତିଙ୍କୁ ଭଲ ଭାବେ ପ୍ରଶିକ୍ଷଣ ଦିଆଯାଇଛି। ସେହିଭଳି ମଲ୍‌ଗୁଡିକୁ ନିୟମିତ ବ୍ୟବଧାନରେ ସଫେଇ ଓ ବିଶୋଧନ କରାଯିବ ବୋଲି ସଂଘ ପକ୍ଷରୁ କୁହାଯାଇଛି। ବର୍ତ୍ତମାନ ସମୟରେ ଉକ୍ତ ଶିଳ୍ପର ବିଭିନ୍ନ ସମସ୍ୟା ସମ୍ପର୍କରେ ଏସ୍‌ସିଏଆଇ ଅଧ୍ୟକ୍ଷ ମୁକେଶ କୁମାର କହିଛନ୍ତି, ମହାମାରୀ ଫଳରେ ସଙ୍ଗଠିତ ଖୁଚୁରା କ୍ଷେତ୍ର ଗୁରୁତର ଭାବେ ପ୍ରଭାବିତ ହୋଇଛି। ଏହାର କିପରି ଉଦ୍ଧାର ହୋଇପାରିବ ସେ ସମ୍ପର୍କରେ ସରକାରଙ୍କ ପକ୍ଷରୁ ତତ୍କାଳ ପଦକ୍ଷେପ ଗ୍ରହଣ ସହ ଆବଶ୍ୟକ ସହାୟତା ପାଇଁ ସଂଘ ଆଶା କରୁଛି। ସରକାରଙ୍କ ସମସ୍ତ କୋଭିଡ୍‌ ଗାଇଡ୍‌ଲାଇନ ପାଳନ ସହ ପ୍ରଶିକ୍ଷିତ ଶ୍ରମ ଶକ୍ତି ଏବଂ ସମ୍ବଳ ଜରିଆରେ ମଲ୍‌ ଖୋଲିବା ପାଇଁ ଆଶା ରହିଛି। ମଲ୍‌ ହିଁ ଏକମାତ୍ର ସ୍ଥାନ ଯେଉଁଠାରେ ପରିଦର୍ଶନକାରୀଙ୍କ ସୁରକ୍ଷା ଓ ସ୍ବଚ୍ଛ ପରିବେଶକୁ ନିଶ୍ଚିତ କରାଯାଇପାରିବ। ଯେହେତୁ ଆର୍ଥିକ ବୋଝ ଅସହ୍ୟ ହେଲାଣି ତେଣୁ ମଲ୍‌ ଖୋଲିବା ଲାଗି ଆମକୁ ଅନୁମତି ଦେବାକୁ ସରକାରଙ୍କୁ ଅନୁରୋଧ କରୁଛୁ ବୋଲି କୁମାର କହିଛନ୍ତି। ରାଜ୍ୟ ସରକାର ସାମୁଦ୍ରିକ ବାତ୍ୟା ୟାସ୍‌ ଓ କୋଭିଡ୍‌-୧୯ର ସଫଳ ମୁକାବିଲା କରିଥିବାରୁ ଏସ୍‌ସିଏଆଇ ପକ୍ଷରୁ ଓଡ଼ିଶା ସରକାରଙ୍କୁ ପ୍ରଶଂସା କରାଯାଇଛି। ବର୍ତ୍ତମାନ ସମୟରେ ଏସ୍‌ସିଏଆଇ ଅଧୀନରେ ୬୫୦ରୁ ଊର୍ଦ୍ଧ୍ୱ ବଡ଼ ମଲ୍‌ ଏବଂ ଏକ ଲକ୍ଷ ବର୍ଗଫୁଟରୁ କମ୍‌ ସ୍ଥାନରେ ସ୍ଥାପନ ହୋଇଥିବା ୧୦୦୦ରୁ ଅଧିକ ମଲ୍‌ ସଦସ୍ୟ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ଭିତରେ ଭାରତ ଠାରୁ ମିସାଇଲ କିଣିଲା ଆମେରିକା, ବିଶ୍ୱରେ ଚହଳ…

ନୂଆଦିଲ୍ଲୀ,୫।୪: ୨୦୨୫-୨୬ ଆର୍ଥିକ ବର୍ଷରେ ଭାରତର ପ୍ରତିରକ୍ଷା ରପ୍ତାନି ସର୍ୱକାଳୀନ ସର୍ୱାଧିକ ସ୍ତରରେ ପହଞ୍ଚିଛି। ଏହା ବିଶ୍ୱ ଅସ୍ତ୍ରଶସ୍ତ୍ର ବଜାରରେ ଭାରତର ବର୍ଦ୍ଧିତ ଉପସ୍ଥିତିକୁ ସ୍ପଷ୍ଟ କରେ।…

ପ୍ରକୃତ ଉଦ୍ୟୋଗୀ କେବଳ ନିଜ ପାଇଁ ସମ୍ପତ୍ତି ସୃଷ୍ଟି କରନ୍ତି ନାହିଁ

ଭାଲଚନ୍ଦ୍ର ମହାନ୍ତି ଜଣେ ପ୍ରଥମ ପିଢିର ଓଡ଼ିଆ ଉଦ୍ୟୋଗୀ ଏବଂ ଓରିକ୍ଲିନ୍‌ ପ୍ରାଇଭେଟ୍‌ ଲିମିଟେଡ୍‌ର ପରିଚାଳନା ନିର୍ଦ୍ଦେଶକ। ୧୯୯୦ ମସିହାରେ କମ୍ପାନୀ ପ୍ରତିଷ୍ଠା ହେବା ପରଠାରୁ ସେ…

ଧନୀ ହେବାକୁ ଛାହୁଁଥିଲେ, ଛାଡ଼ନ୍ତୁ ଏହି ୫ ଅଭ୍ୟାସ: ନଚେତ୍‌ ପଡ଼ିବ ଅଭାବ

ମଧ୍ୟବିତ୍ତ ବର୍ଗର ଲୋକମାନେ ପ୍ରାୟତଃ ଭାବନ୍ତି, ବେଳେବେଳେ ହଠାତ୍‌ ସେମାନଙ୍କର ଆର୍ଥିକ ସଙ୍କଟ ଆସିଯାଉଛି; କିନ୍ତୁ ଏହା ବାସ୍ତବରେ ନୁହେଁ। ଏହା ଏକ ପରିସ୍ଥିତି ଯାହା ଧୀରେ…

ଏକାଗ୍ରତା ଆଣେ ସଫଳତା: ସୁରେଶଙ୍କ ସହ ସ୍ବତନ୍ତ୍ର ସାକ୍ଷାତ୍‌କାର

ହାଇଟେକ୍‌ ଗ୍ରୁପ୍‌ ଅଫ୍‌ ଇନ୍‌ଷ୍ଟିଚ୍ୟୁଶନର ମ୍ୟାନେଜିଂ ଟ୍ରଷ୍ଟି ତଥା ସିଇଓ ସୁରେଶ କୁମାର ପାଣିଗ୍ରାହୀ ଜଣେ ଉଦ୍ୟୋଗୀ ଏବଂ ଶିକ୍ଷାବିତ୍‌ ଭାବରେ ଅନୁଷ୍ଠାନ ଆରମ୍ଭରୁ ଏହାର ଭିତ୍ତିଭୂମିକୁ…

ସରକାରଙ୍କ ବଡ଼ ଘୋଷଣା! ବଦଳିବ ସୁନା କିଣିବା ନିୟମ, ଜାଣନ୍ତୁ ଗ୍ରାହକଙ୍କ ଉପରେ କ’ଣ ପ୍ରଭାବ ପଡ଼ିବ…

ନୂଆଦିଲ୍ଲୀ,୪।୪: ସରକାର ସୁନା କ୍ରୟ ସମ୍ବନ୍ଧୀୟ ନିୟମଗୁଡ଼ିକୁ ଆହୁରି କଠୋର କରିବାକୁ ଯାଉଛନ୍ତି। ଏହି ପଦକ୍ଷେପର ଅଂଶ ସ୍ବରୂପ, ହଲମାର୍କିଂର ଅପବ୍ୟବହାର ବିଷୟରେ ବଢ଼ୁଥିବା ଚିନ୍ତାକୁ ଦୂର…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

ନମ୍ବର ସେଭ୍‌ ନ କରି କରିପାରିବେ WhatsAppରେ ଚାଟ୍‌, ଅନେକେ ଜାଣନ୍ତି ନାହିଁ ଏହି ସିକ୍ରେଟ୍‌…

ନୂଆଦିଲ୍ଲୀ,୩।୪: ସାଧାରଣତଃ ହାଟ୍ସଆପରେ କାହା ସହିତ କଥା ହେବାକୁ ହେଲେ ଆମକୁ ପ୍ରଥମେ ସେହି ବ୍ୟକ୍ତିଙ୍କ ନମ୍ବର ନିଜ ଫୋନରେ ସେଭ କରିବାକୁ ପଡ଼ିଥାଏ। କିନ୍ତୁ ଅନେକ…

ପ୍ରପର୍ଟି କାଗଜପତ୍ର ନାହିଁ, ତଥାପି ମିଳିପାରିବ ହୋମ୍‌ ଲୋନ୍‌? ଜାଣନ୍ତୁ କ’ଣ କହୁଛି ବ୍ୟାଙ୍କ ନିୟମ

ନୂଆଦିଲ୍ଲୀ,୩।୪: ନିଜର ଏକ ସୁନ୍ଦର ଘରଟିଏ କରିବା ସମସ୍ତଙ୍କର ସ୍ବପ୍ନ ଥାଏ। ଏହି ସ୍ବପ୍ନକୁ ସାକାର କରିବାରେ ‘ହୋମ ଲୋନ୍‌’ ବା ଗୃହ ଋଣ ଏକ ମୁଖ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri