Posted inଖେଳ

ଟୋକିଓ ଅଲିମ୍ପିକ୍ସ କାର୍ଯ୍ୟସୂଚୀ ଅପରିବର୍ତ୍ତିତ ରହିବ

ଟୋକିଓ,୧୮।୭(ଏପି): ଟୋକିଓ ଅଲିମ୍ପିକ୍ସର କାର୍ଯ୍ୟସୂଚୀ ପ୍ରାୟ ଅପରିବର୍ତ୍ତତ ରହିବ। ଆସନ୍ତାବର୍ଷ ଆୟୋଜନ ହେବାକୁ ଥିବା ଏହି ବିଳମ୍ବିତ ମେଗା ଇଭେଣ୍ଟର ୪୨ଟି ଭେନ୍ୟୁକୁ ସୁରକ୍ଷିତ ରଖାଯାଇଛି। ସେହିପରି ଆଥଲେଟ୍ସ ଭିଲେଜ୍‌ ଓ ମୁଖ୍ୟ ପ୍ରେସ୍‌ ସେଣ୍ଟରକୁ ମଧ୍ୟ ବ୍ୟବସ୍ଥିତ କରାଯାଇଛି ଅଲିମ୍ପିକ୍ସ ଆୟୋଜକ କମିଟି ତରଫରୁ କୁହାଯାଇଛି। ଏ ନେଇ କମିଟି ଅଧ୍ୟକ୍ଷ ୟୋଶିରୋ ମୋରି ଓ ମୁଖ୍ୟ କାର୍ଯ୍ୟନିର୍ବାହୀ ତୋଶିରୋ ମୁଟୋ ଅନ୍ତର୍ଜାତୀୟ ଅଲିମ୍ପିକ କମିଟି (ଆଇଓସି) ସଦସ୍ୟମାନଙ୍କୁ ଅବଗତ କରାଯାଇଛି। ଅନ୍‌ଲାଇନ୍‌ ମାଧ୍ୟମରେ ହୋଇଥିବା ବୈଠକରେ ଏହି ଦୁଇଜଣ ଜାପାନରୁ ବାର୍ତ୍ତା ସଦସ୍ୟମାନଙ୍କୁ ବାର୍ତ୍ତା ପଠାଇଥିଲେ।
କୋଭିଡ୍‌-୧୯ ମହାମାରୀ କାରଣରୁ ଅଲିମ୍ପିକ ଗୋଟିଏ ବର୍ଷ ଘୁଞ୍ଚାଇ ଦିଆଯାଇଥିବାରୁ ୨ରୁ ୬ ବିଲିୟନ ଆମେରିକୀୟ ଡଲାର କ୍ଷତି ହେବ ବୋଲି କୁହାଯାଇଛି। ଅଲିମ୍ପିକ୍ସର ଉଦ୍‌ଘାଟନୀ ଉତ୍ସବ ୨୦୨୧ ଜୁଲାଇ ୨୩ରେ ଆୟୋଜନ ହେବ। ୨୪ ତାରିଖରେ କାର୍ଯ୍ୟସୂଚୀ ଅନୁଯାୟୀ ପୂରା ଦିନ ବିଭିନ୍ନ ଇଭେଣ୍ଟ ଆୟୋଜନ ହେବ। ଫାଙ୍କା ଷ୍ଟାଡିୟମରେ ଆମେ ଅଲିମ୍ପିକ୍ସ ଆୟୋଜନ କରିବାକୁ ଚାହୁଁନାହୁଁ। ଖାଲି ଷ୍ଟାଡିୟମକୁ ପ୍ରାଥମିକତା ଦିଆଯିବ ନାହିଁ। ତେବେ ଏହା ଏକ ବଡ଼ ବିକଳ୍ପ ବୋଲି ଆଇଓସି ଅଧ୍ୟକ୍ଷ ଥୋମାସ୍‌ ବାକ୍‌ କହିଛନ୍ତି। ସ୍ବାସ୍ଥ୍ୟ ଓ ନିରାପତ୍ତାକୁ ଦୃଷ୍ଟିରେ ରଖି ଅଲିମ୍ପିକ୍ସର ସମାଧାନ ପାଇଁ ଆମେ କାର୍ଯ୍ୟ କରୁଛୁ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ବିଶ୍ୱର ୪ ନମ୍ବର ଯୋଡ଼ିକୁ ହରାଇ ସାତ୍ତ୍ୱିକ-ଚିରାଗ ଜିତିଲେ ଚାଇନା ମାଷ୍ଟର୍ସ ଟାଇଟଲ

ଶେନ୍‌ଝେନ୍‌,୬ା୯:ଭାରତର ଷ୍ଟାର ପୁରୁଷ ଡବଲ୍ସ ଖେଳାଳି ସାତ୍ତ୍ୱିକସାଇରାଜ ରାଙ୍କିରେଡ୍ଡୀ ଓ ଚିରାଗ ଶେଟ୍ଟି ୩ ଗେମ୍‌ ବିଶିଷ୍ଟ ଏକ ରୋମାଞ୍ଚକ ଫାଇନାଲରେ ଚାଇନାର ହି ଜି ତିଙ୍ଗ୍‌…

ପାକ୍‌ ଖେଳାଳିଙ୍କ ଫୋନ୍‌ ଜବତ କଲା ପିସିବି, କାହିଁକି ଜାଣନ୍ତୁ…

ଲଣ୍ଡନ,୬ା୯: ପାକିସ୍ତାନର ସମସ୍ୟାପୂର୍ଣ୍ଣ ଇଂଲଣ୍ଡ ଟୁର ଏକ ଅପ୍ରତ୍ୟାଶିତ ମୋଡ଼ ନେଇଛି। ଏଜବାଷ୍ଟନଠାରେ ଇଂଲଣ୍ଡ ବିପକ୍ଷ ଅନ୍ତିମ ତଥା ତୃତୀୟ ଟେଷ୍ଟ ପୂର୍ବରୁ ଜାତୀୟ ଦଳର କିଛି…

ଟିମ୍‌ରୁ ବାଦ ପଡ଼ିବାର ରହସ୍ୟ ଖୋଲିଲେ ରାଇନା, କୋହଲିଙ୍କ ଅଧିନାୟକତ୍ୱକୁ ନେଇ କହିଲେ ବଡ଼ କଥା

ନୂଆଦିଲ୍ଲୀ,୬।୯: ଭାରତୀୟ କ୍ରିକେଟ୍ ଦଳର ପୂର୍ବତନ ଷ୍ଟାର୍ ବ୍ୟାଟର ସୁରେଶ ରାଇନା ଟିମ୍ ଇଣ୍ଡିଆରୁ ବାଦ ପଡ଼ିବାକୁ ନେଇ ବଡ଼ ବୟାନ ଦେଇଛନ୍ତି। ବିରାଟ କୋହଲି ଭାରତୀୟ…

ପାକିସ୍ତାନୀ ଖେଳାଳିଙ୍କ ଫୋନ ଜବତ କଲା PCB; ମ୍ୟାଚ ଫିକ୍ସିଂ ସନ୍ଦେହ? ଉଠିଲାଣି ପ୍ରଶ୍ନ

ଇସଲାମାବାଦ,୬।୯: ପାକିସ୍ତାନ କ୍ରିକେଟ ବୋର୍ଡ (PCB) ସମ୍ପ୍ରତି ଏପରି ନିଷ୍ପତ୍ତି ନେଇଛି ଯାହାକୁ ନେଇ ବିଶ୍ୱବ୍ୟାପୀ ହାସ୍ୟରସ ସୃଷ୍ଟି ହୋଇଛି। ଏବେ, ଇଂଲଣ୍ଡ ଗସ୍ତ ସମୟରେ ଆଉ…

ରୋନାଲ୍ଡୋ-ମେସିଙ୍କୁ ନେଇ ଇତିହାସରେ ପ୍ରଥମ ଥର ଘଟିବାକୁ ଯାଉଛି ଏମିତି ଘଟଣା, ଅପେକ୍ଷାରେ ପ୍ରଶଂସକ

ନୂଆଦିଲ୍ଲୀ,୬।୯: ପର୍ତ୍ତୁଗାଲର କ୍ରିଷ୍ଟିଆନୋ ରୋନାଲ୍ଡୋ ଏବଂ ଆର୍ଜେଣ୍ଟିନାର ଲିଓନେଲ ମେସି ଫୁଟବଲ ଜଗତର ଦୁଇ କିମ୍ବଦନ୍ତୀ ତାରକା। ପ୍ରାୟ 15 ବର୍ଷ ଧରି, ସେମାନଙ୍କର ପ୍ରତିଦ୍ୱନ୍ଦ୍ୱିତା ବିଶ୍ୱ…

ବୈଭବ ସୂର୍ଯ୍ୟବଂଶୀଙ୍କ ନାଁରେ ପୁଣି ଲଜ୍ଜାଜନକ ରେକର୍ଡ!

ନୂଆଦିଲ୍ଲୀ,୬।୯: ୨୦୨୬ ଦୁଲୀପ ଟ୍ରଫି ଫାଇନାଲର ପ୍ରଥମ ଇନିଂସରେ ବୈଭବ ସୂର୍ଯ୍ୟବଂଶୀ ଅର୍ଦ୍ଧଶତକରୁ ବଞ୍ଚିତ ହୋଇଥିଲେ ଏବଂ ୧୫ତମ ଓଭରରେ ୪୪ ରନ କରି ଆଉଟ ହୋଇଥିଲେ।…

ମହମ୍ମଦ ଶାମିଙ୍କୁ ନେଇ ଆସିଲା ବଡ଼ ଖବର, ଚୟନକର୍ତ୍ତାଙ୍କ ନଜର ଦୁଲୀପ ଟ୍ରଫି ଫାଇନାଲ ଉପରେ

ନୂଆଦିଲ୍ଲୀ,୬।୯: ଅଭିଜ୍ଞ ଭାରତୀୟ ଦ୍ରୁତ ବୋଲର ମହମ୍ମଦ ଶାମିଙ୍କ ODI ଦଳକୁ ଫେରିବା ପାଇଁ ପଥ ଖୋଲିପାରେ। ଭାରତ ସେପ୍ଟେମ୍ବର 27 ରୁ ୱେଷ୍ଟଇଣ୍ଡିଜ ବିପକ୍ଷରେ ଏକ…

ପାକିସ୍ତାନକୁ ହରାଇ ଭାରତର ଲଗାତର ତୃତୀୟ ବିଜୟ

ଦୁବାଇ,୫ା୯: ମହିଳା ଏସିଆ କପ୍‌ ଟି୨୦ ପ୍ରତିଯୋଗିତାରେ ଶନିବାର ଅନୁଷ୍ଠିତ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ପାକିସ୍ତାନକୁ ପରାସ୍ତ କରିଛି। ପୂର୍ବରୁ ସେମିଫାଇନାଲରେ ସ୍ଥାନ ପକ୍କା କରିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri