ବାଜିଲା ସ୍କୁଲ ଘଣ୍ଟି: ଶ୍ରେଣୀଗୃହକୁ ଗଲେ ପିଲା

ଭୁବନେଶ୍ୱର,୭ା୨(ବ୍ୟୁରୋ): କୋଭିଡ୍‌ କଟକଣା ସହ ରାଜ୍ୟରେ ସୋମବାରଠାରୁ ଶିକ୍ଷାନୁଷ୍ଠାନ ଖୋଲିଛି। ଆଜି ଅଷ୍ଟମରୁ ଦଶମ ଶ୍ରେଣୀ ଛାତ୍ରୀଛାତ୍ର ପୂର୍ବାହ୍ନ ୧୦ଟାରେ ସ୍କୁଲ ଘଣ୍ଟି ବାଜିବା ପରେ ଶ୍ରେଣୀଗୃହକୁ ପ୍ରବେଶ କରିଛନ୍ତି। ଅଷ୍ଟମ ଶ୍ରେଣୀ ପିଲାଙ୍କ ପାଇଁ ପୂର୍ବାହ୍ନ ୯ରୁ ୪ ଟା ପର୍ଯ୍ୟନ୍ତ କ୍ଲାସ ହେବ।  ୯ମରୁ ଦ୍ୱାଦଶ ଶ୍ରେଣୀ ଛାତ୍ରୀଛାତ୍ରଙ୍କ ପାଇଁ ପୂର୍ବାହ୍ନ ୧୦ଟାରୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ କ୍ଲାସ ଚାଲିବ।  ତେବେ ସ୍କୁଲରେ ମଧ୍ୟାହ୍ନଭୋଜନ ପାଇଁ ଅନୁମତି ଦିଆଯିବ ନାହିଁ। ପରବର୍ତ୍ତୀ ଆଦେଶ ପର୍ଯ୍ୟନ୍ତ ମଧ୍ୟାହ୍ନଭୋଜନ ପରିବର୍ତ୍ତେ ଶୁଖିଲା ଖାଦ୍ୟ ଯୋଗାଇ ଦିଆଯିବ।

ସେହିପରି ରାଜ୍ୟରେ ସମସ୍ତ ଉଚ୍ଚ ଶିକ୍ଷାନୁଷ୍ଠାନ ମଧ୍ୟ ଆଜିଠୁ ଖୋଲିଛି। ଶିକ୍ଷାନୁଷ୍ଠାନ ଖୋଲିଥିଲେ ମଧ୍ୟ ଉଭୟ ଅଫ୍‌ଲାଇନ୍‌ ଏବଂ ଅନ୍‌ଲାଇନ୍‌ ପାଠପଢ଼ା ଜାରି ରହିବ। ଶ୍ରେଣୀଗୃହରେ କୋଭିଡ୍‌ କଟକଣା ପାଳନ କରିବାକୁ ସରକାରଙ୍କ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି।

ସୂଚନାଯୋଗ୍ୟ, ଗତ ୨ ବର୍ଷ ହେବ କରୋନା ଯୋଗୁ ଶିକ୍ଷାଦାନ ବ୍ୟାହତ ହୋଇଛି। ଏବେ ସଂକ୍ରମଣ ହ୍ରାସ ପାଉଥିବାରୁ ରାଜ୍ୟ ସରକାର ଶିକ୍ଷାନୁଷ୍ଠାନ ଖୋଲି ପାଠପଢ଼ା ସ୍ବାଭାବିକ କରିବାକୁ ନିଷ୍ପତ୍ତି ନେଇଛନ୍ତି। କରୋନା ପରିସ୍ଥିତିକୁ ଦେଖି ପରୀକ୍ଷା କରିବାକୁ ମାଧ୍ୟମିକ ଶିକ୍ଷା ପରିଷଦ ନିଷ୍ପତ୍ତି ନେବ ବୋଲି ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶା ସିଭିଲ ସର୍ଭିସ ପରୀକ୍ଷାର୍ଥୀଙ୍କ ପାଇଁ ବଡ଼ ଖବର: ଅକ୍ଟୋବର ୨୯ରୁ …

କଟକ,୨୯।୮: ଓଡ଼ିଶା ଲୋକସେବା ଆୟୋଗ (OPSC) ପକ୍ଷରୁ ଓଡ଼ିଶା ସିଭିଲ ସର୍ଭିସ (OCS) ମେନ୍ ପରୀକ୍ଷାର ତାରିଖ ଘୋଷଣା କରାଯାଇଛି। ଆସନ୍ତା ଅକ୍ଟୋବର ୨୯ ତାରିଖରୁ ନଭେମ୍ବର…

ନେପାଳ ବନ୍ୟାରେ ସାଙ୍ଘାତିକ ଲୁଟ୍! ଭାସିଆସିଲା ସିନ୍ଦୁକ, ଲୁଟିନେଲେ ୯୨.୭ ଲକ୍ଷ! ମୃତଦେହରୁ ବି ଚୋରି ହେଲା…

କାଠମାଣ୍ଡୁ, ୨୯।୮: ନେପାଳରେ ସମ୍ପ୍ରତି ଆସିଥିବା ବିନାଶକାରୀ ବନ୍ୟା ମଧ୍ୟରେ କିଛି ଚାଞ୍ଜଲ୍ୟକର ଘଟଣା ସାମ୍ନାକୁ ଆସିଛି। ବନ୍ୟା ପାଣିରେ ଭାସିଆସିଥିବା ଏକ ସେଫ୍‌ (ସିନ୍ଦୁକ)ରୁ ଟଙ୍କା…

ଗ୍ଲେସିଅର୍ ତାଣ୍ଡବ ମଧ୍ୟରେ ଭାରତ ସାଜିଲା ଦେବଦୂତ! ପିଏମ୍ ମୋଦିଙ୍କୁ ‘ଉଦାର’ କହି କୃତଜ୍ଞତା ଜଣାଇଲେ ନେପାଳ ଅର୍ଥମନ୍ତ୍ରୀ!

କାଠମାଣ୍ଡୁ,୨୯।୮: ନେପାଳ-ତିବ୍ବତ ସୀମାରେ ହିମସ୍ଖଳନ ଏବଂ ଗ୍ଲେସିଅର୍ ଫାଟିବା ଯୋଗୁ ଆସିଥିବା ବିନାଶକାରୀ ବନ୍ୟା ନେପାଳରେ ଭୟଙ୍କର ତାଣ୍ଡବ ରଚିଛି। ଏହି ପ୍ରାକୃତିକ ବିପତ୍ତିରେ ବର୍ତ୍ତମାନ ସୁଦ୍ଧା…

ରୋଷେଇ ଘରେ ବିଷ? ଏଭରେଷ୍ଟ ହିଙ୍ଗୁ ଉପରେ FSSAIର ବ୍ୟାନ୍, ୩ ମସଲା ନେଇ ସାମ୍ନାକୁ ଆସିଲା ବଡ଼ ଜାଲିଆତି!

ନୂଆଦିଲ୍ଲୀ,୨୯।୮: ଭାରତୀୟ ଖାଦ୍ୟ ସୁରକ୍ଷା ଓ ମାନକ ପ୍ରାଧିକରଣ (FSSAI) ଗ୍ରାହକଙ୍କ ସ୍ୱାସ୍ଥ୍ୟ ସୁରକ୍ଷାକୁ ଦୃଷ୍ଟିରେ ରଖି ଏକ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ପ୍ରସିଦ୍ଧ ମସଲା…

NDAରେ ବଡ଼ ଫାଟ: କେନ୍ଦ୍ରମନ୍ତ୍ରୀଙ୍କ ଇସ୍ତଫା ମାଗିଲେ ଚିରାଗ ପାଶୱାନ, ଦିଲ୍ଲୀରେ ପଡିଲା ଚହଳ…

ନୂଆଦିଲ୍ଲୀ,୨୯।୮: NDAରେ ଦଳିତ ସଂରକ୍ଷଣକୁ ନେଇ ଫାଟ ସ୍ପଷ୍ଟ ଦେଖାଯାଉଛି। ଲୋକ ଜନଶକ୍ତି ପାର୍ଟି (ରାମବିଲାସ) ର ମୁଖ୍ୟ କେନ୍ଦ୍ରମନ୍ତ୍ରୀ ଚିରାଗ ପାଶୱାନ, ମୋଦି କ୍ୟାବିନେଟରେ ଥିବା…

ରାକ୍ଷୀ ପୂର୍ଣ୍ଣିମା ପାଇଁ ବାପଘରକୁ ଆସିଥିଲେ: ମାଟି କାନ୍ଥ ଭୁଶୁଡ଼ି ଶିଶୁ ସମେତ ୩ ଗୁରୁତର

ବାରିପଦା, ୨୯।୮ (ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବଡ଼ସାହି ବ୍ଲକ ଅନ୍ତର୍ଗତ ପଟିସାରି ଗ୍ରାମପଞ୍ଚାୟତର ଜଡ଼ିପଦା ଗାଁରେ ମାଟି କାନ୍ଥ ଭୁଶୁଡ଼ି ଶିଶୁ ସମେତ ୩…

ଗଣତନ୍ତ୍ରକୁ ସଶକ୍ତ କରିବା ପାଇଁ ଯୁବପିଢ଼ିଙ୍କୁ ଆହ୍ବାନ: ସଚେତନ ନାଗରିକ ହେବାକୁ ଛାତ୍ରୀଛାତ୍ରଙ୍କ ଶପଥ

ଭଞ୍ଜନଗର,୨୯ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ଅନ୍ତର୍ଗତ ପିଏମ ସରକାରୀ ଉଚ୍ଚ ବିଦ୍ୟାଳୟ, ମୁଜାଗଡ଼ ଏବଂ କବିସମ୍ରାଟ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, କୁଲାଡ଼ରେ ନିର୍ବାଚନ ସାକ୍ଷରତା…

ନିଟ୍‌ରେ ୧୫,୨୭୨ ରାଙ୍କ: ଆଦିତ୍ୟଙ୍କୁ ସମ୍ବର୍ଦ୍ଧନା

ରାଇକିଆ, ୨୯।୮ (ପ୍ରଦୀପ ବେହେରା): ଚଳିତ ବର୍ଷ ନିଟ୍‌ ପରୀକ୍ଷାରେ ସଫଳତା ହାସଲ କରିଥିବା ରାଇକିଆର ଛାତ୍ର ଆଦିତ୍ୟ ପାତ୍ରଙ୍କୁ ରାଇକିଆ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri