ବିଦ୍ୟାଳୟ ପରିସର ପାଲଟିଛି ଅସାମାଜିକଙ୍କ ଆଡ୍ଡାସ୍ଥଳୀ

ନୂଆଗାଁ,୧୪।୭ (ଧନେଶ୍ୱର ସାହୁ): ନୟାଗଡ଼ ଜିଲା ନୂଆଗାଁ ବ୍ଲକ ଖଣ୍ଡୁଗାଁ ପଞ୍ଚାୟତରେ ଥିବା ଗୋଳଗୋଳା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ନାନା ଅବ୍ୟବସ୍ଥା ମଧ୍ୟରେ ଚାଲିଛି। ଏହାର ସୁଯୋଗ ନେଇ କେତେଜଣ ଅସାମାଜିକ ବ୍ୟକ୍ତି ସ୍କୁଲ ପରିସରରେ ମଦ, ଗଞ୍ଜେଇ ଓ ବ୍ରାଉନସୁଗାର ଆଦି ସେବନ କରୁଛନ୍ତି। ହେଲେ ଏ ସଂକ୍ରାନ୍ତରେ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇ ନ ଥିବା ଅଭିଯୋଗ ହୋଇଛି।
ନୂଆଗାଁ ବ୍ଲକ ଖଣ୍ଡୁଗାଁ ପଞ୍ଚାୟତ ଗୋଳଗୋଳା ଗ୍ରାମର ପିଲାମାନଙ୍କ ପାଠ ପଢାକୁ ଦୃଷ୍ଟିରେ ରଖି ୧୯୬୨ରେ ଗୋଳଗୋଳା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପ୍ରତିଷ୍ଠା କରାଯାଇଥିଲା । କିନ୍ତୁ ଦୀର୍ଘ ୬୦ ବର୍ଷ ପରେ ବି ସ୍କୁଲଟି ଅବହେଳିତ ହୋଇ ରହିଛି । ଛାତ୍ରୀଛାତ୍ରମାନଙ୍କୁ ସ୍କୁଲ ଅଭିମୁଖୀ କରାଇବା ସହ ନୂତନ ଜ୍ଞାନ କୌଶଳରେ ପାଠ ପଢାଇବା ପାଇଁ ସରକାର ଲକ୍ଷାଧିକ ଟଙ୍କା ବ୍ୟୟ କରୁଛନ୍ତି। ହେଲେ ଗୋଳଗୋଳା ସ୍କୁଲରେ ଅନେକ ସମସ୍ୟା ରହିଥିଲେ ମଧ୍ୟ ସେଥିପ୍ରତି କୌଣସି ଅଧିକାରୀ କିମ୍ବା ଜନ ପ୍ରତିନିଧି ଦୃଷ୍ଟି ଦେଉ ନ ଥିବା ଅଭିଯୋଗ ହେଉଛି । ସ୍କୁଲଟିରେ ପ୍ରଥମ ଶ୍ରେଣୀଠାରୁ ସପ୍ତମ ଶ୍ରେଣୀ ପର୍ଯ୍ୟନ୍ତ ୩୧ ଜଣ ଛାତ୍ରୀଛାତ୍ର ପାଠ ପଢୁଛନ୍ତି। ସ୍ଥାନୀୟ ଶିଶୁମାନଙ୍କ ପାଇଁ ସ୍କୁଲ ପରିସରରେ ଅଙ୍ଗନଓ୍ବାଡ଼ି ଗୃହ ନିର୍ମାଣ ଅଧପନ୍ତରିଆ ଭାବେ ପଡି ରହିଛି । ଲଗାଯାଇଥିବା ସୂଚନା ଫଳକ ଅନୁସାରେ ୨୦୧୩-୧୪ରୁ ଅଙ୍ଗନଓ୍ବାଡି ଗୃହର ନିର୍ମାଣ ଆରମ୍ଭ କରାଯାଇଥିଲେ ମଧ୍ୟ ଅଦ୍ୟାବଧି ସମ୍ପୂର୍ଣ୍ଣ ହୋଇନାହିଁ । ସ୍କୁଲର ସୁରକ୍ଷା ପାଇଁ ପାଚେରୀ ନିର୍ମାଣ ହୋଇ ନ ଥିବାରୁ ଅସାମାଜିକ ବ୍ୟକ୍ତିମାନେ ଅର୍ଦ୍ଧ ନିର୍ମିତ ଅଙ୍ଗନଓ୍ବାଡି ଘରେ ବସି ମଦ ଗଞ୍ଜେଇ ଓ ବ୍ରାଉନସଗୁର ଆଦି ମାଦକ ଦ୍ରବ୍ୟ ସେବନ କରିବା ସହ ଅସାମାଜିକ କାର୍ଯ୍ୟ କରିବା ପାଇଁ ମେଳି ବାନ୍ଧୁଛନ୍ତି। ଏପରି କି ସ୍କୁଲ କବାଟ ଭାଙ୍ଗି ଚୋରି ହୋଇଥିବା ଅଭିଯୋଗ ହୋଇଛି । ପ୍ରତି ସ୍କୁଲକୁ ବିଦ୍ୟୁତ୍‌ ସଂଯୋଗ କରିବା ନିର୍ଦ୍ଦେଶ ଦିଆଯାଇଥିଲେ ମଧ୍ୟ ଉକ୍ତ ସ୍କୁଲରେ ସେହି ବ୍ୟବସ୍ଥା ନାହିଁ। ଛାତ୍ରୀଛାତ୍ରମାନଙ୍କ ବ୍ୟବହାର ନିମନ୍ତେ ନଳକୂଅଟିଏ ଖୋଳା ଯାଇଥିଲେ ମଧ୍ୟ ସେହି ପାଣି ପିଇବା ସମ୍ଭବ ହେଉ ନାହିଁ । ଏପରି ସମସ୍ୟା ବାବଦରେ ସ୍କୁଲ ଶିକ୍ଷୟିତ୍ରୀ ଶିକ୍ଷକ ବାରମ୍ବାର ଅଭିଯୋଗ କଲେ ମଧ୍ୟ ସେମାନଙ୍କ କଥାକୁ କେହି ଗୁରୁତ୍ୱ ଦେଉ ନ ଥିବା ଅଭିଯୋଗ ହେଉଛି । ସ୍କୁଲର ସମସ୍ୟା ବିଷୟରେ ଅଧିକାରୀଙ୍କୁ ଜଣାଇବା ସହ ପାଚେରୀ ନିର୍ମାଣ ପାଇଁ ପଞ୍ଚାୟତ ନିର୍ବାହୀ ଅଧିକାରୀଙ୍କୁ ଲିଖିତ ଭାବେ ଅବଗତ କରାଯାଇଛି ବୋଲି କହିଛନ୍ତି ସ୍କୁଲର ପ୍ରଧାନଶିକ୍ଷୟିତ୍ରୀ ଡ.ବାସନ୍ତୀ ବେହେରା । ସ୍କୁଲର ସୁରକ୍ଷା ଓ ଛାତ୍ରୀଛାତ୍ରଙ୍କ ସମସ୍ତ ଅସୁବିଧାକୁ ଶୀଘ୍ର ପୂରଣ କରିବା ପାଇଁ ଦାବି କରିଛନ୍ତି ଅବସରପ୍ରାପ୍ତ ସେନା ଅଧିକାରୀ ଉମେଶ କୁମାର ଚୈନ । ସ୍କୁଲ ସମସ୍ୟା ବାବଦରେ ନୁଆଗାଁ ବିଡିଓ ସଚ୍ଚିଦାନନ୍ଦ ମିଶ୍ରଙ୍କୁ ପଚାରିବାରେ ସ୍କୁଲ ସମସ୍ୟା ଦୂର କରିବାକୁ ପ୍ରାଧାନ୍ୟ ଦିଆଯିବ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସକାଳୁ ସକାଳୁ ବରଗଡ଼ ସହରରେ ଅଗ୍ନିକାଣ୍ଡ: ଚଷମା ଦୋକାନ ଛାରଖାର

ବରଗଡ଼,୮ା୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ସୋମବାର ସକାଳୁ ଏକ ଅଗ୍ନିକାଣ୍ଡ ଘଟିଛି। ସ୍ଥାନୀୟ କୋର୍ଟ ସମ୍ମୁଖ ମାର୍କେଟ କମ୍ପ୍ଲେକ୍ସରେ ନିଆଁ ଲାଗିଛି। ଏକ ଚଷମା ଦୋକାନରୁ...

ଆଇଏସ୍‌ପିଏଲ୍‌ ନିଲାମରେ ଓଡ଼ିଆ ପୁଅ ରାଜେଶ

ଖୋର୍ଦ୍ଧା,୮ା୧୨(ପ୍ରଭାତ ପାଣିଗ୍ରାହୀ):ଏବେ ସବୁଆଡ଼େ କ୍ରିକେଟର କ୍ରେଜ୍‌। ଛୋଟଠୁ ବଡ଼ ସମସ୍ତେ କ୍ରିକେଟ୍‌ ମାନିଆ। ଏଥିରେ କ୍ୟାରିୟର କରିବା ପାଇଁ ଯୁବପିଢ଼ିଙ୍କ ମଧ୍ୟରେ ଏକପ୍ରକାର ଉତ୍ସାହ ରହିଛି।...

ଗୋଆ ଅଘଟଣ: ୨୫ ମୃତକଙ୍କ ମିଳିଲା ପରିଚୟ

ପଣଜୀ,୮ା୧୨(ପି.ଟି/ଏଜେନ୍ସି):ଗୋଆ ରାଜଧାନୀ ପଣଜୀରୁ ୨୫ କି.ମି. ଦୂରରେ ‘ବର୍ଚ ବାଇ ରୋମିଓ ଲେନ୍‌’ ନାଇଟ୍‌ କ୍ଲବ୍‌ ଅବସ୍ଥିତ। ବେଆଇନ ଭାବେ ନିର୍ମିତ ଏହି କ୍ଲ୍‌ବ୍‌କୁ ଭାଙ୍ଗିବା...

ଓଲଟିଲା ପିଡିଏସ୍‌ ଚାଉଳ ବୋଝେଇ ଟ୍ରକ୍‌

ଥୁଆମୂଳ ରାମପୁର,୮ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ସିଲେଟ ଗ୍ରାମ ପଞ୍ଚାୟତରେ ଏକ୍‌ ପିଡିଏସ୍‌ ଚାଉଳ ବୋଝେଇ ଟ୍ରକ୍‌ ଭାରସାମ୍ୟ ହରାଇ...

ଶୀତୁଆ ରାତିରେ ଶିକ୍ଷକଙ୍କ ଆନ୍ଦୋଳନ: ସରକାର ଦେଲେ ଏମିତି ପ୍ରତିଶ୍ରୁତି

ଭୁବନେଶ୍ୱର, ୮।୧୨(ରବିନାରାୟଣ ଜେନା):ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକମାନଙ୍କ ରଣହୁଙ୍କାରକୁ ରାଜ୍ୟ ସରକାର ଗୁରୁତ୍ୱର ସହ ଗ୍ରହଣ କରିଛନ୍ତି। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଏବଂ ଉଚ୍ଚଶିକ୍ଷା ବିଭାଗ...

ଏଇ ଭାରତରେ

ବାହାରେ କିମ୍ବା ଘରେ ଅଦରକାରୀ ଜିନିଷ ଠୁଳ ହୋଇ ରହିବା ପ୍ରଦୂଷଣର କାରଣ ପାଲଟୁଛି। ପ୍ରଦୂଷଣ ହ୍ରାସ କରିବା ସକାଶେ ରିସାଇକ୍ଲିଂ ପଦ୍ଧତିରେ ଏଗୁଡ଼ିକର ପୁନଃ...

ପୁଟିନଙ୍କ ପରେ ଭାରତ ଆସିପାରନ୍ତି ଜେଲେନ୍‌ସ୍କି

ନୂଆଦିଲ୍ଲୀ,୮ା୧୨:ୟୁକ୍ରେନ୍‌ ରାଷ୍ଟ୍ରପତି ଭୋଲୋଡିମିର ଜେଲେନ୍‌ସ୍କି ୨୦୨୬ ଜାନୁଆରୀରେ ଭାରତ ଆସିପାରନ୍ତି। ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌ଙ୍କ ଗସ୍ତ ପରେ ନୂଆଦିଲ୍ଲୀ ପକ୍ଷରୁ କୂଟନୈତିକ ସନ୍ତୁଳନ ଉଦ୍ୟମ...

କଚ୍ଛପ ଗତି

କୌଣସି କାର୍ଯ୍ୟ ସମ୍ପାଦନରେ ଉଛୁର ହେଲେ, ଲକ୍ଷ୍ୟ ହାସଲରେ ଡେରି ହେଲେ କିମା ନିର୍ଦ୍ଦିଷ୍ଟ ସ୍ଥାନରେ ପହଞ୍ଚିବା ପାଇଁ ବିଳମ୍ବ ଘଟିଲେ ବିଳମ୍ବର କାରଣକୁ କଚ୍ଛପର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri