୩ ମାସ ପରେ ବି ହସ୍ତାନ୍ତର ହୋଇପାରୁନି ବିଦ୍ୟାଳୟ ଶ୍ରେଣୀଗୃହ

ଝରିଗାଁ,୧ା୨(ସ୍ବ.ପ୍ର.): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ବାଣୁଆଗୁଡ଼ା ପଞ୍ଚାୟତ କୁହୁରାକୋଟ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପ୍ରଥମ ଶ୍ରେଣୀରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ରହିଛି। ମୋଟ୍‌ ୨୬୨ ଛାତ୍ରୀଛାତ୍ରଙ୍କ ପାଇଁ ୭ ଶିକ୍ଷୟିତ୍ରୀ/ଶିକ୍ଷକ ରହିଛନ୍ତି। ବିଦ୍ୟାଳୟରେ ଆବଶ୍ୟକ ଅନୁଯାୟୀ, ଶ୍ରେଣୀ ଗୃହ ନାହିଁ। ୮ଟି ଶ୍ରେଣୀ ପାଇଁ ବ୍ୟବହାର ହେଉଛି ମାତ୍ର ୪ଟି ଶ୍ରେଣୀ ଗୃହ। ଯାହା ଫଳରେ ଗୋଟିଏ ଶ୍ରେଣୀର ପିଲାଙ୍କୁ ପାଠ ପଢ଼ାଇବା ସମୟରେ ଅନ୍ୟ ଶ୍ରେଣୀର ପିଲାମାନଙ୍କ ପାଠପଢ଼ାରେ ବ୍ୟାହତ ହେଉଛି। ଶିକ୍ଷକମାନେ ପିଲାଙ୍କୁ ଗୁଣାତ୍ମକ ଶିକ୍ଷା ପ୍ରଦାନ ପାଇଁ ସବୁ ସମୟରେ ନାହିଁ ନ ଥିବା ସମସ୍ୟାର ସମ୍ମୁଖୀନ ହେବାକୁ ପଡୁଛି। ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ଦ୍ୱାରା ୫ମ ଏସ୍‌.ଏଫ୍‌.ସି ଜିଆଇଏ ଯୋଜନା ସହାୟତାରେ ୩ ଲକ୍ଷ ୭୫ ହଜାର ଅଟକଳ ମୂଲ୍ୟରେ ଏକ ଅତିରିକ୍ତ ଶ୍ରେଣୀ ଗୃହ ନିର୍ମାଣ କରାଯାଇଛି। ଗୃହ କାର୍ଯ୍ୟ ଶେଷ ହେବାର ୩ ମାସ ବିତିଯାଇଥିଲେ ମଧ୍ୟ ତାହା ଆଜି ପଯର୍ର୍‌ୟନ୍ତ ସଂପୃକ୍ତ ବିଦ୍ୟାଳୟର ପ୍ରଧାନଶିକ୍ଷକଙ୍କୁ ହସ୍ତାନ୍ତର ହୋଇପାରିନାହିଁ। ଯାହାଫଳରେ ପିଲାଙ୍କୁ ଆବଶ୍ୟକ ଶ୍ରେଣୀ ଗୃହରୁ ବଞ୍ଚିତ ରହିଛନ୍ତି। ଏ ନେଇ ସଂପୃକ୍ତ ବିଦ୍ୟାଳୟ ପ୍ରଧାନଶିକ୍ଷକ ସ୍ଥାନୀୟ ଗୋଷ୍ଠୀ ଉନ୍ନୟନ ଅଧିକାରୀ ସତ୍ୟନାରାୟଣ ମେହେରଙ୍କୁ ଲିଖିତ ଆବେଦନ କରିଥିଲେ ମଧ୍ୟ ଆଜି ପର୍ଯ୍ୟନ୍ତ ବିଦ୍ୟାଳୟ କର୍ତ୍ତୃପକ୍ଷଙ୍କୁ ଉକ୍ତ ନୂତନ ଶ୍ରେଣୀଗୃହ ହସ୍ତାନ୍ତର ହୋଇପାରି ନାହିଁ। ଏନେଇ ବିଡିଓଙ୍କୁ କହିଲେ ସେ ସଂପୃକ୍ତ ପଞ୍ଚାୟତ ଦାୟିତ୍ୱରେ ରହିଥିବା ବିଭାଗୀୟ ଯନ୍ତ୍ରୀଙ୍କୁ କୁହନ୍ତୁ ବୋଲି କହୁଛନ୍ତି। ସେହିପରି ବାଣୁଆଗୁଡ଼ା ପଞ୍ଚାୟତ ଦାୟିତ୍ୱରେ ରହିଥିବା ଯନ୍ତ୍ରୀଙ୍କୁ କହିଲେ ସେ ବିଡିଓଙ୍କ ହାତରେ ରହିଥିବା ପ୍ରକାଶ କରିଛନ୍ତି। ବିଦ୍ୟାଳୟର ସମସ୍ୟା ନେଇ ଜିଲା ପରିଷଦ କାର୍ଯ୍ୟନିର୍ବାହୀ ଅଧିକାରୀ ଅନନ୍ୟା ଦାଶଙ୍କୁ ଯୋଗାଯୋଗ କରାଯିବାରୁ ସେ ଏହାକୁ ଗୁରତ୍ୱାରୋପ ପ୍ରଦାନ କରିଛନ୍ତି। ବିଦ୍ୟାଳୟ ପାଇଁ ସମ୍ପୂର୍ଣ୍ଣ ପାଚେରି, ରୋଷେଇ ଗୃହ ନ ଥିବାରୁ ବିଦ୍ୟାଳୟ ଭିତ୍ତିଭୂମି ଅସମ୍ପୂର୍ଣ୍ଣ ଅବସ୍ଥାରେ ପଡ଼ିରହିଛି। ସମସ୍ୟାର ସମାଧାନ ନେଇ ସଂପୃକ୍ତ ବିଭାଗ ଆବଶ୍ୟକ ପଦକ୍ଷେପ ନେବା ନେଇ କୁହୁରାକୋଟ ଗ୍ରାମବାସୀ ନିବେଦନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୪୫ହଜାର ଟଙ୍କା ଖସିଲାଣି ସୁନାଦର, ଆଗକୁ ଲକ୍ଷେ ତଳକୁ ଖସିବ? ବିଶେଷଜ୍ଞଙ୍କ ବଡ଼ ବୟାନ

ଭୁବନେଶ୍ୱର, ୩୦।୬: ଗତ ପ୍ରାୟ ଏକ ବର୍ଷ ଧରି ସୁନା ବଜାରରେ ଲାଗି ରହିଥିବା ଅପ୍ରତ୍ୟାଶିତ ସୁନାମି ଏବେ ଶାନ୍ତ ପଡ଼ିଛି। ଲଗାତାର ଭାବେ ବୃଦ୍ଧି ପାଇ…

ପ୍ରଧାନମନ୍ତ୍ରୀ ସ୍ୱନିଧି ଯୋଜନାର ୬ ବର୍ଷ ପୂର୍ତ୍ତି ଅବସରରେ ଜିଲାସ୍ତରୀୟ ସ୍ୱନିଧି ମହୋତ୍ସବ: ଆତ୍ମନିର୍ଭର ଭାରତ ଗଠନ ଦିଗରେ ଏକ ସୁଦୃଢ଼…

ଛତ୍ରପୁର, ୩୦।୬ (ଦିଲ୍ଲୀପି ସାମଲ): ଆତ୍ମନିର୍ଭର ଭାରତ ଗଠନ ଦିଗରେ ଏକ ସୁଦୃଢ଼ ପଦକ୍ଷେପ ସ୍ୱରୂପ ପ୍ରଧାନମନ୍ତ୍ରୀ ସ୍ୱନିଧି (ପିଏମ୍ ସ୍ୱନିଧି) ଯୋଜନାର ୬ ବର୍ଷ ପୂର୍ତ୍ତି…

ପରୋଲ୍‌ରେ ଆସି ଫେରାର ଦୋଷୀ ୯ ବର୍ଷ ପରେ ଗିରଫ: ନାଁ ବଦଳାଇ ଅମୃତସରରୁ କରୁଥିଲେ…

ଭୁବନେଶ୍ୱର, ୩୦।୬: ପରୋଲ୍‌ରେ ଜେଲରୁ ମୁକ୍ତି ପାଇବା ପରେ ଫେରାର ହୋଇଯାଇଥିବା ଜଣେ ଆଜୀବନ କାରାଦଣ୍ଡପ୍ରାପ୍ତ ଦୋଷୀଙ୍କୁ ଦୀର୍ଘ ୯ ବର୍ଷ ପରେ କମିଶନରେଟ୍‌ ପୋଲିସ ଗିରଫ…

ବନ୍ଦ ହୋଇଯିବ ଏହି ୨ଟି ବଡ଼ ବ୍ୟାଙ୍କ୍‌! ଆକାଉଣ୍ଟ ଥିଲେ ଜାଣି ନିଅନ୍ତୁ ଖବର ପଛର ସତକଥା…

ନୂଆଦିଲ୍ଲୀ,୩୦।୬: ସୋସିଆଲ ମିଡିଆରେ କିଛି ଏଭଳି ଖବର ସାମ୍ନାକୁ ଆସୁଛି, ଯେଉଁଥିରେ କୁହାଯାଉଛି ଯେ ଭାରତର ତିନୋଟି ବଡ଼ ବ୍ୟାଙ୍କର ମିଶ୍ରଣ ହେବାକୁ ଯାଉଛି। ଯଦି ଏହି…

ଆଇଏମଡିର ପୂର୍ବାନୁମାନ: ସୃଷ୍ଟି ହେଲା ଘୂର୍ଣ୍ଣିବଳୟ, ୩ଦିନ ଏସବୁ ଜିଲାରେ…

ଭୁବନେଶ୍ବର,୩୦।୬: ଆସନ୍ତା ଜୁଲାଇ ୩ ତାରିଖ ସୁଦ୍ଧା ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ତା’ର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଏକ ଲଘୁଚାପ ବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା…

ଭଉଣୀ, ଭାଣିଜୀଙ୍କୁ ନେଇ ଯାଉଥିଲେ ମାମୁ: ରାସ୍ତାରେ ଘଟିଲା ଭୟଙ୍କର ଦୁର୍ଘଟଣା

ବାଲେଶ୍ୱର, ୩୦।୬ (ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲାର ୧୬ ନମ୍ବର ଜାତୀୟ ରାଜପଥର ବସ୍ତା ବାଇପାସ୍ ନିକଟରେ ମଙ୍ଗଳବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ…

ଭିମସାର କର୍ମଚାରୀଙ୍କ ଅଚଳାଚଳ ସମ୍ପତ୍ତି ଠାବ:୧୦ ମୂଲ୍ୟବାନ ପ୍ଲଟ ସହ ବିପୁଳ ଟଙ୍କା

ସମ୍ବଲପୁର,୩୦।୬(ପ୍ରମୋଦ ବହିଦାର): ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ଆୟୁର୍ବିଜ୍ଞାନ ଓ ଗବେଷଣା ପ୍ରତିଷ୍ଠାନ(ଭିମସାର)ର ଷ୍ଟେୱାର୍ଡ ଅଶ୍ୱିନୀ ମେହେରଙ୍କ ନାମରେ ଆୟବର୍ହିଭୂତ ସମ୍ପତ୍ତି ଠାବ ଅଭିଯୋଗରେ ଓଡ଼ିଶା ଭିଜିଲାନ୍ସ…

ବହୁ ଚର୍ଚ୍ଚିତ ଭୀମଟାଙ୍ଗୀ ହତ୍ୟା ଘଟଣା: ପୂର୍ବ ପ୍ରେମିକାଙ୍କୁ ଘରେ ପଶି ମାରିଥିଲେ, ଆସିଲା ବଡ଼ ରାୟ

ଭୁବନେଶ୍ବର,୩୦।୬: ବହୁ ଚର୍ଚ୍ଚିତ ଭୀମଟାଙ୍ଗୀ ପ୍ରିୟଙ୍କା ସାହୁ ହତ୍ୟା ଘଟଣାର ମଙ୍ଗଳବାର ରାୟ ପ୍ରକାଶ ପାଇଛି। କୋର୍ଟ ଅଭିଯୁକ୍ତ ଯାଜପୁରର ଜଗନ୍ନାଥ ପ୍ରଧାନଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri