ସ୍କୁଲ ନାମଲେଖା ଅବଧି ମାସେ ବୃଦ୍ଧି

ଭୁବନେଶ୍ୱର, ୧୩।୫(ବ୍ୟୁରୋ): ୨୦୨୧-୨୨ ଶିକ୍ଷାବର୍ଷ ପାଇଁ ରାଜ୍ୟର ପ୍ରାଥମିକ ଓ ମାଧ୍ୟମିକ ସ୍କୁଲରେ ନାମଲେଖା ଅବଧିକୁ ମାସେ ବୃଦ୍ଧି କରାଯାଇଛି। ପୂର୍ବରୁ ମେ’ ୩୧ ସୁଦ୍ଧା ନାମଲେଖା ଶେଷ କରିବା ପାଇଁ ନିର୍ଦ୍ଦେଶ ରହିଥିଲା। କିନ୍ତୁ ବର୍ତ୍ତମାନର କରୋନା ସ୍ଥିତିକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଏହି ନାମଲେଖା ଅବଧି ଜୁନ୍‌ ୩୦ ପର୍ଯ୍ୟନ୍ତ ବଢ଼ାଇ ଦେଇଛନ୍ତି। ଏ ନେଇ ବୁଧବାର ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଅତିରିକ୍ତ ସଚିବ ରଘୁରାମ ଆର୍‌ ଆୟର ପ୍ରାଥମିକ ଶିକ୍ଷା ନିର୍ଦ୍ଦେଶକ ଓ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶକଙ୍କୁ ଚିଠି ଲେଖି ଜଣାଇଛନ୍ତି। ଏଥିସହିତ ପୁସ୍ତକ ବଣ୍ଟନ କାର୍ଯ୍ୟକ୍ରମ ମଧ୍ୟ ଜୁନ୍‌ ୩୦ ତାରିଖ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି। ଗତ ୨୭ତାରିଖରୁ ରାଜ୍ୟରେ ସ୍କୁଲ୍‌ ନାମଲେଖା ପ୍ରକ୍ରିୟା ଆରମ୍ଭ ହୋଇଛି। ନାମଲେଖା ପାଇଁ ବିଭାଗ ପକ୍ଷରୁ ସ୍ବତନ୍ତ୍ର ଏସ୍‌ଓପି ଜାରି ହୋଇଛି। ପ୍ରତ୍ୟେକ କାର୍ଯ୍ୟ ଦିବସରେ ସକାଳ ୭ଟାରୁ ୯ଟା ୩୦ ପର୍ଯ୍ୟନ୍ତ ନାମଲେଖା ଚାଲିବ। ଏହି ସମୟରେ ୫ଜଣରୁ ଅଧିକ ଅଭିଭାବକଙ୍କ ସ୍କୁଲରେ ପ୍ରବେଶ କରିବାକୁ ମନା କରାଯାଇଛି। ନାମଲେଖା ସମ୍ପର୍କରେ ଶିକ୍ଷା ସଂଯୋଗ ହ୍ବାଟ୍‌ସ ଆପ୍‌ ଜରିଆରେ ଅଭିଭାବକଙ୍କୁ ଜଣାଇବା ପାଇଁ ନିର୍ଦ୍ଦେଶ ଦିଆଯାଇଛି। କୋଭିଡ୍‌ ଗାଇଡ୍‌ଲାଇନ ପାଳନ କରି ନାମଲେଖା ପ୍ରକ୍ରିୟା ଶେଷ କରିବାକୁ କୁହାଯାଇଛି। ସୂଚନାଯୋଗ୍ୟ, କରୋନା ପାଇଁ ରାଜ୍ୟ ସରକାର ନବମ ଓ ଦଶମ ପରୀକ୍ଷା ବାତିଲ କରିଥିବାବେଳେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ଛାତ୍ରୀଛାତ୍ରଙ୍କୁ ବିନା ପରୀକ୍ଷାରେ ଉନ୍ନୀତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆହୁରି ୩ ଦିନ ଶୀତରେ ଥରିବେ ରାଜ୍ୟବାସୀ, ଏସବୁ ଜିଲାକୁ ଓ୍ବାର୍ନିଂ

ଭୁବନେଶ୍ୱର,୨୯ା୧୨: ରାଜ୍ୟରେ ଶୀତ ଲହରି ଜାରି ରହିଥିବାବେଳେ ଆସନ୍ତା ୩ ଦିନ ପର୍ଯ୍ୟନ୍ତ ପାଣିପାଗରେ ବିଶେଷ ପରିବର୍ତ୍ତନ ହେବ ନାହିଁ। ପରବର୍ତ୍ତୀ ସମୟରେ ତାପମାତ୍ରା ୨ରୁ...

ମା’ ସୁରେଶ୍ଵରୀଙ୍କ ଐତିହାସିକ ଘାଟ ଯାତ୍ରାରେ ଜନସମାଗମ, ବଳି ଦେଲେ ମାନସିକ ପୂରଣ ହୋଇଥିବା ବ୍ୟକ୍ତି

ରିଷିଡା ୨୯/୧୨(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲ୍ଲା କର୍ଲାମୁଣ୍ଡା ବ୍ଲକ ତେରେସିଂହା କେଉଁଟ କୈବର୍ତ୍ତ ଆଞ୍ଚଳିକ ସମାଜ ତରଫରୁ ତେରେସିଂହା ଆମପାଲି ନଦୀ ଘାଟ ଠାରେ ଐତିହାସିକ...

ମୋଦିଙ୍କୁ ପ୍ରଶଂସା କରି ଫସିଲେ ଦିଗବିଜୟ: କଂଗ୍ରେସରେ ହଲଚଲ

ନୂଆଦିଲ୍ଲୀ,୨୯।୧୨: କଂଗ୍ରେସ କାର୍ଯ୍ୟକାରିଣୀ ବୈଠକ ପୂର୍ବରୁ ବରିଷ୍ଠ କଂଗ୍ରେସ ନେତା ଦିଗବିଜୟ ସିଂହ ଭାଜପା ଏବଂ ଆରଏସଏସର ସାଂଗଠନିକ ଶକ୍ତିକୁ ପ୍ରଶଂସା କରି ଦଳ ପାଇଁ...

ଅତୀତର ସ୍ମୃତିକୁ ମନେ ପକାଇଲେ ପୁରାତନ ଛାତ୍ରୀଛାତ୍ର

ଦିଗପହଣ୍ଡି,୨୯।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ଗ୍ରାମ ରାଧାଶ୍ୟାମ ଉଚ୍ଚ ବିଦ୍ୟାଳୟ ଏବଂ ରାଧାଦାମୋଦର ବାଳିକା ଉଚ୍ଚ ବିଦ୍ୟାଳୟ ୧୯୯୧ ମାଟ୍ରିକ...

ଆରାବଳି ମାମଲା: ରାୟ ଉପରେ ସୁପ୍ରିମକୋର୍ଟଙ୍କ ରହିତାଦେଶ

ନୂଆଦିଲ୍ଲୀ,୨୯ା୧୨: ଆରାବଳି ମାମଲା ରାୟ ଉପରେ ସୁପ୍ରିମକୋର୍ଟ ରହିତାଦେଶ ଜାରି କରିଛନ୍ତି। ନଭେମ୍ବର ୨୦ ରାୟ ଉପରେ ଏହି ରହିତାଦେଶ ଦେଇଛନ୍ତି ମାନ୍ୟବର କୋର୍ଟ। ପରିବେଶବିତ୍‌ଙ୍କୁ...

ନର୍ସିଂହୋମରେ ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ୧୬ ଜଣ ବୃଦ୍ଧାବୃଦ୍ଧ

ନୂଆଦିଲ୍ଲୀ,୨୯।୧୨: ଇଣ୍ଡୋନେସିଆର ଏକ ନର୍ସିଂହୋମରେ ଏକ ବଡ଼ ଅଗ୍ନିକାଣ୍ଡ ଘଟିଛି, ଯେଉଁଥିରେ ୧୬ ଜଣଙ୍କର ମୃତ୍ୟୁ ହୋଇଛି। ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଛି । ଖବରପାଇ...

ବିମାନବନ୍ଦରରେ ୨ଯୁବକଙ୍କୁ ବାଂଲାଦେଶୀ କହି ମାଡ଼ିବସିଲେ, ପରେ…

ଭୁବନେଶ୍ୱର,୨୯।୧୨: ବାଂଲାଦେଶୀ ଭାଭିଲେ ଆଉ ମାଡ଼ିବସିଲେ। ଆମ ହିନ୍ଦୁ ମାନଙ୍କୁ ବାଂଲାଦେଶରେ ଅମାନୁଷିକ ଭାବେ ହତ୍ୟା କରୁଛ କହି ଦୁଇ ଯୁବକଙ୍କୁ ବାଂଲାଦେଶୀ ସନ୍ଦେହରେ ଭୁବନେଶ୍ୱର...

ଆକ୍ସନ ମୋଡରେ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ, ବାଲି ବୋଝେଇ ଟ୍ରାକ୍ଟର ଧରି ପୋଲିସକୁ ଜିମା ଦେଲେ

ଦିଗପହଣ୍ଡି,୨୯|୧୨(ଅଶେଷ ନାଥ ମିଶ୍ର): ରାଜ୍ୟ ଖଣି, ଇସ୍ପାତ, ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା  ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମୌଳାଭଞ୍ଜା ଗ୍ରାମ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri