ଅସରାଏ ବର୍ଷାରେ ସ୍କୁଲ ପରିସର ଜଳମଗ୍ନ

ଖଣ୍ଡପଡ଼ା,୨୪ା୬ (ସ୍ବ.ପ୍ର.):  ଖଣ୍ଡପଡ଼ା ରାମଚନ୍ଦ୍ର ଉଚ୍ଚ ବିଦ୍ୟାଳୟର ପ୍ଳାଟିନମ ଜୁବୁଲି ଉତ୍ସବ କିଛିଦିନ ତଳେ ପାଳନ କରାଯାଇଥିଲା। ମୋ ସ୍କୁଲ କମିଟି ଏବଂ ପୂର୍ତ୍ତ ବିଭାଗ ପକ୍ଷରୁ ବିଦ୍ୟାଳୟରେ ଅନେକ ଉନ୍ନୟନ ମୂଳକ କାମ ହୋଇଥିଲା। ହେଲେ ଜଳ ନିଷ୍କାସନ ପାଇଁ ସେତେବେଳେ ଧ୍ୟାନ ଦିଆଯାଇ ନ ଥିଲା। ଏବେ ଅସରାଏ ବର୍ଷା ହେଲେ ସ୍କୁଲ ପରିସର ଜଳମଗ୍ନ ହୋଇଯାଉଛି। ବର୍ଷାଜଳ ନିଷ୍କାସନ ପାଇଁ ବ୍ୟବସ୍ଥା ନ ଥିବାରୁ ଏପରି ପରିସ୍ଥିତି ସୃଷ୍ଟି ହୋଇଥିବା ଅଭିଯୋଗ ହୋଇଛି। ଫଳରେ ଛାତ୍ରୀଛାତ୍ରଙ୍କ ଠାରୁ ଆରମ୍ଭ କରି ଶିକ୍ଷୟିତ୍ରୀ,ଶିକ୍ଷକମାନେ ଏଥିପାଇଁ ନାନା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ବିଦ୍ୟାଳୟର ପ୍ଳାଟିନମ ଜୁବୁଲି ଉତ୍ସବ ପାଳନ ଅବସରରେ ପୂର୍ତ୍ତ ବିଭାଗ ପକ୍ଷରୁ ବିଦ୍ୟାଳୟ ସମ୍ମୁଖ ଅଂଶ ସିମେଣ୍ଟ କଂକ୍ରିଟକରଣ ହୋଇ ଥିଲେ ମଧ୍ୟ ଜଳ ନିଷ୍କାସନ ନିମନ୍ତେ ଆନୁସଙ୍ଗିକ ବ୍ୟବସ୍ଥା କରାଯାଇ ନ ଥିବାରୁ ସାମାନ୍ୟ ବର୍ଷା ହେଲେ ପାଣି ଜମି ରହୁଛି ବୋଲି ଛାତ୍ରୀଛାତ୍ରମାନେ କହିଛନ୍ତି। ଆଗକୁ ବର୍ଷାଋତୁ ଆସୁଥିବାରୁ ସଙ୍ଗୀନ ପରିସ୍ଥିତି ସୃଷ୍ଟି ହେବାର ଆଶଙ୍କା ପ୍ରକାଶ ପାଇଛି। ଗତ କିଛି ଦିନ ହେଲା ବର୍ଷା ଆରମ୍ଭ ହୋଇ ଯାଇଥିବାରୁ ବର୍ଷାଜଳ ନିଷ୍କାସନ ହୋଇ ନ ପାରି ଜମି ରହିଛି। ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ଜୟନ୍ତୀ ସାହୁ ଏ ସମ୍ପର୍କରେ ଖଣ୍ଡପଡ଼ା ପୂର୍ତ୍ତ ବିଭାଗ କର୍ତ୍ତୃପକ୍ଷଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି। ତେବେ ଏ ସମ୍ପର୍କରେ ଖଣ୍ଡପଡ଼ା ପୂର୍ତ୍ତ ବିଭାଗ ସହକାରୀ ଯନ୍ତ୍ରୀ ଇଂ. ପ୍ରଦୀପ କୁମାର ପରିଡ଼ାଙ୍କ ସହ ଯୋଗାଯୋଗ କରିବାରେ ଖୁବ୍‌ଶୀଘ୍ର ସମସ୍ୟାର ସମାଧାନ ହେବ ବୋଲି ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri